ଏସ୍‌ଓଜି ଟ୍ରେନିଂ ସେଣ୍ଟରରେ ନିର୍ଯାତନା ଘଟଣା : କମାଣ୍ଡାଣ୍ଟଙ୍କୁ ରିପୋର୍ଟ ତଲବ

ଭୁବନେଶ୍ୱର,୧୪।୬(ବ୍ୟୁରୋ): ଚନ୍ଦକାସ୍ଥିତ ଏସ୍‌ଓଜି ଟ୍ରେନିଂ ସେଣ୍ଟରରେ ନିର୍ଯାତନା ଦିଆଯାଉଥିବା ନେଇ ବୁଧବାର ଜଣେ ଟ୍ରେନି ଏସ୍‌ଆଇ ବିଶ୍ୱଜିତ୍‌ ବେହେରା ଚନ୍ଦକା ଥାନାରେ ଅଭିଯୋଗ କରିଥିଲେ। ଏଥିସହ ଅନ୍ୟ କେତେଜଣ ମଧ୍ୟ ଗଣମାଧ୍ୟମ ଆଗରେ ଅଭିଯୋଗ ଆଣିଥିଲେ। ତେବେ ଏସ୍‌ଓଜି କମାଣ୍ଡାଣ୍ଟ୍‌ ଅନିରୁଦ୍ଧ ସିଂଙ୍କ ବିରୋଧରେ ଆସିଥିବା ଦୁର୍ବ୍ୟବହାର ଓ ନିର୍ଯାତନା ଅଭିଯୋଗକୁ ଗୁରୁତ୍ୱର ସହ ଗ୍ରହଣ କରିଛି ପୋଲିସ ବିଭାଗ। ପୋଲିସ ଡିଜି ଆର୍‌.ପି. ଶର୍ମା ଛୁଟିରେ ଥିବାରୁ ଗୁରୁବାର ଘଟଣା ସଂକ୍ରାନ୍ତରେ କମାଣ୍ଡାଣ୍ଟ୍‌ ସିଂଙ୍କୁ ରିପୋର୍ଟ ତଲବ କରିଛନ୍ତି କ୍ରାଇମବ୍ରାଞ୍ଚ ଏଡିଜି ସନ୍ତୋଷ ଉପାଧ୍ୟାୟ। ରିପୋର୍ଟ ଆସିବା ପରେ ତଦନ୍ତ କରାଯାଇ ଆବଶ୍ୟକ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଉପାଧ୍ୟାୟ କହିଛନ୍ତି।
ଅନ୍ୟପକ୍ଷରେ ନିର୍ଯାତନା ଘଟଣାକୁ ନେଇ ଗୁରୁବାର ବିଭିନ୍ନ ଗଣମାଧ୍ୟମରେ ଖବର ପ୍ରକାଶ ପାଇବା ପରେ ପୋଲିସ ବିଭାଗର ଭିତିରି ଗୁମର ପଦାକୁ ଆସିଛି। ଟ୍ରେନିଂ ସେଣ୍ଟରର ସମସ୍ତ ପରିଚାଳନା, ବିଭିନ୍ନ କାର୍ଯ୍ୟକ୍ରମ ଓ ଆର୍ଥିକ କାରବାର ଉପରେ ବିଭାଗୀୟ ଉଚ୍ଚ କର୍ତ୍ତୃପକ୍ଷଙ୍କ ନଜର ପଡିଛି। ମିଳିଥିବା ସୂଚନାନୁସାରେ, ଅଭିଯୋଗ ସଂକ୍ରାନ୍ତରେ ତନାଘନା ଆରମ୍ଭ ହୋଇଥିବାବେଳେ କମାଣ୍ଡାଣ୍ଟ୍‌ ସିଂ ମଧ୍ୟ ଏ ସଂକ୍ରାନ୍ତରେ ଉଚ୍ଚପଦସ୍ଥ ଅଧିକାରୀଙ୍କ ସହ ଆଲୋଚନା କରି ଅଭିଯୋଗ ଆଣିଥିବା ଏସ୍‌ଆଇ ବେହେରାଙ୍କ ନାଁରେ ମଧ୍ୟ ମୌଖିକ ଭାବେ କେତେକ ଅଭିଯୋଗ କରିଛନ୍ତି। ଏସବୁ ଘଟଣାକୁ ନେଇ ଏସଆଇ ବେହେରା କହିଛନ୍ତି, ପୂର୍ବରୁ ଯେତେବେଳେ ଟ୍ରେନିଂ ପାଇଁ ଆସିଥିଲି ସେତେବେଳେ ମୋର ଲିଗାମେଣ୍ଟ ସମସ୍ୟା ରହିଥିଲା। ଡାକ୍ତରଙ୍କ ପରାମର୍ଶକ୍ରମେ ସେଠାରୁ ତାଙ୍କୁ ଟ୍ରେନିଂ ନେବାକୁ ମନା କରାଯାଇଥିଲା। ଟ୍ରେନିଂ ସେଣ୍ଟରରେ କୌଣସି ପ୍ରକାର ଠକି ନାହାନ୍ତି କି ଲୁଚିକରି ଯାଇନାହାନ୍ତି। ଟ୍ରେନିଂ ସମୟରେ ୨ଟି ପ୍ରୋସିଡିଂ ଥିବା ନେଇ ଯେଉଁ ଅଭିଯୋଗ ଅଣାଯାଉଛି ତାହାର ବାସ୍ତବତା ଉପସ୍ଥାପନ କରାଯାଉ। ଟ୍ରେନିଂ ସମୟରେ କମାଣ୍ଡାଣ୍ଟ ସିଂ ଯେଭଳି ଭାବେ ଖରାପ ବ୍ୟବହାର କରିବା ସହ ନିର୍ଯାତନା ଦେଇଛନ୍ତି ତାହା ଠିକ୍‌ ତଦନ୍ତ କରାଯାଉ ବୋଲି ସେ ଦାବି କରିଛନ୍ତି। ସୂଚନାଯୋଗ୍ୟ, ଏସ୍‌ଓଜି ଟ୍ରେନିଂ ସେଣ୍ଟରରେ ନିର୍ଯାତନା ଦିଆଯାଉଥିବା ନେଇ କେନ୍ଦୁଝର ଜିଲା ଘଟଗାଁ ଥାନାର ଏସ୍‌ଆଇ ବେହେରା ମଧ୍ୟ କମାଣ୍ଟାଣ୍ଟ୍‌ ତଥା ଆଇପିଏସ୍‌ ଅଧିକାରୀ ଅନିରୁଦ୍ଧ ସିଂଙ୍କ ବିରୋଧରେ ଜାତୀୟ ମାନବାଧିକାର କମିଶନ (ଏନ୍‌ଏଚ୍‌ଆର୍‌ସି) ଓ ଓଡ଼ିଶା ମାନବାଧିକାର କମିଶନ (ଓଏଚ୍‌ଆର୍‌ସି)ଙ୍କ ନିକଟକୁ ଅନ୍‌ଲାଇନ୍‌ରେ ଅଭିଯୋଗ ପଠାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦିନିକିଆ ବିଶ୍ୱକପ୍‌ କାର୍ଯ୍ୟସୂଚୀ ଘୋଷଣା କଲା ଆଇସିସି: ଅକ୍ଟୋବର ୧୦ରେ ଭାରତ-ପାକିସ୍ତାନ ହାଇଭୋଲଟେଜ ମ୍ୟାଚ୍‌

ଦୁବାଇ, ୧ା୧୦: ୨୦୨୭ରେ ଦକ୍ଷିଣ ଆଫ୍ରିକା, ଜିମ୍ବାଓ୍ବେ ଓ ନାମ୍ବିଆରେ ହେବାକୁ ଥିବା ପୁରୁଷ ଦିନିକିଆ ବିଶ୍ୱକପ୍‌ ପାଇଁ ଗୁରୁବାର ଆଇସିସି ପକ୍ଷରୁ କାର୍ଯ୍ୟସୂଚୀ ଘୋଷଣା କରାଯାଇଛି।…

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

ଏସୀୟ କ୍ରୀଡ଼ା ଫାଇନାଲରେ କ’ଣ ପାକିସ୍ତାନୀ ଖେଳାଳିଙ୍କ ସହ ହାତ ମିଳାଇବେ ନାହିଁ ଭାରତୀୟ ଖେଳାଳି? ଜାଣନ୍ତୁ ନିୟମ

ନୂଆଦିଲ୍ଲୀ,୧।୧୦: ଯେତେବେଳେ ଭାରତୀୟ ଏବଂ ପାକିସ୍ତାନୀ କ୍ରିକେଟ ଦଳ ପଡ଼ିଆରେ ପରସ୍ପରର ମୁକାବିଲା କରନ୍ତି, ସେତେବେଳେ ଦୃଷ୍ଟି କେବଳ ମ୍ୟାଚ ମଧ୍ୟରେ ସୀମିତ ରହେ ନାହିଁ। ଉଭୟ…

ସାନଖେମୁଣ୍ଡିରେ ବ୍ୟାପୁଛି ହଇଜା; ପୁଣି ଜଣେ ମୃତ, ଜିଲା ସ୍ବାସ୍ଥ୍ୟ ଟିମର ଅନୁଧ୍ୟାନ

ଦିଗପହଣ୍ଡି,୧ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପୋଡ଼ାମାରି ପଞ୍ଚାୟତ ମାର୍ଥାପୁର, ରାଜନାପଲ୍ଲୀ ଓ ଟି.ଗୋବିନ୍ଦପୁର ପଞ୍ଚାୟତ ଢିମିରାପଲ୍ଲୀ ଗାଁରେ ଗତ ୫ ଦିନ ହେଲା…

କନିଷ୍ଠ ଶିକ୍ଷକଙ୍କୁ ନେଇ ସରକାରଙ୍କ ବଡ଼ ଘୋଷଣା, ୨୦୨୩-୨୪ ବର୍ଷରେ ନିୟୋଜିତ….

ଭୁବନେଶ୍ବର,୧ା୧୦: ଓଡ଼ିଶାର କନିଷ୍ଠ ଶିକ୍ଷକ (ସ୍କିମାଟିକ୍)ଙ୍କ ନିୟମିତକରଣ ନେଇ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ସରକାର। ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏନେଇ ଅଧିକାରିକ ବିଜ୍ଞପ୍ତି…

ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ ଅବସର: ପଟ୍ଟାଙ୍ଗିରେ ଶିକ୍ଷା ବ୍ୟବସ୍ଥା ସଙ୍କଟରେ, ପଦବୀ ପୂରଣ ପାଇଁ ଦାବି

ପଟ୍ଟାଙ୍ଗି,୧ା୧୦(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ଗୋଷ୍ଠୀ ଶିକ୍ଷା କାର୍ଯ୍ୟାଳୟରେ କାର୍ଯ୍ୟରତ ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ପ୍ରଭାକର ଖଟୁଆ ବୁଧବାର ଚାକିରିରୁ ଅବସର ଗ୍ରହଣ…

ଅଘୋଷିତ ବିଦ୍ୟୁତ୍ କାଟ: ଯନ୍ତ୍ରୀଙ୍କୁ ସ୍ମାରକପତ୍ର, ସୁଧାର ନ ଆସିଲେ ବଡ଼ ଆନ୍ଦୋଳନ ଚେତାବନୀ

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଅନ୍ତର୍ଗତ ଭୀଷ୍ମଗିରି ଗ୍ରାମ ସମେତ ଆଖପାଖ ଅଞ୍ଚଳରେ ଲଗାତର ଅଘୋଷିତ ବିଦ୍ୟୁତ୍‌ ବିଭ୍ରାଟକୁ ନେଇ ଉପଭୋକ୍ତାଙ୍କ ମଧ୍ୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?