Posted inଜାତୀୟ

ଏସ୍‌ବିଆଇ ବିରୋଧରେ ଅଦାଲତ ଅବମାନନା

ନୂଆଦିଲ୍ଲୀ,୮।୩(ପି.ଟି.):ସୁପ୍ରିମକୋର୍ଟ ଇଲେକ୍ଟୋରାଲ ବଣ୍ଡ୍‌ ବ୍ୟବସ୍ଥାକୁ ଅସାମ୍ବିଧାନିକ ଏବଂ ତଥ୍ୟ ଜାଣିବା ଅଧିକାରର ଉଲ୍ଲଂଘନ ଦର୍ଶାଇ ଏହାକୁ ରଦ୍ଦ କରିବା ସହ ମାର୍ଚ୍ଚ ୬ ସୁଦ୍ଧା ନିର୍ବାଚନ କମିଶନ(ଇସି)ଙ୍କ ନିକଟରେ ଏହାର ସବିଶେଷ ତଥ୍ୟ ଦାଖଲ କରିବାକୁ ଷ୍ଟେଟ୍‌ ବ୍ୟାଙ୍କ ଅଫ୍‌ ଇଣ୍ଡିଆ(ଏସ୍‌ବିଆଇ)କୁ ନିର୍ଦ୍ଦେଶ ଦେଇଥିଲେ। ଦେଶର ସର୍ବବୃହତ୍‌ ବ୍ୟାଙ୍କ ସର୍ବୋଚ୍ଚ ଅଦାଲତଙ୍କ ନିର୍ଦ୍ଦେଶର ଅବଜ୍ଞା କରି ରାଜନୈତିକ ଦଳଗୁଡ଼ିକୁ ଇଲେକ୍ଟୋରାଲ ବଣ୍ଡ୍‌ରେ ମିଳିଥିବା ଚାନ୍ଦାର ତଥ୍ୟ ଜାଣିଶୁଣି ଇସିଙ୍କ ନିକଟରେ ଦାଖଲ କରି ନାହିଁ। ତେଣୁ ଅଦାଲତ ଅବମାନନା ନେଇ ଏସ୍‌ବିଆଇ ବିରୋଧରେ କାର୍ଯ୍ୟାନୁଷ୍ଠାନ ନେବାକୁ ଦୁଇଟି ଏନ୍‌ଜିଓ ପକ୍ଷରୁ ସୁପ୍ରିମକୋର୍ଟରେ ପିଟିଶନ ଦାଏର ହୋଇଛି। ଦାତା ଏବଂ ଚାନ୍ଦାର ପରିମାଣ ସମ୍ପର୍କରେ ସମ୍ପୂର୍ଣ୍ଣ ତଥ୍ୟ ଜନସାଧାରଣ ଯେପରି ଲୋକ ସଭା ନିର୍ବାଚନ ପୂର୍ବରୁ ନ ଜାଣିବେ, ସେଥିପାଇଁ ଏସ୍‌ବିଆଇ ଜାଣିଶୁଣି ଶେଷ ମୁହୂର୍ତ୍ତରେ ସର୍ବୋଚ୍ଚ ଅଦାଲତଙ୍କୁ ସମୟ ମାଗିଥିବା ଏନ୍‌ଜିଓ ପକ୍ଷରୁ ପିଟିଶନରେ ଦର୍ଶାଯାଇଛି। ଆସୋସିଏଶନ ଫର୍‌ ଡେମୋକ୍ରାଟିକ୍‌ ରିଫମ୍ସ (ଏଡିଆର୍‌) ଏବଂ କମନ୍‌ କଜ୍‌ ପକ୍ଷରୁ ବରଷ୍ଠ ଆଇନଜୀବୀ ପ୍ରଶାନ୍ତ ଭୂଷଣ ଗୁରୁବାର ପ୍ରଧାନ ବିଚାରପତି ଡି.ଓ୍ବାଇ. ଚନ୍ଦ୍ରଚୂଡ଼ଙ୍କ ଅଧ୍ୟକ୍ଷତାରେ ଗଠିତ ଖଣ୍ଡପୀଠ ନିକଟରେ ପିଟିଶନ ଉପସ୍ଥାପନ କରି ଏସ୍‌ବିଆଇ ବିରୋଧରେ ଅଦାଲତ ଅବମାନନା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବା ଆବଶ୍ୟକ ବୋଲି କହିଥିଲେ। ସମୟ ବଢ଼ାଇବା ପାଇଁ ଏସ୍‌ବିଆଇ କରିଥିବା ଆବେଦନର ଶୁଣାଣି ମାର୍ଚ୍ଚ ୧୧ରେ ହେବାକୁ ଥିବାବେଳେ ଅଦାଲତ ଅବମାନନା ପିଟିଶନର ଶୁଣାଣି ମଧ୍ୟ ସେହିଦିନ ଏକସଙ୍ଗେ କରାଯିବାକୁ ଭୂଷଣ ଅନୁରୋଧ କରିଥିଲେ।ଇ-ମେଲ୍‌ ପଠାଇଲେ ନିର୍ଦ୍ଦେଶ ଦିଆଯିବ ବୋଲି ସିଜେଆଇ କହିଛନ୍ତି।
ସୂଚନାଯୋଗ୍ୟ, ୫ ଜଣିଆ ସାମ୍ବିଧାନିକ ପୀଠ ଫେବୃଆରୀ ୧୫ରେ ଏକ ଐତିହାସିକ ରାୟରେ ଇଲେକ୍ଟୋରାଲ ବଣ୍ଡ୍‌ ଯୋଜନାକୁ ରଦ୍ଦ କରିବା ସହ ମାର୍ଚ୍ଚ ୬ ସୁଦ୍ଧା ଏହାର ସବିଶେଷ ତଥ୍ୟ ଦେବାକୁ ଏସ୍‌ବିଆଇକୁ ନିର୍ଦ୍ଦେଶ ଦେଇଥିଲେ। ଏତେ କମ୍‌ ସମୟ ମଧ୍ୟରେ ତଥ୍ୟ ଯୋଗାଇବା ସମ୍ଭବ ନୁହେଁ ବୋଲି ଦର୍ଶାଇ ଜୁନ୍‌ ୩୦ ପର୍ଯ୍ୟନ୍ତ ସମୟ ଦେବାକୁ ଗତ ୪ ତାରିଖରେ ଏସ୍‌ବିଆଇ ସୁପ୍ରିମକୋର୍ଟଙ୍କୁ ନିବେଦନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ତ୍ରିରଙ୍ଗା ଅଭିଯାନରେ ସାମିଲ ହେଲେ ଜିଲାପାଳ, ସ୍ବାଧୀନତା ସଂଗ୍ରାମୀ ତ୍ୟାଗ ଓ ବଳିଦାନକୁ ମନେ ପକାଇ…

ଛତ୍ରପୁର,୧୩ା୮(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ସ୍ବାଧୀନତା ଦିବସ ପୂର୍ବରୁ ଦେଶବ୍ୟାପୀ ‘ହର୍‌ଘର ତ୍ରିରଙ୍ଗା’ ଅଭିଯାନକୁ ସଫଳ କରିବା ଲକ୍ଷ୍ୟରେ ଗଞ୍ଜାମ ଜିଲାପାଳ ଭି. କୀର୍ତ୍ତି ଭାସନ ନିଜ ବାସଭବନରେ…

ଦାରିଙ୍ଗବାଡିରେ ହର୍‌ ଘର୍‌ ତ୍ରିରଙ୍ଗା: ଯୋଗଦେଲେ ଶହ ଶହ ଛାତ୍ରୀଛାତ୍ର

ଦାରିଙ୍ଗବାଡି, ୧୩।୮(ଅରୁଣ ସାହୁ): ଆଉ ମାତ୍ର ଗୋଟିଏ ଦିନ ପରେ ଦେଶ ପାଳିବ ସ୍ବାଧୀନତା ଦିବସ। ଏହି ଅବସରରେ ସାରା ଦେଶ ଉତ୍ସବ ମୁଖର ହୋଇଥିବାବେଳେ ଏଥିରେ…

ଆହୁରି ସକ୍ରିୟ ହେଲା ଲଘୁଚାପ, ଏହି ଜିଲାକୁ ରେଡ୍ ଓ୍ବାର୍ନିଂ ଜାରି କଲା IMD

ଭୁବନେଶ୍ବର,୧୩।୮: ପଶ୍ଚିମବଙ୍ଗ ଉପକୂଳରେ ଅବପାତରେ ପରିଣତ ହେଲା ଲଘୁଚାପ । ଏହାର ପ୍ରଭାବରେ ସାରା ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।…

ଜାତି ଅଲଗା, ମମତା ଗୋଟିଏ! ଗାଈର ବାଛୁରୀକୁ ନିଜ କ୍ଷୀର ପିଆଇଲା କୁକୁର, ଭିଡିଓ ଦେଖି ଭାବବିହ୍ବଳ ଲୋକେ

ସୋସିଆଲ ମିଡିଆରେ ଏହିଦିନଗୁଡ଼ିକରେ ଏକ ଅତ୍ୟନ୍ତ ଭାବବିହ୍ବଳ କରିଦେଉଥିବା ଭିଡିଓ ଦ୍ରୁତ ଗତିରେ ଭାଇରାଲ ହେଉଛି। ଭିଡିଓଟି ଦେଖି ଲୋକଙ୍କ ହୃଦୟ ତରଳି ଯାଉଛି। ଭିଡିଓରେ ଏକ…

ହୀରାକୁଦ ଡ୍ୟାମକୁ ପ୍ରବେଶ କରୁଛି ୧ ଲକ୍ଷ ଘନଫୁଟରୁ ଅଧିକ ବନ୍ୟାଜଳ, ୨ ଗେଟ୍‌ରେ ହେଉଛି ନିଷ୍କାସନ

ସମ୍ବଲପୁର,୧୩ା୮(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାର ପୁଣି ୪ଟି ସ୍ଲୁଇସ୍‌ ଗେଟ୍‌ ବନ୍ଦ କରାଯାଇଛି ଫଳରେ ବର୍ତ୍ତମାନ କେବଳ ୨ଟି ଗେଟ୍‌ରେ ଅତିରିକ୍ତ ବନ୍ୟାଜଳ ନିଷ୍କାସନ କରାଯାଉଛି। ତେବେ…

କୂଳ ଲଙ୍ଘୁଛି ସମୁଦ୍ର: ପଥର ବନ୍ଧ ନିର୍ମାଣ ଦାବି ଦୋହରାଇଲେ ଅଞ୍ଚଳବାସୀ

ଛତ୍ରପୁର,୧୩।୮(ଦିଲୀପ ସାମଲ): ଦିନକୁ ଦିନ ସମୁଦ୍ର କୂଳ ଲଘୁଂଥିବାରୁ ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ଆର୍ଯ୍ୟପଲ୍ଲୀ ଅଞ୍ଚଳବାସୀ ଭୟଭୀତ ଅବସ୍ଥାରେ ଅଛନ୍ତି। ସମୁଦ୍ର ଉପକୂଳରେ ସ୍ଥାୟୀ ପଥର ବନ୍ଧ…

ଗୁଟଖା-ତମାଖୁ ଉପରେ ସରକାରଙ୍କ ବଡ଼ ଆକ୍ସନ୍! ୧ ବର୍ଷ ପାଇଁ ବ୍ୟାନ୍

ବେଙ୍ଗାଲୁରୁ,୧୩।୮: ଗୁଟଖା-ତମାଖୁକୁ ନେଇ ବଡ଼ ନିଷ୍ପତ୍ତି ନେଇନ୍ତି କର୍ନାଟକ ସରକାର । ରାଜ୍ୟ ସରକାର ଗୁଟ୍‌ଖା, ପାନ ମସଲା ଏବଂ ତମାଖୁ-ନିକୋଟିନ୍‌ଯୁକ୍ତ ଉତ୍ପାଦଗୁଡ଼ିକ ଉପରେ ଏକ ବର୍ଷ…

ମାତ୍ର ୧୫ ବର୍ଷ ବୟସରେ ବୈଭବ ସୂର୍ଯ୍ୟବଂଶୀଙ୍କୁ ମିଳିଲା ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ, କ୍ରିକେଟ ଜଗତରେ ପଡିଗଲା ଚହଳ

ନୂଆଦିଲ୍ଲୀ,୧୩।୮: ଭାରତୀୟ କ୍ରିକେଟରେ ସବୁଠାରୁ ବିସ୍ଫୋରକ ଯୁବ ବ୍ୟାଟରମାନଙ୍କ ମଧ୍ୟରେ ସାମିଲ ବୈଭବ ସୂର୍ଯ୍ୟବଂଶୀ ନିଜ ବ୍ୟାଟିଂରେ ଲଗାତାର ଚର୍ଚ୍ଚାରେ ରହିଛନ୍ତି। ଜିମ୍ବାୱେ ଗସ୍ତରେ ମଧ୍ୟ ବ୍ୟାଟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri