ଏସ୍‌ଟିଏଫ୍‌ ହାତରେ ଧରାପଡ଼ିଲେ ୱାଣ୍ଟେଡ୍‌ ଶିବୁ

ଭୁବନେଶ୍ୱର, ୨୨/୨(ବ୍ୟୁରୋ):ନୟାଗଡ଼ ଜିଲା ଟାଉନ୍‌ ଥାନା ଅନ୍ତର୍ଗତ ଉଦୟପଥ ଲେନ୍‌ର ଏକ ଭଡାଘରୁ ୩ କୋଟିରୁ ଊର୍ଦ୍ଧ୍ୱ ଟଙ୍କାର ବ୍ରାଉନସୁଗାର ଜବତ ମାମଲାର ମୁଖ୍ୟ ଅଭିଯୁକ୍ତ ତଥା ମାଷ୍ଟରମାଇଣ୍ଡ୍‌ ଧରାପଡ଼ିଛନ୍ତି। କ୍ରାଇମବ୍ରାଞ୍ଚର ସ୍ପେଶାଲ ଟାସ୍କ ଫୋର୍ସ (ଏସ୍‌ଟିଏଫ୍‌) ପାଇଁ ସେ ଓ୍ବାଣ୍ଟେଡ୍‌ ଥିଲେ। ରବିବାର ରାତିରେ ରାଜଧାନୀ ଉପକଣ୍ଠ ୧୬ ନଂ. ଜାତୀୟ ରାଜପଥର ପାହାଳ କ୍ରସିଂ ନିକଟରୁ ତାଙ୍କୁ ଗିରଫ କରାଯାଇଛି। ସେ ହେଲେ ଖୋର୍ଦ୍ଧା ଜିଲା ଜଟଣୀ ଥାନା ମୁଣ୍ଡିଆ ସାହିର ଶିବ ପ୍ରସାଦ ଦାସ ଓରଫ ଶିବୁ। ତାଙ୍କଠାରୁ ୧ କେଜି ୨୨୭ ଗ୍ରାମର ବ୍ରାଉନସୁଗାର ଜବତ କରାଯାଇଛି। ଏହାର ଆନୁମାନିକ ମୂଲ୍ୟ ୧ କୋଟି ୨୭ ଲକ୍ଷ ଟଙ୍କା ହେବ। ଏଥିସହ ଗୋଟିଏ ବାଇକ ଓ ୫ ମୋବାଇଲ ଫୋନ୍‌ ମଧ୍ୟ ଜବତ କରାଯାଇଛି। ଏସ୍‌ଟିଏଫ୍‌ ଏନ୍‌ଡିପିଏସ୍‌ ଆକ୍ଟରେ ଏକ ମାମଲା(ନଂ.୫/୨୦୨୨) ରୁଜୁ କରି ଶିବୁଙ୍କୁ କୋର୍ଟଚାଲାଣ କରିଥିଲା। ଜାମିନ ନାମଞ୍ଜୁର ହେବାରୁ ତାଙ୍କୁ ବିଚାର ବିଭାଗୀୟ ହାଜତକୁ ପଠାଇ ଦିଆଯାଇଛି। ଓଡ଼ିଶାର ବିଭିନ୍ନ ଜିଲା ଶିବୁଙ୍କ ନାମରେ ୬ଟି ଆପରାଧିକ ମାମଲା ରହିଥିବା ଏସ୍‌ଟିଏଫ୍‌ ସୂଚନା ଦେଇଛି। ତେବେ ତାଙ୍କ ସହ ସାମିଲ ଥିବା ଅନ୍ୟ ସହଯୋଗୀଙ୍କୁ ଧରିବାକୁ ଏସ୍‌ଟିଏଫ୍‌ ଅନୁସନ୍ଧାନ ଚଳାଇଛି।
ଅନୁଯାୟୀ, ଶିବୁ ମାଛ ବ୍ୟବସୟା କରୁଥିବା କହି ଉଦୟପଥ ଲେନ୍‌ରେ ଘରଭଡା ନେଇ ପରିବାର ସହ ରହୁଥିଲେ। ହେଲେ ସେ କିଛି ଲୋକଙ୍କୁ ରଖି ବ୍ରାଉନସୁଗାର ହୋଲ୍‌ସେଲ୍‌ ବ୍ୟବସାୟ କରୁଥିଲେ। ଏନେଇ ଏସ୍‌ଟିଏଫ୍‌ ସୂଚନା ପାଇବା ପରେ ଜାନୁୟାରୀ ୨୫ ରାତିରେ ସେଠାରେ ଚଢ଼ାଉ କରିଥିଲା। ହେଲେ ଚଢ଼ାଉ ପୂର୍ବରୁ ଶିବୁ ଫେରାର ହୋଇଯାଇଥିଲେ। ସେହି ସମୟରେ ଶିବୁଙ୍କ ସହଯୋଗୀ ଭିକି ରାଓଙ୍କୁ ଏସ୍‌ଟିଏଫ୍‌ ଗିରଫ କରିଥିଲା। ଉକ୍ତ ଘରୁ ୩ କେଜି ୧୦୦ ଗ୍ରାମର ବ୍ରାଉନସୁଗର, ୬୫ ଲକ୍ଷ ୩୨ ହଜାର ଟଙ୍କା, ୩ ପିସ୍ତଲ, ୪୩ ରାଉଣ୍ଡ ଗୁଳି, ୭ ମାଗାଜିନ୍‌, ଗୋଟିଏ ଟଙ୍କା ଗଣିବା ମେଶିନ, ୪ଟି ମୋବାଇଲ ଫୋନ୍‌, ଏଟିଏମ୍‌ କାର୍ଡ ଓ ଗୋଟିଏ ଟାବ୍‌ଲେଟ ଜବତ କରିଥିଲା। ଏନେଇ ଏସ୍‌ଟିଏଫ୍‌ (ନଂ.୧/୨୦୨୨) ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଥିଲା। ତେବେ ଏସ୍‌ଟିଏଫ୍‌ ଟାର୍ଗେଟରେ ଥିଲେ ମଧ୍ୟ ସେ ଉକ୍ତ ବେଆଇନ ବେପାର ଜାରି ରଖିଥିଲେ ବୋଲି ଜବତ ବ୍ରାଉନସୁଗାରରୁ ସ୍ପଷ୍ଟ ହେଉଛି।
ଏସ୍‌ଟିଏଫ୍‌ ୨୦୨୦ରୁ ଏଯାବତ ୪୯ କେଜି ବ୍ରାଉନସୁଗାର, ୮୯ କୁଇଣ୍ଟାଲ୍‌ରୁ ଅଧିକ ଗଞ୍ଜେଇ ଜବତ କରିବା ସହ ଏଥିରେ ସମ୍ପୃକ୍ତ ୧୨୩ଜଣ ନିଶା ବେପାରୀଙ୍କୁ ଗିରଫ କରିଥିବା ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନିଜର ଚମତ୍କାରୀ ବ୍ୟାଟ୍‌କୁ ଉପହାରରେ ଦେବେ ବୈଭବ, ଜାଣନ୍ତୁ କାହାକୁ ମିଳିବ ଏହି ଖାସ୍‌…

ନୂଆଦିଲ୍ଲୀ,୯।୪:  ଆଇପିଏଲ୍ ୨୦୨୬ର ସବୁଠାରୁ କନିଷ୍ଠ ଖେଳାଳି ବୈଭବ ସୂର୍ଯ୍ୟବଂଶୀ ଏବେ କ୍ରିକେଟ ଦୁନିଆରେ ନିଜର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି। ନିକଟରେ ରାଜସ୍ଥାନ ରୟାଲ୍ସ ଦ୍ୱାରା…

୩ ମାସ ତଳେ ଚୋରି ହୋଇଥିଲା ସ୍କୁଟି, ଗୋଟିଏ ଟ୍ରାଫିକ ଚାଲାଣ ଯୋଗୁ ଫସିଗଲା ଚୋର, ମାଲିକ…

ହାଇଦ୍ରାବାଦ: ଏଠାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯାହା ଏବେ ସୋସିଆଲ ମିଡିଆରେ ବେଶ ଭାଇରାଲ ହେବାରେ ଲାଗିଛି। ଜଣେ ବ୍ୟକ୍ତିଙ୍କର ଚୋରି ହୋଇଥିବା ସ୍କୁଟିର…

ବନ୍ଦ ହେଲା ଆଉ ଏକ ଯୁଦ୍ଧ? ଲେବାନନ ସହିତ ସିଧାସଳଖ ଆଲୋଚନା ପାଇଁ ଇସ୍ରାଏଲ ପ୍ରସ୍ତୁତ

ଜେରୁଜେଲମ,୯।୪: ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଉତ୍ତେଜନା ମଧ୍ୟରେ, ଲେବାନନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ କୂଟନୈତିକ ପଦକ୍ଷେପ ଉଭା ହୋଇଛି। ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ଯଥାଶୀଘ୍ର…

ଅପେକ୍ଷାର ଅନ୍ତ! ରୟାଲ ଏନ୍‌ଫିଲ୍ଡ ଲଞ୍ଚ କଲା ପ୍ରଥମ ଇଲେକ୍ଟ୍ରିକ୍‌ ବାଇକ୍‌, ଜବରଦସ୍ତ ଫିଚର ସହ ମୂଲ୍ୟ…

ନୂଆଦିଲ୍ଲୀ,୯।୪: ଅପେକ୍ଷାର ଅନ୍ତ ଘଟିଛି। ଭାରତୀୟ ବଜାରରେ ରୟାଲ ଏନଫିଲ୍ଡ (Royal Enfield) ନିଜର ପ୍ରଥମ ଇଲେକ୍ଟ୍ରିକ ମୋଟରସାଇକେଲ ’ଫ୍ଲାଇଙ୍ଗ ଫ୍ଲି ସି୬’ (Flying Flea C୬)କୁ…

ଇସଲାମାବାଦରେ ଇରାନ-ଆମେରିକା ଆଲୋଚନା ଉପରେ ଆତଙ୍କବାଦୀ ଆକ୍ରମଣ ପାଇଁ ଷଡଯନ୍ତ୍ର!

ଇସଲାମାବାଦ,୯।୪: ଶୁକ୍ରବାର (୧୦ ଏପ୍ରିଲ, ୨୦୨୬) ପାକିସ୍ତାନରେ ଆମେରିକା ଏବଂ ଇରାନ ମଧ୍ୟରେ ଆଲୋଚନା ଆରମ୍ଭ ହେବାକୁ ଥିବା ଆଲୋଚନା ପୂର୍ବରୁ, ଆମେରିକୀୟ ଗୁପ୍ତ ସେବାର ୨୩…

ଦଳର ଘୋଷଣା ପତ୍ର ପୂର୍ବରୁ ମୋଦିଙ୍କ ମାଷ୍ଟରଷ୍ଟ୍ରୋକ୍‌

କୋଲକାତା,୯।୪: ଶୁକ୍ରବାର ପଶ୍ଚିମବଙ୍ଗ ପାଇଁ ଭାଜପା ଏହାର ଇସ୍ତାହାର ଘୋଷଣା କରିବାକୁ ଯାଉଛି। ଏହି ଘୋଷଣା ପୂର୍ବରୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପଶ୍ଚିମବଙ୍ଗର ଲୋକଙ୍କ ପାଇଁ ଛଅଟି…

ଅବସରପ୍ରାପ୍ତ କର୍ମଚାରୀଙ୍କୁ ପୁନଃ ନିଯୁକ୍ତି ନିଷ୍ପତ୍ତିକୁ ବିଜେଡିର ବିରୋଧ,ପ୍ରତ୍ୟାହର ନ କଲେ ଆନ୍ଦୋଳନ: ବିଧାୟକ

ଭବାନୀପାଟଣା/ଧର୍ମଗଡ଼,୯।୪(ଉତ୍ତମ କୁମାର ଦାଶ/ଘାସିରାମ ଜଗତ)-ରାଜ୍ୟ ସରକାରଙ୍କ ଅବସର ପ୍ରାପ୍ତ କର୍ମଚାରୀ ଙ୍କୁ ପୁନଃ ନିଯୁକ୍ତି ନିଷ୍ପତ୍ତିକୁ ବିଜେଡିର ବିରୋଧ କରିଛନ୍ତି ଜୁନାଗଡ ବିଧାୟକ କ୍ୟାପଟେନ ଦିବ୍ୟଶଙ୍କର ମିଶ୍ର।ରାଜ୍ୟ…

କାଲିଠୁ ଏହି ୫ ରାଶିର ଫିଟିବ ଭାଗ୍ୟ, ଧନ ବର୍ଷା କରିବେ ଶୁକ୍ର-ଶନି; ଆପଣଙ୍କ ରାଶି…

ଆସନ୍ତାକାଲି ଅର୍ଥାତ ୨୦୨୬ ଏପ୍ରିଲ ୧୦ ତାରିଖ ସକାଳ ୪ଟା ୩୯ ମିନିଟ୍‌ରେ ମହାକାଶରେ ଏକ ବିରଳ ଜ୍ୟୋତିଷୀୟ ଘଟଣା ଘଟିବାକୁ ଯାଉଛି। ଶୁକ୍ର ଏବଂ ଶନି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri