ଏସ୍‌ଏଚ୍‌ଜିଙ୍କୁ ଅଧିକ ଋଣ ଦିଅନ୍ତୁ ବ୍ୟାଙ୍କ:ଧର୍ମେନ୍ଦ୍ର

ଭୁବନେଶ୍ୱର,୫-୧୦(ବ୍ୟୁରୋ): ସ୍ବଂୟ ସହାୟକ ଗୋଷ୍ଠୀ(ଏସ୍‌ଏଚ୍‌ଜି)ଗୁଡିକ ବ୍ୟାଙ୍କରୁ ନେଉଥିବା ଋଣକୁ ଠିକ୍‌ ଭାବେ ପୈଠ କରୁଥିବା ବେଳେ ସେମାନଙ୍କ ଉପରେ ଅନାଦାୟ ଋଣ (ଏନ୍‌ପିଏ) ରହୁନାହିଁ। ବ୍ୟାଙ୍କଗୁଡ଼ିକ ରାଜ୍ୟରେ ମୋଟ୍‌ ୨ ଲକ୍ଷ କୋଟି ଟଙ୍କାର ଋଣ ପ୍ରଦାନ କରିଛନ୍ତି। ଏସ୍‌ଏଚ୍‌ଜିଗୁଡିକୁ ଏହାର ଅଂଶ ୧୨ରୁ ୧୩% ରହିଛି। ଏହାକୁ ବଢାଇବା ଦିଗରେ ବ୍ୟାଙ୍କ ଗୁଡ଼ିକ କାର୍ଯ୍ୟ କରିବା ଉଚିତ ବୋଲି କେନ୍ଦ୍ର ପେଟ୍ରୋଲିୟମ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି।
ସ୍ଥାନୀୟ ଚନ୍ଦ୍ରଶେଖରପୁରଠାରେ ଏସ୍‌ବିଆଇ ଆନୁକୁଲ୍ୟରେ ରାଷ୍ଟ୍ରାୟତ୍ତ ବ୍ୟାଙ୍କ ଗ୍ରାହକ ମେଳା କ୍ୟାମ୍ପର ଶୁଭାରମ୍ଭ କରି ସେ କହିଛନ୍ତି, ରାଜ୍ୟର ଅଧିକାଂଶ ଲୋକଙ୍କ ନିକଟରେ ବ୍ୟାଙ୍କ ଖାତା ରହିଛି। ଆଗାମୀ ଗୋଟିଏ ବର୍ଷ ବର୍ଷରେ ସବୁ ପରିବାରକୁ ବ୍ୟାଙ୍କ ଖାତା ଯୋଗାଣ ଦିଗରେ କାର୍ଯ୍ୟକ୍ରମ ଜାରି କରିବା ଦିଗରେ ବ୍ୟାଙ୍କ ଯୋଗଦାନ ରଖନ୍ତୁ। ରାଜ୍ୟରେ ଏବେ ମଧ୍ୟ ୪୦ ଲକ୍ଷ ଲୋକଙ୍କ ନିକଟରେ ଭଲ ବାସଗୃହ ନାହିଁ। ବ୍ୟାଙ୍କଗୁଡିକ ଏକ୍ଷେତ୍ରରେ କାର୍ଯ୍ୟ କରିବାର ସୁଯୋଗ ରହିଛି। ଓଡ଼ିଶାରେ ଅଧିକ ସଂଖ୍ୟକ ବ୍ୟାଙ୍କ ଖୋଲିବା ଲାଗି ଅର୍ଥମନ୍ତ୍ରଣାଳୟକୁ ସେ ଚିଠି ଲେଖିଥିବା କହିଛନ୍ତି। ଡିଜିଟାଲ ପ୍ଲାଟଫର୍ମରେ ୩୦ ସେକେଣ୍ଡରରେ ୫୦ ହଜାର ଟଙ୍କାର ଋଣ ମିଳି ପାରୁଛି ବୋଲି ସେ ସ୍ପଷ୍ଟ କରିଛନ୍ତି। ଏହି ଅବସରରେ ସେ ୨୬୦୬ ଜଣଙ୍କୁ ମୋଟ ୧୬୬.୧୧ କୋଟି ଟଙ୍କାର ଋଣ ମଞ୍ଜୁରୀ ପତ୍ର ପ୍ରଦାନ କରିଛନ୍ତି।
ସାଧାରଣ ଲୋକଙ୍କ ନିକଟରେ ବ୍ୟାଙ୍କ ସେବା ପହଞ୍ଚାଇ ଆର୍ଥତ୍କ ଗତିବିଧିକୁ ମଜଭୁତ କରିବା ସରକାରଙ୍କ ଲକ୍ଷ୍ୟ ରହିଛି। ସେହିଭଳି ଦେଶର ବିକାଶ ଦିଗରେ ବ୍ୟାଙ୍କଗୁଡିକ ସାଧାଣର ଲୋକଙ୍କୁ ସାମିଲ କରିବା ଉପରେ ସେ ଗୁରୁତ୍ୱାରୋପ କରିଥିଲେ। ସୂଚନା ଯୋଗ୍ୟ ଦେଶର ୪୦୦ ଜିଲାରେ ଋଣ ମେଳା ଆୟୋଜନ କାର୍ଯ୍ୟକ୍ରମ ଅନ୍ତର୍ଗତ ଓଡ଼ିଶାରେ ୬ ଜିଲାରେ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହେଉଛି। ଭୁବନେଶ୍ୱର ରେଳ ଅଡିଟୋରିମଠାରେ ଅନୁଷ୍ଠିତ ମେଳାରେ ୧୮ ବ୍ୟାଙ୍କ ଏବଂ ୪ ଘରୋଇ ବ୍ୟାଙ୍କ ପ୍ରତିଷ୍ଠାନ ନିଜର ଷ୍ଟଲ ସ୍ଥାପନ କରି ଲୋକଙ୍କୁ ଋଣ ଯୋଗାଇ ଦେଉଛନ୍ତି। କାର୍ଯ୍ୟକ୍ରମ ଅବସରରେ ଏସ୍‌ବିଆଇ ସିଜିଏମ୍‌ ପ୍ରବୀଣା କାଲା, ନାବାର୍ଡ ସିଜିଏମ୍‌ ଏ.ଚନ୍ଦ୍ରଶେଖର , ଆଇଓସିଏଲ୍‌ ସିଜିଏମ୍‌ ଶୁଭଜିତ ଘୋଷ, ଏସ୍‌ବିଆଇ ଜିଏମ୍‌ ସିଏଲ୍‌ଏନ୍‌ ଚାରୟୁଲୁ, ଏସ୍‌ଏଲ୍‌ବିସି କନଭେନର ଟି.ଆର୍‌.ଚୋକଲିଙ୍ଗମ, ଏସ୍‌ବିଆଇ ଡିଜିଏମ୍‌ ଡି.ସି.ବଳ, ଡିଜିଏମ୍‌ ଆନନ୍ଦ ବିକ୍ରମ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଯମୁନାରେ ବୁଡ଼ିଲା ଡଙ୍ଗା: ୧୦ ଭକ୍ତଙ୍କ ଚାଲିଗଲା ଜୀବନ, ଉଦ୍ଧାର କାର୍ଯ୍ୟ ଜାରି

ଲକ୍ଷ୍ନୌ,୧୦।୪: ମଥୁରା ଜିଲାର ବୃନ୍ଦାବନରେ ଶୁକ୍ରବାର ଏକ ବଡ଼ ଦୁର୍ଘଟଣା ଘଟିଛି। ଶ୍ରୀନଗର ଘାଟ ନିକଟରେ ଏକ ଡଙ୍ଗା ବୁଡ଼ିଯିବା ପରେ ଅନେକ ଭକ୍ତ ନିଖୋଜ ହୋଇଯାଇଛନ୍ତି।…

ଥଲାପତି ବିଜୟଙ୍କୁ ବଡ଼ ଝଟ୍‌କା: ଅନୁରୋଧ କରି କହିଲେ…

ଦକ୍ଷିଣ ଭାରତୀୟ ସୁପରଷ୍ଟାର ଥଲାପତି ବିଜୟଙ୍କ ଫିଲ୍ମ ‘ଜନ ନାୟାଗନ’ ମୁକ୍ତିଲାଭ ଅପେକ୍ଷାରେ ଅଛି। ପ୍ରଥମେ ଜାନୁଆରୀ ୨୦୨୬ରେ ରିଲିଜ ହେବାର ଯୋଜନା ଥିଲା, କିନ୍ତୁ ବିଭିନ୍ନ…

ସ୍କୁଲରେ ଆଡମିଶନ ପାଇଁ ରାତି ଅନିଦ୍ରା

ଖଇରା,୧୦।୪(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ବ୍ଲକ ଅଡା ହାଇସ୍କୁଲରେ ନବମ ଶ୍ରେଣୀରେ ଆଡମିଶନ ପାଇଁ ଅଭିଭାବକ ଓ ଛାତ୍ରୀଛାତ୍ରମାନଙ୍କୁ ରାତି ଅନିଦ୍ରା ହୋଇ ଅପେକ୍ଷା କରୁଥିବା…

ହର୍ମୁଜରୁ ଭାରତୀୟ ଜାହାଜ ପାର୍‌ କଲେ ଇରାନ ମାଗିବ କେତେଟଙ୍କା? ଦିନକ ଭିତରେ କମାଇବ…

ନୂଆଦିଲ୍ଲୀ,୧୦।୪: ମଧ୍ୟପ୍ରାଚ୍ୟରେ ଶତ୍ରୁତା ବନ୍ଦ ହେବା ପରେ ମଧ୍ୟ, ହର୍ମୁଜ ପ୍ରଣାଳୀ ଏପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ସ୍ୱାଭାବିକତାକୁ ଫେରିନାହିଁ। ଏହା ତୈଳ ପାଇଁ ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ପଥ…

ସାଧାରଣ ଲୋକଙ୍କ ପାଇଁ ଜରୁରୀ ଖବର, ୧୦ହଜାରରୁ ଅଧିକ ପେମେଣ୍ଟ କଲେ ହୋଇଯିବ ହୋଲ୍ଡ…

ନୂଆଦିଲ୍ଲୀ,୧୦।୪: ଡିଜିଟାଲ୍ ଯୁଗରେ ପେମେଣ୍ଟ ସହଜ ହୋଇଥିବା ହେତୁ, ଅନଲାଇନ୍ ଠକେଇ ମାମଲା ମଧ୍ୟ ଦ୍ରୁତ ଗତିରେ ବୃଦ୍ଧି ପାଇଛି। ଠକମାନଙ୍କଠାରୁ ଆପଣଙ୍କ କଠିନ ଅର୍ଜିତ ଟଙ୍କାକୁ…

ଚାଇନାକୁ ପାନେ ଦେବ ଭାରତ: ଇରାନ ମଡେଲ୍‌କୁ ଆପଣାଇ…

ନୂଆଦିଲ୍ଲୀ,୧୦।୪: ସୀମିତ ସମ୍ବଳ ସତ୍ତ୍ୱେ ଏକ ସଂକୀର୍ଣ୍ଣ ସମୁଦ୍ର କରିଡର (ଚୋକପଏଣ୍ଟ)କୁ କିପରି ଏକ ରଣନୈତିକ ଅସ୍ତ୍ରରେ ପରିଣତ କରାଯାଇପାରିବ ତାହା ଇରାନ ବିଶ୍ୱକୁ ଦେଖାଇଛି। ଏବେ…

ଆନନ୍ଦପୁରରେ ବଡ଼ ରାଜନୈତିକ ହଲଚଲ: ବିଜେଡିରୁ ଇସ୍ତଫା ଦେଲେ ଏହି କାଉନସିଲର

ବଞ୍ଚୋ,୧୦ା୪(ପ୍ରଦୋଷ କୁମାର ବିଶ୍ୱାଳ): ଆନନ୍ଦପୁର ନଗରପାଳିକାର ଓ୍ବାର୍ଡ-୭ କାଉନସିଲର କୃଷ୍ଣ ରଣା ଶୁକ୍ରବାର ବିଜୁ ଜନତା ଦଳରୁ ପଦତ୍ୟାଗ କରିଥିବା ସୂଚନା ମିଳିଛି। ଏହି ପଦକ୍ଷେପ ପରେ…

ପଶ୍ଚିମବଙ୍ଗ ପାଇଁ ଭାଜପାର ସଂକଳ୍ପପତ୍ର: ଯୁବତୀଯୁବକ, ମହିଳା, ସରକାରୀ ପେନସନଭୋଗୀଙ୍କ ପାଇଁ ବଡ଼ ଘୋଷଣା

ନୂଆଦିଲ୍ଲୀ,୧୦।୪: ଭାରତୀୟ ଜନତା ପାର୍ଟି (ଭାଜପା) ଶୁକ୍ରବାର ଏହାର ଇସ୍ତାହାର ପ୍ରକାଶ କରିଛି। ସ୍ବରାଷ୍ଟ୍ର ମନ୍ତ୍ରୀ ଏବଂ ଭାଜପା ନେତା ଅମିତ ଶାହା ଇସ୍ତାହାର ବା ଘୋଷଣାପତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri