ଏମ୍‌ସିସିକୁ ବିରୋଧ, ଫେରିଲା ପୌରପାଳିକା

ଅନୁଗୋଳ ଅଫିସ, ୧୨।୧୨: ଅନୁଗୋଳ ପୌରପାଳିକା ଅନ୍ତର୍ଗତ ମିଶ୍ରପଡ଼ା ହାଇଟେକ୍‌ ନର୍ସରୀ ନିକଟରେ ଏମ୍‌ସିସି ପ୍ରକଳ୍ପକୁ ମଙ୍ଗଳବାର ପୁଣି ସ୍ଥାନୀୟ ଲୋକମାନେ ବିରୋଧ କରିଛନ୍ତି। ଫଳରେ ଘଟଣାସ୍ଥଳକୁ ଯାଇଥିବା ମାଜିଷ୍ଟ୍ରେଟ ଓ ପୋଲିସ ଉପସ୍ଥିତିରେ କାର୍ଯ୍ୟ ଆରମ୍ଭ କରି ନ ପାରି ପୌର କର୍ତ୍ତୃପକ୍ଷ ଫେରି ଯାଇଛନ୍ତି। ଏପରି କି ସ୍ଥାନୀୟ ଲୋକେ କାର୍ଯ୍ୟ କରାଇଦେଉ ନ ଥିବା ନିର୍ବାହୀ ଅଧିକାରୀ ବିନୋଦଚନ୍ଦ୍ର ପଣ୍ଡା ଜିଲାପାଳ ଓ ଏସ୍‌ପିଙ୍କୁ ଅବଗତ କରିଛନ୍ତି। ଉଭୟଙ୍କ ନିକଟରେ ଅଭିଯୋଗ ପରେ ଘଟଣାର ତଦନ୍ତ କରିବାକୁ ଏସ୍‌ପି ଅନୁଗୋଳ ଏସ୍‌ଡିପିଓଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।
ପୌର ନିର୍ବାହୀ ଯନ୍ତ୍ରୀଙ୍କ ନେତୃତ୍ୱରେ ଏକ ଟିମ୍‌ ପ୍ରକଳ୍ପ ନିର୍ମାଣ ସ୍ଥାନକୁ ଯାଇଥିଲା। ଉକ୍ତ ଟିମ୍‌ ସହ ମାଜିଷ୍ଟ୍ରେଟ ଦୋଳଗୋବିନ୍ଦ ସାହୁ ଓ ଅନୁଗୋଳ ପୋଲିସର ଅଧିକାରୀମାନେ ମଧ୍ୟ ଯାଇଥିଲେ। ତେବେ ପ୍ରକଳ୍ପ କାର୍ଯ୍ୟକୁ ବନ୍ଦ କରିବା ପାଇଁ ପୂର୍ବରୁ ସେଠାରେ ସ୍ଥାନୀୟ ଲୋକମାନେ ରୁଣ୍ଡ ହୋଇଥିଲେ। ଏହାପରେ ପୌରପ୍ରଶାସନ, ମାଜିଷ୍ଟ୍ରେଟ ଓ ପୋଲିସ ଘଟଣାସ୍ଥଳରେ ପହଞ୍ଚତ୍ବା ପରେ ଲୋକଙ୍କ ବିରୋଧ ଆରମ୍ଭ ହୋଇଥିଲା। ଜୋରଦାର ବିରୋଧ ଯୋଗୁ ନିର୍ମାଣ କାର୍ଯ୍ୟ କରିବାକୁ ଯାଇଥିବା ପୌର ଅଧିକାରୀଙ୍କ ସହ ମାଜିଷ୍ଟ୍ରେଟ ଓ ପୋଲିସ ନିରୁପାୟ ହୋଇ ଫେରି ଯାଇଥିଲେ। ପରେ ନିର୍ବାହୀ ଅଧିକାରୀ ଘଟଣା ସମ୍ପର୍କରେ ଅନୁଗୋଳ ଜିଲାପାଳ ମନୋଜ କୁମାର ମହାନ୍ତିଙ୍କ ସହ ଆଲୋଚନା କରିଥିଲେ। ଏପରି କି ଏସ୍‌ପିଙ୍କୁ ଭେଟି ମଧ୍ୟ ଘଟଣା ସମ୍ପର୍କରେ ଅବଗତ କରିଥିଲେ। ତେବେ ଏସ୍‌ପି ପୋଲିସ ଫୋର୍ସ ଲଗାଇ କାର୍ଯ୍ୟ କରିବା ପାଇଁ ପ୍ରତିଶ୍ରୁତି ଦେଇଥିବାବେଳେ ଅନୁଗୋଳ ଏସ୍‌ଡିପିଓ ଅଶ୍ୱନୀ ସାହୁଙ୍କୁ ଘଟଣାର ତଦନ୍ତ କରିବାକୁ ନିର୍ଦ୍ଦେଶ ଦେଇଥିବା ନିର୍ବାହୀ ଅଧିକାରୀ ପଣ୍ଡା ସୂଚନା ଦେଇଛନ୍ତି। ଏବେ ମିଶ୍ରପଡାରେ ପ୍ରକଳ୍ପକୁ ସ୍ଥାନୀୟ ଲୋକମାନେ ବିରୋଧ କରୁଥିବାରୁ ନିର୍ମାଣ କାର୍ଯ୍ୟ ଜଟିଳ ହେବାରେ ଲାଗିଛି। ଏପରି କି ସ୍ଥାନୀୟ ଲୋକମାନେ ଏମ୍‌ସିସିକୁ ବିରୋଧ କରିବା ସହ ଅନ୍ୟତ୍ର ସ୍ଥାନାନ୍ତରିତ କରିବାକୁ ମଧ୍ୟ ଦାବି କରିଛନ୍ତି। ଅଞ୍ଚଳବାସୀ କହିଛନ୍ତି ଯେ, ସହରରେ ଏତେ ସ୍ଥାନ ଥିଲେ ମଧ୍ୟ କାହିଁକି ଏଠାରେ ପୌରପାଳିକା ଏମ୍‌ସିସି ନିର୍ମାଣ କରୁଛି। ଏହା ହେବା ପରେ ସ୍ଥାନୀୟ ବାସିନ୍ଦାଙ୍କ ରହିବା ମୁସକିଲ୍‌ ହୋଇପଡ଼ିବ। ଦୁର୍ଗନ୍ଧରେ ନାକ ଫାଟିବ। ଏପରି କି ସୁସ୍ଥ ବାତାବରଣ ଥିବା ସ୍ଥାନଟିରେ ଅସ୍ବାସ୍ଥ୍ୟକର ପରିବେଶ ସୃଷ୍ଟି ହେବ। ତେଣୁ ଏହାକୁ ବିରୋଧ କରାଯାଉଛି ବୋଲି ସ୍ଥାନୀୟ ଲୋକେ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରାତିରେ ଝିଅ ଡ୍ରେସ୍‌ ପିନ୍ଧି ଚୋରି କରୁଥିଲେ ଯୁବକ, ଧରାପଡ଼ିବାରୁ ହାତରେ କୋଦାଳ ଧରାଇ ଗ୍ରାମବାସୀ କଲେ…

ଚାନ୍ଦବାଲି,୧୨ା୪(ଅଶୋକ ପଣ୍ଡା): ଦିନରେ ପୁଅ ଡ୍ରେସ୍‌ ଆଉ ରାତି ହେଲେ ପିନ୍ଧୁଥିଲେ ଝିଅ ଡ୍ରେସ୍‌। ପୁଣି ଛଦ୍ମବେଶରେ କିନ୍ନର ହୋଇ ଚୋରି ସହିତ ଲୋକଙ୍କଠାରୁ ହାତ ପତାଇ…

ବଂଶଧାରା ଉପର ମୁଣ୍ଡରେ ଆନିକଟ ଦାବି କରି ଶପଥ ନେଲା ସୁରକ୍ଷା ସମିତି

ଗୁଣପୁର,୧୨ା୪(ସୁଜାତା ପାଢ଼ୀ): ବଂଶଧାରା ଉପର ମୁଣ୍ଡରେ ଆନିକଟ ଦାବି ନେଇ ଏକ ଅଭିନବ ଢଙ୍ଗରେ ନଦୀ ତଟବର୍ତ୍ତୀ ଗ୍ରାମ ଗଜପତି ଜିଲା ସାରା ଗ୍ରାମରେ ଜଳସଂକଳ୍ପ ଯାତ୍ରା…

୫୩ନଂ ରାଜ୍ୟ ରାଜପଥରେ ଗୋଟିଏ ପରେ ଗୋଟିଏ ହାଇଓ୍ବାକୁ ମାଡ଼ି ବସିଲା ପୋଲିସ 

ବନ୍ତ,୧୨।୪(କିଶୋର କୁମାର ସେଠୀ): ଭଦ୍ରକ ଜିଲା ବନ୍ତ ପୋଲିସ ପକ୍ଷରୁ ବେଆଇନ ବାଲି ଚାଲାଣ କରୁଥିବା ୯ଟି ହାଇଓ୍ବା ଜବତ ହୋଇଛି। ଭଦ୍ରକ-ଆନନ୍ଦପୁର ୫୩ନଂ ରାଜ୍ୟ ରାଜପଥରେ…

ଯୁବକଙ୍କୁ ଧକ୍କାଦେଇ ଫେରାର ମାରିଲେ ହାଇଓ୍ବା ଚାଳକ, ଘଟଣାସ୍ଥଳରେ ପଡ଼ିରହିଛି ମୃତଦେହ

ବାଲେଶ୍ୱର,୧୨ା୪(ବାଞ୍ଛାନିଧି ଦେ): ଏଆର୍‌ଏସ୍‌ଏସ୍‌ କମ୍ପାନୀର ହାଇଓ୍ବା ଧକ୍କାରେ ଯୁବକଙ୍କ ମୃତ୍ୟୁ ଘଟିଛି। ବାଲେଶ୍ୱର ଜିଲା ବସ୍ତା ଥାନା ଅମର୍ଦ୍ଦାରୋଡ୍‌ ରେଳ ଷ୍ଟେଶନ ପରିସରରେ ମୋରମ ବୋଝେଇ ହାଇଓ୍ବା…

କେନ୍ଦ୍ରାପଡ଼ା ଜିଲାର ଏହି ବ୍ଲକରେ ବିଜେଡିରୁ ସମସ୍ତେ ଦେଇଦେଲେ ଇସ୍ତଫା

ପାଟକୁରା,୧୨ା୪(ରବୀନ୍ଦ୍ର ନାଥ ବାରିକ): କେନ୍ଦ୍ରାପଡା ଜିଲା ପାଟକୁରା ନିର୍ବାଚନ ମଣ୍ଡଳୀ ଗରଦପୁର ବ୍ଲକ ବିଜେଡି ସମର୍ଥିତ ତଥା ବିଧାୟକ ଅରବିନ୍ଦ ମହାପାତ୍ରଙ୍କ ଅନୁଗତମାନେ ବିଜେଡିରୁ ସମୂହ ଇସ୍ତଫା…

ଜିଲାପାଳଙ୍କ ତଦାରଖ ପରେ ଫେରିଘାଟ ବନ୍ଦ ନିର୍ଦ୍ଦେଶ, ଡଙ୍ଗା ଇଞ୍ଜିନ ଚାବି ଜବତ କରି…

ମହାକାଳପଡ଼ା,୧୨ା୪(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ରାମନଗର ପଞ୍ଚାୟତ ବାହାକୁଦ-ମୂଷଡିଆ ମହାନଦୀ ଫେରିଘାଟରେ ଲାଇଫ ଜ୍ୟାକେଟ, ସିସିଟିଭି ଆଦି ବ୍ୟବାହର ହେଉ ନ ଥିବା…

ଚର୍ଚ୍ଚ କବାଟ ଭାଙ୍ଗି ବୁଲାଇଲେ କଳାକନା : ଥାନାରେ…

ଦାରିଙ୍ଗବାଡି, ୧୨।୪ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ସିଆଙ୍ଗବାଲି ଚର୍ଚ୍ଚ ଗୃହର ମୁଖ୍ୟ କବାଟକୁ ତଡାଯାଇ ବହୁ ସାଉଣ୍ଡ ସିଷ୍ଟମର ଯନ୍ତ୍ରପାତି ଚୋରି ହୋଇଥିବା…

ମା ’ ବାଙ୍କେଶ୍ୱରୀ ମନ୍ଦିର ନିକଟ ରାସ୍ତାରେ ସ୍କୁଟିରୁ ପଡି ଆଖିବୁଜିଲେ ଗ୍ରାମରକ୍ଷୀ: କାନ୍ଦବୋବାଳିରେ ଫାଟିପଡୁଛି…

ଦିଗପହଣ୍ଡି,୧୨।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ଗାଁ ର ଗ୍ରାମରକ୍ଷୀ ଭାବେ କାର୍ଯ୍ୟକରୁଥିବା ରଙ୍କ ନାଇକ(୭୦)ରବିବାର ସକାଳେ ସ୍କୁଟିରୁ ଖସିପଡ଼ି ମୃତ୍ୟୁବରଣ କରିଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri