Posted inଖେଳ

ଏସ୍‌ଆର୍‌ ଅନ୍‌ଲାଇନ୍‌ ଚେସ୍‌: ମନୀଷ ଚାମ୍ପିୟନ, ତେଜାସ ରନର୍ସଅପ୍‌

ଭୁବନେଶ୍ୱର,୩।୫(କ୍ରୀଡ଼ା ପ୍ରତିନିଧି)-ଶହୀଦ ନଗରସ୍ଥିତ ଏସ୍‌ଆର ଚେସ୍‌ ସେଣ୍ଟରର ୧୪ତମ ପ୍ରତିଷ୍ଠା ଦିବସ ଅବସରରେ ପ୍ରଥମଥରପାଇଁ ଏକ ଅନ୍‌ଲାଇନ୍‌ ଚେସ୍‌ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି। ଏଥିରେ ରାଜ୍ୟଗୋଷ୍ଠୀ ଚେସ୍‌ ବ୍ରୋଞ୍ଜ ପଦକ ବିଜେତା ମନୀଷ କୁମାର (୫ପଏଣ୍ଟ)ଚାମ୍ପିୟନ ଏବଂ ତେଜାସ ଲୋହାନୀ ରନର୍ସଅପ୍‌ ଏବଂ ଆନ୍ଧ୍ରପ୍ରଦେଶର ଶିବାଂଶ ମିଶ୍ର(ଉଭୟେ ୪ ପଏଣ୍ଟ ଲେଖାଏ) ୩ୟ ସ୍ଥାନ ଅଧିକାର କରିଛନ୍ତି। ସୁଇସ୍‌ ପ୍ରଣାଳୀ(ପ୍ରତ୍ୟେକଙ୍କୁ ୧୦ ମିନିଟ ସମୟ)ରେ ଅନୁଷ୍ଠିତ ୫ ରାଉଣ୍ଡ ବିଶିଷ୍ଟ ପ୍ରତିଯୋଗିତା(ଚେସ୍‌ ଡଟ୍‌ କମ୍‌ରେ ଅଟୋମେଟିକ୍‌ ପେୟାରିଂ)ରେ ମୋଟ ୪୩ ପ୍ରତିଯୋଗୀ ଭାଗ ନେଇଥିଲେ। ଏଥିରେ ରାଜ୍ୟ ଓ ଦେଶ ସମେତ ଆଫ୍ରିକା ଓ ସ୍କଟଲାଣ୍ଡର ପ୍ରତିଯୋଗୀ ମଧ୍ୟ ଅଂଶଗ୍ରହଣ କରିଥିଲେ। ଡ. ମାନସ ରଞ୍ଜନ ମିଶ୍ର(କିମ୍ସ) ଓ ସତ୍ୟଜିତ ପଟ୍ଟନାୟକ ଟୁର୍ନାମେଣ୍ଟ ପରିଚାଳନା କରିଥିଲେ। ପ୍ରକାଶ ଯୋଗ୍ୟ ଯେ, ୨୦୦୬ ଏପ୍ରିଲ ୩୦ ପବିତ୍ର ଅକ୍ଷୟ ତୃତୀୟାରେ ଏସ୍‌ଆର୍‌ ଚେସ୍‌ ସେଣ୍ଟରର ସଭାପତି ଶୁଭାଶିଷ ପଟ୍ଟନାୟକ ଓ ସମ୍ପାଦକ ସତ୍ୟରଞ୍ଜନ ପଟ୍ଟନାୟକଙ୍କ ଉପସ୍ଥିତିରେ ତତ୍‌କାଳୀନ କ୍ରୀଡ଼ାମନ୍ତ୍ରୀ ଦେବାଶିଷ ନାୟକ ଶହୀଦ ନଗର ଶାଖାକୁ ଉଦ୍‌ଘାଟନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଅଚାନକ ଦିଲ୍ଲୀ ଟିମ୍‌ ଛାଡ଼ି ଘରକୁ ଫେରିଗଲେ କୋହଲି, କାରଣ ଜାଣିଲେ…

ବେଙ୍ଗାଲୁରୁ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ଖେଳାଳି ବିରାଟ କୋହଲି ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ଦିଲ୍ଲୀ ପାଇଁ ଜବରଦସ୍ତ ପ୍ରଦର୍ଶନ କରିଥିଲେ। କିନ୍ତୁ ଏବେ ସେ...

ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...

ମାତ୍ର ୫୬ ବଲରେ କମାଲ୍‌ କରିଦେଲେ ରିଙ୍କୁ ସିଂ: ଟି-୨୦ ବିଶ୍ୱକପ୍‌ ପୂର୍ବରୁ…

ନୂଆଦିଲ୍ଲୀ,୨୬।୧୨: ବିଜୟ ହଜାରେ ଟ୍ରଫିରେ ଚଣ୍ଡିଗଡ଼ ବିପକ୍ଷରେ ଉତ୍ତର ପ୍ରଦେଶର ଅଧିନାୟକ ରିଙ୍କୁ ସିଂହ ଏକ ଚମତ୍କାର ଶତକ ହାସଲ କରିଥିଲେ। ଏହା ପୂର୍ବରୁ, ୟୁପି...

ନ୍ୟୁଜିଲାଣ୍ଡ ସିରିଜ୍‌ ଖେଳିବା ଆଶାରେ ଶ୍ରେୟସ

ବେଙ୍ଗାଲୁରୁ,୨୬।୧୨:ଭାରତର ଦିନିକିଆ ଉପ ଅଧିନାୟକ ଶ୍ରେୟସ ଆୟାର ଅଷ୍ଟ୍ରେଲିଆ ବିପକ୍ଷ ଦିନିକିଆ ସିରିଜ୍‌ରେ ଆହତ ହେବା ପରେ ପ୍ରଥମ ଥର ପାଇଁ ବ୍ୟାଟିଂ ଅଭ୍ୟାସ କରିଛନ୍ତି।...

ବୈଭବ ସୂର୍ଯ୍ୟବଂଶୀଙ୍କୁ ମିଳିଲା ବଡ଼ ପୁରସ୍କାର: ରାଷ୍ଟ୍ରପତି ଦେଲେ….

ନୂଆଦିଲ୍ଲୀ,୨୬।୧୨: ଭାରତର ଯୁବ କ୍ରିକେଟର ବୈଭବ ସୂର୍ଯ୍ୟବଂଶୀ ପ୍ରତ୍ୟେକ ଦିନ ନୂଆ ନୂଆ ସଫଳତା ହାସଲ କରୁଛନ୍ତି। ମାତ୍ର ୧୪ ବର୍ଷ ବୟସରେ ବୈଭବ କ୍ରିକେଟ...

ରାତି ଅଧରେ ଲାଗିଲା ଗାଡ଼ି ଆଉ ତୁରନ୍ତ ଖାଲି ହେଲା ସରକାରୀ ଘର, ଗୋଟିଏ ମାସ ପୂର୍ବରୁ ମିଳିଥିଲା ନୋଟିସ

ପାଟନା,୨୬।୧୨: ବିହାରରେ ପୂର୍ବତନ ମୁଖ୍ୟମନ୍ତ୍ରୀ ରାବ୍ରିଙ୍କ ବାସଭବନରୁ ଛୋଟ ଜିନିଷପତ୍ର ହଟାଇବା ପ୍ରକ୍ରିୟା ଆରମ୍ଭ ହୋଇଛି। ଗୁରୁବାର ରାତିରେ, ପାଟନାର ୧୦ ସର୍କୁଲାର ରୋଡରେ ଥିବା...

୨୯ ବଲରେ ଅର୍ଦ୍ଧଶତକ କରି ପ୍ରଶଂସକଙ୍କ ମନ ଜିଣିଲେ ବିରାଟ

ନୂଆଦିଲ୍ଲୀ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ବ୍ୟାଟସମ୍ୟାନ ବିରାଟ କୋହଲି ୨୦୨୫-୨୬ ବିଜୟ ହଜାରେ ଟ୍ରଫିରେ ଆଉ ଏକ ଚମତ୍କାର ଇନିଂସ ଖେଳି ତାଙ୍କର ପ୍ରଭାବଶାଳୀ ଫର୍ମ...

ଗତ ୭ ବର୍ଷ ହେବ BCCI ବଢାଇନାହିଁ ଅମ୍ପାୟର୍ସଙ୍କ ଦରମା, ଜାଣନ୍ତୁ ଗୋଟିଏ ମ୍ୟାଚ ପାଇଁ କେତେ ମିଳେ

ନୂଆଦିଲ୍ଲୀ,୨୬।୧୨: ଗତ କିଛି ବର୍ଷ ମଧ୍ୟରେ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (BCCI) ଆନ୍ତର୍ଜାତୀୟ ଏବଂ ଘରୋଇ, ପୁରୁଷ ଏବଂ ମହିଳା ଉଭୟ ଖେଳାଳିଙ୍କ ଦରମାରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri