ଏରସମା ଫାଶୀ ଦଣ୍ଡାଦେଶ ମାମଲା:ଜାନୁୟାରୀ ୯ରେ ପରବର୍ତ୍ତୀ ଶୁଣାଣି

କଟକ ଅଫିସ,୧୩।୧୨:୨୦୧୮ ମାର୍ଚ୍ଚ ୨୦ରେ ଜଗତ୍‌ସିଂହପୁର ଜିଲା ଏରସମା ଥାନା ଅଞ୍ଚଳର ଜଣେ ନାବାଳିକାଙ୍କୁ ବଳାତ୍କାର ପରେ ହତ୍ୟା କରାଯାଇଥିଲା। ଏହି ଘଟଣାରେ ଗିରଫ ହୋଇଥିବା ଅଭିଯୁକ୍ତ କାଳିଆ ମାନ୍ନାଙ୍କୁ ଜଗତ୍‌ସିଂହପୁର ପୋକ୍‌ସୋ କୋର୍ଟ ଗତ ସେପ୍ଟେମ୍ବର ୧୦ରେ ଫାଶୀ ଦଣ୍ଡାଦେଶ ଦେଇଥିଲେ। ତଳ କୋର୍ଟର ଫାଶୀ ଦଣ୍ଡାଦେଶର ଶୁଣାଣି ଗୁରୁବାର ହାଇକୋର୍ଟରେ ହୋଇଥିଲା। ଉକ୍ତ ମାମଲାର ପୂର୍ବ ଶୁଣାଣିରେ ହାଇକୋର୍ଟ ସରକାରଙ୍କୁ ରିପୋର୍ଟ ତଲବ କରିଥିଲେ। ଏହି ଅନୁଯାୟୀ ସରକାର ହାଇକୋର୍ଟରେ ରିପୋର୍ଟ ଦାଖଲ କରିଛନ୍ତି। ଏହି ରିପୋର୍ଟ ଦାଖଲ ପରେ ମାମଲାର ପରବର୍ତ୍ତୀ ଶୁଣାଣି ପାଇଁ ହାଇକୋର୍ଟ ଜାନୁୟାରୀ ୯ ତାରିଖକୁ ଦିନଧାର୍ଯ୍ୟ କରିଛନ୍ତି। ବିଚାରପତି ଜଷ୍ଟିସ ଏସ୍‌.କେ. ମିଶ୍ର ଓ ବିଚାରପତି ଜଷ୍ଟିସ ବିଭୂ ପ୍ରସାଦ ରାଉତରାୟଙ୍କୁ ନେଇ ଗଠିତ ଖଣ୍ଡପୀଠ ଏହି ମାମଲାର ଶୁଣାଣି କରୁଛନ୍ତି। ସୂଚନାଥାଉ କି, ନାବାଳିକା ଜଣକ ନିଜ ଘର ପାଖରେ ଖେଳୁଥିବାବେଳେ କାଳିଆ ତାଙ୍କୁ ଚକୋଲେଟ ଲୋଭ ଦେଖାଇ ନିକଟରେ ଥିବା କାଜୁ ଜଙ୍ଗଲ ଭିତରକୁ ନେଇ ଯାଇଥିଲେ। ସେଠାରେ ତାଙ୍କୁ ବଳାତ୍କାର କରିବା ପରେ କାଳେ ସେ କାହା ଆଗରେ କହିଦେବେ ଭାବି ତଣ୍ଟିଚିପି ହତ୍ୟା କରିଥିଲେ। ପରେ କାଳିଆ ନାବାଳିକାଙ୍କ ମୃତଦେହକୁ ଲୁଚାଇ ଦେଇଥିଲେ। ପୋଲିସ ଏହାର ତଦନ୍ତ କରି ଘଟଣାର ପରଦିନ କାଳିଆଙ୍କୁ ଗିରଫ କରିଥିଲା। ଉକ୍ତ ମାମଲାରେ ୨୫ ଜଣ ସାକ୍ଷୀଙ୍କ ବୟାନକୁ ଆଧାର କରି ପୋକ୍‌ସୋ କୋର୍ଟ କାଳିଆଙ୍କୁ ଫାଶୀ ଦଣ୍ଡାଦେଶ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

‘ଏଥର ରାଜ୍ୟରେ ସରକାର ପରିବର୍ତ୍ତନ କରିବେ ଓଡ଼ିଶା ଲୋକ’

ଭୁବନେଶ୍ୱର, ୧୯।୪(ସୁନିତ୍‌ ମିଶ୍ର): ସମ୍ବଲପୁର ଲୋକ ସଭା ନିର୍ବାଚନମଣ୍ଡଳୀରେ ବିଜେଡିର ଏମ୍‌ପି ପ୍ରାର୍ଥୀ ତଥା ତାଙ୍କ ଦଳର ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ(ବବି) ହାରିବା...

ଓଡିଶା ରାଜନୀତିକୁ ନେଇ ଶାହାଙ୍କ ବଡ଼ ବୟାନ, କହିଲେ ନବୀନଙ୍କ ସହ ବଡ଼ ଫାଇଟ୍‌

ନୂଆଦିଲ୍ଲୀ,୧୯।୪: ଆରମ୍ଭ ହୋଇଯାଇଛି ଲୋକ ସଭା ନିର୍ବାଚନ ୨୦୨୪ l ତେବେ ଓଡିଶାରେ ନିର୍ବାଚନ ପାଇଁ ଅଳ୍ପ ଦିନ ବାକି ଥିବାବେଳେ ଗୃହମନ୍ତ୍ରୀ ଅମିତ ଶାହା...

ଭାଜପାରେ ଯୋଗଦେଲେ ପୂର୍ବତନ ଉପବାଚସ୍ପତି, ଗଞ୍ଜାମ ଅଧ୍ୟକ୍ଷା ପ୍ରତିଭା ପାଢ଼ୀ

ଭୁବନେଶ୍ୱର, ୧୯।୪(ସୁନିତ୍‌ ମିଶ୍ର): ପୂର୍ବତନ ଉପବାଚସ୍ପତି ରାମଚନ୍ଦ୍ର ପଣ୍ଡା ନିଜର ଶତାଧିକ ସମର୍ଥକଙ୍କ ଗହଣରେ ବିଜେଡି ଛାଡ଼ି ଶୁକ୍ରବାର ଭାଜପାରେ ସାମିଲ ହୋଇଛନ୍ତି। ଭାଜପା ରାଜ୍ୟ...

ନିମାପଡ଼ା ଆସନରେ ମାଷ୍ଟରଷ୍ଟ୍ରୋକ୍‌ ଖେଳିପାରେ କଂଗ୍ରେସ

ନିମାପଡ଼ା,୧୯ା୪(ରଞ୍ଜନ ପଟ୍ଟନାୟକ): ନିମାପଡ଼ା ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ଭାଜପା ଏବଂ ବିଜେଡି ପ୍ରାର୍ଥୀ ଘୋଷଣା କରିସାରିଥିବା କଂଗ୍ରେସ ପଡ଼ିଛି ପଛରେ। ୨୦୧୯ ନିର୍ବାଚନରେ ଦିଲ୍ଲୀପ ନାୟକକଂଗ୍ରେସରୁ...

ଆଇଏଏସ୍‌ ପରୀକ୍ଷାରେ କେମିତି ପାଇବେ ସଫଳତା? ଆଇପିଏସ ପ୍ରତୀକ ସିଂ ଦେଲେ ଟିପ୍ସ

ଭୁବନେଶ୍ୱର,୧୯।୪: ସିଭିଲ ସର୍ଭିସ ପରୀକ୍ଷା ପାଇଁ ପ୍ରସ୍ତତ ହେଉଛନ୍ତି କି ? ପାଠପଢାରେ ବ୍ୟସ୍ତ ରହି ନିଦ ହେଉନି କି ? ଯଦି ଏଭଳି କରୁଛନ୍ତି...

ଏଥର ରୋଚକ ହେବ ରାଜନୀତି,ସବୁଦଳର ଫୋକସରେ ଯୁବପ୍ରାର୍ଥୀ

ଭୁବନେଶ୍ୱର,୧୯।୪: ନିର୍ବାଚନ ଯେତିକି ପାଖେଇ ଆସୁଛି ସେତିକି ରାଜନୀତି ସରଗରମ ହେଉଛି। ତେବେ ଏହି ଭିତରେ ପ୍ରାର୍ଥୀ ଚୟନରେ ଯୁବପ୍ରାର୍ଥୀଙ୍କୁ ଅଗ୍ରାଧିକାର ଦେଉଛନ୍ତି ରାଜନୈତିକ ଦଳ।...

ଚିଟ୍‌ଫଣ୍ଡ ଅଭିଯୁକ୍ତଙ୍କ ପାସ୍‌ପୋର୍ଟ ଫେରାଅ: ହାଇକୋର୍ଟ

କଟକ,୧୯ା୪ (କାର୍ତ୍ତିକ ସାହୁ) ଜଣେ ଚିଟ୍‌ଫଣ୍ଡ ଅଭିଯୁକ୍ତଙ୍କ ପାସ୍‌ପୋର୍ଟ ଫେରାଇବାକୁ ହାଇକୋର୍ଟ ସିବିଆଇକୁ ଆଦେଶ ଦେଇଛନ୍ତି। ଏଥିସହ ସମ୍ପୃକ୍ତ ଅଭିଯୁକ୍ତଙ୍କ ପାସ୍‌ପୋର୍ଟ ଫେରାଇବା ବିରୋଧରେ ସିବିଆଇ...

କୋରାପୁଟରେ ଶକ୍ତି ପ୍ରଦର୍ଶନ କଲେ ମାମୁଁ ଭଣଜା

କୋରାପୁଟ,୧୯।୪(ଅମିତାଭ ବେହେରା) କୋରାପୁଟ ସଂସଦୀୟ କ୍ଷେତ୍ରରେ ଆସନ୍ତା ମେ ୧୩ରେ ପ୍ରଥମ ପର୍ଯ୍ୟାୟ ମତଦାନ ହେବ। ଗତକାଲି ଅର୍ଥାତ ୧୮ରୁ ପାର୍ଥୀପତ୍ର ଦାଖଲ ଆରମ୍ଭ ହୋଇଥିବାବେକେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri