ଏସ୍‌ଡିସି କପ୍‌ ଉଦ୍‌ଘାଟିତ : ପ୍ରଥମ ଦିନରେ ୪ ମ୍ୟାଚ

ଫୁଲବାଣୀ ଅଫିସ, ୨୫ା୨-ଫୁଲବାଣୀସ୍ଥିତ କରୋନେଶନ ପଡିଆରେ ଆଦିବାସୀ ଫୁଟବଲ ଚାମ୍ପିୟନଶିପ୍‌ ଏସ୍‌ଡିସି (ସ୍ବତନ୍ତ୍ର ଉନ୍ନୟନ ପରିଷଦ) କପ୍‌-୨୦୨୦ ସୋମବାର ଉଦ୍‌ଘାଟିତ ହୋଇଛି ା ସରକାରଙ୍କ ଆଇଟି ସେଲ୍‌ ଉପଦେଷ୍ଟା ଅନୁଭବ ପଟ୍ଟନାୟକ ଯୋଗଦେଇ ଏହାକୁ ଉଦ୍‌ଘାଟନ କରିଛନ୍ତି। ପ୍ରଥମ ଦିନ ୪ଟି ମ୍ୟାଚ ଖେଳାଯାଇଛି ା ପ୍ରଥମ ମ୍ୟାଚ କନ୍ଧମାଳ ଏବଂ କେନ୍ଦୁଝର ମହିଳା ଟିମ୍‌ ମଧ୍ୟରେ ହୋଇଥିଲା ା ଏଥିରେ ୯-୦ ଗୋଲରେ କେନ୍ଦୁଝର ଜିତିଥିଲା ା ସେହିପରି ଦ୍ୱିତୀୟ ମ୍ୟାଚରେ କନ୍ଧମାଳ ପୁରୁଷ ଟିମ୍‌ ୨-୧ ଗୋଲରେ ବିପକ୍ଷ କେନ୍ଦୁଝରକୁ, ତୃତୀୟ ମ୍ୟାଚରେ ରାଇରଙ୍ଗପୁର ବାଳକ ଟିମ୍‌ ୧୫-୦ ଗୋଲରେ ବିପକ୍ଷ ମାଲକାନଗିରିକୁ ଏବଂ ଚତୁର୍ଥ ମ୍ୟାଚରେ ରାଇରଙ୍ଗପୁର ବାଳିକା ଟିମ୍‌ ବିପକ୍ଷ ମାଲକାନଗିରି ଟିମ୍‌କୁ ୨୧-୦ ଗୋଲ ବ୍ୟବଧାନରେ ହରାଇଛି ା
ଉଦ୍‌ଘାଟନୀ ଉତ୍ସବରେ ରାଜ୍ୟ ଫୁଟବଲ ଆସୋସିଏଶନ ଉପାଧ୍ୟକ୍ଷ ହୃଦୟ ରଞ୍ଜନ ବେହେରା, ଏସ୍‌ଡିସି ରାଜ୍ୟ କୋ-ଅର୍ଡିନେଟର ସ୍ବଦେଶ କୁମାର, ଜିଲା ଆଥ୍‌ଲେଟିକ ଆସୋସିଏଶନ ସମ୍ପାଦକ ଶିବ ପ୍ରସାଦ ତ୍ରିପାଠୀ, ଜିଲା ପରିଷଦ ଅଧ୍ୟକ୍ଷା ଆକାଂକ୍ଷା ପ୍ରଧାନ, ପୂର୍ବତନ ଏସ୍‌ଡିସି ଅଧ୍ୟକ୍ଷ ରଦନ ମଲ୍ଲିକ, ଉପାଧ୍ୟକ୍ଷ ସୁରେଖା ପାଟ୍ଟମାଝି, ଫୁଲବାଣୀ ସମନ୍ବିତ ଆଦିବାସୀ ଉନ୍ନୟନ ସଂସ୍ଥା ପ୍ରକଳ୍ପ ପ୍ରଶାସକ ବୀରେନ୍ଦ୍ର କୁମାର ଦାସ ପ୍ରମୁଖ ଅତିଥି ଭାବେ ଯୋଗ ଦେଇଥିଲେ ା ଏହି ଜିଲାସ୍ତରୀୟ ଲିଗ୍‌ ଆସନ୍ତା ୨୮ ତାରିଖ ଯାଏ ଚାଲିବ ା


Enter your email to get our daily news in your inbox.

All Right Reserved By Dharitri.Com

ପ୍ରେମ, ପ୍ରତାରଣା ମାମଲା: ଆସିଷ୍ଟାଣ୍ଟ ଲେବର ଅଫିସର ଗିରଫ

ଭୁବନେଶ୍ୱର,୧୮।୨(ତ୍ରିନାଥ ମହାନ୍ତି):ପ୍ରେମ ଓ ପ୍ରତାରଣା ଅଭିଯୋଗରେ ଖାରବେଳନଗର ଥାନା ପୋଲିସ ବଲାଙ୍ଗୀରରେ କାର୍ଯ୍ୟରତ ଜଣେ ଆସିଷ୍ଟାଣ୍ଟ ଲେବର ଅଫିସରଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ହେଲେ ନୟାଗଡ଼ର…

ଅସୁରକ୍ଷିତ ରାଜଧାନୀ ଭୁବନେଶ୍ୱର: ୨୪ଘଣ୍ଟାରେ ୩ ଘଟଣାରେ ଆତଙ୍କିତ ସହରବାସୀ

ଅସୁରକ୍ଷିତ ହୋଇପଡ଼ିିଛି ରାଜଧାନୀ ଭୁବନେଶ୍ୱର। କଥା କଥାରେ ବୁଲୁଛି ଖଣ୍ଡା, ଭୁଜାଲି। ଦିନ ହେଉ ଅବା ରାତି ମହିଳାଙ୍କଠାରୁ ଆରମ୍ଭ କରି ପୁରୁଷ କେହି ସୁରକ୍ଷିତ ନାହାନ୍ତି।…

ପୁଣି ଅଶାନ୍ତ ବରଗଡ଼: ବୁଲିଲା ଛୁରି-ଭୁଜାଲି, ଯୁବକ ଆହତ

ବରଗଡ଼,୧୮ା୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ଅପରାଧୀମାନେ ସକ୍ରିୟ ହୋଇ ପଡିଛନ୍ତି। ଏଠାରେ ଦିନ ଦ୍ବିପ୍ରହରରେ ଭୁଜାଲି ମାଡ, ଛୁରାମାଡ଼ ହେଉଛି। ଗତ କିଛିଦିନ ତଳେ ବରଗ ହାଟପଦାରେ…

ଶ୍ୱଶୁର ଘରେ ଜ୍ୱାଇଁଙ୍କ ହଙ୍ଗାମା: ସ୍ତ୍ରୀଙ୍କ ଉପରେ ପେଟ୍ରୋଲ ଢାଳି ଲଗାଇଦେଲେ ନିଆଁ, ଆଉ ତା’ ପରେ…

ବାଲେଶ୍ୱର,୧୮ା୨(ବାଞ୍ଛାନିଧି ଦେ): ସ୍ବାମୀ ପାଲଟିଗଲେ ରାକ୍ଷସ। ଶ୍ୱଶୁର ଘରେ ସ୍ତ୍ରୀ ଦେହରେ ପେଟ୍ରୋଲ ଢାଳି ନିଆଁ ଲଗେଇ ଦେଲେ ସ୍ବାମୀ। ଝିଅକୁ ବଞ୍ଚାଇବାକୁ ଯାଇ ଶ୍ୱଶୁର, ଶାଶୁ…

ମାର୍ଚ୍ଚ ୧୬ରେ ରାଜ୍ୟ ସଭା ନିର୍ବାଚନ: ପ୍ରେସ୍‌ ନୋଟ ଜାରି

ଭୁବନେଶ୍ୱର,୧୮।୨: ମାର୍ଚ୍ଚ ୧୬ରେ ରାଜ୍ୟ ସଭା ନିର୍ବାଚନ ଅନୁଷ୍ଠିତ ହେବ। ନିର୍ବାଚନ ନେଇ ପ୍ରେସ୍‌ ନୋଟ ଜାରି କରିଛନ୍ତି ଭାରତୀୟ ନିର୍ବାଚନ କମିଶନ। ୧୦ ରାଜ୍ୟର ୩୭…

ମୌଳିକ ସୁବିଧାରୁ ବଞ୍ଚିତ ଡଙ୍ଗରିଆ କନ୍ଧ, ଟଙ୍କିକିଆ ଚାଉଳ ପାଇଁ ଯିବାକୁ ପଡ଼ୁଛି ୧୫ କି.ମି.

ରାୟଗଡ଼ା/କଲ୍ୟାଣସିଂହପୁର,୧୮।୨(ଆଶିଷ ରଞ୍ଜନ ପଣ୍ଡା/ଦୀପକ କୁମାର ପରିଡ଼ା): ଦେଶ ସ୍ବାଧୀନତାର ୭୮ବର୍ଷ ପୂରିଥିଲେ ମଧ୍ୟ ଏବେ ସୁଦ୍ଧା ରାୟଗଡ଼ା ଜିଲା ନିୟମଗିରି ଅଞ୍ଚଳରେ ପହଞ୍ଚିପାରିନାହିଁ ମୌଳିକ ସୁବିଧା। ବିଶେଷକରି…

କଡ଼ା ସୁରକ୍ଷା ମଧ୍ୟରେ ଆରମ୍ଭ ହେଲା ଯୁକ୍ତ ୨ ପରୀକ୍ଷା

ଭଞ୍ଜନଗର,୧୮ା୨(ବାବୁଲା ପ୍ରଧାନ): ବୁଧବାରଠାରୁ ରାଜ୍ୟରେ +୨ କଳା, ବାଣିଜ୍ୟ, ବିଜ୍ଞାନ ଓ ଧନ୍ଦାମୂଳକ ବାର୍ଷିକ ପରୀକ୍ଷା ଆରମ୍ଭ ହୋଇଛି। ପ୍ରଥମ ଦିନ ମାତୃଭାଷା ଓଡ଼ିଆ ପରୀକ୍ଷା ଦେଉଛନ୍ତି…

ଭବାନୀପାଟଣା ସହରରେ ଫୁଟିଲା ଗୁଳି

ଭବାନୀପାଟଣା,୧୮ା୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହର ବିବିସିପଡ଼ା ହନୁମାନ ମନ୍ଦିର ନିକଟରେ ମଙ୍ଗଳବାର ବିଳମ୍ବିତ ରାତିରେ ଗୁଳିକାଣ୍ଡ ହୋଇଛି। ସାମାନ୍ୟ ବଚସାରୁ ଜଣେ ମଦ୍ୟପ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri