Posted inଜାତୀୟ

ଏଲ୍‌ଓସିରେ ପାକ୍‌ର ସୈନ୍ୟ ଠୁଳ

ନୂଆଦିଲ୍ଲୀ, ୨୮ା୮(ପି.ଟି.): ନିୟନ୍ତ୍ରଣ ରେଖା ନିକଟରେ ପାକିସ୍ତାନର ଶତାଧିକ ଏସ୍‌ଏସ୍‌ଜି କମାଣ୍ଡୋଙ୍କୁ ମୁତୟନ କରାଯାଇଛି। ଭାରତୀୟ ସେନାର କାର୍ଯ୍ୟାନୁଷ୍ଠାନକୁ ପ୍ରତିହତ କରିବା ଲାଗି ପାକିସ୍ତାନ ପ୍ରସ୍ତୁତି ଚଳାଇଥିବା କୁହାଯାଉଛି। ଭାରତୀୟ ସେନା ଏଥିପ୍ରତି ସତର୍କ ରହିଥିବାବେଳେ ପରିସ୍ଥିତି ଉପରେ ତୀକ୍ଷ୍ଣ ନଜର ରଖିଛି। ଜୈଶ-ଇ ମହମ୍ମଦ ଓ ଅନ୍ୟ ଆତଙ୍କବାଦୀ ଗୋଷ୍ଠୀ ସହ ମିଶି ଏହି ଏସ୍‌ଏସ୍‌ଜି କମାଣ୍ଡୋମାନେ ଗୁପ୍ତ ମନ୍ତ୍ରଣା ଚଳାଇଥିବା କୁହାଯାଉଛି। ନିୟନ୍ତ୍ରଣ ରେଖା ନିକଟରେ ପାକିସ୍ତାନୀ ସେନାର ଏସ୍‌ଏସ୍‌ଜି କମାଣ୍ଡୋମାନେ ଅସ୍ତ୍ରବିରତି ଉଲ୍ଲଂଘନ କରିବା ସହ ବିଭିନ୍ନ ହିଂସାତ୍ମକ କାର୍ଯ୍ୟକଳାପ ଚଳାଇ ଆସୁଥିବା ଅଭିଯୋଗ ହୋଇଛି। ଗୁଜରାଟ ସୀମାନ୍ତ ସାର୍‌ କ୍ରିକ୍‌ ଅଞ୍ଚଳରେ ଏମାନେ ମେଳି ବାନ୍ଧି ଚକ୍ରାନ୍ତ କରୁଥିବା ଜଣାପଡ଼ିଛି।
ରିପୋର୍ଟ ମୁତାବକ ୧୨ ଆଫଗାନ ଜେହାଦୀଙ୍କୁ ଜେଇଏମ୍‌ ଲୀପା ଉପତ୍ୟାକାରେ ମୁତୟନ କରିଛି। ଜେଇଏମ୍‌ ମୁଖ୍ୟ ମାସୁଦ ଆଝାରଙ୍କ ଭାଇ ରୌଫ୍‌ ଆଝାର ଗତ ୬ ଦିନ ତଳେ ବାହାଓ୍ବଲପୁରଠାରେ ଆତଙ୍କବାଦୀ କମାଣ୍ଡରଙ୍କ ସହ ବୈଠକ କରିଥିଲେ। ସୀମାରେ ଆତଙ୍କବାଦୀମାନେ ପ୍ରସ୍ତୁତ ରହିବା ସହ ଭାରତୀୟ ସହରରେ ବିସ୍ଫୋରଣ କରିବା ଲାଗି ପ୍ରସ୍ତୁତି କରାଯାଉଛି। ପାକିସ୍ତାନ ଏଜେନ୍ସିଗୁଡ଼ିକ ଭାରତୀୟ ସୁରକ୍ଷା କର୍ମୀଙ୍କୁ ଟକ୍କର ଦେବା ଲାଗି ଆଫଗାନ୍‌ ଆତଙ୍କବାଦୀଙ୍କୁ ନିଯୁକ୍ତି ଦେଉଥିବା ଜଣାପଡ଼ିଛି। ସମ୍ବିଧାନର ଧାରା ୩୭୦ ଉଚ୍ଛେଦ ସହ ଜମ୍ମୁ-କଶ୍ମୀରକୁ ଦୁଇଟି କେନ୍ଦ୍ରଶାସିତ ଅଞ୍ଚଳରେ ବିଭକ୍ତ କରାଯିବା ପରେ ପାକିସ୍ତାନ ରକ୍ତଚାଉଳ ଚୋବାଉଛି। କଶ୍ମୀରକୁ ନେଇ ବିଶ୍ୱର ବିଭିନ୍ନ ନେତାଙ୍କ ସହଯୋଗ ଲୋଡ଼ି ହତାଶ ହେବା ପରେ ଏବେ ଆତଙ୍କବାଦକୁ ପ୍ରୋତ୍ସାହନ ଦେଇ ଭାରତ ବିରୋଧରେ ଯୁଦ୍ଧଂ ଦେହି ଡାକରା ଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?