ଏରସମା ଫାଶୀ ଦଣ୍ଡାଦେଶ ମାମଲା: ନଥିପତ୍ର ଦାଖଲ କରିବାକୁ ଆବେଦନକାରୀଙ୍କୁ ନିର୍ଦ୍ଦେଶ

କଟକ ଅଫିସ, ୨୮।୯: ଜଗତସିଂହପୁର ଜିଲା ଏରସମା ଅଞ୍ଚଳର ଜଣେ ନାବାଳିକାଙ୍କୁ ବଳାତ୍କାର ଓ ହତ୍ୟା ଘଟଣାର ଅଭିଯୁକ୍ତ ଲବ ମାନ୍ନା ଓରଫ କାଳିଆଙ୍କୁ ଜଗତସିଂହପୁର ଅତିରିକ୍ତ ଜିଲା ଦୌରାଜଜ୍‌ ଗତ ୧୦ତାରିଖରେ ଫାଶୀ ଦଣ୍ଡାଦେଶରେ ଦଣ୍ଡିତ କରିଥିଲେ। ନିମ୍ନ ଅଦାଲତଙ୍କ ରାୟ କାଏମ ରଖିବାକୁ ସରକାର ହାଇକୋର୍ଟକୁ ଆସିଥିବାବେଳେ ଅଭିଯୁକ୍ତଙ୍କ ପକ୍ଷରୁ ମଧ୍ୟ ଦଣ୍ଡାଦେଶ କୋହଳ ନେଇ ହାଇକୋର୍ଟରେ ମାମଲା ରୁଜୁ ହୋଇଛି। ଶୁକ୍ରବାର ହାଇକୋର୍ଟଙ୍କ ବିଚାରପତି ଜଷ୍ଟସି ଏ.କେ. ମିଶ୍ର ଓ ଏସ୍‌.କେ. ମିଶ୍ରଙ୍କ ଖଣ୍ଡପୀଠ ଏହାର ଶୁଣାଣି କରି ଆବେଦନକାରୀ କାଳିଆଙ୍କ ଆଇନଜୀବୀଙ୍କୁ ମାମଲା ସମ୍ପର୍କିତ ନଥିପତ୍ର ଦାଖଲ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଆସନ୍ତା ଅକ୍ଟୋବର ୧୬ରେ ଉଭୟ ମାମଲାର ଏକତ୍ର ଶୁଣାଣି ହେବ। ମାମଲାର ବିବରଣୀରୁ ପ୍ରକାଶ ଯେ, ୨୦୧୮ ମାର୍ଚ୍ଚ ୨୦ରେ କାଳିଆ ଅପରାହ୍ନ ପ୍ରାୟ ୩ଟା ରେ ଘରୁ ବାହାରକୁ ଆସିଥିଲେ। ଅଞ୍ଚଳର ଜଣେ ନାବାଳିକାଙ୍କୁ ରାସ୍ତାରେ ଏକୁଟିଆ ଦେଖି ତାଙ୍କୁ ଚକୋଲେଟ୍‌ ଦେବାର ଲୋଭ ଦେଖାଇ କାଜୁ ଜଙ୍ଗଲ ଆଡ଼କୁ ନେଇଥିଲେ। ସେଠାରେ କାଳିଆ ତାଙ୍କୁ ବଳାତ୍କାର କରି ତଣ୍ଟି ଚିପି ହତ୍ୟା କରିଥିଲେ। ଏହି ମାମଲାରେ ଏରସମା ପୋଲିସ ମେ’ ୨୫ତାରିଖରେ ଚାର୍ଜସିଟ୍‌ ଦାଖଲ କରିଥିଲା। ସମସ୍ତ ସାକ୍ଷ୍ୟ ପ୍ରମାଣକୁ ଭିତ୍ତିକରି ଜଗତ୍‌ସିଂହପୁର ପୋକ୍ସୋ ଅଦାଲତ ଅଭିଯୁକ୍ତଙ୍କୁ ଫାଶୀ ଦଣ୍ଡାଦେଶ ଶୁଣାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କାମ ସାରି ଘରକୁ ଫେରୁଥିବା ବେଳେ ପଛପଟୁ ଧକ୍କା ଦେଲା ପିକଅପ୍‌ ଭ୍ୟାନ୍‌

ବାଲେଶର ଅଫିସ,୨୦।୪( ମାନସ ବିଶ୍ୱାଳ): ବାଲେଶ୍ବର ଜିଲା ନୀଳଗିରି ଥାନାରେ ହୋମଗାର୍ଡ ଭାବେ କାର୍ଯ୍ୟ କରୁଥିବା ଛୋଟକାନପୁର ଗ୍ରାମର ଲକ୍ଷ୍ମୀଧର ଜେନା ( ୫୬) ଶନିବାର...

ମହାନଦୀରେ ଡଙ୍ଗାବୁଡି ଘଟଣା: ମୃତ୍ୟୁସଂଖ୍ୟା ୭କୁ ବୃଦ୍ଧି

ଝାରସୁଗୁଡା,୨୦।୪: ମହାନଦୀ ଡଙ୍ଗାବୁଡ଼ି ଘଟଣାରେ ଆଉ ୬ ଜଣଙ୍କ ମୃତଦେହ ଉଦ୍ଧାର ହୋଇଛି। ପୋଲିସ ଓ ଅଗ୍ନିଶମ ବାହିନୀ ଗତକାଲି ଠାରୁ ଉଦ୍ଧାର କାର୍ଯ୍ୟ ଜାରି...

ଭୁବନେଶ୍ୱରରେ କାମ ବନ୍ଦ ଘୋଷଣା କଲେ ସଫେଇ କର୍ମଚାରୀ

ଭୁବନେଶ୍ୱର,୨୦।୪: କାମ ବନ୍ଦ କଲେ ସଫେଇ କର୍ମଚାରୀ । ରାଜଧାନୀରେ ଆଉ ସଫେଇ କାମ କରିବେନି ବୋଲି ଘୋଷଣା କରିଛନ୍ତି କର୍ମଚାରୀ। ଭୁବନେଶ୍ୱର ୬୪ ନମ୍ବର...

ଅସହ୍ୟ ହେଲାଣି ପାଓ୍ବାର କଟ୍‌, ବିଦ୍ୟୁତ ବିତରଣ କମ୍ପାନୀକୁ କଡା ନିର୍ଦ୍ଦେଶ ଦେଲେ ସରକାର

ଭୁବନେଶ୍ୱର,୨୦।୪: ଅସହ୍ୟ ଗ୍ରୀଷ୍ମ ସହ ଗୁଳୁଗୁଳି ଭିତରେ ପାୱାର୍‌ କଟ୍‌ ସମସ୍ୟା ପରେ ତତ୍ପର ହୋଇଛନ୍ତି ରାଜ୍ୟ ସରକାର। ଏନେଇ ତୁରନ୍ତ ଦୃଷ୍ଟି ଦେବାକୁ ବିଦ୍ୟୁତ...

ଏବେଠାରୁ କୋହଲା ପାଗ, ଏହିସବୁ ଜିଲାକୁ କାଳବୈଶାଖୀ ବର୍ଷା ଆଲର୍ଟ!

ଭୁବନେଶ୍ୱର,୨୦।୪: ଆଜି ତାତିରୁ ମିଳିପାରେ ଆଶ୍ୱସ୍ତି। ଗତ ୨୪ ଘଣ୍ଟାରେ ରାଜ୍ୟର ଅନେକ ସ୍ଥାନରେ ଗ୍ରୀଷ୍ମ ପ୍ରବାହ ଅନୁଭୂତ ହୋଇଛି । ବିଶେଷ କରି ବାଲେଶ୍ବର,...

ମହାନଦୀ ଡଙ୍ଗାବୁଡି ଘଟଣା: ମିଳିଲା ଆଉ ୩ଜଣଙ୍କ ମୃତଦେହ

ଝାରସୁଗୁଡା,୨୦।୪: ମହାନଦୀରେ ଡଙ୍ଗାବୁଡି ଘଟଣାରେ ଆଉ ୩ଜଣଙ୍କର ମୃତଦେହ ଉଦ୍ଧାର ହୋଇଛି। ହୀରାକୁଦ ଜଳଭଣ୍ଡାରର ଉପରମୁଣ୍ଡ ମହାନଦୀରେ ଗତକାଲି ଅର୍ଥାତ୍‌ ଶୁକ୍ରବାର ଏଭଳି ଅଭାବନୀୟ ଘଟଣା...

ମିଥ୍ୟା ବିଲ୍‌ କରି ଅନୁଦାନ ହଡ଼ପ

ଲୋଇସିଂହା,୨୦।୪(ସୁଶାନ୍ତ ବାରିକ)ବଲାଙ୍ଗୀର ଜିଲା ଲୋଇସିଂହା ରେଞ୍ଜ ସାଲେଭାଟ ସେକ୍ସନ ଅନ୍ତର୍ଗତ ବଙ୍ଗାବାହାଲରେ କାମ୍ପ ଯୋଜନାରେ ହୋଇଥିବା ବନୀକରଣରେ ଅନିୟମିତତା ହୋଇଛି। ଏହିଭଳି ଅଭିଯୋଗ କରିଥିଲା ଗ୍ରାମ୍ୟ...

ମହୁଲଫୁଲ ସଂଗ୍ରହକାରୀ ଶୋଷଣର ଶିକାର

ବରଗଡ଼,୨୦।୪(ପ୍ରେମାନନ୍ଦ ଖମାରୀ)ମହୁଲ ଫୁଲ ଏକ ଲଘୁ ବନଜାତ ଦ୍ରବ୍ୟ। ବରଗଡ଼ ଜିଲାର ଅଣଜଳସେଚିତ ପଦ୍ମପୁର ଉପଖଣ୍ଡ ସମେତ ବରଗଡ଼ ଉପଖଣ୍ଡର ଅମ୍ବାଭୋନା ଆଦି ଅଞ୍ଚଳର ଆଦିବାସୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri