ଏମ୍‌ସ ସର୍ବଭାରତୀୟ ପିଜି ପ୍ରବେଶିକା ପରୀକ୍ଷା: ଭୁବନେଶ୍ୱର ଏମ୍‌ସ ଛାତ୍ରୀ ଭିନିଥା ଟପ୍ପର

ଭୁବନେଶ୍ୱର,୧୯।୬(ବ୍ୟୁରୋ)- ଅଖିଳ ଭାରତୀୟ ଆୟୁର୍ବିଜ୍ଞାନ ସଂସ୍ଥାନ (ଏମ୍‌ସ)ର ସର୍ବଭାରତୀୟ ପିଜି ପ୍ରବେଶିକା ପରୀକ୍ଷା ଫଳ ଶୁକ୍ରବାର ନୂଆଦିଲ୍ଲୀ ଏମ୍‌ସ ପକ୍ଷରୁ ଘୋଷଣା କରାଯାଇଛି। ଶ୍ରେଷ୍ଠ ୧୦୦ରେ ଏମ୍‌ସର ୨୯ଜଣ ଛାତ୍ରୀଛାତ୍ର ରହିଥିବାବେଳେ ଭୁବନେଶ୍ୱର ଏମ୍‌ସର ଏମ୍‌ବିବିଏସ୍‌ ଛାତ୍ରୀ ଡା. ଭିନିଥା କେ ଟପ୍ପର ହୋଇଛନ୍ତି। ଭିନିଥା ୧୦୦ ପର୍ସେଣ୍ଟାଇଲ ରଖି ସର୍ବଭାରତୀୟ ସ୍ତରରେ ର଼୍ୟାଙ୍କ ୧ରେ ରହିଛନ୍ତି। ଭିନିଥାଙ୍କୁ ମିଶାଇ ଶ୍ରେଷ୍ଠ ୧୦୦ରେ ଭୁବନେଶ୍ୱର ଏମ୍‌ସର ୬ଜଣ ରହିଥିବାବେଳେ ମୋଟ ୭୪ଜଣଙ୍କୁ ର଼୍ୟାଙ୍କ୍‌ ମିଳିଛି। ସେହିଭଳି ଯୋଧପୁର ଓ ଋଷିକେଶ ଏମ୍‌ସର ୬ଜଣ, ଭୋପାଳ ଏମ୍‌ସର ୫, ନୂଆଦିଲ୍ଲୀ ଏମ୍‌ସର ୪, ପାଟଣା ଓ ରାୟପୁର ଏମ୍‌ସର ଜଣେ ଲେଖାଏ ଛାତ୍ରୀଛାତ୍ର ରହିଛନ୍ତି। ତେବେ ଭିନିଥାଙ୍କ ସଫଳତା ପରେ ଭୁବନେଶ୍ୱର ଏମ୍‌ସ ନିର୍ଦ୍ଦେଶିକା ଗୀତାଞ୍ଜଳି ବାଟମାନବେନ ତାଙ୍କ ସମେତ ସମସ୍ତ କୃତି ଛାତ୍ରୀଛାତ୍ରଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ଏଥିସହ ଅଧ୍ୟାପକଙ୍କ ପରାମର୍ଶ ଓ ଶିକ୍ଷାଦାନକୁ ମଧ୍ୟ ପ୍ରଶଂସା କରିଛନ୍ତି। ଭବିଷ୍ୟତରେ ଡାକ୍ତରୀ ବିଜ୍ଞାନରେ ଭୁବନେଶ୍ୱର ଏମ୍‌ସ ଦେଶର ସର୍ବୋତ୍ତମ ଏକାଡେମିକ ଅନୁଷ୍ଠାନ ହେବ ବୋଲି ଗୀତାଞ୍ଜଳୀ କହିଛନ୍ତି। ଅନ୍ୟପକ୍ଷରେ ନିଜର ସଫଳତା ସମ୍ପର୍କରେ ଭିନିଥା କହିଛନ୍ତି, କୌଣସି ପରୀକ୍ଷା ଦେବାବେଳେ ମୁଁ ମୋର ପୂର୍ବ ପରୀକ୍ଷାକୁ ତର୍ଜମା କରିଥାଏ। ଆଉ କ’ଣ ଅଧିକ କଲେ ଆଗାମୀ ପରୀକ୍ଷା ଭଲ ହେବ ସେହି ଦିଗରେ ଗୁରୁତ୍ୱ ଦିଏ। ତେବେ ଯେଉଁମାନେ ପ୍ରବେଶିକା ପରୀକ୍ଷା ଦେବାକୁ ଚାହୁଁଛନ୍ତି ସେମାନଙ୍କୁ କହିବି ଯେ, ସେମାନେ ପରୀକ୍ଷାରେ କେଉଁ ର଼୍ୟାଙ୍କରେ ରହିବେ ଚିନ୍ତା ନ କରି ଜଣେ ଭଲ ଡାକ୍ତର ହେବାକୁ ଲକ୍ଷ୍ୟ ରଖିଲେ ନିଶ୍ଚିତ ସଫଳତା ପାଇପାରିବେ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜୁଲାଇ ୨ରୁ ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା, ଜୁଲାଇ ୨ରୁ ୧୦ ପର୍ଯ୍ୟନ୍ତ ଚାଲିବ; ସମ୍ପୂର୍ଣ୍ଣ କାର୍ଯ୍ୟସୂଚୀ

କଟକ,୨୭ା୫ (କାର୍ତ୍ତିକ ସାହୁ): ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ଚଳିତ ବର୍ଷର ସପ୍ଲିମେଣ୍ଟାରୀ ହାଇସ୍କୁଲ ସାର୍ଟିଫିକେଟ ପରୀକ୍ଷା ଆଗାମୀ ଜୁଲାଇ ୨ ତାରିଖରୁ ଆରମ୍ଭ…

ଡେଣ୍ଟାଲ ସର୍ଜନ ପରୀକ୍ଷା ବିଜ୍ଞପ୍ତି ପ୍ରତ୍ୟାହାର କଲା ଓପିଏସ୍‌ସି, ଆଶାୟୀଙ୍କ ସମସ୍ତ ଆବେଦନ ବାତିଲ

କଟକ,୨୭ା୫(କାର୍ତ୍ତିକ ସାହୁ) ଓଡ଼ିଶା ପବ୍ଲିକ ସର୍ଭିସ କମିଶନ (ଓପିଏସ୍‌ସି) ଡେଣ୍ଟାଲ ସର୍ଜନ ପଦବୀରେ ନିଯୁକ୍ତି ପରୀକ୍ଷା ନିମନ୍ତେ ୨୦୨୫-୨୬ରେ ପ୍ରକାଶ କରିଥିବା ବିଜ୍ଞପ୍ତି ନଂ-୭କୁ ପ୍ରତ୍ୟାହାର କରିଛି।…

କେନ୍ଦୁଝରରେ କାଳବୈଶାଖୀ ତାଣ୍ଡବ; ଛିଣ୍ତିଲା ବିଦ୍ୟୁତ୍ ତାର, ଗଛ ପଡ଼ି ବୃଦ୍ଧା ଗୁରୁତର

କେନ୍ଦୁଝର,୨୭।୫ (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ବ୍ଲକରେ ତାଣ୍ତବ ରଚିଛି କାଳବୈଶାଖୀ । ବୁଧବାର ସନ୍ଧ୍ୟାରେ ଜୋରରେ ପବନ ହେବାରୁ ପନିପରିବା ଫସଲ ସମେତ ଗଛ ଉପୁଡିଵା…

ତୈଳଦର ବୃଦ୍ଧି; ପାରଳାଖେମୁଣ୍ଡିରେ ବିଜେଡିର ବିକ୍ଷୋଭ ପ୍ରଦର୍ଶନ, ଟାୟାର ଜାଳି….

ଗଜପତି,୨୭।୫(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ଠାରେ ପେଟ୍ରୋଲ ଓ ଡିଜେଲର ବର୍ଦ୍ଧିତ ଦର ପ୍ରତିବାଦରେ ଆଜି ବିଜେଡି ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି । ଜିଲା ସଭାପତି…

ଗୃହ ନିର୍ମାଣ ବେଳେ ଗୋଟିଏ ମହଲାରୁ ପଡ଼ି ଚାଲିଗଲା ମହିଳା ଶ୍ରମିକଙ୍କ ଜୀବନ, ବିଦ୍ୟୁତ ସଂସ୍ପର୍ଶରେ ଆସି….

ଦାରିଙ୍ଗବାଡି,୨୭।୫(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଅଞ୍ଚଳରେ ଏକ ଗୃହ ନିର୍ମାଣ ସମୟରେ ଏକ ବଡ଼ ଅଘଟଣ ଘଟିଯାଇଛି । ବୁଧବାର ପୂର୍ବାହ୍ନ ୧୧ ଟା…

ଜବତ ବଢିଲେବି କମୁନି ଗଞ୍ଜେଇ ବେପାର; ୪୫ କେଜି ଗଞ୍ଜେଇ ସହ କନ୍ଧମାଳର ୨ ଅଭିଯୁକ୍ତ ଗିରଫ

ଭଞ୍ଜନଗର,୨୭।୫(ବାବୁଲା ପ୍ରଧାନ): କନ୍ଧମାଳ ଜିଲାରୁ ଅଧିକାଂଶ ସମୟ ଗଞ୍ଜାମ ଜିଲା ଭଞ୍ଜନଗର ଦେଇ ବିପୁଳ ପରିମାଣର ଗଞ୍ଜେଇ ରାଜ୍ୟର ବିଭିନ୍ନ ଅଞ୍ଚଳ ଏବଂ ରାଜ୍ୟ ବାହାରକୁ ଚୋରା…

ଆଇପିଏଲ୍‌ରେ ବୈଭବଙ୍କ ମହାରେକର୍ଡ: କମିନ୍ସଙ୍କୁ ଟର୍ଗେଟ, ୬୦ ଛକା ମାରି ଭାଙ୍ଗିଲେ ଗେଲ୍‌ଙ୍କ ସହ ରାଇନାଙ୍କ…

ନୂଆଦିଲ୍ଲୀ,୨୭।୫: ଆଇପିଏଲ (IPL) ମଇଦାନରେ ପୁଣି ଥରେ ଇତିହାସ ରଚିଛନ୍ତି ଯୁବ ବ୍ୟାଟର ବୈଭବ ସୂର୍ଯ୍ୟବଂଶୀ। ଏହି ବାମହାତୀ ବିସ୍ଫୋରକ ବ୍ୟାଟର ସନରାଇଜର୍ସ ହାଇଦ୍ରାବାଦ ବିପକ୍ଷରେ ମାତ୍ର…

ଜନଜାତି ମହିଳା ସମାବେଶରେ ଯୋଗଦେଲେ ଦିଗପହଣ୍ଡି ବିଧାୟକ, ମେଧାବୀ ଛାତ୍ରୀଛାତ୍ର….

ଦିଗପହଣ୍ଡି,୨୭।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ସହଦେବ ଟିକରପଡା  ମହେନ୍ଦ୍ରଗିରି ଆଦିମ ଅଧିବାସୀ କୁଇ ସମାଜ ପକ୍ଷରୁ ବୁଧବାର ଜନଜାତି ମହିଳା ସମାବେଶ ଅନୁଷ୍ଠିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri