ଏରସମା ଫାଶୀ ଦଣ୍ଡାଦେଶ ମାମଲା: ନଥିପତ୍ର ଦାଖଲ କରିବାକୁ ଆବେଦନକାରୀଙ୍କୁ ନିର୍ଦ୍ଦେଶ

କଟକ ଅଫିସ, ୨୮।୯: ଜଗତସିଂହପୁର ଜିଲା ଏରସମା ଅଞ୍ଚଳର ଜଣେ ନାବାଳିକାଙ୍କୁ ବଳାତ୍କାର ଓ ହତ୍ୟା ଘଟଣାର ଅଭିଯୁକ୍ତ ଲବ ମାନ୍ନା ଓରଫ କାଳିଆଙ୍କୁ ଜଗତସିଂହପୁର ଅତିରିକ୍ତ ଜିଲା ଦୌରାଜଜ୍‌ ଗତ ୧୦ତାରିଖରେ ଫାଶୀ ଦଣ୍ଡାଦେଶରେ ଦଣ୍ଡିତ କରିଥିଲେ। ନିମ୍ନ ଅଦାଲତଙ୍କ ରାୟ କାଏମ ରଖିବାକୁ ସରକାର ହାଇକୋର୍ଟକୁ ଆସିଥିବାବେଳେ ଅଭିଯୁକ୍ତଙ୍କ ପକ୍ଷରୁ ମଧ୍ୟ ଦଣ୍ଡାଦେଶ କୋହଳ ନେଇ ହାଇକୋର୍ଟରେ ମାମଲା ରୁଜୁ ହୋଇଛି। ଶୁକ୍ରବାର ହାଇକୋର୍ଟଙ୍କ ବିଚାରପତି ଜଷ୍ଟସି ଏ.କେ. ମିଶ୍ର ଓ ଏସ୍‌.କେ. ମିଶ୍ରଙ୍କ ଖଣ୍ଡପୀଠ ଏହାର ଶୁଣାଣି କରି ଆବେଦନକାରୀ କାଳିଆଙ୍କ ଆଇନଜୀବୀଙ୍କୁ ମାମଲା ସମ୍ପର୍କିତ ନଥିପତ୍ର ଦାଖଲ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଆସନ୍ତା ଅକ୍ଟୋବର ୧୬ରେ ଉଭୟ ମାମଲାର ଏକତ୍ର ଶୁଣାଣି ହେବ। ମାମଲାର ବିବରଣୀରୁ ପ୍ରକାଶ ଯେ, ୨୦୧୮ ମାର୍ଚ୍ଚ ୨୦ରେ କାଳିଆ ଅପରାହ୍ନ ପ୍ରାୟ ୩ଟା ରେ ଘରୁ ବାହାରକୁ ଆସିଥିଲେ। ଅଞ୍ଚଳର ଜଣେ ନାବାଳିକାଙ୍କୁ ରାସ୍ତାରେ ଏକୁଟିଆ ଦେଖି ତାଙ୍କୁ ଚକୋଲେଟ୍‌ ଦେବାର ଲୋଭ ଦେଖାଇ କାଜୁ ଜଙ୍ଗଲ ଆଡ଼କୁ ନେଇଥିଲେ। ସେଠାରେ କାଳିଆ ତାଙ୍କୁ ବଳାତ୍କାର କରି ତଣ୍ଟି ଚିପି ହତ୍ୟା କରିଥିଲେ। ଏହି ମାମଲାରେ ଏରସମା ପୋଲିସ ମେ’ ୨୫ତାରିଖରେ ଚାର୍ଜସିଟ୍‌ ଦାଖଲ କରିଥିଲା। ସମସ୍ତ ସାକ୍ଷ୍ୟ ପ୍ରମାଣକୁ ଭିତ୍ତିକରି ଜଗତ୍‌ସିଂହପୁର ପୋକ୍ସୋ ଅଦାଲତ ଅଭିଯୁକ୍ତଙ୍କୁ ଫାଶୀ ଦଣ୍ଡାଦେଶ ଶୁଣାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

‘ଜ୍ଞାନୁଙ୍କୁ ଯିବାକୁ ହିଁ ପଡ଼ିବ…’, ଆନ୍ଦୋଳନକୁ ନେଇ ଦୀପ୍‌କେଙ୍କ ବଡ଼ ଘୋଷଣା: ଦିଲ୍ଲୀରେ ନୁହେଁ ଏଥର ଏଇଠି…

ନୂଆଦିଲ୍ଲୀ,୨୮।୯: କକରୋଚ ଜନତା ପାର୍ଟି (CJP)ର ପ୍ରତିଷ୍ଠାତା ଅଭିଜିତ ଦୀପ୍‌କେ ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିରେ ଅକ୍ଟୋବର ୨ରେ ଆନ୍ଦୋଳନ କରିବାକୁ ଘୋଷଣା…

RCBକୁ ବଡ଼ ଝଟକା: ଦୁନିଆରୁ ବିଦାୟ ନେଲେ ଏହି କିମ୍ବଦନ୍ତ୍ରୀ

ବେଙ୍ଗାଲୁରୁ,୨୮।୯: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) ପରିବାରକୁ ବଡ଼ ଝଟକା। ଦଳର ମ୍ୟାଚ ଦିନର ପରିବେଶକୁ ନିଜ ଢୋଲର ତାଳରେ ଉତ୍ସାହିତ କରୁଥିବା ପ୍ରସିଦ୍ଧ ଡ୍ରମର୍‌ ଦେବାଙ୍କ…

ସିଂହ ରାଶିକୁ ଯିବେ ବୃହସ୍ପତି: ଆଉ ୪ ଦିନ ପରେ ଏହି ରାଶିଙ୍କ ଭାଗ୍ୟ ନେବ ନୂଆ ମୋଡ଼, ଲାଗିବ ଲଟେରୀ, ଚାକିରିରେ ପଦୋନ୍ନତି

ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ଗୁରୁ ଗ୍ରହ ୩୧ ଅକ୍ଟୋବର ୨୦୨୬, ଶନିବାର ଦ୍ୱିପ୍ରହର ୧୨ଟା ୫୦ ମିନିଟରେ କର୍କଟ ରାଶିରୁ ସିଂହ ରାଶିକୁ ପ୍ରବେଶ କରିବେ। ଗୁରୁଙ୍କ…

ଚାକିରି ଦେବା ବାହାନାରେ ଯୁବତୀଙ୍କୁ ବଳାତ୍କାର କଲେ ଲୋକୋ ପାଇଲଟ୍‌, ଷ୍ଟେଶନରୁ ଘରକୁ ନେଇ…

ପାଟନା,୨୮ା୯: କଟିହାରରେ ଚାକିରି ଦେବାର ପ୍ରଲୋଭନ ଦେଇ ୨୨ ବର୍ଷୀୟା ଯୁବତୀଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ଆସିଛି । ଏହି ମାମଲାରେ ଜଣେ ରେଳବାଇ ଲୋକୋ ପାଇଲଟ୍‌ଙ୍କ…

୩ ଘଣ୍ଟା କାନ୍ଦିଲେ ପରିଣୀତି: ପଛରେ ରହିଛି ଏମିତି କାରଣ

ମୁମ୍ବାଇ: ବଲିଉଡ ଅଭିନେତ୍ରୀ ପରିଣୀତି ଚୋପ୍ରା ମା’ ହେବା ପରେ ପୁଣିଥରେ କାମକୁ ଫେରିଛନ୍ତି। ତେବେ ପୁଅ ନୀରଙ୍କୁ ଘରେ ଛାଡ଼ି କାମ ପାଇଁ ବାହାରକୁ ଯିବା…

NDA ସହ ଯିବା ଚର୍ଚ୍ଚା ମଧ୍ୟରେ ବଡ଼ ଘୋଷଣା କଲେ ଶରଦ ପାୱାର: ରାଜନୀତିରେ ଚହଳ

ନୂଆଦିଲ୍ଲୀ,୨୮।୯: ଗତ କିଛି ମାସ ଧରି ରାଜନୈତିକ ମହଲରେ ଚର୍ଚ୍ଚା ଚାଲିଥିଲା ଯେ, ଶରଦ ପାୱାର ବିଜେପି ନେତୃତ୍ୱାଧୀନ ରାଷ୍ଟ୍ରୀୟ ଗଣତାନ୍ତ୍ରିକ ମେଣ୍ଟ (NDA) ସହ ଯାଇପାରନ୍ତି।…

ଗାଧୋଇବା ବେଳେ ପୋଖରୀରେ ବୁଡ଼ିଗଲେ ଶିବରାମ; ଚାଲିଗଲା ଜୀବନ, ଅଞ୍ଚଳରେ ଶୋକର ଛାୟା

ଦିଗପହଣ୍ଡି,୨୮ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଛଣମେରି ଗ୍ରାମ ପୋଖରୀରେ ବୁଡ଼ି ଜଣେ ଯୁବକଙ୍କ ମୃତ୍ୟୁ ହୋଇଛି । ମୃତକ ଜଣକ ହେଲେ ଛଣମେରି…

କୋହଲିଙ୍କ ଏହି ରେକର୍ଡ ଭାଙ୍ଗିବା ଅସମ୍ଭବ! ଜାଣିଲେ ହେବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୮।୯: ୱେଷ୍ଟଇଣ୍ଡିଜ ବିପକ୍ଷ ପ୍ରଥମ ଦିନିକିଆରେ ଅପରାଜିତ ଶତକ ହାସଲ କରି ବିରାଟ କୋହଲି ପୁଣିଥରେ ରେକର୍ଡ ବୁକ୍‌ରେ ନିଜ ନାମ ଲେଖାଇଛନ୍ତି। ଏହି ମ୍ୟାଚ୍‌ରେ ତାଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?