Posted inଖେଳ

ଏଲିଟ୍‌ ଅମ୍ପାୟାରିଂରୁ ଅବସର ନେଲେ ସିମନ ଫ୍ରାଏ, ଜନ୍‌ ଓ୍ବାର୍ଡ

ମେଲବୋର୍ନ, ୧୭।୪(ପି.ଟି.): ଅଷ୍ଟ୍ରେଲିଆର ଦୁଇ ଅମ୍ପାୟର ସିମନ ଫ୍ରାଏ ଓ ଜନ୍‌ ଓ୍ବାର୍ଡ ଏଲିଟ୍‌ ଅମ୍ପାୟାରିଂରୁ ଅବସର ନେଇଛନ୍ତି। କ୍ରିକେଟ ଅଷ୍ଟ୍ରେଲିଆ (ସିଏ) ତରଫରୁ ଏ ନେଇ ଶୁକ୍ରବାର ଘୋଷଣା କରାଯାଇଛି। ଦକ୍ଷିଣ ଅଷ୍ଟ୍ରେଲିଆର ଫ୍ରାଏ ୧୦୦ ପ୍ରଥମଶ୍ରେଣୀ, ୧୩୦ ଲିଷ୍ଟ-ଏ ଓ ୯୩ଟି ଟି୨୦ ପୁରୁଷ ମ୍ୟାଚ୍‌ ପରିଚାଳନା କରିଛନ୍ତି। ସେ ୪ଥର କ୍ରିକେଟ ଅଷ୍ଟ୍ରେଲିଆ ଅମ୍ପାୟାର ପୁରସ୍କାର ମଧ୍ୟ ହାସଲ କରିଛନ୍ତି।
ସେହିପରି ଭିକ୍ଟୋରିଆ ଅମ୍ପାୟର ଓ୍ବାର୍ଡ ୩୨ଟି ଟେଷ୍ଟ, ୧୮୭ଟି ପ୍ରଥମଶ୍ରେଣୀ, ୮୪ଟି ଲିଷ୍ଟ-ଏ ଓ ୧୧୭ଟି ଟ୨୦ ମ୍ୟାଚ୍‌ ପରିଚାଳନା କରିଛନ୍ତି। ସେ ଏଲିଟ୍‌ ର଼୍ୟାଙ୍କ୍‌ରେ ୧୯ଟି ସେସନ ସଫଳତାର ସହ ଦାୟିତ୍ୱ ବହନ କରିବା ପରେ ଅବସର ଘୋଷଣା କରିଛନ୍ତି। ଅବସର ଘୋଷଣା କରିବା ପରେ ଏହି ଦୁଇ ଅମ୍ପାୟର ଦକ୍ଷିଣ ଅଷ୍ଟ୍ରେଲିଆ କ୍ରିକେଟ ଆସୋସିଏଶନ (ଏସ୍‌ଏସିଏ), ସିଏ ଓ ଅନ୍ତର୍ଜାତୀୟ କ୍ରିକେଟ କାଉନସିଲ (ଆଇସିସି)କୁ କୃତଜ୍ଞତା ଜଣାଇଛନ୍ତି। କ୍ରିକେଟ ଅଷ୍ଟ୍ରେଲିଆର ହେଡ୍‌ ଅଫ୍‌ କ୍ରିକେଟ ଅପରେଶନ ପିଟର ରୋଚ୍‌ ମଧ୍ୟ ଏହି ଦୁଇଜଣଙ୍କୁ ଧନ୍ୟବାଦ ଜଣାଇଛନ୍ତି। ଅଷ୍ଟ୍ରେଲିଆ କ୍ରିକେଟ ପ୍ରତି ଅବଦାନ ପାଇଁ ସିମନ ଓ ଜନ୍‌ଙ୍କୁ ଆମେ କୃତଜ୍ଞତା ଜଣାଉଛୁ ବୋଲି ରୋଚ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଜୟ ସହ ଅଭିଯାନ ଶେଷ କଲା ଆଫଗାନିସ୍ତାନ

ଚେନ୍ନାଇ,୧୯ା୨- ଇବ୍ରାହିମ ଜଦ୍ରାନଙ୍କ ଅପରାଜିତ ୯୫ ରନ୍‌ ଏବଂ ମହମ୍ମଦ ନବିଙ୍କ ଯାଦୁଗରୀ ବୋଲିଂ ବଳରେ ଗୁରୁବାର ସନ୍ଧ୍ୟାରେ ଖେଳାଯାଇଥିବା ଟି୨୦ ବିଶ୍ୱକପ୍‌ର ଏକ ଲିଗ୍‌ ମ୍ୟାଚ୍‌ରେ…

ବିଷାକ୍ତ ଗ୍ୟାସ୍‌ ଲିକ୍‌: ଚାଲିଗଲା ୩୭ ଜୀବନ

ଆବୁଜା,୧୯ା୨: ନାଇଜେରିଆର ଉତ୍ତର କେନ୍ଦ୍ରୀୟ ଅଞ୍ଚଳସ୍ଥିତ ଏକ ଖଣିରୁ ବିଷାକ୍ତ ଗ୍ୟାସ୍‌ ଲିକ୍‌ ହେବା ଯୋଗୁ ସେଠାରେ କାର୍ଯ୍ୟ କରୁଥିବା ଲୋକଙ୍କ ମଧ୍ୟରୁ ୩୭ଜଣଙ୍କ ମୃତ୍ୟୁ ହୋଇଛି।…

ଇଟାଲିକୁ ପରାସ୍ତ କରି ସୁପର-୮ରେ ପହଞ୍ଚିଲା ଓ୍ବେଷ୍ଟଇଣ୍ଡିଜ

କୋଲକାତା,୧୯ା୨: ଅଧିନାୟକ ଶାଇ ହୋପ୍‌ଙ୍କ ଅପରାଜିତ ଅର୍ଦ୍ଧଶତକ ଏବଂ ବୋଲରଙ୍କ ଶୃଙ୍ଖଳିତ ବୋଲିଂ ସହାୟତାରେ ଓ୍ବେଷ୍ଟଇଣ୍ଡିଜ ଚଳିତ ଟି୨୦ କ୍ରିକେଟ ବିଶ୍ୱକପ୍‌ରେ ଇଟାଲିକୁ ୪୨ ରନରେ ପରାସ୍ତ…

ସଙ୍ଗୀତର ଫଟୋ ଶେୟାର କଲେ ଶିଖର ଧାଓ୍ବନ, ଗୋଲଡେନ ଲେହେଙ୍ଗାରେ ମନ ମୋହିଲେ ସୋଫି

ନୂଆଦିଲ୍ଲୀ,୧୯।୨: ପୂର୍ବତନ ଭାରତୀୟ କ୍ରିକେଟର ଶିଖର ଧାୱନ ଏବଂ ସୋଫି ସାଇନଙ୍କ ବିବାହର ଗୁଜବ ବହୁତ ଦିନ ଧରି ଘୁରି ବୁଲୁଛି। ଯଦିଓ ଉଭୟ ଏହି ଖବରକୁ…

Watch: ଏମିତି ସିକ୍ସ ମାରିଲେ ବୈଭବ ସୂର୍ଯ୍ୟବଂଶୀ ଫାଟିଗଲା ପାଣି ପାଇପଲାଇନ, ଦେଖନ୍ତୁ ଭାଇରାଲ ଭିଡିଓ

ନୂଆଦିଲ୍ଲୀ,୧୯।୨: ଯେତେ ପ୍ରତିଭାବାନ ବୋଲରଙ୍କ ସାମ୍ନା କରନ୍ତୁ ନା କାହିଁକି, ବୈଭବ ସୂର୍ଯ୍ୟବଂଶୀଙ୍କ ବ୍ୟାଟ ସମସ୍ତଙ୍କୁ ସହଜରେ ପରାସ୍ତ କରିପାରିବ। 2026 ଇଣ୍ଡିଆନ ପ୍ରିମିୟର ଲିଗ ସିଜିନ…

ସାରା ଦେଶରେ ହେବ SIR, ନିର୍ବାଚନ କମିଶନ କହିଲେ କେବେ ଆରମ୍ଭ ହେବ ପ୍ରକ୍ରିୟା, ଜାଣନ୍ତୁ ତାଲିକାରେ ପ୍ରଥମେ ରହିଛି କେଉଁ ରାଜ୍ୟ

ନୂଆଦିଲ୍ଲୀ,୧୯।୨: ଭୋଟର ତାଲିକାକୁ ଅଧିକ ସ୍ବଚ୍ଛ ଏବଂ ତ୍ରୁଟିମୁକ୍ତ କରିବା ପାଇଁ ଭାରତୀୟ ନିର୍ବାଚନ କମିଶନ (ECI) ଏକ ଦେଶବ୍ୟାପୀ SIR (ବିଶେଷ ସଘନ ସଂଶୋଧନ) ପ୍ରକ୍ରିୟା…

ସେରୁବନ୍ଧ ବକ୍ସାଇଟ ପାହାଡ଼ ରାସ୍ତା ନିର୍ମାଣକୁ ବିରୋଧ: କମ୍ପାନୀର ଭୂମିପୂଜାକୁ ରୋକିଲେ ଅଞ୍ଚଳବାସୀ,ଫେରିଗଲା…

ପଟ୍ଟାଙ୍ଗି,୧୯ା୨(ଶରତ କୁମାର ଧଳ)- କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ମାଳିପୁଟ ପଞ୍ଚାୟତ ଅଧୀନ ସେରୁବନ୍ଧ ବକ୍ସାଇଟ ପାହାଡ଼କୁ ରାସ୍ତା ତିଆରି କରିବାକୁ ଏକ ଘରୋଇ କମ୍ପାନୀ ପକ୍ଷରୁ…

ଓପନର ଅଭିଷେକଙ୍କୁ ଏଭଳି ପରାମର୍ଶ ଦେଲେ ଗାଭାସ୍କର, ଜାଣନ୍ତୁ…

ଅହମଦାବାଦ,୧୯ା୨: ଟି୨୦ ବିଶ୍ୱକପ୍‌ରେ ସଂଘର୍ଷ କରୁଥିବା ଭାରତୀୟ ଓପନର ଅଭିଷେକ ଶର୍ମାଙ୍କୁ ବ୍ୟାଟିଂ କିମ୍ବଦନ୍ତୀ ସୁନୀଲ ଗାଭାସ୍କର ଏକ ପରାମର୍ଶ ଦେଇଛନ୍ତି। ଅଭିଷେକଙ୍କୁ ଇନିଂସ ଆରମ୍ଭରୁ ଆକ୍ରସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri