ଏସ୍‌ଇଜେଡ୍‌ ସଂସ୍ଥାଙ୍କ ଅନୁପାଳନ ନିୟମ କୋହଳ

 

ନୂଆଦିଲ୍ଲୀ,୩୧। ୩: ଲକ୍‌ଡାଉନ ପ୍ରଭାବରେ ବିଭିନ୍ନ ସରକାରୀ କାର୍ଯ୍ୟାଳୟ ବନ୍ଦ ରହିଛି । ଏହାବାଦ୍‌ କେତେକ ଜରୁରିକାଳୀନ ସେବା ଅଳ୍ପ କିଛି କର୍ମଚାରୀଙ୍କ ସହାୟତାରେ ପ୍ରଦାନ କରାଯାଉଛି। ଏଭଳି ସ୍ଥିତିରେ ବିଭିନ୍ନ ସମସ୍ୟାର ସମାଧାନ କରିବା ପାଇଁ କେନ୍ଦ୍ର ବାଣିଜ୍ୟ ମନ୍ତ୍ରଣାଳୟ ସ୍ବତନ୍ତ୍ର ଆର୍ଥତ୍କ ଜୋନ(ଏସ୍‌ଇଜେଡ୍‌)ରେ କାର୍ଯ୍ୟରତ ବିଭିନ୍ନ ୟୁନିଟ ପାଇଁ କୋହଳ ନିୟମ ଘୋଷଣା କରିଛନ୍ତି। ସ୍ବତନ୍ତ୍ର ଆର୍ଥତ୍କ ଜୋନରେ ୫ ବର୍ଷ ସମ୍ପୂର୍ଣ୍ଣ କରିବାକୁ ଯାଉଥିବା ବା ବାଣିଜି୍ୟକ କାରବାର ଆରମ୍ଭ କରିବାକୁ ଯାଉଥିବା ୟୁନିଟ ପାଇଁ ବାର୍ଷିକ କାର୍ଯ୍ୟଦକ୍ଷତା ରିପୋର୍ଟ ବା ଅନୁମୋଦନ ପ୍ରମାଣପତ୍ରର ଅବଧି ନେଇ ରିହାତି ଘୋଷଣା କରାଯାଇଛି। ଏହି ସ୍ଥାନଗୁଡିକରେ କାର୍ଯ୍ୟରତ କମ୍ପାନୀ ଏବଂ ସଂସ୍ଥାଗୁଡିକ ଅବଧି ଶେଷ ହେଉଥିଲେ ମଧ୍ୟ କୌଣସି ଆବଶ୍ୟକ ପ୍ରମାଣପତ୍ର ଦାଖଲ କରିପାରୁ ନ ଥିଲେ ସେମାନଙ୍କ ପ୍ରତି ଆଇନଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ନାହିଁ। ଏ ନେଇ ସ୍ବତନ୍ତ୍ର ଆର୍ଥତ୍କ ଜୋନର ଉନ୍ନୟନ ଆୟୁକ୍ତମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ଅନୁମୋଦନପତ୍ରର ଅବଧି ଶେଷ ହେବାକୁ ଯାଉଥିଲେ ସେଗୁଡିକୁ ଅନ୍‌ଲାଇନରେ ସମୟକ୍ରମେ ଅନୁମୋଦନ କରିବାକୁ କୁହାଯାଇଛି। ଯେଉଁଠାରେ ଇ-ଆପ୍ରୁଭାଲ ସମ୍ଭବ ନୁହେଁ ସେଠାରେ ସଂସ୍ଥାକୁ ବ୍ୟକ୍ତିଗତ ଭାବେ ହାଜର ହେବାର ଆବଶ୍ୟକତା ରହିଛି। ଅବଧି ପୂରଣ ହୋଇଥିଲେ ମଧ୍ୟ ଯେଭଳି କୌଣସି ଅସୁବିଧା ନ ଉପୁଜେ ସେ ପ୍ରତି ଧ୍ୟାନ ରଖିବାକୁ ଆୟକ୍ତମାନଙ୍କୁ କୁହାଯାଇଛି। ଆବଶ୍ୟକ ସ୍ଥଳେ ଜୁନ୍‌ ୩୦ ଯାଏ ସାମୟିକ ଅନୁମୋଦନ ଦେବା କିମ୍ବା ଚୂଡ଼ାନ୍ତ ନିଷ୍ପତ୍ତି ପର୍ଯ୍ୟନ୍ତ ଅପେକ୍ଷା କରିବାକୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଖୁସିଖବର: ମାତ୍ର ୧୩-୧୪ ଟଙ୍କାରେ ମିଳୁଛି ଚିନି! ଜାଣନ୍ତୁ କିଏ ପାଇପାରିବେ ଏହି ସୁବିଧା

ନୂଆଦିଲ୍ଲୀ,୨୪।୮: ଚିନିର ଦର ଲଗାତାର ବଢ଼ିବାରୁ ସାଧାରଣ ଲୋକଙ୍କ ଉପରେ ମହଙ୍ଗା ମାଡ଼ ବଢ଼ିଛି। ଦୈନନ୍ଦିନ ରୋଷେଇରେ ଚିନିର ବ୍ୟବହାର ହେଉଥିବା ବେଳେ ପର୍ବପର୍ବାଣୀ ସମୟରେ ଏହାର…

ମଧ୍ୟବିତ୍ତକୁ ପୁଣି ବଡ଼ ଝଟକା: ଚିନି-ପିଆଜ ପରେ ଏବେ ମହଙ୍ଗା ହେଲା…

ନୂଆଦିଲ୍ଲୀ,୨୪।୮: ଦେଶରେ ଖାଦ୍ୟ ସାମଗ୍ରୀର ଦରବୃଦ୍ଧି ଏବେ ସାଧାରଣ ଲୋକଙ୍କ ଚିନ୍ତା ବଢ଼ାଇଛି। ପିଆଜ ଓ ରୋଷେଇ ତେଲ ପରେ ଏବେ ଡାଲିର ଦର ମଧ୍ୟ ବଢ଼ିବା…

SIM କାର୍ଡ ନିୟମରେ ବଡ଼ ପରିବର୍ତ୍ତନ! କାଲିଠୁ ଏମାନଙ୍କର କଟିଯିବ କନେକ୍ସନ…

ଯଦି ଆପଣଙ୍କ ନାମରେ ଏକାଧିକ ମୋବାଇଲ୍ ସିମ୍ କାର୍ଡ ଅଛି, ତେବେ ଏହି ଖବର ଆପଣଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ। ସରକାର ଏବେ ନିର୍ଦ୍ଧାରିତ ସୀମାଠାରୁ ଅଧିକ ମୋବାଇଲ୍…

କେନ୍ଦ୍ରୀୟ କର୍ମଚାରୀଙ୍କ ବଢିବ ଦରମା, ରାକ୍ଷୀରେ ଆସିବ DA!

ନୂଆଦିଲ୍ଲୀ,୨୩।୮: ଦେଶବ୍ୟାପୀ ଲକ୍ଷ ଲକ୍ଷ କେନ୍ଦ୍ରୀୟ କର୍ମଚାରୀ ଏବଂ ପେନଶନଭୋଗୀ ଅଷ୍ଟମ ବେତନ ଆୟୋଗ (8th Pay Commission) ଗଠନକୁ ଅପେକ୍ଷା କରିଥିବା ବେଳେ, ବର୍ତ୍ତମାନ ସେମାନଙ୍କ…

ଭାରତରେ କିଏ ସ୍ଥିର କରେ ଚିନି ଦାମ୍‌? ସରକାର ନା କୃଷକ, ଜାଣନ୍ତୁ…

ନୂଆଦିଲ୍ଲୀ,୨୩ା୮: ଚା’ କପ୍‌ରୁ ଆରମ୍ଭ କରି ପର୍ବପର୍ବାଣିର ମିଠା ପର୍ଯ୍ୟନ୍ତ, ଚିନି ପ୍ରତ୍ୟେକ ଘରର ଦୈନନ୍ଦିନ ଆବଶ୍ୟକତାର ଏକ ପ୍ରମୁଖ ଅଂଶ। ଏହି ସମୟରେ ଦେଶରେ ଚିନି…

ଆପଣଙ୍କର ପାଖରେ ଅଛି କି ପୁରୁଣା ପାସ୍‌ବୁକ୍‌? ଡିସେମ୍ୱର ୩୧ ପୂର୍ବରୁ ଶୀଘ୍ର ବଦଳାନ୍ତୁ, ଆସିଲା ନୂଆ ନିୟମ…

ନୂଆଦିଲ୍ଲୀ,୨୨।୮: ଯଦି ଆପଣ ବି ବ୍ୟାଙ୍କିଙ୍ଗ୍ କାରବାର ପାଇଁ ଚେକ୍‌ବୁକ୍ (Chequebook) ବ୍ୟବହାର କରୁଛନ୍ତି, ତେବେ ଏହା ଆପଣଙ୍କ ପାଇଁ ଏକ ଅତ୍ୟନ୍ତ ଦରକାରୀ ଖବର। ବାସ୍ତବରେ,…

ସେପ୍ଟେମ୍ବରରୁ ବଦଳିଯିବ ନିୟମ! ଅଗଷ୍ଟ ଶେଷ ପୂର୍ବରୁ କରିନିଅନ୍ତୁ ଏହି ୪ କାମ…

ନୂଆଦିଲ୍ଲୀ,୨୧ା୮: ଅଗଷ୍ଟ ମାସ ଶେଷ ହେବାକୁ ଯାଉଛି। ଏହା ସହ କିଛି ଜରୁରୀ ଆର୍ଥିକ କାମର ସମୟସୀମା ମଧ୍ୟ ଶେଷ ହେଉଛି। ଯଦି ଆପଣ ଏହି କାମଗୁଡ଼ିକ…

ରାସନ କାର୍ଡ ପାଖରେ ନଥିଲେ ବି ମିଳିବ ରାସନ! ଜାଣନ୍ତୁ ସରକାରଙ୍କ ପୂରା ନିୟମ…

ନୂଆଦିଲ୍ଲୀ,୨୧ା୮: ସରକାର ଆର୍ଥିକ ଦୃଷ୍ଟିରୁ ଦୁର୍ବଳ ଏବଂ ଅସହାୟ ଲୋକଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ ଯୋଜନା ଚଳାନ୍ତି। ଯଦି ଆପଣ ମଧ୍ୟ ସରକାରୀ ରାସନରୁ ଉପକୃତ ହେଉଛନ୍ତି, ତେବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri