ଏମ୍‌ସିଏଲ୍‌ଆର୍‌ କମାଇଲା ଏସ୍‌ବିଆଇ

ମୁମ୍ବାଇ,୧୦-୧୦: ଷ୍ଟେଟ୍‌ ବ୍ୟାଙ୍କ ଅଫ୍‌ ଇଣ୍ଡିଆ(ଏସ୍‌ବିଆଇ) ପକ୍ଷରୁ ବୁଧବାର ଏହାର ମାର୍ଜିନାଲ କଷ୍ଟ ଫଣ୍ଡ୍‌ସ ବେସ୍‌ଡ ଲେଣ୍ଡିଂ(ଏମ୍‌ସିଏଲ୍‌ଆର୍‌) ହାରକୁ ୧୦ ବେସିସ୍‌ ପଏଣ୍ଟ ହ୍ରାସ କରାଯାଇଛି। ସବୁ ବର୍ଗର ଋଣ ଉପରେ ଏହା ଲାଗୁ ହେବ। ଅପରପକ୍ଷରେ ବ୍ୟାଙ୍କ ଏହାର ୧ ଲକ୍ଷ ଟଙ୍କାରୁ କମ୍‌ ଜମା ଉପରେ ସୁଧ ପ୍ରଦାନ ହାରକୁ ୨୫ ବେସିସ ପଏଣ୍ଟ ହ୍ରାସ କରି ୩.୨୫% କରିଛି। ଚଳିତ ବର୍ଷ ଏପ୍ରିଲ ପରଠାରୁ ଏସ୍‌ବିଆଇ ଏମ୍‌ସିଏଲ୍‌ଆର୍‌କୁ ୬ ଥର ଲାଗି ହ୍ରାସ କରିଛି। ଅକ୍ଟୋବର ୧୦ଠାରୁ ଏହି ନିଷ୍ପତ୍ତି ଲାଗୁ ହେବ ବୋଲି ବ୍ୟାଙ୍କ ପକ୍ଷରୁ କୁହାଯାଇଛି। ଅପରପକ୍ଷରେ ଜମା ହାର ଉପରେ ପରିବର୍ତ୍ତିତ ନିୟମ ନଭେମ୍ବର ପହିଲାରୁ କାର୍ଯ୍ୟକାରୀ ହେବ। ଅକ୍ଟୋବର ୧ ପରଠାରୁ ରେପୋ ସଂଯୋଗୀ ରିଟେଲ ଋଣକୁ ବାଦ ବର୍ଷିକିଆ ଏମ୍‌ସିଏଲ୍‌ଆର୍‌ ୮.୧୫% ପରିବର୍ତ୍ତେ ୮.୦୫%କୁ ଖସିଛି। ପାର୍ବଣ ସମୟରେ ଗ୍ରାହକଙ୍କୁ ସୁବିଧା ପ୍ରଦାନ ଲାଗି ଏଭଳି ପଦକ୍ଷେପ ଘୋଷଣା କରାଯାଇଥିବା ବ୍ୟାଙ୍କ ପ୍ରକାଶ କରିଛି। ସେହିଭଳି ବ୍ୟାଙ୍କ ଏହାର ରିଟେଲ ଟର୍ମ ଜମା ଏବଂ ବଡ ଟର୍ମ ଜମା ହାର ଯଥାକ୍ରମେ ୧୦ ବେସିସ ପଏଣ୍ଟ ଏବଂ ୩୦ ବେସିସ ପଏଣ୍ଟ କମାଇଛି। ଗତ ସପ୍ତାହରେ ରିଜର୍ଭ ବ୍ୟାଙ୍କ ଏହାର ରେପୋ କମାଇବା ପରେ ଏସ୍‌ବିଆଇ ଏଭଳି ପଦକ୍ଷେପ ନେଇଛି। ସେହିଭଳି ବ୍ୟାଙ୍କ ଅକ୍ଟୋବର ପହିଲାରୁ ରେପୋ ସଂଯୋଗୀ ଋଣ ବ୍ୟବସ୍ଥା ଗ୍ରହଣ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

RCBରୁ ଆସିଲା ବଡ଼ ଖବର: ବାକି ଆଇପିଏଲ ମ୍ୟାଚ ଖେଳିବେନି କୋହଲି!

ନୂଆଦିଲ୍ଲୀ,୧୩।୪: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ଏବଂ ମୁମ୍ବାଇ ଇଣ୍ଡିଆନ୍ସ ମଧ୍ୟରେ ଖେଳାଯାଇଥିବା ମ୍ୟାଚ ସମୟରେ ପୂର୍ବତନ ଅଧିନାୟକ ବିରାଟ କୋହଲି ଆଘାତ ପାଇଥିଲେ। ଏହା IPLର ୨୦ତମ…

ବେଲଗୁଣ୍ଠାରେ ଜିଲାସ୍ତରୀୟ ଅଭିଯୋଗ ଶୁଣାଣି, ୪ ଜଣଙ୍କୁ ୨୫ ହଜାର ଟଙ୍କା ସହାୟତା ପ୍ରଦାନ

ଭଞ୍ଜନଗର,୧୩।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ବେଲଗୁଣ୍ଠା ବ୍ଲକ ସମ୍ମିଳନୀ କକ୍ଷରେ ସୋମବାର ଗଞ୍ଜାମ ଜିଲ୍ଲା ସ୍ତରୀୟ ମିଳିତ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଅତିରିକ୍ତ…

କାଳୀମେଘା ହତ୍ୟାକାଣ୍ଡ ଘଟଣା; ସ୍ତ୍ରୀ ରଚିଥିଲା ଷଡଯନ୍ତ୍ର, ପତ୍ନୀ ସମେତ ୫ ଗିରଫ

କଳିଙ୍ଗନଗର,୧୩।୪(ଶୁଭାଶିଷ ରାଉତ ): ପୂର୍ବତନ ବିଧାୟକ ପ୍ରଣବ ପ୍ରକାଶ ଦାସଙ୍କ କାଳୀମେଘା ସ୍ଥିତ ଗେଷ୍ଟହାଉସ ସମ୍ମୁଖରେ ଗୁଳି ମାଡ଼ରେ ଜଣେ ଯୁବକଙ୍କ ମୃତ୍ୟୁ ଘଟଣାର ଫର୍ଦ୍ଧାଫାଶ କରିଛି…

ହଜମ କ୍ରିୟାକୁ ସକ୍ରିୟ କରେ ଖଜୁରି

ଖଜୁରିରେ ଫାଇବର୍‌, କ୍ୟାଲ୍‌ସିୟମ୍‌ ଏବଂ ମ୍ୟାଗ୍ନେସିୟମ୍‌ ଆଦି ପ୍ରଚୁର ପରିମାଣରେ ଭରି ରହିଛି। ଖଜୁରିକୁ ଆମେ ସବୁ ସମୟରେ ଖାଇପାରିବା, କିନ୍ତୁ ମୁଖ୍ୟତଃ ଏହାକୁ ସକାଳ ଜଳଖିଆ…

ବଲାଙ୍ଗୀର ତହସିଲ୍ ଅଫିସ ପରିସରରେ ଜଳିଗଲା ବୁଲେଟ୍, କେମିତି ଲାଗିଲା ନିଆଁ?

ବଲାଙ୍ଗୀର,୧୩।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ତହସିଲ୍ ଅଫିସ ପରିସରରେ ଅଭାବନୀୟ ଘଟଣା । ଜଣେ ଓକିଲ ତାଙ୍କ ବୁଲେଟ୍ ରଖି ରେକର୍ଡ ରୁମକୁ ଯାଇଥିବା ବେଳେ ହଠାତ୍…

ମହିଳାଙ୍କୁ ନେଇ ବଡ଼ ଘୋଷଣା କଲେ ପ୍ରଧାନମନ୍ତ୍ରୀ, ଅପେକ୍ଷାର ଅନ୍ତ ହେବାକୁ…

ନୂଆଦିଲ୍ଲୀ,୧୩।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦିଲ୍ଲୀରେ ନାରୀ ଶକ୍ତି ବନ୍ଦନ ସମ୍ମିଳନୀକୁ ସମ୍ବୋଧିତ କରିଥିଲେ। ପ୍ରଧାନମନ୍ତ୍ରୀ ମୋଦି କହିଛନ୍ତି, ଦେଶର ବିକାଶ ଯାତ୍ରାର ଏହି ଗୁରୁତ୍ୱପୂର୍ଣ୍ଣ ମାଇଲଖୁଣ୍ଟ…

ଅପମାନିତ ପରେ ମନ ବୁଝିଲାନି, ପୁଣି ଥରେ ଆମେରିକା-ଇରାନ ମଧ୍ୟରେ ଆଲୋଚନା ପାଇଁ ପାକିସ୍ତାନ…

ଇସଲାମାବାଦ,୧୩ା୪: ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ପ୍ରଥମ ପର୍ଯ୍ୟାୟ ଆଲୋଚନା ବିଫଳ ହେବା ପରେ, ପାକିସ୍ତାନ ଦୁଇ ଦେଶକୁ ଆଲୋଚନା ଟେବୁଲକୁ ଫେରାଇ ଆଣିବା ପାଇଁ…

ବନ୍ଧାହେଲେ କୁବେର ଗୁଡାରି ରେଞ୍ଜର

ଗୁଡାରି,୧୩।୪(ପ୍ରମୋଦ କୁମାର ପତି): ଗୁଡାରି ରେଞ୍ଜର ସୁକୁମାର ଦୁଖୁ ରବିବାର ରାତିରେ ଓଡିଶା ଭିଜିଲାନ୍ସ ଦ୍ୱାରା ଗିରଫ ହୋଇଛନ୍ତି। ଗୁଡାରି ରେଞ୍ଜର ନିଜ ଅଫିସ ଗାଡ଼ି (ବୋଲେରୋ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri