ଏଯାବତ୍‌ ଓଡ଼ିଶାକୁ ୧୦୯ ଟ୍ରେନ୍‌ରେ ଫେରିଲେଣି ୧, ୫୩,୭୩୮ଜଣ ପ୍ରବାସୀ, ଗଞ୍ଜାମକୁ ସର୍ବାଧିକ

ଭୁବନେଶ୍ୱର,୨୬।୫(ବ୍ୟୁରୋ): ବିଭିନ୍ନ ରାଜ୍ୟରେ ଫସି ରହିଥିବା ପ୍ରବାସୀ ଏବେ ଓଡ଼ିଶା ମୁହାଁ। ଏହି କ୍ରମରେ ମଙ୍ଗଳବାର ସୁଦ୍ଧା ୧୦୯ ଟ୍ରେନ୍‌ରେ ୧,୫୩,୭୩୮ଜଣ ରାଜ୍ୟକୁ ଫେରିଲେଣି। ସେଥିରୁ ସର୍ବାଧିକ ୭୩୦୦୦ ଗଞ୍ଜାମ ଜିଲାକୁ ଫେରିଛନ୍ତି। ସେହିଭଳି ବଲାଙ୍ଗୀରକୁ ୧୧୦୦୦, ବାଲେଶ୍ୱରକୁ ୧୧୦୦୦, କେନ୍ଦ୍ରାପଡ଼ାକୁ ୭୫୭୨, କଟକକୁ ୫୬୦୩ ଜଣ ଫେରିଛନ୍ତି। ଗୁଜରାଟରୁ ୫୦, ତେଲଙ୍ଗାନାରୁ ୧୭, ତାମିଲନାଡ଼ୁରୁ ୧୩, ଆନ୍ଧ୍ରପ୍ରଦେଶରୁ ୯, ମହାରାଷ୍ଟ୍ରରୁ ୮ ଏବଂ ଅନ୍ୟାନ୍ୟ ରାଜ୍ୟରୁ ୧୨ଟି ଟ୍ରେନ୍‌ ଆସିଛି। ପୂର୍ବରୁ ଆସୁଥିବା ଟ୍ରେନ୍‌ଗୁଡ଼ିକ ରାଜ୍ୟର ଅନୁମତି ନେଇ ଆସୁଥିଲା। ଏବେ ନୂଆ ଗାଇଡ୍‌ଲାଇନ୍‌ ଅନୁସାରେ ରାଜ୍ୟର ଅନୁମତି ଦରକାର ନାହିଁ। ଏହାକୁ ନେଇ ସରକାର ସାମାନ୍ୟ ସମସ୍ୟାରେ ପଡ଼ୁଛନ୍ତି, ହେଲେ ଅଧିକ ପରିଶ୍ରମ କରାଯାଉଛି। ଜୁନ ପହିଲା ପରେ ଆଉ ୧୨ଟି ଟ୍ରେନ୍‌ ଓଡ଼ିଶାକୁ ଆସିବ। କରୋନା ମୁକାବିଲାରେ ଓଡ଼ିଶା ଏବେ ସାରା ଭାରତର ମଡେଲ ହୋଇଛି ବୋଲି ମୁଖ୍ୟ ଶାସନ ସଚିବ ଅସିତ୍‌ ତ୍ରିପାଠୀ ଆୟୋଜିତ ଖବରଦାତା ସମ୍ମିଳନୀରେ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭୋଟ୍‌ ଲାଳସାରେ ରାଜନୈତିକ ଚାପ, ଛୁଟିଦିନରେ ବି ସ୍କୁଲରେ ଚାଲିଛି ଭୋଜିଭାତ

ସରଣ୍ଡା,୨୦ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଲୋକ ସଭା କ୍ଷେତ୍ର ଅନ୍ତର୍ଗତ ଅତାବିରା ବିଧାନସଭା ଆସନରେ ନିର୍ବାଚନ ଆଉ ମାସେ ରହିଲା। ଆସନ୍ତା ମେ’  ୨୦ରେ ଏଠାରେ ନିର୍ବାଚନ...

ମୋହନଙ୍କ ପ୍ରାର୍ଥିତ୍ୱ ରଦ୍ଦ, ବିନୋଦ କଂଗ୍ରେସ ଏମ୍‌ପି ପ୍ରାର୍ଥୀ

କେନ୍ଦୁଝର,୨୦ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ଘୋଷଣା ହେବାର କିଛି ଦିନ ପରେ ଶନିବାର ଏଆଇସିସି କେନ୍ଦୁଝର ଲୋକ ସଭା ପ୍ରାର୍ଥୀ ମୋହନ ହେମ୍ବ୍ରମଙ୍କ ନାମ ପରିବର୍ତ୍ତନ କରି...

ଏହି ଆସନରେ ପ୍ରାର୍ଥୀ ବଦଳାଇଲା କଂଗ୍ରେସ

ଭୁବନେଶ୍ୱର,୨୦ା୪: ଶନିବାର କଂଗ୍ରେସ ୧୬ ବିଧାନସଭା ଏବଂ ୩ ଲୋକ ସଭା ପାଇଁ ପ୍ରାର୍ଥୀ ଘୋଷଣା କରିଛି। ତେବେ କଂଗ୍ରେସ ୩ଟି ବିଧାନସଭା ଆସନରେ ଆଜି...

ନିମାପଡ଼ାରୁ ସୁରଙ୍କ ବଡ଼ପୁଅକୁ ଟିକେଟ୍ ଦେଲା କଂଗ୍ରେସ

ନୂଆଦିଲ୍ଲୀ,୨୦ା୪: ଓଡ଼ିଶାର ଚର୍ଚ୍ଚିତ ରାଜନେତା ସୁରେଶ ରାଉତରାୟଙ୍କ ବଡ଼ ପୁଅ ସିଦ୍ଧାର୍ଥ ରାଉତରାୟଙ୍କୁ ପୁରୀ ନିମାପଡ଼ାରୁ ପ୍ରାର୍ଥୀ କରିଛି କଂଗ୍ରେସ। ନିର୍ବାଚନ ତାରିଖ ଘୋଷଣା ହେବା...

୩ ଲୋକ ସଭା ପ୍ରାର୍ଥୀଙ୍କ ନାମ ଘୋଷଣା କଲା କଂଗ୍ରେସ

ଭୁବନେଶ୍ୱର,୨୦ା୪: ଶନିବାର କଂଗ୍ରେସ ଆଉ ୩ ଲୋକ ସଭା ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି। ସମ୍ବଲପୁରରୁ ଦୁଲାଲ ଚନ୍ଦ୍ର ପ୍ରଧାନଙ୍କୁ କଂଗ୍ରେସ ଲୋକ ସଭା ପ୍ରାର୍ଥୀ...

ବିଧାନସଭା ପ୍ରାର୍ଥୀ ତାଲିକା ଘୋଷଣା କଲା କଂଗ୍ରେସ, ଜାଣନ୍ତୁ କେଉଁ ଆସନରୁ କାହାକୁ ମିଳିଲା ଟିକେଟ୍‌

ଭୁବନେଶ୍ୱର,୨୦ା୪: ଶନିବାର କଂଗ୍ରେସ ତା’ର ଆଉ ୧୬ଟି ବିଧାନସଭା ପ୍ରାର୍ଥୀ ତାଲିକା ଘୋଷଣା କରିଛି। ଝାରସୁଗୁଡ଼ାରୁ ଅମିତା ବିଶ୍ୱାଳଙ୍କୁ କଂଗ୍ରେସ ପ୍ରାର୍ଥୀ କରିଥିବା ବେଳେ ବଡ଼ସାହିରୁ...

ବର୍ତ୍ତମାନ ସୁଦ୍ଧା କେଉଁ ଦଳ କେତେ ପ୍ରାର୍ଥୀଙ୍କ ନାଁ ଘୋଷଣା କରିଛି, ଆଉ ରହିଲା କେତେ ଜାଣନ୍ତୁ…

ଭୁବନେଶ୍ୱର,୨୦ା୪: ସାଧାରଣ ନିର୍ବାଚନ ଯେତିକି ପାଖେଇ ଆସୁଛି ସମସ୍ତଙ୍କ ମଧ୍ୟରେ ଉତ୍ସାହ ସେତିକି ବଢ଼ି ଚାଲିଛି। ବିଶେଷକରି ଭୋଟରଙ୍କ ନଜର ତିନି ପ୍ରମୁଖ ଦଳ ଯଥା...

ବାରବାଟୀରେ ଗର୍ଜିଲେ ସମୀର ଦାଶ; ହଜାର ହଜାର ସମର୍ଥକ କହିଲେ ‘ସମୀର ନାହିଁ ତ ଶଙ୍ଖ ନାହିଁ’ 

ନିମାପଡ଼ା,୨୦।୪: ବିଜେଡି ପକ୍ଷରୁ ନିମାପଡ଼ା ବିଧାୟକ ସମୀର ରଞ୍ଜନ ଦାଶଙ୍କୁ ଟିକେଟ ମିଳିନାହିଁ। ଏହାକୁ ନେଇ ତାଙ୍କର ସମର୍ଥକଙ୍କ ମଧ୍ୟରେ ଅସନ୍ତୋଷ ବୃଦ୍ଧି ପାଇବାରେ ଲାଗିଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri