ଏସିଆ ବାହାରେ ପ୍ରଥମ କରୋନା ମୃତ୍ୟୁ

ପ୍ୟାରିସ୍‌,୧୬ା୨(ଏଏଫ୍‌ପି): ଏସିଆ ମହାଦେଶ ବାହାରେ ପ୍ରଥମ କରୋନା ଭୂତାଣୁ ସଂକ୍ରମଣଜନିତ ମୃତ୍ୟୁ ଫ୍ରାନ୍ସରେ ଘଟିଛି। ଚାଇନାରୁ ଯାଇଥିବା ଜଣେ ୮୦ ବର୍ଷୀୟ ପର୍ଯ୍ୟଟକ ସେଠାରେ ଚିକିତ୍ସାଧୀନ ଥିବାବେଳେ ତାଙ୍କର ମୃତ୍ୟୁ ହୋଇଥିବା ଫ୍ରାନ୍ସ ସ୍ବାସ୍ଥ୍ୟମନ୍ତ୍ରୀ ଆଗ୍ନେସ୍‌ ବୁଜିନ୍‌ ସୂଚନା ଦେଇଛନ୍ତି। କରୋନା ସଂକ୍ରମିତ ଏହି ବ୍ୟକ୍ତିଙ୍କୁ ପ୍ୟାରିସ୍‌ର ଏକ ହସ୍ପିଟାଲରେ ଚିକିତ୍ସା କରାଯାଉଥିଲା। ତାଙ୍କ ସ୍ବାସ୍ଥ୍ୟାବସ୍ଥାରେ ଦ୍ରୁତ ଅବନତି ଘଟିଥିଲା ବୋଲି ବୁଜିନ୍‌ କହିଛନ୍ତି। ଚାଇନାରେ କରୋନାଜନିତ ମୃତ୍ୟୁସଂଖ୍ୟା ୧୫୦୦ ଟପିଥିବାବେଳେ ୬୬,୦୦୦ରୁ ଊର୍ଦ୍ଧ୍ୱ ଏଥିରେ ଆକ୍ରନ୍ତ ଥିବା ଜଣାପଡିଛି। ଚାଇନା ବାହାରେ ଫିଲିପାଇନ୍ସ, ହଂକଂ ଏବଂ ଜାପାନରେ ଜଣେ ଲେଖାଏ ଏହି ଭୂତାଣୁ ସଂକ୍ରମଣରେ ପ୍ରାଣ ହରାଇଛନ୍ତି। ହୁବେଇ ପ୍ରଦେଶ ଓ ଏହାର ରାଜଧାନୀ ଉହାନରେ ୫୬ ନିୟୁତ ଲୋକଙ୍କୁ କ୍ୱାରାଣ୍ଟାଇନ୍‌ରେ ରଖାଯାଇ ଚିକିତ୍ସା କରାଯାଉଛି। ଚାଇନା ବାହାରେ ୬୦୦ ରୋଗୀ ଚିହ୍ନଟ ହୋଇଥିବାବେଳେ ସେଥିରୁ ୟୁରୋପୀୟ ୟୁନିୟନରେ ୩୫ ଜଣ ରହିଛନ୍ତି। ଫ୍ରାନ୍ସରେ ଏବେ ୬ ଜଣ ବିଭିନ୍ନ ହସ୍ପିଟାଲରେ ଚିକିତ୍ସିତ ହେଉଥିବା ମନ୍ତ୍ରୀ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶା ପୋଲିସରେ ବଡ଼ ନିଯୁକ୍ତି ନେଇ ଘୋଷଣା: ପୂରଣ ହେବ ଏତେ ପଦବୀ

ଭୁବନେଶ୍ୱର, ୨୭।୫: ଓଡ଼ିଶା ପୋଲିସରେ ବଡ଼ ନିଯୁକ୍ତି ନେଇ ଘୋଷଣା। ୭୬୬୪ ପଦବୀ ପୂରଣ ପାଇଁ OUSSSCକୁ ଚିଠି। ୪୨୧୯ ସିଭିଲ କନେଷ୍ଟବଳ ପଦବୀ , ୨୨୧୨…

କ୍ୟାନ୍ସର ରୋଗରେ ମୃତ ପରିବାରଙ୍କୁ ଭେଟିଲେ ବିଧାୟକ, ଶେଷ ଦର୍ଶନ ସହ କରିବା ସହ…

ଗଞ୍ଜାମ,୨୭।୫(ବିଦ୍ୟାଧର ସାହୁ ): ଅସହାୟ, ଅବହେଳିତ ହେଉ ଘଟଣା କିମ୍ବା ଦୁର୍ଘଟଣା ଖବର ପାଇବା ମାତ୍ରେ ଘଟଣାସ୍ଥଳରେ ପହଞ୍ଚି ଯାଇଥାନ୍ତି ଛତ୍ରପୁର ବିଧାୟକ କୃଷ୍ଣ ଚନ୍ଦ୍ର ନାୟକ।…

କାହିିଁକି ଇସ୍ତଫା ଦେବେ ସିଦ୍ଦାରାମାୟା, ଜଣାପଡିଲା ଅସଲ କାରଣ, କଂଗ୍ରେସ ଖେଳିଲା ବଡ଼ ଚାଲ୍‌

ନୂଆଦିଲ୍ଲୀ, ୨୭।୫: କଂଗ୍ରେସ ଦଳ କର୍ନାଟକରେ ଦୀର୍ଘ ଦିନ ଧରି ଚାଲିଥିବା ଆଭ୍ୟନ୍ତରୀଣ ଦ୍ୱନ୍ଦ୍ୱର ପ୍ରାୟ ସମାଧାନ କରିସାରିଛି। ଦୀର୍ଘ ସମୟ ଧରି ଦୁଇ ଶକ୍ତିଶାଳୀ ନେତା,…

ଆଜି ଢିଙ୍କିଆ ଯିବେ ମୁଖ୍ୟମନ୍ତ୍ରୀ, ଓଡ଼ିଶାର ଶିଳ୍ପ ଉନ୍ନତିରେ ଏକ ବଡ଼ ପଦକ୍ଷେପ

ଭୁବନେଶ୍ୱର,୨୭।୫:  ମୁଖ୍ୟମନ୍ତ୍ରୀ ମୋହନ ମାଝୀ ବୁଧବାର ଜଗତସିଂହପୁର ଜିଲାର ଢିଙ୍କିଆ ଗସ୍ତ କରିବେ। ସେଠାରେ ଜେଏସ୍‌ଡବ୍ଲ୍ୟୁ ଉତ୍କଳ ଷ୍ଟିଲ୍ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରିବେ।ଏହି କାର୍ଯ୍ୟକ୍ରମରେ ଶିଳ୍ପମନ୍ତ୍ରୀ…

ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ଘରେ ପଶିଲା ଇଡି: ୧୨ଟି ସ୍ଥାନରେ ଚଢାଉ

ଥିରୁଭାନନ୍ତପୁରମ,୨୭।୫:କେରଳର ପୂର୍ବତନ ମୁଖ୍ୟମନ୍ତ୍ରୀ ପିନାରାଇ ବିଜୟନଙ୍କ ବାସଭବନରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ଚଢାଉ କରୁଛି। ଏହି ଚଢାଉଗୁଡ଼ିକ ଏକ ମନି ଲଣ୍ଡରିଂ ମାମଲା ସହିତ ଜଡିତ। ଇଡି ପିନାରାଇ…

ଜୁନ ୧ ତାରିଖରେ ମିଳିବନି ପେଟ୍ରୋଲ-ଡିଜେଲ! ଧର୍ମଘଟ ଘୋଷଣା କଲେ…

ନୂଆଦିଲ୍ଲୀ, ୨୭।୫: ଜୁନ ୧ ତାରିଖରେ ମିଳିବନି ପେଟ୍ରୋଲ-ଡିଜେଲ । ରାଜସ୍ଥାନର ପେଟ୍ରୋଲ ପମ୍ପ ଅପରେଟରମାନେ ଜୁନ ୧ ତାରିଖରେ ରାଜ୍ୟବ୍ୟାପୀ ଧର୍ମଘଟ ଘୋଷଣା କରିଛନ୍ତି। ପେଟ୍ରୋଲିୟମ…

ଇରାନ-ଆମେରିକା ଯୁଦ୍ଧ ସମ୍ପର୍କରେ ପୁଣିଥରେ ଆସିଲା ଅଶୁଭ ସଙ୍କେତ: ୨୪ ଘଣ୍ଟା ମଧ୍ୟରେ…

ନୂଆଦିଲ୍ଲୀ, ୨୭।୫: ବିଶ୍ୱ ପୁଣିଥରେ ଏପରି ଏକ ସନ୍ଧିରେ ପଡ଼ିଥିବା ପରି ମନେ ହେଉଛି ଯେଉଁଠାରେ ଏକ ଛୋଟ ଚିଙ୍ଗାରି ମଧ୍ୟ ସମଗ୍ର ମଧ୍ୟପ୍ରାଚ୍ୟକୁ ଜଳାଇ ପାରେ।…

ରାଜଧାନୀରେ ଏନ୍‌କାଉଣ୍ଟର୍: ଡ୍ରଗ୍ସ ଡିଲ୍‌ ବେଳେ ବାଜିଲା ଗୁଳି , କୁଖ୍ୟାତ ଡ୍ରଗ୍ସ ମାଫିଆ ପପୁନ୍ ମାଝୀ ଗୁରୁତର

ଭୁବନେଶ୍ୱର,୨୭।୫:ରାଜଧାନୀରେ ଏନ୍‌କାଉଣ୍ଟର। ସକାଳୁ ସକାଳୁ ବାଜିଲା ଗୁଳି। ରାଜଧାନୀରେ କମିଶନରେଟ୍‌ ପୋଲିସ୍‌ ଓ କୁଖ୍ୟାତ ଡ୍ରଗ୍ସ ମାଫିଆ ମଧ୍ୟରେ ଗୁଳି ବିନିମୟ ହୋଇଥିଲା। ଏଥିରେ ଡ୍ରଗ୍ସ ମାଫିଆ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri