ଏମ୍‌ସିସିକୁ ବିରୋଧ, ଫେରିଲା ପୌରପାଳିକା

ଅନୁଗୋଳ ଅଫିସ, ୧୨।୧୨: ଅନୁଗୋଳ ପୌରପାଳିକା ଅନ୍ତର୍ଗତ ମିଶ୍ରପଡ଼ା ହାଇଟେକ୍‌ ନର୍ସରୀ ନିକଟରେ ଏମ୍‌ସିସି ପ୍ରକଳ୍ପକୁ ମଙ୍ଗଳବାର ପୁଣି ସ୍ଥାନୀୟ ଲୋକମାନେ ବିରୋଧ କରିଛନ୍ତି। ଫଳରେ ଘଟଣାସ୍ଥଳକୁ ଯାଇଥିବା ମାଜିଷ୍ଟ୍ରେଟ ଓ ପୋଲିସ ଉପସ୍ଥିତିରେ କାର୍ଯ୍ୟ ଆରମ୍ଭ କରି ନ ପାରି ପୌର କର୍ତ୍ତୃପକ୍ଷ ଫେରି ଯାଇଛନ୍ତି। ଏପରି କି ସ୍ଥାନୀୟ ଲୋକେ କାର୍ଯ୍ୟ କରାଇଦେଉ ନ ଥିବା ନିର୍ବାହୀ ଅଧିକାରୀ ବିନୋଦଚନ୍ଦ୍ର ପଣ୍ଡା ଜିଲାପାଳ ଓ ଏସ୍‌ପିଙ୍କୁ ଅବଗତ କରିଛନ୍ତି। ଉଭୟଙ୍କ ନିକଟରେ ଅଭିଯୋଗ ପରେ ଘଟଣାର ତଦନ୍ତ କରିବାକୁ ଏସ୍‌ପି ଅନୁଗୋଳ ଏସ୍‌ଡିପିଓଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।
ପୌର ନିର୍ବାହୀ ଯନ୍ତ୍ରୀଙ୍କ ନେତୃତ୍ୱରେ ଏକ ଟିମ୍‌ ପ୍ରକଳ୍ପ ନିର୍ମାଣ ସ୍ଥାନକୁ ଯାଇଥିଲା। ଉକ୍ତ ଟିମ୍‌ ସହ ମାଜିଷ୍ଟ୍ରେଟ ଦୋଳଗୋବିନ୍ଦ ସାହୁ ଓ ଅନୁଗୋଳ ପୋଲିସର ଅଧିକାରୀମାନେ ମଧ୍ୟ ଯାଇଥିଲେ। ତେବେ ପ୍ରକଳ୍ପ କାର୍ଯ୍ୟକୁ ବନ୍ଦ କରିବା ପାଇଁ ପୂର୍ବରୁ ସେଠାରେ ସ୍ଥାନୀୟ ଲୋକମାନେ ରୁଣ୍ଡ ହୋଇଥିଲେ। ଏହାପରେ ପୌରପ୍ରଶାସନ, ମାଜିଷ୍ଟ୍ରେଟ ଓ ପୋଲିସ ଘଟଣାସ୍ଥଳରେ ପହଞ୍ଚତ୍ବା ପରେ ଲୋକଙ୍କ ବିରୋଧ ଆରମ୍ଭ ହୋଇଥିଲା। ଜୋରଦାର ବିରୋଧ ଯୋଗୁ ନିର୍ମାଣ କାର୍ଯ୍ୟ କରିବାକୁ ଯାଇଥିବା ପୌର ଅଧିକାରୀଙ୍କ ସହ ମାଜିଷ୍ଟ୍ରେଟ ଓ ପୋଲିସ ନିରୁପାୟ ହୋଇ ଫେରି ଯାଇଥିଲେ। ପରେ ନିର୍ବାହୀ ଅଧିକାରୀ ଘଟଣା ସମ୍ପର୍କରେ ଅନୁଗୋଳ ଜିଲାପାଳ ମନୋଜ କୁମାର ମହାନ୍ତିଙ୍କ ସହ ଆଲୋଚନା କରିଥିଲେ। ଏପରି କି ଏସ୍‌ପିଙ୍କୁ ଭେଟି ମଧ୍ୟ ଘଟଣା ସମ୍ପର୍କରେ ଅବଗତ କରିଥିଲେ। ତେବେ ଏସ୍‌ପି ପୋଲିସ ଫୋର୍ସ ଲଗାଇ କାର୍ଯ୍ୟ କରିବା ପାଇଁ ପ୍ରତିଶ୍ରୁତି ଦେଇଥିବାବେଳେ ଅନୁଗୋଳ ଏସ୍‌ଡିପିଓ ଅଶ୍ୱନୀ ସାହୁଙ୍କୁ ଘଟଣାର ତଦନ୍ତ କରିବାକୁ ନିର୍ଦ୍ଦେଶ ଦେଇଥିବା ନିର୍ବାହୀ ଅଧିକାରୀ ପଣ୍ଡା ସୂଚନା ଦେଇଛନ୍ତି। ଏବେ ମିଶ୍ରପଡାରେ ପ୍ରକଳ୍ପକୁ ସ୍ଥାନୀୟ ଲୋକମାନେ ବିରୋଧ କରୁଥିବାରୁ ନିର୍ମାଣ କାର୍ଯ୍ୟ ଜଟିଳ ହେବାରେ ଲାଗିଛି। ଏପରି କି ସ୍ଥାନୀୟ ଲୋକମାନେ ଏମ୍‌ସିସିକୁ ବିରୋଧ କରିବା ସହ ଅନ୍ୟତ୍ର ସ୍ଥାନାନ୍ତରିତ କରିବାକୁ ମଧ୍ୟ ଦାବି କରିଛନ୍ତି। ଅଞ୍ଚଳବାସୀ କହିଛନ୍ତି ଯେ, ସହରରେ ଏତେ ସ୍ଥାନ ଥିଲେ ମଧ୍ୟ କାହିଁକି ଏଠାରେ ପୌରପାଳିକା ଏମ୍‌ସିସି ନିର୍ମାଣ କରୁଛି। ଏହା ହେବା ପରେ ସ୍ଥାନୀୟ ବାସିନ୍ଦାଙ୍କ ରହିବା ମୁସକିଲ୍‌ ହୋଇପଡ଼ିବ। ଦୁର୍ଗନ୍ଧରେ ନାକ ଫାଟିବ। ଏପରି କି ସୁସ୍ଥ ବାତାବରଣ ଥିବା ସ୍ଥାନଟିରେ ଅସ୍ବାସ୍ଥ୍ୟକର ପରିବେଶ ସୃଷ୍ଟି ହେବ। ତେଣୁ ଏହାକୁ ବିରୋଧ କରାଯାଉଛି ବୋଲି ସ୍ଥାନୀୟ ଲୋକେ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ପୁନର୍ବିଚାର କରିବେ ବୋଲି ବିଶ୍ୱାସ: ସମୀର

ଗୋପ, ୧୯ା୪(ଭାରତୀ ଭୂଷଣ ଉପାଧ୍ୟାୟ): ନିମାପଡ଼ା ବିଧାୟକ ସମୀର ରଞ୍ଜନ ଦାଶଙ୍କୁ ବିଜେଡି ପକ୍ଷରୁ ଟିକେଟ ନ ମିଳିବା ନେଇ ଏବେ ତାଙ୍କ ସମର୍ଥକଙ୍କ ମଧ୍ୟରେ...

ନିମାପଡ଼ା ଆସନରେ ମାଷ୍ଟରଷ୍ଟ୍ରୋକ୍‌ ଖେଳିପାରେ କଂଗ୍ରେସ

ନିମାପଡ଼ା,୧୯ା୪(ରଞ୍ଜନ ପଟ୍ଟନାୟକ): ନିମାପଡ଼ା ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ଭାଜପା ଏବଂ ବିଜେଡି ପ୍ରାର୍ଥୀ ଘୋଷଣା କରିସାରିଥିବା କଂଗ୍ରେସ ପଡ଼ିଛି ପଛରେ। ୨୦୧୯ ନିର୍ବାଚନରେ ଦିଲ୍ଲୀପ ନାୟକକଂଗ୍ରେସରୁ...

ଚିଟ୍‌ଫଣ୍ଡ ଅଭିଯୁକ୍ତଙ୍କ ପାସ୍‌ପୋର୍ଟ ଫେରାଅ: ହାଇକୋର୍ଟ

କଟକ,୧୯ା୪ (କାର୍ତ୍ତିକ ସାହୁ) ଜଣେ ଚିଟ୍‌ଫଣ୍ଡ ଅଭିଯୁକ୍ତଙ୍କ ପାସ୍‌ପୋର୍ଟ ଫେରାଇବାକୁ ହାଇକୋର୍ଟ ସିବିଆଇକୁ ଆଦେଶ ଦେଇଛନ୍ତି। ଏଥିସହ ସମ୍ପୃକ୍ତ ଅଭିଯୁକ୍ତଙ୍କ ପାସ୍‌ପୋର୍ଟ ଫେରାଇବା ବିରୋଧରେ ସିବିଆଇ...

କୋରାପୁଟରେ ଶକ୍ତି ପ୍ରଦର୍ଶନ କଲେ ମାମୁଁ ଭଣଜା

କୋରାପୁଟ,୧୯।୪(ଅମିତାଭ ବେହେରା) କୋରାପୁଟ ସଂସଦୀୟ କ୍ଷେତ୍ରରେ ଆସନ୍ତା ମେ ୧୩ରେ ପ୍ରଥମ ପର୍ଯ୍ୟାୟ ମତଦାନ ହେବ। ଗତକାଲି ଅର୍ଥାତ ୧୮ରୁ ପାର୍ଥୀପତ୍ର ଦାଖଲ ଆରମ୍ଭ ହୋଇଥିବାବେକେ...

ଟ୍ରେନ୍‌ ଚଳାଚଳରେ ପରିବର୍ତ୍ତନ

ସମ୍ବଲପୁର,୧୯ା୪(ପ୍ରମୋଦ ବହିଦାର): ରେଳବାଇ ସୁରକ୍ଷା ଜନିତ ରକ୍ଷଣାବେକ୍ଷଣ କାର୍ଯ୍ୟ ପାଇଁ ସମ୍ବଲପୁର ରେଳମଣ୍ଡଳ ଅଧୀନସ୍ଥ କେତେକ ଟ୍ରେନ୍‌ ଚଳାଚଳରେ ପରିବର୍ତ୍ତନ କରାଯାଇଥିବା ନେଇ ସମ୍ବଲପୁର ରେଳ...

ତାପମାତ୍ରାରେ ଭୁବନେଶ୍ୱକୁ ଟପିଲା କଟକ

ଭୁବନେଶ୍ୱର,୧୯।୪: ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ତାତି। ସକାଳ ୮ଟା ପରେ ଘରୁ ବାହାରିବା ମୁସ୍କିଲ ହୋଇପଡୁଛି। ରାଜ୍ୟରେ ଏ ବର୍ଷ ପ୍ରଥମ ଥର ପାଇଁ...

୨୦୧୯ରେ ପୁରୀ ବିଧାନସଭାରେ କାହିଁକି ହାରିଥିଲା ବିଜେଡି, କାରଣ କହିଲେ ସଭାପତି…

ପୁରୀ,୧୯।୪: ୨୦୧୯ରେ ପୁରୀ ବିଧାନସଭା ଆସନରେ କାହିଁକି ହାରିଲା ବିଜେଡି । ଏନେଇ କାରଣ କହିଛନ୍ତି ଖୋଦ ଜିଲା ବିଜେଡି ସଭାପତି । ସଭାପତି ଦିବାକର...

ପିକ୍‌ଅପ୍‌ରୁ ଜବତ ହେଲା ପୁଳାପୁଳା ଟଙ୍କା

ପଦ୍ମପୁର,୧୯ା୪(ପ୍ରଦୀପ୍ତ ଦାଶ): ବରଗଡ଼ ଜିଲା ପଦ୍ମପୁର ଥାନା ପୋଲିସ ଶୁକ୍ରବାର ଏକ ପିକ୍‌ଅପ୍‌ରୁ ପୁଳାପୁଳା ଟଙ୍କା ଜବତ କରିଛି। ଗାଇସିଲେଟ -ପଦ୍ମପୁର ରାସ୍ତାର ଗଡ଼ଭାଟି ଛକରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri