‘ଏସ୍‌ଏଚ୍‌ଜିଙ୍କୁ ଅଧିକ ଋଣ ଦିଅନ୍ତୁ ବ୍ୟାଙ୍କ’

ଭୁବନେଶ୍ୱର,୫ା୧୦(ବ୍ୟୁରୋ): ସ୍ବଂୟ ସହାୟକ ଗୋଷ୍ଠୀ (ଏସ୍‌ଏଚ୍‌ଜି)ଗୁଡିକ ବ୍ୟାଙ୍କରୁ ନେଉଥିବା ଋଣକୁ ଠିକ୍‌ ଭାବେ ପୈଠ କରୁଥିବା ବେଳେ ସେମାନଙ୍କ ଉପରେ ଅନାଦାୟ ଋଣ (ଏନ୍‌ପିଏ) ରହୁନାହିଁ। ବ୍ୟାଙ୍କଗୁଡ଼ିକ ରାଜ୍ୟରେ ମୋଟ୍‌ ୨ ଲକ୍ଷ କୋଟି ଟଙ୍କାର ଋଣ ପ୍ରଦାନ କରିଛନ୍ତି। ଏସ୍‌ଏଚ୍‌ଜିଗୁଡିକୁ ଏହାର ଅଂଶ ୧୨ରୁ ୧୩% ରହିଛି। ଏହାକୁ ବଢାଇବା ଦିଗରେ ବ୍ୟାଙ୍କ ଗୁଡ଼ିକ କାର୍ଯ୍ୟ କରିବା ଉଚିତ ବୋଲି କେନ୍ଦ୍ର ପେଟ୍ରୋଲିୟମ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି।
ସ୍ଥାନୀୟ ଚନ୍ଦ୍ରଶେଖରପୁରଠାରେ ଏସ୍‌ବିଆଇ ଆନୁକୁଲ୍ୟରେ ରାଷ୍ଟ୍ରାୟତ୍ତ ବ୍ୟାଙ୍କ ଗ୍ରାହକ ମେଳା କ୍ୟାମ୍ପର ଶୁଭାରମ୍ଭ କରି ସେ କହିଛନ୍ତି, ରାଜ୍ୟର ଅଧିକାଂଶ ଲୋକଙ୍କ ନିକଟରେ ବ୍ୟାଙ୍କ ଖାତା ରହିଛି। ଆଗାମୀ ଗୋଟିଏ ବର୍ଷ ବର୍ଷରେ ସବୁ ପରିବାରକୁ ବ୍ୟାଙ୍କ ଖାତା ଯୋଗାଣ ଦିଗରେ କାର୍ଯ୍ୟକ୍ରମ ଜାରି କରିବା ଦିଗରେ ବ୍ୟାଙ୍କ ଯୋଗଦାନ ରଖନ୍ତୁ। ରାଜ୍ୟରେ ଏବେ ମଧ୍ୟ ୪୦ ଲକ୍ଷ ଲୋକଙ୍କ ନିକଟରେ ଭଲ ବାସଗୃହ ନାହିଁ। ବ୍ୟାଙ୍କଗୁଡିକ ଏକ୍ଷେତ୍ରରେ କାର୍ଯ୍ୟ କରିବାର ସୁଯୋଗ ରହିଛି। ଓଡ଼ିଶାରେ ଅଧିକ ସଂଖ୍ୟକ ବ୍ୟାଙ୍କ ଖୋଲିବା ଲାଗି ଅର୍ଥମନ୍ତ୍ରଣାଳୟକୁ ସେ ଚିଠି ଲେଖିଥିବା କହିଛନ୍ତି। ଡିଜିଟାଲ ପ୍ଲାଟଫର୍ମରେ ୩୦ ସେକେଣ୍ଡରରେ ୫୦ ହଜାର ଟଙ୍କାର ଋଣ ମିଳି ପାରୁଛି ବୋଲି ସେ ସ୍ପଷ୍ଟ କରିଛନ୍ତି। ଏହି ଅବସରରେ ସେ ୨୬୦୬ ଜଣଙ୍କୁ ମୋଟ ୧୬୬.୧୧ କୋଟି ଟଙ୍କାର ଋଣ ମଞ୍ଜୁରୀ ପତ୍ର ପ୍ରଦାନ କରିଛନ୍ତି।
ସାଧାରଣ ଲୋକଙ୍କ ନିକଟରେ ବ୍ୟାଙ୍କ ସେବା ପହଞ୍ଚାଇ ଆର୍ଥତ୍କ ଗତିବିଧିକୁ ମଜଭୁତ କରିବା ସରକାରଙ୍କ ଲକ୍ଷ୍ୟ ରହିଛି। ସେହିଭଳି ଦେଶର ବିକାଶ ଦିଗରେ ବ୍ୟାଙ୍କଗୁଡିକ ସାଧାଣର ଲୋକଙ୍କୁ ସାମିଲ କରିବା ଉପରେ ସେ ଗୁରୁତ୍ୱାରୋପ କରିଥିଲେ। ସୂଚନା ଯୋଗ୍ୟ ଦେଶର ୪୦୦ ଜିଲାରେ ଋଣ ମେଳା ଆୟୋଜନ କାର୍ଯ୍ୟକ୍ରମ ଅନ୍ତର୍ଗତ ଓଡ଼ିଶାରେ ୬ ଜିଲାରେ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହେଉଛି। ଭୁବନେଶ୍ୱର ରେଳ ଅଡିଟୋରିମଠାରେ ଅନୁଷ୍ଠିତ ମେଳାରେ ୧୮ ବ୍ୟାଙ୍କ ଏବଂ ୪ ଘରୋଇ ବ୍ୟାଙ୍କ ପ୍ରତିଷ୍ଠାନ ନିଜର ଷ୍ଟଲ ସ୍ଥାପନ କରି ଲୋକଙ୍କୁ ଋଣ ଯୋଗାଇ ଦେଉଛନ୍ତି। କାର୍ଯ୍ୟକ୍ରମ ଅବସରରେ ଏସ୍‌ବିଆଇ ସିଜିଏମ୍‌ ପ୍ରବୀଣା କାଲା, ନାବାର୍ଡ ସିଜିଏମ୍‌ ଏ.ଚନ୍ଦ୍ରଶେଖର , ଆଇଓସିଏଲ୍‌ ସିଜିଏମ୍‌ ଶୁଭଜିତ ଘୋଷ, ଏସ୍‌ବିଆଇ ଜିଏମ୍‌ ସିଏଲ୍‌ଏନ୍‌ ଚାରୟୁଲୁ, ଏସ୍‌ଏଲ୍‌ବିସି କନଭେନର ଟି.ଆର୍‌.ଚୋକଲିଙ୍ଗମ, ଏସ୍‌ବିଆଇ ଡିଜିଏମ୍‌ ଡି.ସି.ବଳ, ଡିଜିଏମ୍‌ ଆନନ୍ଦ ବିକ୍ରମ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନବୀନଙ୍କ ଲୁଙ୍ଗିକୁ ନେଇ ରାଜନୀତିରେ ଝଡ଼, ଧର୍ମେନ୍ଦ୍ର କହିଲେ…

ଭୁବନେଶ୍ୱର,୨୩।୦୪: ନିର୍ବାଚନ ପୂର୍ବରୁ ଓଡ଼ିଶା ରାଜନୀତିରେ ରୋଚକ ଘଟଣା ଦେଖିବାକୁ ମିଳିଛି। ନବୀନଙ୍କ ଲୁଙ୍ଗି ପିନ୍ଧା ଘଟଣାକୁ ନେଇ ବିଜେଡି-ଭାଜପା ଭିତରେ ବାକଯୁଦ୍ଧ ଆରମ୍ଭ ହୋଇଛି।...

ପ୍ରଦୀପ ପାଣିଗ୍ରାହୀଙ୍କୁ ଝଟକା

କଟକ,୨୩ା୪ (କାର୍ତ୍ତିକ ସାହୁ) ଟାଟା ମୋଟର୍ସରେ ଚାକିରି କରାଇଦେବାକୁ କହି ଲକ୍ଷ ଲକ୍ଷ ଟଙ୍କା ଠକିବା ଅଭିଯୋଗ ମାମଲାରେ ପ୍ରଦୀପ ପାଣିଗ୍ରାହୀଙ୍କୁ ବଡ଼ ଝଟକା ଲାଗିଛି।...

୪ ନେତାଙ୍କୁ ବଡ଼ ଦାୟିତ୍ୱ ଦେଲା ବିଜେଡି, ଅମର-ଶ୍ରୀମୟୀଙ୍କୁ ମିଳିଲା…

ଭୁବନେଶ୍ୱର,୨୩।୪: ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଦଳର ୪ ନେତାଙ୍କୁ ବଡ଼ ଦାୟିତ୍ୱ ଦେଇଛନ୍ତି। ଅମର ପ୍ରସାଦ ଶତପଥୀଙ୍କୁ ବିଜେଡିର ବରିଷ୍ଠ ଉପ-ସଭାପତି ଦାୟିତ୍ୱ ଦିଆଯାଇଛି।...

ପାରଳାଖେମୁଣ୍ଡି ରାଜ୍ୟର ଉତ୍ତପ୍ତ ସହର

ଭୁବନେଶ୍ୱର,୨୩।୪: ଆଜି ପାରଳାଖେମୁଣ୍ଡି ପାଲଟିଛି ରାଜ୍ୟର ଉତ୍ତପ୍ତ ସହର। ସହରରେ ତାପମାତ୍ରା ୪୨.୮ ଡିଗ୍ରୀ ରେକର୍ଡ କରାଯାଇଛି। ଏଥିସହ ୧୭ଟି ସହର ତାପମାତ୍ରା ୪୦ ଡିଗ୍ରୀ...

ବରଗଡ଼ ଜିଲା ଭେଡେନ୍‌ ଥାନା ହାଜତ ମୃତ୍ୟୁ ମାମଲା: ମୃତକଙ୍କ ପରିବାରକୁ ୫ ଲକ୍ଷ ଟଙ୍କା କ୍ଷତିପୂରଣ ନିର୍ଦ୍ଦେଶ

କଟକ,୨୩ା୪ (କାର୍ତ୍ତିକ ସାହୁ): ବରଗଡ଼ ଜିଲା ଭେଡେନ୍‌ ଥାନା ହାଜତ ମୃତ୍ୟୁ ମାମଲାର ସିବିଆଇ ତଦନ୍ତ ପାଇଁ ରୁଜୁ ମାମଲାରେ ହାଇକୋର୍ଟ ମୃତକ ମାଖୁନ୍‌ ବାଗ୍‌ଙ୍କ...

ଜାତୀୟ ଧାନ ଗବେଷଣା ଅନୁଷ୍ଠାନର ୭୯ତମ ପ୍ରତିଷ୍ଠା ଦିବସ: ପ୍ରଯୁକ୍ତି ବିଦ୍ୟାର ବିକାଶ ଉତ୍ପାଦନ ବୃଦ୍ଧିରେ ସାହାଯ୍ୟ କରିଛି’

କଟକ,୨୩ା୪ (କାର୍ତ୍ତିକ ସାହୁ) ବିଦ୍ୟାଧରପୁରସ୍ଥିତ ଜାତୀୟ ଧାନ ଗବେଷଣା ଅନୁଷ୍ଠାନ(ଏନ୍‌ଆର୍‌ଆର୍‌ଆଇ)ର ୭୯ତମ ପ୍ରତିଷ୍ଠା ଦିବସ ଏବଂ ଧାନ ଦିବସ ପ୍ଲାଟିନମ୍‌ ଜୁବୁଲି ସମ୍ମିଳନୀ କକ୍ଷରେ ମଙ୍ଗଳବାର...

ଅଡୁଆରେ ପୁରୀ ଏମପି ପିନାକୀ ମିଶ୍ର, ପହଞ୍ଚିଲେ ହାଇକୋର୍ଟ

ପୁରୀ/ନୂଆଦିଲ୍ଲୀ,୨୩।୪: ଅଡୁଆରେ ପୁରୀ ଏମପି ପିନାକୀ ମିଶ୍ର । ପିନାକୀଙ୍କ ପିଛା ଛାଡୁନି ମହୁଆ ମୋଇତ୍ରା ବିବାଦ । ଦିଲ୍ଲୀ ହାଇକୋର୍ଟ ଦ୍ୱାରସ୍ଥ ହୋଇଛନ୍ତି ବିଜେଡି...

ଷ୍ଟାର ପ୍ରଚାରକ ଲିଷ୍ଟରେ ନାହିଁ ୩ ତାରକାଙ୍କ ନାମ

ଭୁବନେଶ୍ୱର,୨୩।୪: ଭାଜପା ଷ୍ଟାର ପ୍ରଚାରକ ତାଲିକାରେ ସ୍ଥାନ ପାଇଲେନି ୩ ଓଲିଉଡ ଷ୍ଟାର । ନିକଟରେ ବିଜେଡି ଛାଡି ଭାଜପାରେ ସାମିଲ ହୋଇଥିବା ଓଲିଉଡ ଷ୍ଟାରଙ୍କୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri