ଏସ୍‌ପି ଅଫିସ ସମ୍ମୁଖରେ ଉତ୍ତେଜନାପୂର୍ଣ୍ଣ ଜାତିଆଣ ଓ ଅଶ୍ଳୀଳ ଭାଷଣ ମାମଲା: ରିପବ୍ଲିକାନ ପାର୍ଟି ଅଫ ଇଣ୍ଡିଆର ରାଜ୍ୟ ସଭାପତି ଗିରଫ

ଜଗତ୍‌ସିଂହପୁର ଅଫିସ,୧୫ା୩: ତିର୍ତ୍ତୋଲ ଥାନା ଅଧୀନ ରେପୁରପାଟଣା ଗ୍ରାମରେ ଦଳିତ ଓ ସବର୍ଣ୍ଣଙ୍କ ମଧ୍ୟରେ ବିବାଦ ଦେଖାଦେଇଛି। ଏହି ବିବାଦର ସମାଧାନ ପାଇଁ ଶାନ୍ତି କମିଟି ଗଠନ ହୋଇଛି। ଆସନ୍ତା ୧୬ ତାରିଖରେ ଶାନ୍ତି କମିଟି ବସିବାର ଅଛି। କିନ୍ତୁ ତା’ ପୂର୍ବରୁ ଅର୍ଥାତ୍‌ ଗତ ୧୨ ତାରିଖରେ ରାଷ୍ଟ୍ରୀୟ ଦଳିତ ମହାସଭା ପକ୍ଷରୁ ଜଗତ୍‌ସିଂହପୁର ଏସ୍‌ପି ଅଫିସ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଥିଲା। ଏଥିରେ ରିପବ୍ଲିକାନ୍‌ ପାର୍ଟି ଅଫ ଇଣ୍ଡିଆ(ଆର୍‌ପିଆଇ)ର ରାଜ୍ୟ ସଭାପତି ସେଖ୍‌ ଅବଦୁଲ ୱାଲି ଯୋଗ ଦେଇଥିଲେ। ସମାବେଶରେ ୱାଲି, ମହାସଭା ରାଜ୍ୟ ସଭାପତି ଅଶୋକ ମଲ୍ଲିକ ଓ ଅନ୍ୟମାନେ ଉତ୍ତେଜନାପୂର୍ଣ୍ଣ ଜାତିଆଣ ଓ ଅଶ୍ଳୀଳ ଭାଷଣ ଦେଇଥିଲେ। ଯେଉଁ କାରଣରୁ ଜଗତ୍‌ସିଂହପୁର ଥାନା ପକ୍ଷରୁ ୱାଲିଙ୍କ ସହ ଅନ୍ୟ ୭୦ଜଣଙ୍କ ନାମରେ ମାମଲା ସଂଖ୍ୟା ୮୭/୨୦ ରୁଜୁ କରାଯାଇଥିଲା। ଏହି ମାମଲାରେ ପୋଲିସ ଶନିବାର ଆର୍‌ପିଆଇ ରାଜ୍ୟ ସଭାପତି ୱାଲିଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି।

ଏ ସମ୍ପର୍କରେ ଆଇଆଇସି ରଜନୀକାନ୍ତ ମିଶ୍ର ସୂଚନା ଦେଇ କହିଛନ୍ତି, ରେପୁରପାଟଣାରେ ୧୮୦ ଘର ସବର୍ଣ୍ଣ ଓ ୨୨ ଘର ଦଳିତ ପରିବାର ରହିଛନ୍ତି। ଗାଁରେ ଥିବା ଶିବ ମନ୍ଦିରକୁ ଦଳିତଙ୍କୁ ବାରଣ କରାଯାଉଥିବା ଅଭିଯୋଗ ହୋଇଥିଲା। ଏପରି କି ୮/୯ଜଣ ସବର୍ଣ୍ଣ ଦଳିତଙ୍କ ଜାତିକୁ ନେଇ ଆକ୍ଷେପ କରିଥିବା ଅଭିଯୋଗ ଉପରେ ପୋଲିସ ମାମଲା ରୁଜୁ କରି ଚାର୍ଜସିଟ୍‌ ଦାଖଲ କରି ସାରିଛି। ଏହା ଭିତରେ ସେମାନଙ୍କ ଭିତରେ ସୃଷ୍ଟି ହୋଇଥିବା ତିକ୍ତତା ଦୂର ପାଇଁ ତିର୍ତ୍ତୋଲ ତହସିଲଦାର, ସେ ଅଞ୍ଚଳର ସରପଞ୍ଚ, ସ୍ଥାନୀୟ ଓ ବାହାର ମାନ୍ୟଗଣ୍ୟ ବ୍ୟକ୍ତିଙ୍କୁ ନେଇ ଶାନ୍ତି କମିଟି ଗଠନ କରାଯାଇଛି। ଆସନ୍ତା ୧୬ରେ ଶାନ୍ତି କମିଟି ବୈଠକ ଅନୁଷ୍ଠିତ ହେବ। ତା ପୂର୍ବରୁ ରାଷ୍ଟ୍ରୀୟ ଦଳିତ ମହାସଭା ପକ୍ଷରୁ ଏସ୍‌ପିଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଥିଲା। ଏହି ସମୟରେ ମନ୍ଦିର ଭାଙ୍ଗି ଦିଆଯିବ ବୋଲି ଚେତାବନୀ ଦିଆଯାଇଥିଲା। ଯାହକି ଅତି ସମ୍ବେଦନଶୀଳ ଘଟଣା। କେବଳ ଏତିକି ନୁହେଁ, ମନ୍ଦିର ପରିସର ଅଧା ଜମିରେ ପାଇଖାନା କରାଯିବ ବୋଲି କୁହାଯିବା ଚିନ୍ତାଜନକ ଥିଲା। ସେହିପରି ନାଉଗାଁ ତେଣ୍ଟୋଇ ଗ୍ରାମର ଦଳିତ ଯୁବତୀଙ୍କ ମୃତ୍ୟୁ ପ୍ରସଙ୍ଗରେ ମଧ୍ୟ କଟୁ ମନ୍ତବ୍ୟ ଦିଆଯାଇଥିଲା। ଅଭିଯୁକ୍ତ ସବର୍ଣ୍ଣ ଯୁବକଙ୍କ ପରିବାର ଉପରେ ଆପତ୍ତିଜନକ ମନ୍ତବ୍ୟ ଦେବାକୁ ଆନ୍ଦୋଳନକାରୀ ପଛାଇ ନ ଥିଲେ। ସିଟିଜେନ୍‌ଶିପ୍‌ ଆମେଣ୍ଡମେଣ୍ଟ ଆକ୍ଟ (ସିଏଏ) ନାଁରେ ଧର୍ମ ପରିବର୍ତ୍ତନ ପାଇଁ ଉଦ୍ୟମ ହେଉଥିବା କଥା ମଧ୍ୟ ଉଠିଥିଲା। ଏହିଭଳି ଜାତିଗତ ବିଭେଦ ସୃଷ୍ଟିକାରୀ ଅଶ୍ଳୀଳ ଓ କଟୁ ମନ୍ତବ୍ୟ ଦିଆଯାଇଥିବାରୁ ପୋଲିସ ସମ୍ଭାବ୍ୟ ପରିସ୍ଥିତିକୁ ଏଡାଇବା ପାଇଁ ଆନ୍ଦୋଳନକାରୀଙ୍କ ବିରୋଧରେ ମାମଲା ରୁଜୁ କରିଥିବା ଆଇଆଇସି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚାଷୀ ଦେଉଛନ୍ତି ଜଳକର, ଜମିରେ ମାଡୁନି ପାଣି

ନୂଆଗାଁ,୨୬।୪( ଧନେଶ୍ୱର ସାହୁ): ଚାଷ ଜମିକୁ ଜଳସେଚନର ସୁବିଧା ଯୋଗାଇ ଦେବା ପାଇଁ ସରକାର ଅନେକ କୋଟି ଟଙ୍କା ବ୍ୟୟ କରୁଛନ୍ତି। ଜଳସେଚନ ପ୍ରକଳ୍ପ ନିର୍ମାଣ...

ପ୍ରଶାସନିକ ଅବହେଳା, ଆଇନଶୃଙ୍ଖଳା ବିପର୍ଯ୍ୟସ୍ତ

ପଟ୍ଟାମୁଣ୍ଡାଇ, ୨୬ା୪ (କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲାର ପଟ୍ଟାମୁଣ୍ଡାଇ ଅଞ୍ଚଳରେ କାର୍ଯ୍ୟରତ ସରକାରୀ କର୍ମଚାରୀ, ଜନପ୍ରତିନିଧିମାନେ ସାମ୍ବିଧାନିକ ବିଧି ବ୍ୟବସ୍ଥାର ନୀତିନିୟମ ଓ ଆଇନକୁ ଉଲ୍ଲଂଘନ...

ଲଢ଼େଇରେ ନୂଆ ବନାମ ଅଭିଜ୍ଞ

ରାଜକନିକା,୨୬ା୪(ସଞ୍ଜୟ କୁମାର ଦାଶ): କେନ୍ଦ୍ରାପଡ଼ା ଜିଲାର ଶେଷ ସୀମା ହେଉଛି ଆଳି ନିର୍ବାଚନମଣ୍ଡଳୀ। ରାଜକନିକାର ୨୯ଟି ପଞ୍ଚାୟତ ଓ ଆଳିର ୩୪ଟି ପଞ୍ଚାୟତକୁ ମିଶାଇ ଆଳି...

ମା’ଙ୍କ ସହ ପୁରୀ ଆସି ମହାପ୍ରଭୁଙ୍କୁ ଦର୍ଶନ କଲେ ସାଇନା

ପୁରୀ,୨୬ା୪(ଅଜିତ୍‌ ମହାନ୍ତି):ଅନ୍ତର୍ଜାତୀୟ ବ୍ୟାଡ୍‌ମିଣ୍ଟନ ତାରକା ସାଇନା ନେହ୍ବାଲ୍‌ ଗୁରୁବାର ପୁରୀ ଆସି ମହାପ୍ରଭୁଙ୍କୁ ଦର୍ଶନ କରିଛନ୍ତି। ସାଇନା ଭୁବନେଶ୍ୱରରେ ପହଞ୍ଚିବା ପରେ ଓଡ଼ିଶା ବ୍ୟାଡ୍‌ମିଣ୍ଟନ ଫେଡେରେଶନର...

କଳାହାଣ୍ଡି: ଦାଦନ ଘରେ ତାଲା

ଭବାନୀପାଟଣା,୨୬ା୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାରେ ଏବେ ଦାଦନ ସମସ୍ୟା ଉତ୍କଟ ରୂପ ଧାରଣ କରିଛି। କାମ ଅନ୍ବେଷଣରେ ପ୍ରତିବର୍ଷ ଏଠାରୁ ବହୁସଂଖ୍ୟାରେ ଲୋକ ଦାଦନ...

ବାଲି ଚୋରାଚାଲାଣ ବଢୁଛି

ରଘୁନାଥପୁର,୨୬।୪(ରାଜେନ୍ଦ୍ର ନାରାୟଣ ସିଂହ): ବାଲି ସୈରାତଗୁଡ଼ିକର ନିଲାମରେ ସ୍ବଚ୍ଛତା ଆଣିବା ପାଇଁ ସରକାର ଏବେ ଏହି ପ୍ରକ୍ରିୟାକୁ ତହସିଲ ଅଧୀନରୁ କାଢ଼ିନେଇ ଖଣି ବିଭାଗକୁ ହସ୍ତାନ୍ତର...

ଏକାଠି ଶୋଭାଯାତ୍ରାରେ ଯିବେ ପ୍ରଶାନ୍ତ, ଚିରଞ୍ଜୀବ

ଜଗତ୍‌ସିଂହପୁର,୨୬ା୪(ପ୍ରମୋଦ କୁମାର ନାୟକ): ଚିରଞ୍ଜୀବ ବିଶ୍ୱାଳ କଂଗ୍ରେସ ଛାଡି ବିଜେଡିରେ ମିଶିଲା ପରେ ଜଗତ୍‌ସିଂହପୁର ବିଧାନସଭା ନିର୍ବାଚନମଣ୍ଡଳୀରେ ରାଜନୈତିକ ପରିବେଶ ବଦଳିବାରେ ଲାଗିଛି। ଦଳ ପ୍ରଶାନ୍ତ...

ପ୍ରବାସୀ ଶ୍ରମିକଙ୍କ ଉପରେ ନେତାଙ୍କ ଆଖି

କେନ୍ଦ୍ରାପଡ଼ା,୨୬ା୪ (ଜଗନ୍ନାଥ ଧଳ): ଦାଦନ ସମସ୍ୟାରେ ପୀଡିତ କେନ୍ଦ୍ରାପଡ଼ା ଜିଲାର ଶ୍ରମିକଙ୍କ ଉପରେ ଚଳିତ ସାଧାରଣ ନିର୍ବାଚନର ପ୍ରର୍ଥୀଙ୍କ ଆଖିପଡିଛି। ଏଥିପାଇଁ ପରିବାର ଓ ଦଳୀୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri