ଏଯାବତ୍‌ ୧୨ କରୋନା ଆକ୍ରାନ୍ତ ହୋଇଛନ୍ତି ସୁସ୍ଥ, ଆଗାମୀ ଦିନରେ ଅନ୍ୟ ରୋଗୀ ସୁସ୍ଥ ହେବା ଆଶା : ଶାଳିନୀ

ଭୁବନେଶ୍ୱର,୧୧।୪(ବ୍ୟୁରୋ): ରାଜ୍ୟରେ କରୋନା ସ୍ଥିତି ସମ୍ପର୍କରେ ସ୍ବାସ୍ଥ୍ୟ ବିଭାଗର ବରିଷ୍ଠ ଅଧିକାରୀ ଶାଳିନୀ ପଣ୍ଡିତ ଶନିବାର ଜନସାଧାରଣଙ୍କୁ ସୂଚନା ପ୍ରଦାନ କରିଛନ୍ତି। ସେ କହିଛନ୍ତି, ଓଡ଼ିଶା ପାଇଁ ଶୁଭ ସୂଚନା ହେଉଛି, ୧୦ଜଣ କୋଭିଡ୍‌-୧୯ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ଏଯାବତ୍‌ ମୋଟ ୧୨ଜଣ ସୁସ୍ଥ ହୋଇଛନ୍ତି। ୩୭ଟି ଆକ୍ଟିଭ କେସ୍‌ ରହିଛି, ଯେଉଁଥିରୁ ୨ଜଣଙ୍କୁ ଡାକ୍ତରୀ ଚିକିତ୍ସା ଆବଶ୍ୟକ। ବାକି ସମସ୍ତଙ୍କୁ ସାଧାରଣ ଲକ୍ଷଣ ତଥା ଜ୍ୱର, କାଶ, ଥଣ୍ଡାର ଲକ୍ଷଣ ନାହିଁ। ହେଲେ ସେମାନଙ୍କୁ କେବଳ ସୁରକ୍ଷା ଦୃଷ୍ଟିରୁ ରଖାଯାଇଛି। ଲକ୍ଷଣ ନ ଥିବା ସତ୍ତ୍ୱେ ସେମାନଙ୍କ କୋଭିଡ୍‌-୧୯ ଯାଞ୍ଚ ପଜିଟିଭ ଆସିବା ହେତୁ ସେମାନଙ୍କୁ ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି। ଏଥିରୁ ଜଣାପଡ଼ୁଛି ଯେ, ଓଡ଼ିଶାର ୫୦ଟି ଆକ୍ରାନ୍ତଙ୍କ ମଧ୍ୟରୁ ୮୦%ଙ୍କ କୌଣସି ଲକ୍ଷଣ ରହୁନାହିଁ। ଏଣୁ ବିନା ଲକ୍ଷଣରେ ମଧ୍ୟ ଦେହରେ କରୋନା ଭୂତାଣୁ ରହିପାରୁଛି। ସେଥିପାଇଁ ଲୋକଙ୍କ ସ୍ବାସ୍ଥ୍ୟାବସ୍ଥା ଯାଞ୍ଚ କରିବା ହିଁ ଏକମାତ୍ର ଉପାୟ ପାଲଟିଛି।
ଧୀରେ ଧୀରେ ଟେଷ୍ଟିଂ ପ୍ରଣାଳୀକୁ ବୃଦ୍ଧି କରାଯାଇଛି। ଦିନକୁ ୩ରୁ ୪ଶହ ଟେଷ୍ଟ କରାଯାଇପାରୁଛି। ଆଗାମୀ ୧୦ ଦିନ ମଧ୍ୟରେ ଏହାର ଦୁଇଗୁଣା ଟେଷ୍ଟିଂ କରାଯାଇପାରିବ। ଫଳରେ କରୋନାକୁ ଶୀଘ୍ର ଧରିପାରିବାର କ୍ଷମତା ବଢ଼ିବ। ଟେଷ୍ଟିଂକୁ ତ୍ୱରାନ୍ବିତ କରିବାକୁ।
ମୋଟ ୫୦ କେସ୍‌ରୁ ୧/୪ ଅଂଶ ଅର୍ଥାତ ୧୨ଜଣ ଡିସ୍‌ଚାର୍ଜ ହୋଇଛନ୍ତି। ଆଗାମୀ ଦିନରେ ଅନ୍ୟ ରୋଗୀ ମଧ୍ୟ ସୁସ୍ଥ ହୋଇ ଫେରିବେ ବୋଲି ଆଶା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଉଛୁଳୁଛି ସମୁଦ୍ର, ପୃଥିବୀ ଆଡକୁ ମାଡି ଆସୁଛି ବଡ଼ ‘ବିପର୍ଯ୍ୟୟ’? ବର୍ଷା-ବନ୍ୟା ଦେଉଛି ବିପଦର ବଡ଼ ସଙ୍କେତ

ନୂଆଦିଲ୍ଲୀ,୨୫।୮: ବିଶ୍ୱ ପାଣିପାଗ ଧାରାରେ ଦ୍ରୁତ ପରିବର୍ତ୍ତନ ହେଉଛି। କିଛି ଅଞ୍ଚଳ ପ୍ରବଳ ଗରମ ଅନୁଭବ କରୁଥିବା ବେଳେ, ଅନ୍ୟ ଅଞ୍ଚଳରେ ଅଳ୍ପ ସମୟ ମଧ୍ୟରେ ଏତେ…

ବିଧିର ବିଚିତ୍ର ବିଧାନ: ରାତିରେ ଶୋଇଥିଲେ ଅଜା- ନାତି ସକାଳକୁ ଦେଖିଲାବେଳକୁ ….

ବଣାଇଁ, ୨୫।୮ (ପ୍ରଦୀପ ତ୍ରିପାଠୀ): ସୁନ୍ଦରଗଡ଼ ଜିଲା ଟିକାୟତପାଲୀ ଥାନା ଅନ୍ତର୍ଗତ ତିଲେଇମାଳ ଗ୍ରାମରେ ବିଷାକ୍ତ ସାପ କାମୁଡ଼ାରେ ଅଜା ଓ ନାତିଙ୍କ ମୃତ୍ୟୁ ଘଟିଛି। ଏହି…

ଅବସର ନେବେ ଗଡ଼କରୀ! ଦେଲେ ଏମିତି ବୟାନହେଲାଣି ରାଜନୈତିକ ଚର୍ଚ୍ଚା

ନୂଆଦିଲ୍ଲୀ,୨୫।୮: ନାଗପୁର ଜିଲାର କାଟୋଲ ଅଞ୍ଚଳର ପାରାଡସିଙ୍ଗାରେ ଆୟୋଜିତ ଏକଲବ୍ୟ ଏକଲ ବିଦ୍ୟାଳୟର ଶିକ୍ଷକ ଏବଂ ପର୍ଯ୍ୟବେକ୍ଷକଙ୍କ ପାଇଁ ଏକ ତାଲିମ ଅଧିବେଶନରେ କେନ୍ଦ୍ରମନ୍ତ୍ରୀ ନୀତିନ ଗଡକରୀ…

ଗୁଣିଆଙ୍କ ଔଷଧ ଖାଇ ଚାଲିଗଲା ନିଃସନ୍ତାନ ଦମ୍ପତିଙ୍କ ଜୀବନ

ଫୁଲବାଣୀ,୨୫।୮: କନ୍ଧମାଳ ଜିଲା ଗୋଚ୍ଛାପଡ଼ା ଥାନା ନେଡ଼ିପଙ୍ଗାରେ ଏକ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି। ଗୁଣିଆଙ୍କ ନିକଟରୁ ଔଷଧ ଖାଇ ନିଃସନ୍ତାନ ଦମ୍ପତିଙ୍କ ମୃତ୍ୟୁ ଘଟିଥିବା ଜଣାପଡିଛି।…

ବୈଭବ ସୂର୍ଯ୍ୟବଂଶୀ ତାଙ୍କ ଜର୍ସିର ପ୍ରକୃତ ନମ୍ବର କାହିଁକି ଲୁଚାଇ ଦେଇଥିଲେ? ଯାହା ପାଲଟିଲାଣି ଆଲୋଚନାର ବିଷୟ

ନୂଆଦିଲ୍ଲୀ,୨୫।୮: ସମସ୍ତଙ୍କ ନଜର ଏବେ ଭାରତର ଯୁବ ତାରକା, 15 ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀଙ୍କ ଉପରେ। ଏହି ଯୁବ ବ୍ୟାଟସମ୍ୟାନ ତାଙ୍କର ବିସ୍ଫୋରକ ବ୍ୟାଟିଂ ଶୈଳୀ ମାଧ୍ୟମରେ…

ଏନସିସି ଆର୍ମି ୱିଙ୍ଗର କ୍ୟାଡେଟ ଚୟନ ଶିବିର: ଛାତ୍ରୀଛାତ୍ରଙ୍କ ମଧ୍ୟରେ ବୃଦ୍ଧି ପାଉଛି ଆଗ୍ରହ

ଭଞ୍ଜନଗର, ୨୫।୮ (ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ମଙ୍ଗଳବାର ଏନସିସି ଆର୍ମି ୱିଙ୍ଗର କ୍ୟାଡେଟ ଚୟନ ଶିବିର ଅନୁଷ୍ଠିତ…

ବ୍ୟବସାୟୀଙ୍କ ଘରୁ ଚୋରି ଘଟଣାରେ ୬ ଗିରଫ: ସୁନା-ରୁପା ଜବତ

କେସିଙ୍ଗା,୨୫।୮(ତୁମେଶ୍ୱର ସାହୁ) : କେସିଙ୍ଗା ସହର ୱାର୍ଡ ନଂ-୩ର ବ୍ୟବସାୟୀ ପୁନମ ଜୈନଙ୍କ ଘରୁ ଗତ ଜୁଲାଇ ୨୧ ତାରିଖରେ ତାଲା ଭାଙ୍ଗି ସୁନା, ରୁପା ଓ…

ପନିର ଅପମିଶ୍ରଣ ନେଇ କଟକରେ ରେଡ୍‌ ପରେ ଏବେ ପାହାଳ ପାଳି: ମିଠା କିଣୁଥିଲେ ଜାଣି ରଖନ୍ତୁ….

ଭୁବନେଶ୍ୱର,୨୫।୮: ପାର୍ବଣ ପୂର୍ବରୁ ରାଜଧାନୀ ଭୁବନେଶ୍ୱରରେ ଛେନା ଓ ପନିରର ଗୁଣବତ୍ତାକୁ ନେଇ ଚିନ୍ତା ବଢ଼ିଛି। ନକଲି ଓ ଅପମିଶ୍ରିତ ଛେନା-ପନିର ବିକ୍ରି ଅଭିଯୋଗକୁ ନେଇ BMC…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri