ଏମ୍‌ପିସି କଲେଜ ସମସ୍ୟାର ସମାଧାନ ଦାବି କଲା ‘ମାସା’

ବାରିପଦା ଅଫିସ,୨୨।୮- ବାରିପଦା ତକତପୁର ସ୍ଥିତ ଏମପିସି ସ୍ବୟଂଶାସିତ କଲେଜରେ ଦେଖାଦେଇଥିବା ବିଭିନ୍ନ ସମସ୍ୟାର ସମାଧାନ ପାଇଁ ମୟୂରଭଞ୍ଜ ଆଦିବାସୀ ଛାତ୍ର ସଂଗଠନ (ମାସା) ପକ୍ଷରୁ ଦାବି କରାଯାଇଛି। ସଂଗଠନର ରାଜ୍ୟ ସଭାପତି ସୁକୁଲାଲ ମାରାଣ୍ଡିଙ୍କ ନେତୃତ୍ୱରେ ଏକ ପ୍ରତିନିଧି ଦଳ ଅଧ୍ୟକ୍ଷା ଝରଣା ବେହେରାଙ୍କୁ ସାକ୍ଷାତ୍‌ କରିଥିଲେ। କଲେଜର ବିଭିନ୍ନ ଅବ୍ୟବସ୍ଥା ଦୂର କରିବା ପାଇଁ ୮ ଦଫା ଦାବି ଉପସ୍ଥାପନ କରାଯାଇଥିଲା। ଯୁକ୍ତ ୩ ଓ ପିଜି ପ୍ରଥମ ବର୍ଷର ଛାତ୍ରୀଛାତ୍ରମାନଙ୍କ ହଷ୍ଟେଲ ଫି’ କମ୍‌ କରିବା, ନବ ନିର୍ମିତ ଦୁଇଟି ହଷ୍ଟେଲ ତୁରନ୍ତ କାର୍ଯ୍ୟକ୍ଷମ କରିବା, ଯୁକ୍ତ ୩ର ପ୍ରଥମ ଓ ଦ୍ୱିତୀୟ ସେମିଷ୍ଟର ପରୀକ୍ଷାଫଳ ତୁରନ୍ତ ପ୍ରକାଶ କରିବା,କଲେଜ କ୍ୟାଲେଣ୍ଡର, ମାଗାଜିନ ଓ ସିଲାବସ ପ୍ରଦାନ କରିବା, ଲାଇବ୍ରେରୀରେ ଆବଶ୍ୟକ ପୁସ୍ତକ ଉପଲବ୍ଧ କରିବା, କଲେଜର ସମସ୍ତ ହଷ୍ଟେଲର ମରାମତି କରିବା, ସମସ୍ତ କ୍ଲାସରୁମରେ ଫ୍ୟାନ ଓ ଆକ୍ୱାଗାର୍ଡ ବ୍ୟବସ୍ଥା କରିବା ଏବଂ କଲେଜରେ ସାନ୍ତାଳି ବିଭାଗରେ ଏମଫିଲ ଓ ପିଏଚଡି ପାଠ୍ୟକ୍ରମ ଖୋଲିବା ଆଦି ଦାବି କରାଯାଇଛି। ଆସନ୍ତା ୭ ଦିନ ମଧ୍ୟରେ ଏହି ଦାବି ପୂରଣ କରା ନ ଗଲେ ‘ମାସ’ା ପକ୍ଷରୁ କଲେଜରେ ତାଲା ବନ୍ଦ ଆନ୍ଦୋଳନ କରାଯିବ ବୋଲି ଚେତାବନୀ ଦିଆଯାଇଛି। ଏହି ପ୍ରତିନିଧି ଦଳରେ ରାଜ୍ୟ ସମ୍ପାଦକ ଅଇଁଠୁ ଟୁଡୁ, ଦିନେଶ କୁମାର ମୁର୍ମୁ , ଚୈତନ ସୋରେନ, ପ୍ରମୋଦ ମୁର୍ମୁ, ବାଜୁନ ମୁର୍ମୁ, ଭୀମଚରଣ ମୁର୍ମୁ, ବିଜୟ ମୁର୍ମୁ, ଲକ୍ଷ୍ମୀକାନ୍ତ ବାସ୍କେ, ସମାୟ ହାଁସଦା, ଲକ୍ଷ୍ମଣ ହେମ୍ବ୍ରମ, ରବୀନ୍ଦ୍ର ମାରାଣ୍ଡି, ଘାସିରାମ କିସ୍କୁ ଓ ମାନସ ରଞ୍ଜନ ସି ପ୍ରମୁଖ ସାମିଲ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଶୌଚ ହେବାକୁ ଯାଇଥିବା ବେଳେ ହାତୀ ହାବୁଡ଼ରେ ପଡିଗଲେ ବୃଦ୍ଧ, କଚାଡ଼ି ମାରିଦେଲା

ମୋରଡା,୧୪।୬(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡା ବ୍ଲକରେ ବର୍ଷ ତମାମ ହାତୀ ଉପଦ୍ରଵ ଲାଗି ରହିଥିବା ବେଳେ ଦିନକୁ ଦିନ ଧନଜୀବନ କ୍ଷୟକ୍ଷତି ବୃଦ୍ଧି ପାଉଥିବାର ଦେଖିବାକୁ…

ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟକ୍ରମସ୍ଥଳ ନୋ ଫ୍ଲାଇଂ ଜୋନ୍‌ ଘୋଷଣା

ବାରିପଦା,୧୧ା୬(ନୀଳାଦ୍ରି ବିହାରୀ ଦଣ୍ଡପାଟ):ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଆସନ୍ତା ୧୯ ଓ ୨୦ରେ ମୟୂରଭଞ୍ଜ ଜିଲା ଗସ୍ତ କାର୍ଯ୍ୟକ୍ରମ ଥିବାରୁ ସୁରକ୍ଷା ଦୃଷ୍ଟିରୁ…

ମାରପିଟ୍ ସହିନପାରି ଘର ଛାଡ଼ିଥିଲେ ସ୍ତ୍ରୀ, ରାଗରେ ପେଟ୍ରୋଲ ଢାଳି ଶାଶୁ-ଶ୍ୱଶୁରଙ୍କୁ ଜାଳିଦେବାକୁ ଜ୍ୱାଇଁଙ୍କ ଉଦ୍ୟମ

ବାରିପଦା/ମୋରଡା,୧୦/୬(ନୀଳାଦ୍ରି ବିହାରୀ ଦଣ୍ଡପାଟ/ସ୍ମାରକ ମାଜୀ)- ମୟୂରଭଞ୍ଜ ଜିଲା ଶୁଳିଆପଦା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଜଣେ ଜ୍ୱାଇଁ ନିଜ ଶାଶୁ ଓ ଶ୍ୱଶୁରଙ୍କୁ…

ସାଧୁଙ୍କୁ ମାରିଥିଲା କଲରାପତରିଆ ବାଘ: ଶିମିଳିପାଳ ଇତିହାସରେ ପ୍ରଥମ

ବାରିପଦା,୮।୬(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଜାତୀୟ ଉଦ୍ୟାନ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପ ଉତ୍ତର ଡିଭିଜନ ଅନ୍ତର୍ଗତ କୁମୁଦାବଡ଼ି ନିକଟରେ ଜଙ୍ଗଲରୁ ମିଳିଥିବା ଖଣ୍ଡବିଖଣ୍ଡିତ ମୃଦଦେହ ଅଂଶ ସମ୍ବନ୍ଧରେ…

ପୋଖରୀରେ ଭାସୁଥିଲା ମହିଳାଙ୍କ ମୃତଦେହ, ଲୋକେ ଗାଧୋଇବାକୁ ଯିବାବେଳେ…

ବୈଶିଙ୍ଗା,୩ା୬(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅନ୍ତର୍ଗତ ଗଡଦେଉଳିଆ ନିକଟସ୍ଥ ନୂଆସାହି ଗ୍ରାମ ପୋଖରୀରୁ ବୁଧବାର ଜଣେ ଅଜଣା ମହିଳାଙ୍କ ମୃତଦେହ ଭାସୁଥିବା ଦେଖିବାକୁ ମିଳିଛି।…

ବିଡିଓଙ୍କୁ ନିଲମ୍ବନ ପାଇଁ ନିର୍ଦ୍ଦେଶ ଦେଲେ ମୁଖ୍ୟ ନିର୍ବାଚନ ଅଧିକାରୀ, ଏହି ସବୁ ଅଭିଯୋଗ ଆସିବା ପରେ କାର୍ଯ୍ୟାନୁଷ୍ଠାନ

ବାରିପଦା,୩।୫(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବଡ଼ସାହି ନିର୍ବାଚନମଣ୍ଡଳୀର ସହକାରୀ ନିର୍ବାଚନ ପଞ୍ଜିକରଣ ଅଧିକାରୀ (ଏଇଆରଓ) ତଥା ବଡ଼ସାହି ଗୋଷ୍ଠୀ ଉନ୍ନୟନ ଅଧିକାରୀ (ବିଡ଼ିଓ) ସ୍ମୃତିମୟୀ ବନଜା…

ଆସିଲା ଖୁସିଖବର: ମା’ ହେଲା ‘ଜିନ୍ନତ’

ଭୁବନେଶ୍ୱର,୨।୬: ମୟୁରଭଞ୍ଜ ଜିଲା ଶିମିଳିପାଳ ଜାତୀୟ ଉଦ୍ୟାନରୁ ଏକ ଖୁସି ଖବର ଆସିଛି॥ ମା’ ହୋଇଛି ବାଘୁଣୀ ‘ଜିନ୍ନତ’। ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ଗଣେଶ ରାମ…

ଶିମିଳିପାଳରେ ମାଉସ୍‌ ଡିଅର: ଜୋର୍‌ ଧରିଲା ଚର୍ଚ୍ଚା

ବାରିପଦା,୨ା୬(ନୀଳାଦ୍ରି ବିହାରୀ ଦଣ୍ଡପାଟ):ମୟୂରଭଞ୍ଜ ଜିଲା ଶିମିଳିପାଳ ଜାତୀୟ ଉଦ୍ୟାନ ଓଡ଼ିଶାର ଏକ ଅନନ୍ୟ ବନ୍ୟପ୍ରାଣୀ ଆବାସସ୍ଥଳୀ ଭାବେ ପୁଣି ଥରେ ଚର୍ଚ୍ଚାକୁ ଆସିଛି। ଏଠାରେ ବିଶ୍ୱର କ୍ଷୁଦ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri