ଏଲ୍‌ଇଡି ଲାଇଟ୍‌ କିଣାରେ ଅନିୟମିତତା: ୭୨ ଘଣ୍ଟାରେ ରିପୋର୍ଟ ଦାଖଲ କରିବାକୁ ନିର୍ଦ୍ଦେଶ

କଟକ ସଦର,୩ା୨(ଡି.ଏନ୍‌.ଏ.): ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗର ନିର୍ଦ୍ଦେଶକୁ ଉଲ୍ଲଂଘନ କରି କଟକସଦର ସମେତ ଜିଲାର ଅଧିକାଂଶ ବ୍ଲକରେ ଏଲ୍‌ଇଡି ଲାଇଟ୍‌ କିଣାଯାଇଥିଲା। ଏ ନେଇ ‘ଧରିତ୍ରୀ’ରେ ଶନିବାର ରିପୋର୍ଟ ପ୍ରକାଶ ପାଇଥିଲା। ଖବର ପ୍ରକାଶ ପାଇବା ପରେ ତପତ୍ର ହୋଇପଡ଼ିଛି ପ୍ରଶାସନ। ଲାଇଟ୍‌ କିଣାର ତଦନ୍ତ କରିବା ସହ ୭୨ ଘଣ୍ଟାରେ ରିପୋର୍ଟ ଦାଖଲ କରିବାକୁ କଟକ ଜିଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥାର ପ୍ରକଳ୍ପ ନିର୍ଦ୍ଦେଶକ ମହମ୍ମଦ ଅବଦ୍ଦଲ ଅଖତର୍‌ ବିଡ଼ିଓମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଏହା ସହ ଭାରତରେ ଥିବା ବିଭିନ୍ନ ବ୍ରାଣ୍ଡର ଏଲ୍‌ଇଡି ଲାଇଟ ଥିବା ବେଳେ ଚାଇନା କମ୍ପାନୀର ଲାଇଟ୍‌ କିଣିବାର ମଧ୍ୟ ତଦନ୍ତ ହେବ। ଲାଇଟ୍‌ ଉପରେ ଗୋଟିଏ ବର୍ଷର ଗ୍ୟାରେଣ୍ଟି ଦିଆଯାଇଥାଏ। କିନ୍ତୁ ପଞ୍ଚାୟତ କ୍ଷେତ୍ରରେ ଏହି ନିୟମକୁ ଲାଗୁ କରାଯାଇ ନ ଥିବା ପିଡ଼ିଙ୍କ ନିକଟରେ ଶୁକ୍ରବାର ଅଭିଯୋଗ ହୋଇଥିଲା। ସବୁଠୁ ଗୁରୁତ୍ୱପୂର୍ଣ୍ଣ କଥା ହେଲା ୧୦ ଲକ୍ଷରୁ ଅଧିକ ଟଙ୍କାର କାର୍ଯ୍ୟକ୍ଷେତ୍ରରେ ଟେଣ୍ଡର୍‌ ପ୍ରକ୍ରିୟାକୁ ଅନୁସରଣ କରିବା ନିୟମ ରହିଛି । ଏହାକୁ ମଧ୍ୟ ଉଲଂଘନ କରାଯିବା ସହ କୌଣସି ଖବରକାଗଜରେ ବିଜ୍ଞାପନ ମଧ୍ୟ ଦିଆଯାଇ ନ ଥିଲା। ସ୍ଥାନୀୟ ବଜାରରୁ ଲାଇଟ ନ କିଣି ଏକ ନିର୍ଦ୍ଦିଷ୍ଟ ଠିକା ସଂସ୍ଥାରୁ କ୍ରୟ ପାଇଁ ପଞ୍ଚାୟତିରାଜ ବିଭାଗ ପତ୍ର ସଂଖ୍ୟା ୪୨୨୬/୨୫-୨-୧୯ରେ ଜାରି କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମାଡ଼ି ଆସୁଛି ବାତ୍ୟା: କଟକରେ ବନ୍ଦ ରହିବ ସମସ୍ତ ଶିକ୍ଷାନୁଷ୍ଠାନ

କଟକ,୨୭।୧୦(ପ୍ରଭୁକଲ୍ୟାଣ ପାଲ୍‌): ବଳ ଗୋଟାଇ ସ୍ଥଳଭାଗକୁ ମାଡ଼ି ଆସୁଛି ବାତ୍ୟା ଅର୍ଣ୍ଣବ। ଏହାର ପ୍ରଭାବରେ ମଙ୍ଗଳବାର ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଆରମ୍ଭ ହୋଇଯାଇଛି। ପ୍ରବଳ ବର୍ଷା,…

କ୍ଷେତ ବଞ୍ଚାଅ ଅଭିଯାନ: ଜୈବିକ କୃଷିକୁ ପ୍ରୋତ୍ସାହନ ମୁଖ୍ୟ ଲକ୍ଷ୍ୟ

କେସିଙ୍ଗା, ୨୭।୧୦ (ତୁମେଶ୍ୱର ସାହୁ): ଚାଷଜମିର ସୁରକ୍ଷା, ମୃତ୍ତିକାର ସ୍ବାସ୍ଥ୍ୟ ବଜାୟ ରଖିବା ଏବଂ ଜୈବିକ ଓ ପ୍ରାକୃତିକ କୃଷି ପଦ୍ଧତିକୁ ପ୍ରୋତ୍ସାହନ ଦେବା ଲକ୍ଷ୍ୟରେ କଳାହାଣ୍ଡି…

‘ଅର୍ଣ୍ଣବ’ର ମୁକାବିଲା ପାଇଁ ପ୍ରସ୍ତୁତ ରାମନାଗୁଡ଼ା ବ୍ଲକ ପ୍ରଶାସନ: ୧୪ ଆଶ୍ରୟସ୍ଥଳୀ ପ୍ରସ୍ତୁତ

ଗୁଣପୁର, ୨୭।୧୦(ସୁଜାତା ପାଢ଼ୀ): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ସମ୍ଭାବ୍ୟ ବାତ୍ୟା ‘ଅର୍ଣ୍ଣବ’ର ମୁକାବିଲା ଏବଂ ଜିଲାରେ ସ୍ଥିତି ନିୟନ୍ତ୍ରଣ ପାଇଁ ଓଡ଼ିଶା ସରକାରଙ୍କ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ାଙ୍କ…

ପୁଣି ମା’ ହେବେ ଅନୁଷ୍କା! ଭିଡିଓ ଭାଇରାଲ ପରେ ବଢିଲା…

ବଲିଉଡ ଅଭିନେତ୍ରୀ ଅନୁଷ୍କା ଶର୍ମା ପୁଣିଥରେ ମା’ ହେବେ ବୋଲି ଗୁଜବ ଉଠିଛି। ଭାରତୀୟ କ୍ରିକେଟର୍‌ ତଥା ତାଙ୍କ ସ୍ବାମୀ ବିରାଟ କୋହଲିଙ୍କ ସହ ମୁମ୍ବାଇରେ ନଜର…

ଟି-୨୦ ନୂଆ ଇତିହାସ ଲେଖିଲା ଭାରତ: ଭାଙ୍ଗିଲା ଅନେକ ରେକର୍ଡ

ଓ୍ବେଲିଂଟନ୍‌,୨୭।୧୦: ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ଖେଳାଯାଇଥିବା ତୃତୀୟ ଟି-୨୦ ମ୍ୟାଚ୍‌ରେ ଭାରତୀୟ ଦଳର ଓପନର୍‌ ଅଭିଷେକ ଶର୍ମା ଓ ବୈଭବ ସୂର୍ଯ୍ୟବଂଶୀଙ୍କ ବିସ୍ଫୋରକ ବ୍ୟାଟିଂ ଅନେକ…

ଉଗ୍ର ହେଲାଣି ଅର୍ଣ୍ଣବ: ଭୁବନେଶ୍ୱର-ପୁରୀରେ ୧୦୦ ଛୁଇଁବ ପବନ! ଆଜି ରାତିରେ…

ଭୁବନେଶ୍ୱର,୨୭।୧୦: ସମୁଦ୍ରରେ ବଳ ଗୋଟାଉଛି ବାତ୍ୟା ଅର୍ଣ୍ଣବ। ଦ୍ରୁତ ଗତିରେ ଉପକୂଳ ଆଡ଼କୁ ମାଡ଼ି ଆସୁଛି। ଅତିଭୀଷଣ ବାତ୍ୟା ରୂପ ନେଇ ମାଡ଼ି ଆସୁଛି ଅର୍ଣ୍ଣବ ।…

ଅଭିଷେକ ଶର୍ମାଙ୍କ ରେକର୍ଡ ବର୍ଷା: କୋହଲିଙ୍କୁ ପକାଇଲେ ପଛରେ, ମାତ୍ର ୩୫ ବଲ୍‌ରେ କଲେ କମାଲ୍‌

ଓ୍ବେଲିଂଟନ୍‌,୨୭।୧୦:ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ୱେଲିଂଟନ୍‌ରେ ଖେଳାଯାଉଥିବା ତୃତୀୟ ଟି-୨୦ ମ୍ୟାଚ୍‌ରେ ଅଭିଷେକ ଶର୍ମାଙ୍କ ବ୍ୟାଟ୍‌ରୁ ରନ ବର୍ଷା ହୋଇଛି। ନ୍ୟୁଜିଲାଣ୍ଡ ଭାରତ ସମ୍ମୁଖରେ ୧୯୯ ରନ୍‌ର…

ଅଭିଷେକ-ବୈଭବଙ୍କ ଝଡ଼ରେ ଧରାଶୟୀ ନ୍ୟୁଜିଲାଣ୍ଡ: ଭାରତର ଧମାକାଦାର ବିଜୟ

ୱେଲିଂଟନ୍‌,୨୭।୧୦: ୱେଲିଂଟନ୍‌ରେ ନ୍ୟୁଜିଲାଣ୍ଡର ୱେଲିଂଟନ୍‌ରେ ଭାରତୀୟ ବ୍ୟାଟରଙ୍କ ଧମାକାଦାର ପ୍ରଦର୍ଶନ ଦେଖିବାକୁ ମିଳିଛି। ତୃତୀୟ ଟି-୨୦ ମ୍ୟାଚ୍‌ରେ ଅଭିଷେକ ଶର୍ମା ଓ ବୈଭବ ସୂର୍ଯ୍ୟବଂଶୀଙ୍କ ବିସ୍ଫୋରକ ବ୍ୟାଟିଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?