ଏସ୍‌ଡିସି କପ୍‌ ଉଦ୍‌ଘାଟିତ : ପ୍ରଥମ ଦିନରେ ୪ ମ୍ୟାଚ

ଫୁଲବାଣୀ ଅଫିସ, ୨୫ା୨-ଫୁଲବାଣୀସ୍ଥିତ କରୋନେଶନ ପଡିଆରେ ଆଦିବାସୀ ଫୁଟବଲ ଚାମ୍ପିୟନଶିପ୍‌ ଏସ୍‌ଡିସି (ସ୍ବତନ୍ତ୍ର ଉନ୍ନୟନ ପରିଷଦ) କପ୍‌-୨୦୨୦ ସୋମବାର ଉଦ୍‌ଘାଟିତ ହୋଇଛି ା ସରକାରଙ୍କ ଆଇଟି ସେଲ୍‌ ଉପଦେଷ୍ଟା ଅନୁଭବ ପଟ୍ଟନାୟକ ଯୋଗଦେଇ ଏହାକୁ ଉଦ୍‌ଘାଟନ କରିଛନ୍ତି। ପ୍ରଥମ ଦିନ ୪ଟି ମ୍ୟାଚ ଖେଳାଯାଇଛି ା ପ୍ରଥମ ମ୍ୟାଚ କନ୍ଧମାଳ ଏବଂ କେନ୍ଦୁଝର ମହିଳା ଟିମ୍‌ ମଧ୍ୟରେ ହୋଇଥିଲା ା ଏଥିରେ ୯-୦ ଗୋଲରେ କେନ୍ଦୁଝର ଜିତିଥିଲା ା ସେହିପରି ଦ୍ୱିତୀୟ ମ୍ୟାଚରେ କନ୍ଧମାଳ ପୁରୁଷ ଟିମ୍‌ ୨-୧ ଗୋଲରେ ବିପକ୍ଷ କେନ୍ଦୁଝରକୁ, ତୃତୀୟ ମ୍ୟାଚରେ ରାଇରଙ୍ଗପୁର ବାଳକ ଟିମ୍‌ ୧୫-୦ ଗୋଲରେ ବିପକ୍ଷ ମାଲକାନଗିରିକୁ ଏବଂ ଚତୁର୍ଥ ମ୍ୟାଚରେ ରାଇରଙ୍ଗପୁର ବାଳିକା ଟିମ୍‌ ବିପକ୍ଷ ମାଲକାନଗିରି ଟିମ୍‌କୁ ୨୧-୦ ଗୋଲ ବ୍ୟବଧାନରେ ହରାଇଛି ା
ଉଦ୍‌ଘାଟନୀ ଉତ୍ସବରେ ରାଜ୍ୟ ଫୁଟବଲ ଆସୋସିଏଶନ ଉପାଧ୍ୟକ୍ଷ ହୃଦୟ ରଞ୍ଜନ ବେହେରା, ଏସ୍‌ଡିସି ରାଜ୍ୟ କୋ-ଅର୍ଡିନେଟର ସ୍ବଦେଶ କୁମାର, ଜିଲା ଆଥ୍‌ଲେଟିକ ଆସୋସିଏଶନ ସମ୍ପାଦକ ଶିବ ପ୍ରସାଦ ତ୍ରିପାଠୀ, ଜିଲା ପରିଷଦ ଅଧ୍ୟକ୍ଷା ଆକାଂକ୍ଷା ପ୍ରଧାନ, ପୂର୍ବତନ ଏସ୍‌ଡିସି ଅଧ୍ୟକ୍ଷ ରଦନ ମଲ୍ଲିକ, ଉପାଧ୍ୟକ୍ଷ ସୁରେଖା ପାଟ୍ଟମାଝି, ଫୁଲବାଣୀ ସମନ୍ବିତ ଆଦିବାସୀ ଉନ୍ନୟନ ସଂସ୍ଥା ପ୍ରକଳ୍ପ ପ୍ରଶାସକ ବୀରେନ୍ଦ୍ର କୁମାର ଦାସ ପ୍ରମୁଖ ଅତିଥି ଭାବେ ଯୋଗ ଦେଇଥିଲେ ା ଏହି ଜିଲାସ୍ତରୀୟ ଲିଗ୍‌ ଆସନ୍ତା ୨୮ ତାରିଖ ଯାଏ ଚାଲିବ ା


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟସ୍ତରୀୟ ଟାଏକୋଣ୍ଡୋରେ ସଫଳତା: ଛୁଟୁଛି ଶୁଭେଚ୍ଛାର ସୁଅ

ରାଇକିଆ,୩୦ା୧୨ (ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ସେଣ୍ଟ କ୍ୟାଥରିନ ବିଦ୍ୟାଳୟରଛାତ୍ରୀଛାତ୍ରମାନେ ରାଜ୍ୟସ୍ତରୀୟ ଟାଏକୋଣ୍ଡୋ କ୍ରୀଡ଼ାରେ ସଫଳତା ଅର୍ଜନ କରିଛନ୍ତି। ଭଦ୍ରକ ଠାରେ ଅନୁଷ୍ଠିତ ୩ଦିନିଆ...

ବରଗଡ଼ ଧନୁଯାତ୍ରାରେ ମୁଖ୍ୟମନ୍ତ୍ରୀ: ହାତୀ ପିଠିରେ ବସି ବୁଲିଲେ ମଥୁରା ନଗରୀ

ମଥୁରାନଗରୀ,୩୦।୧୨(ପ୍ରେମାନନ୍ଦ ଖମାରୀ): ବିଶ୍ୱପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ସାମିଲ ହୋଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମଙ୍ଗଳବାର ଅପରାହ୍ନରେ ମୁଖ୍ୟମନ୍ତ୍ରୀ ବିକାଶ ଗ୍ରାଉଣ୍ଡ ହେଲିପ୍ୟାଡରେ ପହଞ୍ଚିବା...

୩ ବର୍ଷ ଧରି ପାଇଲେ ଭଲ, ହେଲେ ବିବାହ ପାଇଁ କରିଦେଲେ ମନା; ଥାନାରେ ବିଷ ପିଇଦେଲେ ପ୍ରେମିକ…

ଆନନ୍ଦପୁର ୩୦।୧୨(ସୁଶାନ୍ତ କୁମାର ସାହୁ): ବିବାହ କରିବାକୁ ମନା କରିଦେଲା ପ୍ରେମିକା। ସହି ନ ପାରି ପ୍ରେମିକାଙ୍କ ଉପସ୍ଥିତିରେ ଥାନା ପରସରରେ ବିଷ ପିଇଦେଲେ ଯୁବକ।...

ଗୋପାଳଙ୍କ ଉପରେ ଭରସା କଲେ ନବୀନ: ଦେଲେ ଗୁରୁଦାୟିତ୍ୱ, ବିଜେଡିର ନିଶ୍ଚୟ ବିଜୟ କହିଲେ…

କେସିଙ୍ଗା,୩୦।୧୨(ତୁମେଶ୍ୱର ସାହୁ): ବିଜେଡିର ୨୯ ତମ ପ୍ରତିଷ୍ଠା ଦିବସ ଉପଲକ୍ଷେ ସାରା ରାଜ୍ୟରେ ନୂତନ ବିଜେଡି ପଦାଧିକାରୀମାନଙ୍କ ନାମ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ  ଘୋଷଣା...

କ୍ରିକେଟ୍‌ ଟୁର୍ନାମେଣ୍ଟ: ମନମୁଣ୍ଡା ଚାମ୍ପିୟନ

ବାଲିଗୁଡ଼ା,୩୦ା୧୨(ସଞ୍ଜୟ କୁମାର ପାଣିଗ୍ରାହୀ): ବାଲିଗୁଡ଼ା ବ୍ଲକ୍‌ ଲଣ୍ଡାଗାଁରେ ୫ ଦିନ ଧରି ଚାଲିଥିବା ୧୩ ତମ ବିରାଟେଶ୍ୱର କ୍ରିକେଟ୍‌ ଟୁର୍ନାମେଣ୍ଟ ଉଦ୍‌ଯାପିତ ହୋଇଯାଇଛି। କର୍ଣ୍ଣିବେଡ଼ା ଓ...

ଦୁଇଦିନ ଗାଡ଼ି ଚେକିଂ କଡ଼ାକଡ଼ି: ଭୁଲରେ ବି କରନ୍ତୁ ନି ଏପରି…

ଭୁବନେଶ୍ୱର,୩୦।୧୨: ମଙ୍ଗଳବାର ଏବଂ ବୁଧବାର ଦୁଇଦିନ ଗାଡ଼ି ଚେକିଂ କଡ଼ାକଡ଼ି କରାଯିବ। ଏ ନେଇ ସବୁ RTOଙ୍କୁ ପରିବହନ କମିଶନର ଚିଠି ଲେଖିଛନ୍ତି। ମଦ ପିଇ...

ଯାଜପୁର ଏମ୍‌ପିଙ୍କ ଘର ଉପରକୁ ଆକ୍ରମଣ, ୨ ଜଣଙ୍କୁ ବାନ୍ଧି…

ଧର୍ମଶାଳା,୩୦।୧୨(ଶିବ ପ୍ରସାଦ ମହାନ୍ତି): ଯାଜପୁର ଏମ୍‌ପି ଡକ୍ଟର ରବୀନ୍ଦ୍ର ନାରାୟଣ ବେହେରାଙ୍କ ବାସଭବନ ଉପରକୁ ଆକ୍ରମଣ ହୋଇଥିବା ଖବର ମିଳିଛି। କୁଆଖିଆ ଥାନା ଅନ୍ତର୍ଗତ ରାଜେନ୍ଦ୍ରପୁର...

ତୃଣମୂଳ ସ୍ତରରେ ସଂଗଠନ ହେବ ସୁଦୃଢ଼: ଜିଲା ସଭାପତି ହେଉ ହେଉ ସାଙ୍ଗଠନିକ କମିଟି ଗଠନ କଲେ…

ଭଞ୍ଜନଗର,୩୦।୧୨(ବାବୁଲା ପ୍ରଧାନ): ଭାଜପା ଭଞ୍ଜନଗର ସାଙ୍ଗଠନିକ ଜିଲା ନୂତନ କମିଟି ଗଠିତ ହୋଇଛି। ଫଳରେ ନୂତନ କର୍ମକର୍ତ୍ତାଙ୍କୁ ନେଇ ତୃଣମୂଳ ସ୍ତରରେ ସଂଗଠନ ଆହୁରି ସୁଦୃଢ଼...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri