ଏମ୍‌ସିସିକୁ ବିରୋଧ, ଫେରିଲା ପୌରପାଳିକା

ଅନୁଗୋଳ ଅଫିସ, ୧୧।୧୨-ଅନୁଗୋଳ ପୌରପାଳିକା ଅନ୍ତର୍ଗତ ମିଶ୍ରପଡ଼ା ହାଇଟେକ୍‌ ନର୍ସରୀ ନିକଟରେ ଏମ୍‌ସିସି ପ୍ରକଳ୍ପକୁ ମଙ୍ଗଳବାର ପୁଣି ସ୍ଥାନୀୟ ଲୋକମାନେ ବିରୋଧ କରିଛନ୍ତି। ଫଳରେ ଘଟଣାସ୍ଥଳକୁ ଯାଇଥିବା ମାଜିଷ୍ଟ୍ରେଟ ଓ ପୋଲିସ ଉପସ୍ଥିତିରେ କାର୍ଯ୍ୟ ଆରମ୍ଭ କରି ନ ପାରି ପୌର କର୍ତ୍ତୃପକ୍ଷ ଫେରି ଯାଇଛନ୍ତି। ଏପରି କି ସ୍ଥାନୀୟ ଲୋକେ କାର୍ଯ୍ୟ କରାଇଦେଉ ନ ଥିବା ନିର୍ବାହୀ ଅଧିକାରୀ ବିନୋଦଚନ୍ଦ୍ର ପଣ୍ଡା ଜିଲାପାଳ ଓ ଏସ୍‌ପିଙ୍କୁ ଅବଗତ କରିଛନ୍ତି। ଉଭୟଙ୍କ ନିକଟରେ ଅଭିଯୋଗ ପରେ ଘଟଣାର ତଦନ୍ତ କରିବାକୁ ଏସ୍‌ପି ଅନୁଗୋଳ ଏସ୍‌ଡିପିଓଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।
ପୌର ନିର୍ବାହୀ ଯନ୍ତ୍ରୀଙ୍କ ନେତୃତ୍ୱରେ ଏକ ଟିମ୍‌ ପ୍ରକଳ୍ପ ନିର୍ମାଣ ସ୍ଥାନକୁ ଯାଇଥିଲା। ଉକ୍ତ ଟିମ୍‌ ସହ ମାଜିଷ୍ଟ୍ରେଟ ଦୋଳଗୋବିନ୍ଦ ସାହୁ ଓ ଅନୁଗୋଳ ପୋଲିସର ଅଧିକାରୀମାନେ ମଧ୍ୟ ଯାଇଥିଲେ। ତେବେ ପ୍ରକଳ୍ପ କାର୍ଯ୍ୟକୁ ବନ୍ଦ କରିବା ପାଇଁ ପୂର୍ବରୁ ସେଠାରେ ସ୍ଥାନୀୟ ଲୋକମାନେ ରୁଣ୍ଡ ହୋଇଥିଲେ। ଏହାପରେ ପୌରପ୍ରଶାସନ, ମାଜିଷ୍ଟ୍ରେଟ ଓ ପୋଲିସ ଘଟଣାସ୍ଥଳରେ ପହଞ୍ଚତ୍ବା ପରେ ଲୋକଙ୍କ ବିରୋଧ ଆରମ୍ଭ ହୋଇଥିଲା। ଜୋରଦାର ବିରୋଧ ଯୋଗୁ ନିର୍ମାଣ କାର୍ଯ୍ୟ କରିବାକୁ ଯାଇଥିବା ପୌର ଅଧିକାରୀଙ୍କ ସହ ମାଜିଷ୍ଟ୍ରେଟ ଓ ପୋଲିସ ନିରୁପାୟ ହୋଇ ଫେରି ଯାଇଥିଲେ। ପରେ ନିର୍ବାହୀ ଅଧିକାରୀ ଘଟଣା ସମ୍ପର୍କରେ ଅନୁଗୋଳ ଜିଲାପାଳ ମନୋଜ କୁମାର ମହାନ୍ତିଙ୍କ ସହ ଆଲୋଚନା କରିଥିଲେ। ଏପରି କି ଏସ୍‌ପିଙ୍କୁ ଭେଟି ମଧ୍ୟ ଘଟଣା ସମ୍ପର୍କରେ ଅବଗତ କରିଥିଲେ। ତେବେ ଏସ୍‌ପି ପୋଲିସ ଫୋର୍ସ ଲଗାଇ କାର୍ଯ୍ୟ କରିବା ପାଇଁ ପ୍ରତିଶ୍ରୁତି ଦେଇଥିବାବେଳେ ଅନୁଗୋଳ ଏସ୍‌ଡିପିଓ ଅଶ୍ୱନୀ ସାହୁଙ୍କୁ ଘଟଣାର ତଦନ୍ତ କରିବାକୁ ନିର୍ଦ୍ଦେଶ ଦେଇଥିବା ନିର୍ବାହୀ ଅଧିକାରୀ ପଣ୍ଡା ସୂଚନା ଦେଇଛନ୍ତି। ଏବେ ମିଶ୍ରପଡାରେ ପ୍ରକଳ୍ପକୁ ସ୍ଥାନୀୟ ଲୋକମାନେ ବିରୋଧ କରୁଥିବାରୁ ନିର୍ମାଣ କାର୍ଯ୍ୟ ଜଟିଳ ହେବାରେ ଲାଗିଛି। ଏପରି କି ସ୍ଥାନୀୟ ଲୋକମାନେ ଏମ୍‌ସିସିକୁ ବିରୋଧ କରିବା ସହ ଅନ୍ୟତ୍ର ସ୍ଥାନାନ୍ତରିତ କରିବାକୁ ମଧ୍ୟ ଦାବି କରିଛନ୍ତି। ଅଞ୍ଚଳବାସୀ କହିଛନ୍ତି ଯେ, ସହରରେ ଏତେ ସ୍ଥାନ ଥିଲେ ମଧ୍ୟ କାହିଁକି ଏଠାରେ ପୌରପାଳିକା ଏମ୍‌ସିସି ନିର୍ମାଣ କରୁଛି। ଏହା ହେବା ପରେ ସ୍ଥାନୀୟ ବାସିନ୍ଦାଙ୍କ ରହିବା ମୁସକିଲ୍‌ ହୋଇପଡ଼ିବ। ଦୁର୍ଗନ୍ଧରେ ନାକ ଫାଟିବ। ଏପରି କି ସୁସ୍ଥ ବାତାବରଣ ଥିବା ସ୍ଥାନଟିରେ ଅସ୍ବାସ୍ଥ୍ୟକର ପରିବେଶ ସୃଷ୍ଟି ହେବ। ତେଣୁ ଏହାକୁ ବିରୋଧ କରାଯାଉଛି ବୋଲି ସ୍ଥାନୀୟ ଲୋକେ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସୌନ୍ଦର୍ଯ୍ୟକରଣ ବଦଳରେ ଫୁଡ୍‌କୋର୍ଟ-ଦୋକାନ ଗୃହ ନିର୍ମାଣ, ଐତିହ୍ୟ ହରାଉଛି…

ପୁରୁଷୋତ୍ତମପୁର,୨୦ା୨(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ୯ ନଂ. ୱାର୍ଡ ରେ ଥିବା କିମ୍ବଦନ୍ତୀପୂର୍ଣ୍ଣ ଐତିହାସିକ ଗୋପାଳବନ୍ଧଟି ଦୀର୍ଘବର୍ଷ ହେଲା ଅବହେଳିତ ଅବସ୍ଥାରେ ପଡିରହି ତାର ଐତିହ୍ୟ…

ପ୍ରମାଣ ଅଭାବରୁ ୨ ଗଞ୍ଜେଇ ଚାଲାଣକାରୀ ନିର୍ଦ୍ଦୋଷରେ ଖଲାସ

ଭଞ୍ଜନଗର,୨୦।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲ୍ଲା ଭଞ୍ଜନଗର ଏଡିଜେ ଶେଖ ମହମଦ କୁଏସ ଏକ ଗଞ୍ଜେଇ ଚାଲାଣ ମାମଲାର ବିଚାର କରି ପ୍ରମାଣ ଅଭାବରୁ ଦୁଇଜଣ ଅଭିଯୁକ୍ତଙ୍କୁ ଖଲାସ…

ବାଘଛୁଆର ମୃତଦେହ ବ୍ୟବଚ୍ଛେଦ କଲେ ୪ଜଣିଆ ଟିମ୍‌

ଭଞ୍ଜନଗର,୨୦ା୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ ମୁଜାଗଡ ରେଞ୍ଜ ବଜ୍ରକୋଟ ଗ୍ରାମ ନିକଟରୁ ବୁଧବାର ବନ ବିଭାଗ ଜବତ କରିଥିବା କଲରାପତରିଆ ବାଘ…

ଅନ୍ୟନାମରେ ଆକାଉଣ୍ଟ ଖୋଲି ଠକେଇ: ୭ଦିନରେ ଧରାପଡ଼ିଲେଣି ୯ ଅଭିଯୁକ୍ତ

ବରଗଡ଼,୨୦।୨(ପ୍ରେମାନନ୍ଦ ଖମାରୀ): ରାଜ୍ୟରେ ଗତ ୧୩ ତାରିଖରୁ ପୋଲିସ ମହାନିର୍ଦ୍ଦେଶକଙ୍କ ନିର୍ଦ୍ଦେଶକ୍ରମେ ସାଇବର କବଚ ଅଭିଯାନ ଚାଲିଛି। ତେବେ ଏହି ଅଭିଯାନକୁ ବରଗଡ଼ ଜିଲା ପୋଲିସ୍‌ ଜୋରଦାର୍‌…

ବିଚ୍‌ ରାସ୍ତାରେ ପଡ଼ିଛି ନବଜାତ ଶିଶୁର ମୃତଦେହ, ଜନ୍ମ ପରେ…

ରାୟଗଡ଼ା,୨୦ା୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ାରେ ପୁଣି ଦେଖିବାକୁ ମିଳିଛି ଏକ ହୃଦୟ ବିଦାରକ ଦୃଶ୍ୟ। ସହରର ଗୋଦାବରୀଶ ନଗର ତଥା ରାୟଗଡ଼ା କଲେଜ ପଛ ପାର୍ଶ୍ୱ ବିଚ୍‌…

ଯୁବକଙ୍କୁ ହତ୍ୟା କରି ଫିଙ୍ଗିଦେଲେ ଦୁର୍ବୃତ୍ତ

ଛତ୍ରପୁର,୨୦ା୨(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁରରେ ଯୁବକଙ୍କୁ ସଂଘବଦ୍ଧ ଭାବେ ହତ୍ୟା କରାଯାଇଛି। ଛତ୍ରପୁର ଥାନା ଅଧୀନ ରିକାପଲ୍ଲୀ ଗେଟ୍‌ ପାଖରେ ହତ୍ୟା କରାଯାଇଥିବା ଦେଖିବାକୁ ମିଳିଛି।…

୫ମିନିଟ୍‌ ବ୍ୟବଧାନରେ ଗୋଟିଏ ଗାଡ଼ିରେ ୨ମିଲକୁ ଧାନ ଯିବା ଘଟଣା: ତଦନ୍ତ ଆରମ୍ଭ କଲା ଯୋଗାଣ ବିଭାଗ

ବରଗଡ଼,୨୦।୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଧାନକିଣାରେ ଫଲ୍ସ ଏଣ୍ଟ୍ରି ଜଣାପଡ଼ିଛି। ୫ମିନିଟ୍‌ ବ୍ୟବଧାନରେ ଗୋଟିଏ ଗାଡ଼ିରେ ୨ମିଲକୁ ଧାନ ଯାଇଥିବା ଘଟଣା ଜଣାପଡ଼ିବା ପରେ ବରଗଡ଼ ଜିଲା…

ବ୍ୟାନର, ପୋଷ୍ଟର ପାଇଁ ଗଛରେ କଣ୍ଟାପିଟା, ସବୁ ଦେଖି ବନ ବିଭାଗ ଚୁପ

ଦାରିଙ୍ଗବାଡ଼ି,୨୦ା୨(ଅରୁଣ ସାହୁ): ଦାରିଙ୍ଗବାଡ଼ି ବନାଞ୍ଚଳର ଜାତୀୟ ରାଜପଥ ସମେତ ବିଭିନ୍ନ ସ୍ଥାନରେ ବଡ଼ବଡ଼ ଗଛରେ ବ୍ୟାନର, ପୋଷ୍ଟର ପାଇଁ ଗଛରେ କଣ୍ଟାପିଟା କରାଯାଉଛି। ବିଭିନ୍ନ ସରକାରୀ ବେସରକାରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri