Posted inରାଜ୍ୟ

ଏମ୍‌ପି, ବିଧାୟକଙ୍କୁ ସମ୍ବର୍ଦ୍ଧନା

ଢେଙ୍କାନାଳ ଅଫିସ, ୧।୬: ଢେଙ୍କାନାଳ ଏବଂ ଅନୁଗୋଳ ଜିଲାର ନବନିର୍ବାଚିତ ଏମ୍‌ପି ଏବଂ ବିଧାୟକଙ୍କୁ ଶୁକ୍ରବାର ସମ୍ବର୍ଦ୍ଧିତ କରାଯାଇଛି। ଏ ନେଇ ଢେଙ୍କାନାଳ ଜିଲା ବିଜେଡି ପକ୍ଷରୁ ସ୍ଥାନୀୟ ମିନିଷ୍ଟାଡିୟମ ପରିସରରେ ସମ୍ବର୍ଦ୍ଧନା ସମାରୋହ ଆୟୋଜିତ ହୋଇଥିଲା।
ଖଣି, ଇସ୍ପାତ ଏବଂ ପୂର୍ତ୍ତ ବିଭାଗ ମନ୍ତ୍ରୀ ତଥା କାମାକ୍ଷାନଗର ବିଧାୟକ ପ୍ରଫୁଲ୍ଲ କୁମାର ମଲ୍ଲିକ, ଏମ୍‌ପି ମହେଶ ସାହୁ, ପରଜଙ୍ଗ ବିଧାୟକ ଡା. ନୃସିଂହ ଚରଣ ସାହୁ, ହିନ୍ଦୋଳ ବିଧାୟିକା ସୀମାରାଣୀ ନାୟକ, ଢେଙ୍କାନାଳ ବିଧାୟକ ସୁଧୀର କୁମାର ସାମଲ, ଅନୁଗୋଳ ବିଧାୟକ ରଜନୀକାନ୍ତ ସିଂ, ତାଳଚେର ବିଧାୟକ ବ୍ରଜକିଶୋର ପ୍ରଧାନ, ପାଲଲହଡ଼ା ବିଧାୟକ ମୁକେଶ ପାଲ, ଛେଣ୍ଡିପଦା ବିଧାୟକ ସୁଶାନ୍ତ କୁମାର ବେହେରା, ଆଠମଲ୍ଲିକ ବିଧାୟକ ରମେଶ ଚନ୍ଦ୍ର ସାଏଙ୍କୁ ଦଳୀୟ ସଙ୍ଗଠନ ସମେତ ବିଭିନ୍ନ ଅନୁଷ୍ଠାନ ପକ୍ଷରୁ ସମ୍ବର୍ଦ୍ଧିତ କରାଯାଇଥିଲା। ପ୍ରାରମ୍ଭରେ ଏମ୍‌ପି ଏବଂ ବିଧାୟକମାନେ ମହାପ୍ରଭୁ ଜଗନ୍ନାଥଙ୍କ ପ୍ରତିମୂର୍ତ୍ତି ଏବଂ ବିଜୁ ପଟ୍ଟନାୟକଙ୍କ ଫଟୋଚିତ୍ରରେ ପୁଷ୍ପମାଲ୍ୟ ଅର୍ପଣ କରିଥିଲେ। ଏଥିପୂର୍ବରୁ ସ୍ଥାନୀୟ କଲେଜ ବାଇପାସ୍‌ଠାରୁ ନବନିର୍ବାଚିତ ପ୍ରତିନିଧିଙ୍କୁ ଏକ ବର୍ଣ୍ଣାଢ଼୍ୟ ଶୋଭାଯାତ୍ରାରେ ଦଳୀୟ କର୍ମୀମାନେ ପାଛୋଟି ଆଣିଥିଲେ। ବାଜିଚୌକସ୍ଥିତ ଶହୀଦ ମୀନାରଠାରେ ଶହୀଦ ବାଜି ରାଉତଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କରିବା ପରେ ଶୋଭାଯାତ୍ରା ମିନି ଷ୍ଟାଡିୟମରେ ପହଞ୍ଚତ୍ଥିଲା। ଢେଙ୍କାନାଳ ବିଧାନସଭା କ୍ଷେତ୍ର ଅଧୀନ ଭାପୁର ପଞ୍ଚାୟତରୁ ବିଜେଡିକୁ ଅଧିକ ଭୋଟ ମିଳିଛି। ଏଥିପାଇଁ ବିଧାୟକ ସୁଧୀର କୁମାର ସାମଲ ଉକ୍ତ ପଞ୍ଚାୟତକୁ ପୁରସ୍କୃତ କରିଥିଲେ। ନଗର ବିଜେଡି ସଭାପତି ଇନ୍ଦ୍ରମଣି ବେହେରାଙ୍କ ସଭାପତିତ୍ୱରେ ଆୟୋଜିତ କାର୍ଯ୍ୟକ୍ରମକୁ ଦେବାଶିଷ ମିଶ୍ର ସଂଯୋଜନା କରିଥିଲେ। ଜିଲା ସହ ପର୍ଯ୍ୟବେକ୍ଷକ ବିଜୟ କୁମାର ନାୟକ, ଜିଲା ମହିଳା ବିଜେଡି ସଭାନେତ୍ରୀ ସାଇଶ୍ରୀ ପଟ୍ଟନାୟକ, ଯୁବ ବିଜେଡି ସଭାପତି ଧର୍ମାନନ୍ଦ ପରିଡ଼ା, ଛାତ୍ର ବିଜେଡି ସଭାପତି ସୁରଜ ମହାପାତ୍ର, ହର୍ଷବର୍ଦ୍ଧନ ସିଂଦେଓଙ୍କ ସମେତ ବିଭିନ୍ନ ବ୍ଲକର ଅଧ୍ୟକ୍ଷା ଅଧ୍ୟକ୍ଷ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିଶ୍ୱର ୪ ନମ୍ବର ଯୋଡ଼ିକୁ ହରାଇ ସାତ୍ତ୍ୱିକ-ଚିରାଗ ଜିତିଲେ ଚାଇନା ମାଷ୍ଟର୍ସ ଟାଇଟଲ

ଶେନ୍‌ଝେନ୍‌,୬ା୯:ଭାରତର ଷ୍ଟାର ପୁରୁଷ ଡବଲ୍ସ ଖେଳାଳି ସାତ୍ତ୍ୱିକସାଇରାଜ ରାଙ୍କିରେଡ୍ଡୀ ଓ ଚିରାଗ ଶେଟ୍ଟି ୩ ଗେମ୍‌ ବିଶିଷ୍ଟ ଏକ ରୋମାଞ୍ଚକ ଫାଇନାଲରେ ଚାଇନାର ହି ଜି ତିଙ୍ଗ୍‌…

ବାହାରିଲା ମା’ ମାଣିକେଶ୍ୱରୀଙ୍କ ନବାନ୍ନ ଲଗ୍ନ, ଏହିଦିନ ନୂଆଁ ଖାଇବେ ଗଡ଼ଜାତବାସୀ

ଭବାନୀପାଟଣା,୬ା୯(ଉତ୍ତମ କୁମାର ଦାଶ): ନୂଆଁଖାଇ ପାଇଁ ସଜବାଜ ହେଉଛି କଳାହାଣ୍ଡି ଜିଲା । ପଶ୍ଚିମ ଓଡ଼ିଶାର ଏହା ଏକ ମୁଖ୍ୟ ପର୍ବ ହୋଇଥିଲେ ହେଁ କଳାହାଣ୍ଡିରେ ଟିକେ…

ପାକ୍‌ ଖେଳାଳିଙ୍କ ଫୋନ୍‌ ଜବତ କଲା ପିସିବି, କାହିଁକି ଜାଣନ୍ତୁ…

ଲଣ୍ଡନ,୬ା୯: ପାକିସ୍ତାନର ସମସ୍ୟାପୂର୍ଣ୍ଣ ଇଂଲଣ୍ଡ ଟୁର ଏକ ଅପ୍ରତ୍ୟାଶିତ ମୋଡ଼ ନେଇଛି। ଏଜବାଷ୍ଟନଠାରେ ଇଂଲଣ୍ଡ ବିପକ୍ଷ ଅନ୍ତିମ ତଥା ତୃତୀୟ ଟେଷ୍ଟ ପୂର୍ବରୁ ଜାତୀୟ ଦଳର କିଛି…

ଟିମ୍‌ରୁ ବାଦ ପଡ଼ିବାର ରହସ୍ୟ ଖୋଲିଲେ ରାଇନା, କୋହଲିଙ୍କ ଅଧିନାୟକତ୍ୱକୁ ନେଇ କହିଲେ ବଡ଼ କଥା

ନୂଆଦିଲ୍ଲୀ,୬।୯: ଭାରତୀୟ କ୍ରିକେଟ୍ ଦଳର ପୂର୍ବତନ ଷ୍ଟାର୍ ବ୍ୟାଟର ସୁରେଶ ରାଇନା ଟିମ୍ ଇଣ୍ଡିଆରୁ ବାଦ ପଡ଼ିବାକୁ ନେଇ ବଡ଼ ବୟାନ ଦେଇଛନ୍ତି। ବିରାଟ କୋହଲି ଭାରତୀୟ…

ଯନ୍ତ୍ରୀ ଅନୁପମା ସାହୁ ଗିରଫ, ଗାଡ଼ିରୁ ବାହାରିଥିଲା ବିଡ଼ାବିଡ଼ା ଟଙ୍କା, ଭୁବନେଶ୍ୱରରେ ଫ୍ଲାଟ୍‌ ସହ ଅନେକ ସହରରେ ରହିଛି…

କଟକ,୬ା୯(ପ୍ରଭୁକଲ୍ୟାଣ ପାଲ): ଲାଞ୍ଚ ଟଙ୍କାରେ ଫସିଲେ ଲେଡି ଅଫିସର। ଗିରଫ ହୋଇ କୋର୍ଟ ଚାଲାଣ ହୋଇଛନ୍ତି କେନ୍ଦ୍ରାପଡ଼ା ଡ୍ରେନେଜ ଡିଭିଜନର ସହକାରୀ ନିର୍ବାହୀ ଯନ୍ତ୍ରୀ ଅନୁପମା ସାହୁ।…

ଜଳି ଶଙ୍ଖ ନିକଟରେ ମର୍ମନ୍ତୁଦ ଦୁର୍ଘଟଣା, ଟ୍ରକ ଧକ୍କାରେ ଓଲଟି ପଡ଼ିଲା ଅଟୋ

ଖଲ୍ଲିକୋଟ,୬।୯(ପ୍ରଶାନ୍ତ କୁମାର ମିଶ୍ର): ଖଲ୍ଲିକୋଟ ବ୍ଳକ ଅନ୍ତର୍ଗତ ୧୬ ନମ୍ବର ଜାତୀୟ ରାଜପଥର ଜଳି ଶଙ୍ଖ ନିକଟରେ ମର୍ମନ୍ତୁଦ ଦୁର୍ଘଟଣା ହୋଇଛି । ରବିବାର ଅପରାହ୍ନରେ ଟ୍ରକ୍…

ଫୁଟବଲ ଖେଳ ଚାଲିଥିବା ବେଳେ ଆକାଶରୁ ଖସିଲା ମୃତ୍ୟୁ

କୁଆଁରମୁଣ୍ଡା,୬।୯(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା ବୀରମିତ୍ରପୁର ଥାନା କୁଆଁରମୁଣ୍ଡା ଫାଣ୍ଡି ଅନ୍ତର୍ଗତ କାଲୋଷିହିରିଆ ଗେଲ୍‌ଇଣ୍ଡିଆ ଖଡିଆବସ୍ତି ଫୁଟବଲ ପଡ଼ିଆରେ ରବିବାର ଏକ ଅଘଟଣ ଘଟିଛି। ପଡ଼ିଆରେ…

ଅବୈଧ ସମ୍ପର୍କରେ ବାଧା ସାଜିଲେ ସନ୍ତାନ; ପ୍ରେମିକ ସହ ମିଶି ହତ୍ୟା କଲେ, ଅନ୍ୟ ଜିଲାକୁ ନେଇ ଫିଙ୍ଗିଦେଲେ ମା’

ଚେନ୍ନାଇ,୬।୯: ତାମିଲନାଡୁର ତିରୁପତ୍ତୁର ଜିଲାରୁ ଏକ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି । ୫ ବର୍ଷ ଓ ୩ ବର୍ଷ ବୟସର ଦୁଇ ଶିଶୁଙ୍କୁ କୂଅରେ ଫିଙ୍ଗି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri