Posted inଖେଳ

ଏସିଆନ୍‌ କପ୍‌ ଫୁଟବଲ: ୨୦୨୭ ବିଡ୍‌ ଦାଖଲ ଡେଡ୍‌ଲାଇନ ଘୁଞ୍ଚିଲା

ହଂକଂ, ୨।୪(ଏଏଫ୍‌ପି): କରୋନା ଭାଇରସ ସଂକ୍ରମଣକୁ ଦୃଷ୍ଟିରେ ରଖି ଏସିଆନ ଫୁଟବଲ କନ୍‌ଫେଡେରେଶନ (ଏଏଫ୍‌ସି) ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଗ୍ରହଣ କରିଛି। ୨୦୨୭ ଏସିଆନ କପ୍‌ ଫୁଟବଲ ଟୁର୍ନାମେଣ୍ଟର ଆୟୋଜନ ନେଇ ପ୍ରିଲିମିନାରୀ ବିଡ୍‌ ଦାଖଲର ଡେଡ୍‌ ଲାଇନ୍‌ ତଥା ଶେଷ ତାରିଖକୁ ଘୁଞ୍ଚାଇବାକୁ ଏଏଫ୍‌ସି ନିଷ୍ପତ୍ତି ଗ୍ରହଣ କରିଛି। ଏଥିପାଇଁ ମାର୍ଚ୍ଚ ୩୧ ଶେଷ ତାରିଖ ଥିଲା। ତେବେ ଏହାକୁ ୩ ମାସ ଅର୍ଥାତ୍‌ ଜୁନ୍‌ ୩୦କୁ ଘୁଞ୍ଚାଇ ଦିଆଯାଇଛି ବୋଲି ଗୁରୁବାର ଏଏଫ୍‌ସି ଘୋଷଣା କରିଛି।
କୋଭିଡ-୧୯ ମହାମାରୀର ରୂପ ନେଇଥିତ୍ବାରୁ ଆମକୁ ଏପରି ନିଷ୍ପତ୍ତି ନେବାକୁ ହେଲା ବୋଲି ଏଏଫ୍‌ସି କହିଛି। ଏହି ଭାଇରସ ଦ୍ୱାରା ବିଶ୍ୱର ପ୍ରାୟ ସବୁ ଦେଶ ପ୍ରଭାବିତ ହୋଇଛନ୍ତି। ଏପରି ସ୍ଥଳେ ବିଡ୍‌ ଦାଖଲ ପ୍ରକ୍ରିୟା ବାଧାପ୍ରାପ୍ତ ହେବା ସ୍ବାଭାବିକ୍‌। ତାରିଖ ଘୁଞ୍ଚାଯାଇଥିବାରୁ ସଭ୍ୟ ଦେଶମାନେ ବିଡ୍‌ ଦାଖଲ ପାଇଁ ଆବଶ୍ୟକୀୟ ସମୟ ପାଇବେ। ଉଲ୍ଲେଖଥାଉ କି, ଚାଇନା ୨୦୨୩ରେ ପରବର୍ତ୍ତୀ ଏସିଆନ୍‌ କପ୍‌ ଆୟୋଜନ କରିବ। ତେବେ ୨୦୨୭ ଇଭେଣ୍ଟ ବିଡ୍‌ ଦାଖଲ ଦୌଡରେ ସୌଦୀ ଆରବ ସବୁଠାରୁ ଆଗରେ ଥିବା ପରି ମନେ ହେଉଛି। କରୋନା ଭାଇରସ୍‌ କାରଣରୁ ୨୦୨୩ ଏସିଆନ କପ୍‌ ପାଇଁ କ୍ୱାଲିଫାଇଙ୍ଗ୍‌ ଟୁର୍ନାମେଣ୍ଟଗୁଡିକୁ ସ୍ଥଗିତ ରଖାଯାଇଛି। ୨୦୨୨ ଫିଫା ବିଶ୍ୱକପ୍‌ ଏଥର କାତାରରେ ଆୟୋଜନ ହେବ। କାତାର ମଧ୍ୟ ୨୦୧୯ ଏସିଆନ୍‌ କପ୍‌ ଟାଇଟଲ ହାସଲ କରିଥିଲା। ଏଥିରେ ଅଂଶଗ୍ରହଣକାରୀ ଦଳ ସଂଖ୍ୟାକୁ ୧୬ରୁ ୨୪କୁ ବୃଦ୍ଧି କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଗାଜଲବାଡି ଘାଟି ସମ୍ପ୍ରସାରଣ ବିଳମ୍ବ: ବଢିଲା ଅସନ୍ତୋଷ, ଆନ୍ଦୋଳନ ଚେତାବନୀ

ଦାରିଙ୍ଗବାଡି, ୧୦।୧୨ (ଅରୁଣ ସାହୁ): ଗୋପାଳପୁରଠାରୁ ରାଇପୁରକୁ ସଂଯୋଗ କରୁଥିବା ୫୯ ନଂ ଜାତୀୟରାଜପଥର ଗାଜଲବାଡି ଘାଟିର ସମ୍ପ୍ରସାରଣ ବିଳମ୍ବକୁ ନେଇ ତେଜୁଛି ଅସନ୍ତୋଷ। କେନ୍ଦ୍ର...

ଏଣିକି ଛାତ୍ରୀଛାତ୍ର ହେବେ ଆତ୍ମନିର୍ଭରଶୀଳ: କେନ୍ଦ୍ର ସରକାରଙ୍କ ଯୋଜନା ଅନୁଯାୟୀ…

ଭଞ୍ଜନଗର,୧୦।୧୨(ବାବୁଲା ପ୍ରଧାନ): କଲେଜ ପଢୁଥିବା ଛାତ୍ରୀଛାତ୍ରମାନେ ପାଠ ପଢା ସରିବା ପରେ କିଭଳି ଆତ୍ମନିର୍ଭରଶୀଳ ହୋଇପାରିବେ ସେଥିପାଇଁ କେନ୍ଦ୍ର ସରକାରଙ୍କ ପକ୍ଷରୁ ଅନେକ ଯୋଜନା କାର୍ଯ୍ୟକାରୀ...

୨୦୨୬ରେ ଏହି କମ୍ପାନୀ କରିବ ମାଲାମାଲ୍‌, ବର୍ଷ ସରିବା ଆଗରୁ ଜାଣି ନିଅନ୍ତୁ

ନୂଆଦିଲ୍ଲୀ,୧୦।୧୨: ସ୍ଥିର ଏବଂ ନିୟମିତ ଆୟ ଚାହୁଁଥିବା ନିବେଶକଙ୍କ ପାଇଁ ଲାଭାଂଶ ପ୍ରଦାନକାରୀ ଷ୍ଟକ ସର୍ୱଦା ଏକ ଶ୍ରେଷ୍ଠ ପସନ୍ଦ ହୋଇଆସିଛି। ଏପରି କମ୍ପାନୀଗୁଡ଼ିକର ସାଧାରଣତଃ...

ହାର୍ଦ୍ଦିକଙ୍କ ବଡ଼ ବୟାନ, ପ୍ରେମିକା ମାହିକାଙ୍କୁ ନେଇ କହିଦେଲେ ଏତେ ବଡ଼ କଥା

ନୂଆଦିଲ୍ଲୀ,୧୦।୧୨: କଟକରେ ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଖେଳାଯାଇଥିବା ମ୍ୟାଚରେ ହାର୍ଦ୍ଦିକଙ୍କ ଅଲରାଉଣ୍ଡ ପ୍ରଦର୍ଶନ ଯୋଗୁଁ ଟିମ ଇଣ୍ଡିଆ ୧୦୧ ରନର ବିଶାଳ ବିଜୟ...

୫ଟି ଷ୍ଟ୍ରେସ୍‌ ଫ୍ରି ଚାକିରି, ଚାପ କମ୍‌ ଦରମା ଅଧିକ

ସମ୍ପ୍ରତି, କର୍ପୋରେଟ ଜଗତରେ “Quiet Quitting” ଧାରା ଭାଇରାଲ ହୋଇଥିଲା। ଏଥିରେ କର୍ମଚାରୀମାନେ କେବଳ ସେମାନଙ୍କ ଚାକିରି ବର୍ଣ୍ଣନାରେ ର୍ନିଦ୍ଦିଷ୍ଟ କାର୍ଯ୍ୟଗୁଡ଼ିକ କରୁଥିଲେ ଏବଂ ଅତିରିକ୍ତ...

ନୀଳଗିରିକୁ ପଶିଲେ ୨୭ଟିକିଆ ଝାଡଖଣ୍ଡି ହାତୀପଲ: ବନାଞ୍ଚଳବାସୀ ଆତଙ୍କିତ

ନୀଳଗିରି,୧୦।୧୨(ପ୍ରଶାନ୍ତ କୁମାର ବିଶ୍ବାଳ): ବାଲେଶ୍ୱର ଜିଲା ନୀଳଗିରିକୁ ପ୍ରବେଶ କଲେ ୨୭ ଟିକିଆ ଝାଡଖଣ୍ଡି ହାତୀପଲ। ଝାଡଖଣ୍ଡ ଦଲମା ଜଙ୍ଗଲରୁ ଗତ ୨୦୧୦ ମସିହାରୁ ଚିରାଚରିତ...

ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ: ୭ ଦିନରେ ଦାବି…

ଭୁବନେଶ୍ୱର,୧୦।୧୨: ଗାନ୍ଧିମାର୍ଗରେ ଆନ୍ଦୋଳନରେ ବସିଥିବା ପ୍ରାଥମିକ ଶିକ୍ଷକ ଆନ୍ଦୋଳନରୁ ହଟିଛନ୍ତି। ଏକାମ୍ର ବିଧାୟକ ବାବୁ ସିଂ ଓ ପୂର୍ବତନ କେନ୍ଦ୍ର ମନ୍ତ୍ରୀ ବିଶ୍ୱେଶ୍ୱର ଟୁଡ଼ୁଙ୍କ ସହ...

ସ୍କୁଲ ପରିସରରେ ମୂଷା ମରା ଔଷଧ ଖାଇ ଆତ୍ମହତ୍ୟା ଉଦ୍ୟମ କଲେ ନବମ ଶ୍ରେଣୀ ଛାତ୍ରୀ, ମା’ କହିଲେ ଏହି କାରଣ ପାଇଁ…

ଗଜପତି, ୧୦।୧୨(ଗିରିଧାରୀ ପରିଛା): ଗଜପତି ଜିଲା କାଶୀନାଗର ବ୍ଲକ କାଶୀନାଗର ବାରଣାସୀ ହାଇ ସ୍କୁଲରେ ଜଣେ ନବମ ଶ୍ରେଣୀ ଛାତ୍ରୀ ସ୍କୁଲ ପରିସରରେ ମୂଷା ମରା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri