ଏସ୍‌ଏଚ୍‌ଜି ସଦସ୍ୟାଙ୍କୁ ରୋଜଗାର ଦେଉଛି ମାସ୍କ

ଦେବଗଡ,୧୦ା୪(ଡି.ଏନ.ଏ): ଦେବଗଡ଼ ଜିଲା ବାରକୋଟ ବ୍ଲକ ଅଧୀନ କଣ୍ଢଳ ଓ ବଳମ ପଞ୍ଚାୟତର ମା’ ମହାଲକ୍ଷ୍ମୀ, ମା’ ଶୁଭଲକ୍ଷ୍ମୀ, ମା’ ତାରିଣୀ ସ୍ବୟଂ ସହାୟିକା ଗୋଷ୍ଠି ଓ ମହିଳା କିକାଶ ସମିତି ପକ୍ଷରୁ ଶୁକ୍ରବାର କଣ୍ଢଳ ପଞ୍ଚାୟତ ଅଧୀନ ବାଘମୁଣ୍ଡା ଓ ବଳମ ପଞ୍ଚାୟତର ଗୌଡନାଳୀ ଗ୍ରାମରେ ମାସ୍କ ବିତରଣ କରାଯାଇଛି। ଏହି ଅଞ୍ଚଳର ଗରିବ ଓ ଅସହାୟମାନେ ପର୍ଯ୍ୟାପ୍ତ ପରିମାଣର ମାସ୍କ ମିଳୁ ନ ଥିବାରୁ ମାସ୍କ ବ୍ୟବହାରରୁ ବଞ୍ଚିତ ରହୁଥିଲେ। ଏହି ଅଭାବ ପୂରଣ ପାଇଁ ବାଘମୁଣ୍ଡାସ୍ଥିତ ସ୍ବେଚ୍ଛାସେବୀ ଅନୁଷ୍ଠାନ ‘ସହଯୋଗ’ ପକ୍ଷରୁ ଆବଶ୍ୟକ ପରିମାଣର ମାସ୍କ ପ୍ରସ୍ତୁତ କରିବା ପାଇଁ ସମ୍ପୃକ୍ତ ଅଞ୍ଚଳର ସ୍ବୟଂ ସହାୟିକା ଗୋଷ୍ଠୀ ଓ ମହିଳା କିକାଶ ସମିତିକୁ ଆର୍ଥିକ ସହାୟତା ପ୍ରଦାନ କରାଯାଇଥିଲା। ଏହି ଅର୍ଥରେ ଉପରୋକ୍ତ ସ୍ବୟଂ ସହାୟିକା ଗୋଷ୍ଠୀର ସଦସ୍ୟାମାନେ ଦିନକୁ ପ୍ରାୟ ୧୫୦ରୁ ୨୦୦ଟି ଲେଖାଏଁ ମାସ୍କ ସିଲେଇ କରି ବ୍ୟବହାର ଉପେଯାଗୀ କରିଥିଲେ। ଏହି ମାସ୍କ ଗୁଡିକ ଉକ୍ତ ସ୍ବୟଂ ସହାୟିକା ଗୋଷ୍ଠୀର ସଦସ୍ୟାମାନେ କଣ୍ଢଳ ପଞ୍ଚାୟତ ଅଧୀନ ବାଘମୁଣ୍ଡା ଓ ବଳମ ପଞ୍ଚାୟତର ଗୌଡନାଳୀ ଗ୍ରାମର ଗରିବ ଓ ଅସହାୟ ଲୋକଙ୍କୁ ମାଗଣାରେ ବିତରଣ କରିଛନ୍ତି। ଅବଶିଷ୍ଟ ମାସ୍କଗୁଡିକୁ ଲୋକଙ୍କୁ ମାତ୍ର ୧୦ ଟଙ୍କା ଦରରେ ଯୋଗାଇ ଦିଆଯାଉଛି ବୋଲି ସରସ୍ବତୀ କିଷାନ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡିରେ ମିଶିଲେ ଦେବଗଡ଼ର ରାଣୀ ଅରୁନ୍ଧତୀ

ଭୁବନେଶ୍ୱର,୧୬।୪: ବିଜେଡିରେ ମିଶିଲେ ସମ୍ବଲପୁରର ଭାଜପା ଏମପି ନିତେଶ ଗଙ୍ଗଦେବଙ୍କ ପତ୍ନୀ ଅରୁନ୍ଧତୀ କୁମାରୀ ଦେବୀ। ଆଜି ସେ ବିଜେଡିରେ ସାମିଲ ହୋଇଛନ୍ତି । ସେ...

ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡିଲେ ପ୍ରାଣୀଧନ ଚିକିତ୍ସାଧିକାରୀ

ଦେବଗଡ଼,ରିଆମାଳ,୨୨ା୩( ଶଶାଙ୍କ ଶେଖର ଝାଙ୍କର/ନିରଞ୍ଜନ ବେହେରା):କୁକୁଡା ଫାର୍ମ ପାଇଁ ବିଦ୍ୟୁତ୍‌ ସଂଯୋଗ ଓ ସବ୍‌ସିଡି ପ୍ରଦାନ ପାଇଁ ଜଣେ ଚାଷୀଙ୍କଠାରୁ ୫ହଜାର ଟଙ୍କା ଲାଞ୍ଚ ନେଉଥିବା...

କଂଗ୍ରେସ ସାଧାରଣ ସମ୍ପାଦିକା ନିଯୁକ୍ତ

ଦେବଗଡ଼, ୧୪।୩ (ଶଶାଙ୍କ ଶେଖର ଝାଙ୍କର)ଦେବଗଡ଼ ଜିଲା ମହିଳା କଂଗ୍ରେସର ବରିଷ୍ଠ ନେତ୍ରୀ ମିନତୀ ନାଏକ ପ୍ରଦେଶ ମହିଳା କଂଗ୍ରେସର ସାଧାରଣ ସମ୍ପାଦିକା ଭାବେ ନିଯୁକ୍ତ...

ମୋର ଟିକେଟ ଫାଇନାଲ

ଦେବଗଡ଼, ୧୪।୩ (ଶଶାଙ୍କ ଶେଖର ଝାଙ୍କର)ଦେବଗଡ଼ ଜିଲା ଗୋଟିଏ ବିଧାନସଭା ନିର୍ବାଚନମଣ୍ଡଳୀ। ଏଠାରେ ସବୁ ଦଳରେ ଅନେକ ଟିକେଟ ଆଶାୟୀ ଅଛନ୍ତି। ତେବେ ଟିକେଟ କିଏ...

ସ୍ବାମୀ-ପୁଅଙ୍କୁ ଛାଡି ପ୍ରେମିକଙ୍କ ସହ ଯାଇଥିଲେ, ମାଟିତଳୁ ମିଳିଲା ମୃତଦେହ

ଦେବଗଡ,୫।୩: ସ୍ବାମୀ ଓ ପୁଅକୁ ଛାଡି ପ୍ରେମିକ ସହ ଫେରାର ହୋଇଥିଲେ। ହେଲେ ଯେଉଁ ପ୍ରେମିକଙ୍କ ହାତ ଧରି ଘରର ଏରୁଣ୍ଡି ଡେଇଁଥିଲେ, ସିଏ ସାଜିଲା...

ମାଟିତଳୁ ମିଳିଲା ମହିଳାଙ୍କ ଗଳିତ ମୃତଦେହ: କୁକୁର ଟାଣିଟାଣି କାଢ଼ୁଥିଲା

ଦେବଗଡ଼,୨।୩(ଶଶାଙ୍କ ଶେଖର ଝାଙ୍କର): ମାଟି ତଳେ  ପୋତା ଯାଇଥିବା ମହିଳାଙ୍କ ଗଳିତ ମୃତଦେହ ଠାବ ହୋଇଛି। ତାଙ୍କୁ କେହି  ହତ୍ୟା କରିଥିବା  ସନ୍ଦେହ କରାଯାଉଛି। ଏଭଳି...

ଜଙ୍ଗଲ ଭିତରେ ନରକଙ୍କାଳ ଠାବ

ଦେଗଗଡ଼,୧୨ା୨(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଥାନା କାଉଁଶିବାହାଳ ଗାଁ ନିକଟ ଜଙ୍ଗଲ ଭିତରେ ସୋମବାର ଏକ ନରକଙ୍କାଳ ଠାବ କରାଯାଇଛି । ମଗରମୁହିଁ ହୁଲି ଜଙ୍ଗଲ...

ଲୁହାପଥର ଚୋରା ଚାଲାଣ କରୁଥିଲେ: ଧରାପଡ଼ିଲେ ପୋଲିସ କନଷ୍ଟେବଳ

ଦେବଗଡ଼,୯।୨(ଶଶାଙ୍କ ଶେଖର ଝାଙ୍କର): ଡେପୁଟି ଡାଇରେକ୍ଟର ଅଫ୍‌ ମାଇନ୍ସ ପକ୍ଷରୁ ଜବତ କରାଯାଇଥିବା ଲୁହାପଥର ଚାଲାଣ ବେଳେ ପୋଲିସ କନେଷ୍ଟବଳଙ୍କ ସହ ୪ଜଣ ଗିରଫ ହୋଇଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri