ଏରସମା ଫାଶୀ ଦଣ୍ଡାଦେଶ ମାମଲା:ଜାନୁୟାରୀ ୯ରେ ପରବର୍ତ୍ତୀ ଶୁଣାଣି

କଟକ ଅଫିସ,୧୩।୧୨:୨୦୧୮ ମାର୍ଚ୍ଚ ୨୦ରେ ଜଗତ୍‌ସିଂହପୁର ଜିଲା ଏରସମା ଥାନା ଅଞ୍ଚଳର ଜଣେ ନାବାଳିକାଙ୍କୁ ବଳାତ୍କାର ପରେ ହତ୍ୟା କରାଯାଇଥିଲା। ଏହି ଘଟଣାରେ ଗିରଫ ହୋଇଥିବା ଅଭିଯୁକ୍ତ କାଳିଆ ମାନ୍ନାଙ୍କୁ ଜଗତ୍‌ସିଂହପୁର ପୋକ୍‌ସୋ କୋର୍ଟ ଗତ ସେପ୍ଟେମ୍ବର ୧୦ରେ ଫାଶୀ ଦଣ୍ଡାଦେଶ ଦେଇଥିଲେ। ତଳ କୋର୍ଟର ଫାଶୀ ଦଣ୍ଡାଦେଶର ଶୁଣାଣି ଗୁରୁବାର ହାଇକୋର୍ଟରେ ହୋଇଥିଲା। ଉକ୍ତ ମାମଲାର ପୂର୍ବ ଶୁଣାଣିରେ ହାଇକୋର୍ଟ ସରକାରଙ୍କୁ ରିପୋର୍ଟ ତଲବ କରିଥିଲେ। ଏହି ଅନୁଯାୟୀ ସରକାର ହାଇକୋର୍ଟରେ ରିପୋର୍ଟ ଦାଖଲ କରିଛନ୍ତି। ଏହି ରିପୋର୍ଟ ଦାଖଲ ପରେ ମାମଲାର ପରବର୍ତ୍ତୀ ଶୁଣାଣି ପାଇଁ ହାଇକୋର୍ଟ ଜାନୁୟାରୀ ୯ ତାରିଖକୁ ଦିନଧାର୍ଯ୍ୟ କରିଛନ୍ତି। ବିଚାରପତି ଜଷ୍ଟିସ ଏସ୍‌.କେ. ମିଶ୍ର ଓ ବିଚାରପତି ଜଷ୍ଟିସ ବିଭୂ ପ୍ରସାଦ ରାଉତରାୟଙ୍କୁ ନେଇ ଗଠିତ ଖଣ୍ଡପୀଠ ଏହି ମାମଲାର ଶୁଣାଣି କରୁଛନ୍ତି। ସୂଚନାଥାଉ କି, ନାବାଳିକା ଜଣକ ନିଜ ଘର ପାଖରେ ଖେଳୁଥିବାବେଳେ କାଳିଆ ତାଙ୍କୁ ଚକୋଲେଟ ଲୋଭ ଦେଖାଇ ନିକଟରେ ଥିବା କାଜୁ ଜଙ୍ଗଲ ଭିତରକୁ ନେଇ ଯାଇଥିଲେ। ସେଠାରେ ତାଙ୍କୁ ବଳାତ୍କାର କରିବା ପରେ କାଳେ ସେ କାହା ଆଗରେ କହିଦେବେ ଭାବି ତଣ୍ଟିଚିପି ହତ୍ୟା କରିଥିଲେ। ପରେ କାଳିଆ ନାବାଳିକାଙ୍କ ମୃତଦେହକୁ ଲୁଚାଇ ଦେଇଥିଲେ। ପୋଲିସ ଏହାର ତଦନ୍ତ କରି ଘଟଣାର ପରଦିନ କାଳିଆଙ୍କୁ ଗିରଫ କରିଥିଲା। ଉକ୍ତ ମାମଲାରେ ୨୫ ଜଣ ସାକ୍ଷୀଙ୍କ ବୟାନକୁ ଆଧାର କରି ପୋକ୍‌ସୋ କୋର୍ଟ କାଳିଆଙ୍କୁ ଫାଶୀ ଦଣ୍ଡାଦେଶ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କ’ଣ ‘ଜିରୋ କାଜୁଆଲ୍ଟି ଓଡ଼ିଶା ମଡେଲ’? ଭୂମିକମ୍ପ ପରେ କାହିଁକି ଭେନେଜୁଏଲା ଯାତ୍ରା କରିଥିଲେ ଭାରତର ‘ସାଇକ୍ଲୋନ ମ୍ୟାନ’? ଜାଣନ୍ତୁ…

ନୂଆଦିଲ୍ଲୀ/କାରାକସ,୧୦।୭: ପୂର୍ବତନ ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଘନିଷ୍ଠ ସହଯୋଗୀ ଏବଂ ବିପର୍ଯ୍ୟୟ ପରିଚାଳନା ବିଶେଷଜ୍ଞ ଭିକେ ପାଣ୍ଡିଆନ ସମ୍ପ୍ରତି ଭୂମିକମ୍ପ ପ୍ରଭାବିତ ଭେନେଜୁଏଲା ଗସ୍ତ କରିଥିଲେ।…

ମେଗା ଷ୍ଟିଲ ପ୍ଲାଣ୍ଟ ପାଇଁ ଏକାଦଶ ଗ୍ରାମସଭା: ଏକର ପିଛା ଏତିକି କୋଟି ଦାବି କଲେ ଗ୍ରାମବାସୀ, ସମସ୍ତେ ଚକିତ

ପାଟଣା,୧୦।୭(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ତହସିଲ ଅର୍ନ୍ତଗତ ଚେମେଣା ଓ ଯମୁନା ପଶି ପଞ୍ଚାୟତର ୧୨ଟି ମୌଜାର ଜମିକୁ ନେଇ ଜେଏସଡବ୍ଲୁ ଓ ପୋସ୍କୋ ପ୍ରସ୍ତାବିତ…

ଭାରତର କ୍ଷତରେ ଲୁଣ ଲଗାଇଲା ଇଂଲଣ୍ଡ, ଅଧିନାୟକ ହ୍ୟାରି ବ୍ରୁକ କହିଲେ, ‘ମୁଁ ଏହାକୁ ପ୍ରକୃତରେ ଉପଭୋଗ କରିଥିଲି…’

ନୂଆଦିଲ୍ଲୀ,୧୦।୭: ବ୍ରିଷ୍ଟଲରେ ଖେଳାଯାଇଥିବା ଚତୁର୍ଥ ଟି-୨୦ ମ୍ୟାଚରେ ଇଂଲଣ୍ଡ ଭାରତୀୟ କ୍ରିକେଟ ଦଳକୁ ୯ ୱିକେଟରେ ପରାସ୍ତ କରିଛି। ଏହି ବିଜୟ ସହିତ ଇଂଲଣ୍ଡ ୩-୦ରେ ସିରିଜ…

ମୃତ ପୋଲିସ କର୍ମଚାରୀଙ୍କ ପରିବାରକୁ ବୀମା ରାଶି ପ୍ରଦାନ

ଛତ୍ରପୁର,୧୦।୭(ଦିଲୀପ ସାମଲ): ୨୦୨୪ ମସିହାରେ କାର୍ଯ୍ୟରତ ଅବସ୍ଥାରେ ଅକସ୍ମାତ ହୃଦ୍ଘାତରେ ପରଲୋକବରଣ କରିଥିବା ଚମାଖଣ୍ଡି ପୋଲିସ ଥାନା କର୍ମଚାରୀ ସଞ୍ଜିତ ସ୍ବାଇଁଙ୍କ ପରିବାରକୁ ୧୦ ଲକ୍ଷ ଟଙ୍କା…

ପ୍ରଧାନମନ୍ତ୍ରୀଙ୍କ ପଛରେ ଠିଆ ହୋଇଥିବା ଝିଅ ଦେଲେ ଏମିତି ସଙ୍କେତ; ପଛକୁ ବୁଲି ଚାହିଁଲେ ମୋଦି, ଆଉ ତାପରେ…

ନୂଆଦିଲ୍ଲୀ,୧୦।୭:ଅଷ୍ଟ୍ରେଲିଆର ମେଲବୋର୍ନର ମାର୍ଭେଲ ଷ୍ଟାଡିୟମରେ ପ୍ରଧାନମନ୍ତ୍ରୀ ମୋଦି ଭାରତୀୟ ସମ୍ପ୍ରଦାୟକୁ ସମ୍ବୋଧିତ କରୁଥିବା ସମୟରେ ଏକ ଅନନ୍ୟ ଦୃଶ୍ୟ ଦେଖାଯାଇଥିଲା। ଭାଷଣ ସମୟରେ, ମଞ୍ଚ ଉପରେ ତାଙ୍କ…

ଜିଓ ନେଟୱର୍କ ସେବା ବିପର୍ଯ୍ୟସ୍ତ: ଲୋକେ ହନ୍ତସନ୍ତ

କର୍ଲାମୁଣ୍ଡା,୧୦।୭(ପ୍ରଦୀପ କୁମାର ସାହୁ):କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଅନ୍ତର୍ଗତ ଗଜବାହାଲ ଗ୍ରାମରେ ଜିଓ ୫ଜି ନେଟୱର୍କ ସେବା ଦୀର୍ଘଦିନ ଧରି ବ୍ୟାହତ ହୋଇଆସୁଛି। ବିଦ୍ୟୁତ ଥିବା ସତ୍ତ୍ୱେ…

ଜିଲାସ୍ତରୀୟ ୭୭ତମ ବନମହୋତ୍ସବ: ୨ ବନ ସଂରକ୍ଷଣ ସମିତିକୁ ମିଳିଲା ଏତିକି ଟଙ୍କାର ପୁରସ୍କାର

ଭବାନୀପାଟଣା,୧୦।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସ୍ଥିତ ଟାଉନ ହାଇସ୍କୁଲରେ ଗୁରୁବାର ଜିଲାସ୍ତରୀୟ ୭୭ତମ ବନମହୋତ୍ସବ ଅନୁଷ୍ଠିତ ହୋଇଯାଇଛି। ଉତ୍ତର ବନଖଣ୍ଡ ପକ୍ଷରୁ ଆୟୋଜିତ ଏହି…

ଅଦିନିଆ ରଥଯାତ୍ରା ଉପରେ ରୋକ: ନିର୍ଦ୍ଦେଶ ଦେଲେ ଜିଲାପାଳ

ଭୁବନେଶ୍ୱର,୧୦।୭: ରାଜସ୍ଥାନ ସିକରରେ ହେବାକୁ ଥିବା ଅଦିନିଆ ରଥଯାତ୍ରା ଉପରେ ରୋକ ଲଗାଯାଇଛି। ସିକର ଜିଲ୍ଲା ମାଜିଷ୍ଟ୍ରେଟ ରଥଯାତ୍ରା ବନ୍ଦ ନିର୍ଦ୍ଦେଶ ଦେଇଛନ୍ତି। ଗତକାଲି ଅଦିନ ରଥଯାତ୍ରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri