Posted inଜାତୀୟ

ଏମ୍‌ପିରେ ଅପରେଶନ୍‌ ଲୋଟସ୍‌: ସିନ୍ଧିଆଙ୍କୁ ବାଡ଼ ଡିଆଁଇବା ପାଇଁ ଭାଜପାର ଉଦ୍ୟମ ଜାରି !

ଭୋପାଳ,୧୦।୩: ମଧ୍ୟପ୍ରଦେଶରେ ମୁଖ୍ୟ କମଲନାଥଙ୍କ ସରକାର ଉପରେ ସଙ୍କଟ ଘନେଇ ଆସୁଛି। କଂଗ୍ରେସରେ ଲାଗି ରହିଥିବା କନ୍ଦଳରୁ ଭାଜପା ଫାଇଦା ମାରିବାର ଉଦ୍ୟମ କରୁଥିବା ରାଜନୈତିକ ସମୀକ୍ଷକ ମତପୋଷଣ କରିଛନ୍ତି। କଂଗ୍ରେସର ଯୁବନେତା ଜ୍ୟୋତିରାଦିତ୍ୟ ସିନ୍ଧିଆ ଇତିମଧ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ସାକ୍ଷାତ କରିଛନ୍ତି। ସାକ୍ଷାତ୍‌ ପରେ ରାଜ୍ୟର ରାଜନୈତିକ ସମୀକରଣରେ କିଛି ପରିବର୍ତ୍ତନ ହେବାର ସମ୍ଭାବନା ଥିବା ନେଇ ଚର୍ଚ୍ଚା ହେଉଛି। ସିନ୍ଧିଆଙ୍କୁ ବାଡ଼ ଡିଆଁଇବା ପାଇଁ ଭାଜପାର ପ୍ରୟାସ ଜାରି ରଖିଛି। ସିନ୍ଧିଆଙ୍କୁ କେନ୍ଦ୍ରୀୟ ମନ୍ତ୍ରୀ ମଣ୍ଡଳରେ ସ୍ଥାନ ଦେବାକୁ ଭାଜପା ପକ୍ଷରୁ ପ୍ରତିଶ୍ରୁତି ଦିଆଯାଇଥିବା ମଧ୍ୟ କୁହାଯାଉଛି। ତେବେ କଂଗ୍ରେସ ହାଇ କମାଣ୍ଡ ଅସନ୍ତୁଷ୍ଟ ସିନ୍ଧିଆଙ୍କୁ ବୁଝାଇବା ଉଦ୍ୟମ ଅବ୍ୟାହତ ରହିଛି। ତାଙ୍କୁ ମଧ୍ୟପ୍ରଦେଶରୁ କଂଗ୍ରେସର ପ୍ରଥମ ପସନ୍ଦ ପ୍ରାର୍ଥୀ ଭାବେ ରାଜ୍ୟ ସଭାକୁ ପଠାଇବା ଲାଗି ହାଇକମାଣ୍ଡ ଚିନ୍ତା କରୁଛନ୍ତି। ସୂଚନାଯୋଗ୍ୟ, ମଧ୍ୟପ୍ରଦେଶ ବିଧାନସଭାରେ ୨୩୦ ବିଧାୟକଙ୍କ ମଧ୍ୟରୁ ୨ ଜଣଙ୍କ ମୃତ୍ୟୁ ପରେ ଏବେ ସଦସ୍ୟ ସଂଖ୍ୟା ୨୨୮ ରହିଛି। ସିନ୍ଧିଆଙ୍କୁ ସମର୍ଥନ କରୁଥିବା ୨୦ କଂଗ୍ରେସ ବିଧାୟକଙ୍କ ଇସ୍ତଫା ମଞ୍ଜୁର ହେଲେ ରାଜ୍ୟ ବିଧାନସଭାରେ ବିଧାୟକଙ୍କ ସଂଖ୍ୟା ୨୦୮ରେ ପହଞ୍ଚିବ। ସେହିପରି କଂଗ୍ରେସ ଦଳ ୧୦୧ ସଦସ୍ୟଙ୍କ ମଧ୍ୟରେ ସୀମିତ ରହିବାର ସମ୍ଭାବନା ଦେଖାଦେଇଛି। ଏଭଳିସ୍ଥଳେ ଭାଜପା ସରକାର ଗଠନ ପାଇଁ ଦାବି ଉପସ୍ଥାପନ କରିବ। ସମ୍ପ୍ରତି ଭାଜପା ପାଖରେ ୧୦୭ ବିଧାୟକ ରହିଛନ୍ତି। ସରକାର ଗଠନ ପାଇଁ ଆବଶ୍ୟକ ୧୦୫ ମ୍ୟାଜିକ୍‌ ନମ୍ବର ଭାଜପା ସହଜରେ ହାସଲ କରିପାରିବ। ଏଭଳି କାମ କରିଥିବା ଯୋଗୁ ଭାଜପାରେ ଜ୍ୟୋତିରାଦିତ୍ୟଙ୍କୁ ସମ୍ମାନ ମିଳିବା ସହିତ ରାଜ୍ୟ ସଭାରୁ ପ୍ରାର୍ଥୀ କରାଯାଇ ମନ୍ତ୍ରୀପଦ ମଧ୍ୟ ମିଳିବ ବୋଲି କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଜୁଲାଇ ୨ରୁ ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା, ଜୁଲାଇ ୨ରୁ ୧୦ ପର୍ଯ୍ୟନ୍ତ ଚାଲିବ; ସମ୍ପୂର୍ଣ୍ଣ କାର୍ଯ୍ୟସୂଚୀ

କଟକ,୨୭ା୫ (କାର୍ତ୍ତିକ ସାହୁ): ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ଚଳିତ ବର୍ଷର ସପ୍ଲିମେଣ୍ଟାରୀ ହାଇସ୍କୁଲ ସାର୍ଟିଫିକେଟ ପରୀକ୍ଷା ଆଗାମୀ ଜୁଲାଇ ୨ ତାରିଖରୁ ଆରମ୍ଭ…

ଡେଣ୍ଟାଲ ସର୍ଜନ ପରୀକ୍ଷା ବିଜ୍ଞପ୍ତି ପ୍ରତ୍ୟାହାର କଲା ଓପିଏସ୍‌ସି, ଆଶାୟୀଙ୍କ ସମସ୍ତ ଆବେଦନ ବାତିଲ

କଟକ,୨୭ା୫(କାର୍ତ୍ତିକ ସାହୁ) ଓଡ଼ିଶା ପବ୍ଲିକ ସର୍ଭିସ କମିଶନ (ଓପିଏସ୍‌ସି) ଡେଣ୍ଟାଲ ସର୍ଜନ ପଦବୀରେ ନିଯୁକ୍ତି ପରୀକ୍ଷା ନିମନ୍ତେ ୨୦୨୫-୨୬ରେ ପ୍ରକାଶ କରିଥିବା ବିଜ୍ଞପ୍ତି ନଂ-୭କୁ ପ୍ରତ୍ୟାହାର କରିଛି।…

ତୈଳଦର ବୃଦ୍ଧି; ପାରଳାଖେମୁଣ୍ଡିରେ ବିଜେଡିର ବିକ୍ଷୋଭ ପ୍ରଦର୍ଶନ, ଟାୟାର ଜାଳି….

ଗଜପତି,୨୭।୫(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ଠାରେ ପେଟ୍ରୋଲ ଓ ଡିଜେଲର ବର୍ଦ୍ଧିତ ଦର ପ୍ରତିବାଦରେ ଆଜି ବିଜେଡି ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି । ଜିଲା ସଭାପତି…

ଗୃହ ନିର୍ମାଣ ବେଳେ ଗୋଟିଏ ମହଲାରୁ ପଡ଼ି ଚାଲିଗଲା ମହିଳା ଶ୍ରମିକଙ୍କ ଜୀବନ, ବିଦ୍ୟୁତ ସଂସ୍ପର୍ଶରେ ଆସି….

ଦାରିଙ୍ଗବାଡି,୨୭।୫(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଅଞ୍ଚଳରେ ଏକ ଗୃହ ନିର୍ମାଣ ସମୟରେ ଏକ ବଡ଼ ଅଘଟଣ ଘଟିଯାଇଛି । ବୁଧବାର ପୂର୍ବାହ୍ନ ୧୧ ଟା…

ଜବତ ବଢିଲେବି କମୁନି ଗଞ୍ଜେଇ ବେପାର; ୪୫ କେଜି ଗଞ୍ଜେଇ ସହ କନ୍ଧମାଳର ୨ ଅଭିଯୁକ୍ତ ଗିରଫ

ଭଞ୍ଜନଗର,୨୭।୫(ବାବୁଲା ପ୍ରଧାନ): କନ୍ଧମାଳ ଜିଲାରୁ ଅଧିକାଂଶ ସମୟ ଗଞ୍ଜାମ ଜିଲା ଭଞ୍ଜନଗର ଦେଇ ବିପୁଳ ପରିମାଣର ଗଞ୍ଜେଇ ରାଜ୍ୟର ବିଭିନ୍ନ ଅଞ୍ଚଳ ଏବଂ ରାଜ୍ୟ ବାହାରକୁ ଚୋରା…

ଆଇପିଏଲ୍‌ରେ ବୈଭବଙ୍କ ମହାରେକର୍ଡ: କମିନ୍ସଙ୍କୁ ଟର୍ଗେଟ, ୬୦ ଛକା ମାରି ଭାଙ୍ଗିଲେ ଗେଲ୍‌ଙ୍କ ସହ ରାଇନାଙ୍କ…

ନୂଆଦିଲ୍ଲୀ,୨୭।୫: ଆଇପିଏଲ (IPL) ମଇଦାନରେ ପୁଣି ଥରେ ଇତିହାସ ରଚିଛନ୍ତି ଯୁବ ବ୍ୟାଟର ବୈଭବ ସୂର୍ଯ୍ୟବଂଶୀ। ଏହି ବାମହାତୀ ବିସ୍ଫୋରକ ବ୍ୟାଟର ସନରାଇଜର୍ସ ହାଇଦ୍ରାବାଦ ବିପକ୍ଷରେ ମାତ୍ର…

ଜନଜାତି ମହିଳା ସମାବେଶରେ ଯୋଗଦେଲେ ଦିଗପହଣ୍ଡି ବିଧାୟକ, ମେଧାବୀ ଛାତ୍ରୀଛାତ୍ର….

ଦିଗପହଣ୍ଡି,୨୭।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ସହଦେବ ଟିକରପଡା  ମହେନ୍ଦ୍ରଗିରି ଆଦିମ ଅଧିବାସୀ କୁଇ ସମାଜ ପକ୍ଷରୁ ବୁଧବାର ଜନଜାତି ମହିଳା ସମାବେଶ ଅନୁଷ୍ଠିତ…

କୁକୁଟବନ୍ଧ ଛକରେ ମର୍ମନ୍ତୁଦ ଦୁର୍ଘଟଣା; ଭାରସାମ୍ୟ ହରାଇ ଗଛକୁ ଧକ୍କା ଦେଲା ସ୍କୁଟି, ଚାଳକ ମୃତ

ଦିଗପହଣ୍ଡି,୨୭।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଛକରେ ରାସ୍ତାକଡର ଏକ ଗଛକୁ ଧକ୍କା ଦେଲା ସ୍କୁଟି । ଦୁର୍ଘଟଣାରେ ସ୍କୁଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri