Posted inଖେଳ

ଏମ୍‌ସିସିର ପୁଣି ସଭାପତି ହେବେ ସଙ୍ଗକାରା

ଲଣ୍ଡନ, ୭ା୫ (ପି.ଟି.)-କୁମାର ସଙ୍ଗାକାରା ଦ୍ୱିତୀୟ ଥର ପାଇଁ ମେରିଲ୍‌ବୋନ କ୍ରିକେଟ କ୍ଲବ (ଏମ୍‌ସିସି)ର ସଭାପତି ହେବେ। ଏଥିପାଇଁ ତାଙ୍କ ନାମ ସୁପାରିସ କରାଯିବ ବୋଲି କ୍ଲବ ତରଫରୁ ବୁଧବାର ପ୍ରକାଶ କରାଯାଇଛି। ଶ୍ରୀଲଙ୍କାର ପୂର୍ବତନ ଉଇକେଟକିପର ବ୍ୟାଟ୍ସମ୍ୟାନ ଗତବର୍ଷ ଅକ୍ଟୋବର ୧ରେ କ୍ଲବର ପ୍ରଥମ ଅଣ-ବ୍ରିଟିଶ ସଭାପତି ଭାବେ ଦାୟିତ୍ୱ ଗ୍ରହଣ କରିଥିଲେ। କୋଭିଡ୍‌-୧୯ ଯୋଗୁ ସମଗ୍ର ବିଶ୍ୱରେ କ୍ରିକେଟ ଖେଳ ବାଧାପ୍ରାପ୍ତ ହୋଇଛି। ଏହିପରିପ୍ରେକ୍ଷୀରେ କମିଟି ସଙ୍ଗକାରାଙ୍କ କାର୍ଯ୍ୟକାଳ ବୃଦ୍ଧି କରିବା ବିଚାର କରିଛି। ୨୦୨୧ ସେପ୍ଟେମ୍ବର ୩୦ ପର୍ଯ୍ୟନ୍ତ ପୁନର୍ବାର କ୍ଲବର ସଭାପତି ଦାୟିତ୍ୱ ବହନ କରିବା ଲାଗି ପୂର୍ବତନ ଶ୍ରୀଲଙ୍କା ବ୍ୟାଟ୍ସମ୍ୟାନଙ୍କୁ ଆମନ୍ତ୍ରଣ କରିବ। ତେବେ ସଙ୍ଗକାରାଙ୍କ କାର୍ଯ୍ୟକାଳ ବୃଦ୍ଧି ସଂକ୍ରାନ୍ତ ସୁପାରିସ କ୍ଲବର ସଦସ୍ୟମାନଙ୍କ ବାର୍ଷିକ ସାଧାରଣ ବୈଠକରେ ଗୃହୀତ ହେବା ଆବଶ୍ୟକ। ଏହି ବୈଠକ ଜୁନ୍‌ ୨୪ରେ ବସିବାର କାର୍ଯ୍ୟକ୍ରମ ରହିଛି। ଏମ୍‌ସିସି ସଭାପତିଙ୍କ କାର୍ଯ୍ୟକାଳ ସାଧାରଣତଃ ୧୨ମାସ ହୋଇଥାଏ। ମାତ୍ର ଅତୀତରେ ବିଶେଷ କ୍ଷେତ୍ରରେ ଏହାର ମିଆଦ ବୃଦ୍ଧି କରାଯାଇଛି। ଅତୀତରେ ଦୁଇଟି ବିଶ୍ୱଯୁଦ୍ଧ ସମୟରେ ଲର୍ଡ ହକ୍‌ (୧୯୧୪-୧୮) ଓ ଷ୍ଟାନ୍‌ଲି ଖ୍ରିଷ୍ଟୋଫର୍ସନ (୧୯୩୯-୪୫) ଏକ ବର୍ଷରୁ ଅଧିକ ସମୟ ଧରି ସଭାପତି ଭାବେ କାର୍ଯ୍ୟ କରିଛନ୍ତି। ସୂଚନାଯୋଗ୍ୟ, ଇଂଲଣ୍ଡ ଓ ଓ୍ବେଲ୍ସ କ୍ରିକେଟ ବୋର୍ଡ (ଇସିବି) ଜୁଲାଇ ୧ ପର୍ଯ୍ୟନ୍ତ ସମସ୍ତ ପ୍ରକାର ପ୍ରଫେସନାଲ କ୍ରିକେଟକୁ ସସ୍‌ପେଣ୍ଡ କରିଛି।

 


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

RCBରୁ ଆସିଲା ବଡ଼ ଖବର: ବାକି ଆଇପିଏଲ ମ୍ୟାଚ ଖେଳିବେନି କୋହଲି!

ନୂଆଦିଲ୍ଲୀ,୧୩।୪: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ଏବଂ ମୁମ୍ବାଇ ଇଣ୍ଡିଆନ୍ସ ମଧ୍ୟରେ ଖେଳାଯାଇଥିବା ମ୍ୟାଚ ସମୟରେ ପୂର୍ବତନ ଅଧିନାୟକ ବିରାଟ କୋହଲି ଆଘାତ ପାଇଥିଲେ। ଏହା IPLର ୨୦ତମ…

‘ତୁମେ ଆମ ଟିମର ସବୁଠାରୁ ବଡ଼ ପ୍ରେରଣା’, ଏମିତି କହି ରୋହିତଙ୍କୁ ଅଭିନନ୍ଦନ ଜଣାଇଲେ ହାର୍ଦ୍ଦିକ

ନୂଆଦିଲ୍ଲୀ,୧୩।୪: ମୁମ୍ବାଇ ଇଣ୍ଡିଆନ୍ସ (ଏମଆଇ) ଅଧିନାୟକ ହାର୍ଦ୍ଦିକ ପାଣ୍ଡ୍ୟା ଦଳର ପୂର୍ବତନ ଅଧିନାୟକ ରୋହିତ ଶର୍ମାଙ୍କୁ ଫ୍ରାଞ୍ଚାଇଜ ସହିତ ୧୫ ବର୍ଷ ପୂରଣ କରିବା ପାଇଁ ଅଭିନନ୍ଦନ…

ଲକ୍ଷ୍ନୌକୁ ହରାଇଲା ଗୁଜରାଟ

ଲକ୍ଷ୍ନୌ,୧୨ା୪: ପ୍ରସିଦ୍ଧ କ୍ରିଷ୍ଣାଙ୍କ ଦମ୍‌ଦାର ବୋଲିଂ ବଳରେ ଗୁଜରାଟ ଟାଇଟନ୍ସ ୭ ଉଇକେଟରେ ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ(ଏଲ୍‌ଏସ୍‌ଜି)କୁ ପରାସ୍ତ କରିଛି। ଏହା ଗୁଜରାଟର ୪ ମ୍ୟାଚ୍‌ରେ ଦ୍ୱିତୀୟ…

ନୀତୀଶ ରାଣାଙ୍କୁ ବଡ଼ ଜରିମାନା, କାହିଁକି ଜାଣନ୍ତୁ…

ଚେନ୍ନାଇ,୧୨ା୪:ଦିଲ୍ଲୀ କ୍ୟାପିଟାଲ୍ସ ବ୍ୟାଟର ନୀତୀଶ ରାଣାଙ୍କୁ ତାଙ୍କ ମ୍ୟାଚ୍‌ ଫି’ର ୨୫ ପ୍ରତିଶତ ଜରିମାନା କରାଯାଇଛି। ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ବିପକ୍ଷ ଇଣ୍ଡିଆନ ପ୍ରିମିୟର ଲିଗ୍‌…

ଭିନ୍ନ ଢଙ୍ଗରେ ଆଶା ଭୋସଲେଙ୍କୁ ଶ୍ରଦ୍ଧାଞ୍ଜଳି ଦେଲା RCB, ସଙ୍ଗୀତ ସବୁବେଳେ….

ନୂଆଦିଲ୍ଲୀ,୧୨ା୪: ‘ମେଲୋଡି କ୍ୱିନ୍’ ଆଶା ଭୋସଲେଙ୍କର ରବିବାର ଦେହାନ୍ତ ହୋଇଛି । ତାଙ୍କ ବିୟୋଗରେ ସମଗ୍ର ଭାରତରେ ଶୋକର ଛାୟା ଖେଳିଯାଇଥିଲା। ତେବେ କ୍ରୀଡା ଜଗତ ମଧ୍ୟ…

ପତ୍ନୀ ନୁହନ୍ତି, ଏ ହେଉଛନ୍ତି ମୋର ଲକି ଚାର୍ମ; ଶତକ ମାରିବା ପରେ ଏମିତି କହି…

ଚେନ୍ନାଇ,୧୨।୪: ଚେନ୍ନାଇର ଐତିହାସିକ ଏମ୍‌.ଏ. ଚିଦାମ୍ବରମ ଷ୍ଟାଡିୟମରେ ଖେଳାଯାଇଥିବା ଆଇପିଏଲ ୨୦୨୬ର ୧୮ତମ ମ୍ୟାଚରେ ଦିଲ୍ଲୀ କ୍ୟାପିଟାଲ୍ସ ବିପକ୍ଷରେ ଚେନ୍ନାଇ ସୁପର କିଙ୍ଗସର ଉଇକେଟ କିପର ବ୍ୟାଟର…

IPL 2026 ରେ ପ୍ରଥମ ବିଜୟ ପରେ ମଧ୍ୟ କାହିଁକି ଲକ୍ଷ ଲକ୍ଷ ଟଙ୍କାର କ୍ଷତି ସହିଲେ ଋତୁରାଜ ଗାୟକୱାଡ? ଜାଣନ୍ତୁ କିଏ ଲଗାଇଲା ଜରିମାନା

ନୂଆଦିଲ୍ଲୀ,୧୨।୪: ଶନିବାର ଅନୁଷ୍ଠିତ ଏକ ମ୍ୟାଚରେ ଚେନ୍ନାଇ ସୁପର କିଙ୍ଗ୍ସ ଦିଲ୍ଲୀ କ୍ୟାପିଟାଲ୍ସକୁ ୨୩ ରନରେ ପରାସ୍ତ କରିଛି। ଏହା ଆଇପିଏଲ ୨୦୨୬ରେ ସିଏସକେର ପ୍ରଥମ ବିଜୟ;…

ଚତୁର୍ଥ ଅମ୍ପାୟାରଙ୍କ ଯୋଗୁ ହାରିଗଲା ଦିଲ୍ଲୀ? ଜିତିଲା ଚେନ୍ନାଇ, ଜୋରଦାର ଯୁକ୍ତିତର୍କ…

ଚେନ୍ନାଇ,୧୨।୪: ଶନିବାର ଚେନ୍ନାଇର ଏମ୍‌.ଏ. ଚିଦାମ୍ବରମ ଷ୍ଟାଡିୟମ୍‌ରେ ଖେଳାଯାଇଥିବା ଆଇପିଏଲ୍‌ ୨୦୨୬ର ୧୮ତମ ମ୍ୟାଚ୍‌ରେ ଚେନ୍ନାଇ ସୁପର କିଙ୍ଗସ (CSK) ଘରୋଇ ଗ୍ରାଉଣ୍ଡରେ ଦିଲ୍ଲୀ କ୍ୟାପିଟାଲ୍ସ (DC)…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri