ଏସବୁ ରୋଗରୁ ମୁକ୍ତି ଦେଇ ଥାଏ ଆମ୍ବପତ୍ର, କିପରି ବ୍ୟବହାର କରିବେ ଜାଣନ୍ତୁ..

ଫଳର ରାଜା ଆମ୍ବ। ଏହାର ଉପକାରୀ ଗୁଣ ସମ୍ପର୍କରେ ପ୍ରାୟ ଅଧିକାଂଶ ଲୋକଙ୍କୁ ଜଣା। ମାତ୍ର କ’ଣ ଆପଣ ଏହା ପତ୍ରର ଉପକାରୀ ଗୁଣ ସମ୍ପର୍କରେ ଜାଣନ୍ତି? ଏଥିରେ ଭରପୂର ମାତ୍ରାରେ ଆଣ୍ଟିଅକ୍ସିଡାଣ୍ଟ , ଭିଟାମିନ୍‌ ବି, ଇ ଓ ସି ଭରି ରହିଥାଏ। ଏଥିରେ ଥିବା ଔଷଧୀୟ ଗୁଣ ମଧୁମେହ ରୋଗରୁ ମୁକ୍ତି ଦେଇଥାଏ। ତେବେ ଜାଣନ୍ତୁ ଆମ୍ବପତ୍ରର ବ୍ୟବହାର କିପରି ଅନେକ ସ୍ବାସ୍ଥ୍ୟ ସମସ୍ୟାରୁ ମୁକ୍ତି ଦେଇଥାଏ।

ଆମ୍ବପତ୍ରର କାଢ଼ା ପିଇବା ଫଳରେ ଶ୍ୱାସରୋଗୀ ଏହି ସମସ୍ୟାରୁ ମୁକ୍ତି ପାଇପାରିବେ।

ଜଳି ଯାଇଥିବା ଅଂଶରେ ଏହି ପତ୍ରର ପାଉଁଶ ଲଗାଇବା ଫଳରେ ଆରାମ ମିଳିଥାଏ।

ହିକା ସମସ୍ୟାରୁ ମଧ୍ୟ ଆମ୍ବ ପତ୍ର ମୁକ୍ତି ଦେଇଥାଏ। ହିକ୍‌କା ବନ୍ଦ ହେଉ ନ ଥିଲେ ଏହି ପତ୍ରକୁ ଫୁଟାଇ ଗଳଗଳ କଲେ ଏହା ବନ୍ଦ ହୋଇଥାଏ।

ଆମ୍ବପତ୍ର ସେବନରେ କିଡ୍‌ନୀ ଷ୍ଟୋନ୍‌ ସମସ୍ୟାରୁ ମୁକ୍ତି ମିଳିଥାଏ । ଏହାର ଗୁଣ୍ଡକୁ ପାଣିରେ ମିଶାଇ ପିଇବାର କିଛିଦିନ ପରେ ଏହି ଯନ୍ତ୍ରଣାରୁ ମୁକ୍ତି ପାଇ ପାରିବେ।

ରକ୍ତଚାପ ରୋଗୀ ଗାଧୋଇବା ବେଳେ ଆମ୍ବ ପତ୍ରକୁ ଫୁଟାଇ ସେହି ପାଣିରେ ଗାଧୋଇବା ଫଳରେ ଏଥିରୁ ମୁକ୍ତି ମିଳିଥାଏ।

ଆମ୍ବପତ୍ର ଗୁଣ୍ଡକରି ପ୍ରତିଦିନ ଖାଇବା ଫଳରେ ମଧୁମେହ ନିୟନ୍ତ୍ରିିତ ହୋଇଥାଏ।

ତେବେ ଏହି ସବୁର ବ୍ୟବହାର କରିବା ପୂର୍ବରୁ ଡାକ୍ତରଙ୍କ ପରାମର୍ଶ ନେବା ନିହାତି ଜରୁରୀ।


Enter your email to get our daily news in your inbox.

All Right Reserved By Dharitri.Com

ଚପଲ ପିନ୍ଧି ମହାପ୍ରସାଦ ବାଣ୍ଟିଲେ, ଠିଆହୋଇ ଖାଇଲେ

ପୁରୀ,୩୧ା୧୨(ଅଜିତ୍‌ କୁମାର ମହାନ୍ତି): ମହାପ୍ରସାଦ ଓ ମହାପ୍ରଭୁଙ୍କୁ ଅପମାନ କଲାଭଳି ଦୃଶ୍ୟ ପୁଣି ଦେଖିବାକୁ ମିଳିଛି। ଏନେଇ ବିଭିନ୍ନ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି। କେତେଜଣ...

ଘରକୁ ଫେରିବା ବାଟରେ ଭୟଙ୍କର ଦୁର୍ଘଟଣା: ବାଇକ୍‌କୁ ଧକ୍କା ଦେଇ ଟ୍ରକ୍‌କୁ ପିଟିଲା ବୋଲେରୋ; ଯୁବକ ଗୁରୁତର; ଡ୍ରାଇଭର…

କେସିଙ୍ଗା,୩୧।୧୨( ତୁମେଶ୍ୱର ସାହୁ): ରାତି ପାହିଲେ ନୂଆବର୍ଷ। ଗାଁଠୁ ନେଇ ସହର ଯାଏ ନୂଆବର୍ଷ ପାଳନ ପାଇଁ ଚାଲିଛି ସଜ ବାଜ। ଏଭଳି ସମୟରେ କେସିଙ୍ଗା...

ବରିଷ୍ଠ IAS ଅରବିନ୍ଦ ପାଢ଼ୀଙ୍କୁ ମିଳିଲା ପ୍ରମୋଶନ

ଭୁବନେଶ୍ବର,୩୧ା୧୨: ଓଡ଼ିଶା ପ୍ରଶାସନିକ ସ୍ତରରେ ଏକ ବଡ଼ ପରିବର୍ତ୍ତନ ହୋଇଛି। କୃଷି ଓ କୃଷକ ସଶକ୍ତିକରଣ ବିଭାଗର ପ୍ରମୁଖ ସଚିବ ତଥା ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ...

ରୁଷକୁ ବିଶ୍ବାସ ଯେ… ୨୦୨୫ ବର୍ଷର ଶେଷ ଭାଷଣରେ ଜେଲେନ୍ସକିଙ୍କ ବିଷୟରେ କଣ କହିଲେ ପୁଟିନ୍

ନୂଆଦିଲ୍ଲୀ,୩୧।୧୨: ରୁଷ ରାଷ୍ଟ୍ରପତି ପୁଟିନ ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଦେଶକୁ ସମ୍ବୋଧିତ କରିଛନ୍ତି । ୟୁକ୍ରେନରେ ଚାଲିଥିବା ଯୁଦ୍ଧ ସମ୍ପର୍କରେ ସେ କହିଥିଲେ ଯେ...

ଭୂତକୋଠା ପାଲଟିଛି ଶିକ୍ଷକ ଭବନ, ରାତି-ଦିନରେ ଜମୁଛି ମଦର ଆସର

ମୋହନା,୩୧/୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକ ଏକ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳ । ଏହା ୩୯ଟି ପଞ୍ଚାୟତକୁ ନେଇ ଗଠିତ । ଏହି ବ୍ଲକର...

ପ୍ରଭାକର ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ, ଡେଙ୍ଗାପଦର ଭଲିବଲ ଟିମ୍ ବିଜୟୀ

ଦିଗପହଣ୍ଡି, ୩୧|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ୪ର୍ଥ ଦିବସ ଆଜି ଆୟୋଜିତ...

ଭଞ୍ଜନଗରରେ ପରିବେଶ ଆଇନ୍ ସଚେତନତା ଶିବିର, ସାମିଲ ହେଲେ….

ଭଞ୍ଜନଗର,୩୧/୧୨(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ନିୟନ୍ତ୍ରିତ ବଜାର କମିଟି ସମ୍ମିଳନୀ ହଲ୍‌ରେ ବୁଧବାର “Protect Today, Secure Tomorrow” ଶୀର୍ଷକ ଅଧୀନରେ ଏକ ପରିବେଶ...

ଭିଜିଲାନ୍ସ ଜାଲରେ ଛେଣ୍ଡିପଦା ଅତିରିକ୍ତ ତହସିଲଦାର, ୯ ହଜାର ଟଙ୍କା ପାଇଁ…

ଅନୁଗୋଳ,୩୧ା୧୨: ଜମି ମ୍ୟୁଟେସନ କେସ୍‌ ପାଇଁ ଲାଞ୍ଚ ନେବା ଅତିରିକ୍ତ ତହସିଲଦାରଙ୍କୁ ମହଙ୍ଗା ପଡ଼ିଛି। ବୁଧବାର ଅନୁଗୋଳ ଜିଲା ଛେଣ୍ଡିପଦା ତହସିଲର ଅତିରିକ୍ତ ତହସିଲଦାର ପ୍ରକାଶ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri