ଏସ୍‌ବିଆଇ ସମନ୍ବୟ ମେଳା:୪୧ ଏସ୍‌ଏଚ୍‌ଜିକୁ ଦିଆଯିବ ବିନା ସୁଧରେ ଋଣ

ଭୁବନ,୨୧।୭(ଡି.ଏନ.ଏ.)-ଢେଙ୍କାନାଳ ଜିଲା ଭୁବନ ବ୍ଲକ ସଭାଗୃହରେ ରବିବାର ଷ୍ଟେଟ୍‌ ବ୍ୟାଙ୍କ ଅଫ୍‌ ଇଣ୍ଡିଆ (ଏସ୍‌ବିଆଇ) ପକ୍ଷରୁ ସ୍ବୟଂ ସହାୟକ ଗୋଷ୍ଠୀ (ଏସ୍‌ଏଚ୍‌ଜି)କୁ ନେଇ ସମନ୍ବୟ ମେଳା ଅନୁଷ୍ଠିତ ହୋଇଯାଇଛି। ମୁଖ୍ୟଅତିଥି ଭାବେ ବିଡିଓ ରାମଚନ୍ଦ୍ର ସୋରେନ୍‌, ସମ୍ମାନିତ ଅତିଥି ପ୍ରଗତି ସହାୟକ ଲିଆକତ୍‌ ଅଲ୍ଲୀ ଖଁା, ଓଡ଼ିଶା ଜୀବିକା ମିଶନ ବ୍ଲକ ସଂଯୋଜକ ବିଦ୍ୟାଧର ମହାରଣା ଉପସ୍ଥିତ ରହି ବିଭିନ୍ନ ସରକାରୀ ଯୋଜନା, ଋଣ ଉଠାଣ, ପରିଶୋଧ ନିୟମାବଳୀ ସମ୍ପର୍କରେ ପୁଙ୍ଖାନୁପୁଙ୍ଖ ଆଲୋଚନା କରିଥିଲେ।
ଏସ୍‌ବିଆଇ ଶାଖା ପରିଚାଳକ ଦୀପକ କୁମାର ସେନାପତି କାର୍ଯ୍ୟକ୍ରମରେ ଅଧ୍ୟକ୍ଷତା କରି କହିଲେ, ଭୁବନ ବ୍ଲକ ଏବଂ ଏନ୍‌ଏସି ଅଧୀନ ୪୧ ଏସ୍‌ଏଚ୍‌ଜିକୁ ବିନା ସୁଧରେ ୧କୋଟି ଟଙ୍କା ପର୍ଯ୍ୟନ୍ତ ଋଣ ଯୋଗାଇ ଦିଆଯିବ। ପ୍ରତି ଗୋଷ୍ଠୀକୁ ଆବଶ୍ୟକତା ଅନୁଯାୟୀ ୧ ଲକ୍ଷରୁ ଆରମ୍ଭ କରି ୩ ଲକ୍ଷ ଟଙ୍କା ଯାଏ ଆର୍ଥିକ ସହାୟତା ପ୍ରଦାନ କରାଯିବ। ବ୍ୟବସାୟ ଆରମ୍ଭ ପରେ ନିର୍ଦ୍ଧିଷ୍ଟ ସମୟ ସୀମା ମଧ୍ୟରେ କିସ୍ତି ଅନୁଯାୟୀ ଏହାକୁ ସେମାନେ ସୁବିଧାରେ ଫେରସ୍ତ କରିପାରିବେ। ବ୍ୟାଙ୍କ ଋଣ ଟଙ୍କାକୁ ସୁଚିନ୍ତିତ ଭାବେ ବିନିଯୋଗ କରିପାରିଲେ ଗୋଷ୍ଠୀର ଆର୍ଥିକ କ୍ଷମତା ବୃଦ୍ଧି ପାଇବ। ଏହାର ଭରପୂର ଲାଭ ଉଠାଇବାକୁ ସେ ଗୋଷ୍ଠୀ ସଦସ୍ୟଙ୍କୁ ଆହ୍ବାନ ଦେଇଥିଲେ। କ୍ୟାଶ ଅଫିସର ପ୍ରଦୀପ ମୁଣ୍ଡା, ବିପ୍ଳବ ପାଣି, କ୍ଷେତ୍ରାଧିକାରୀ ଉମେଶ ଚନ୍ଦ୍ର ସାହୁ ପ୍ରମୁଖ ଏସ୍‌ଏଚ୍‌ଜିର ଦକ୍ଷତା ବୃଦ୍ଧି ସମ୍ପର୍କିତ ବହୁ ଗୁରୁତ୍ୱପୂର୍ଣ୍ଣ ତଥ୍ୟ ଉପସ୍ଥାପନ କରିଥିଲେ। ଏହି ଅବସରରେ ଋଣ ପାଇଁ ମନୋନୀତ ହୋଇଥିବା ଏସ୍‌ଏଚ୍‌ଜିକୁ ମଞ୍ଜୁରୀ ପତ୍ର ପ୍ରଦାନ କରାଯାଇଛି। ବ୍ୟାଙ୍କରେ କାର୍ଯ୍ୟରତ ସମସ୍ତ କର୍ମଚାରୀ ସହଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମହାଶିବରାତ୍ରୀରେ ଉପାସରେ କପିଳାସ ଠାକୁର, ଧାରଣାରେ ସେବାୟତ

ଢେଙ୍କାନାଳ,୧୫।୨(ରତନ ନାୟାର): ରାଜ୍ୟ ତଥା ଢେଙ୍କାନାଳ ଜିଲାର ପ୍ରସିଦ୍ଧ ଶୈବପୀଠ କପିଳାସର ଠାକୁର ଶ୍ରୀ ଶ୍ରୀ ଚନ୍ଦ୍ରଶେଖର ଜୀଉ ମହାଦେବ ମହାଶିବରାତ୍ରୀ ପାଳନବେଳେ ଉପବାସରେ ରହିଛନ୍ତି l…

ପୂର୍ବ ଶତୃତାରୁ ଛୁରାମାଡ଼, ଯୁବକ ଗୁରୁତର

ଭୁବନ ୧୪।୨( ବିପିନ ବିହାରୀ ସେଠୀ): ଢେଙ୍କାନାଳ ଜିଲା ଭୁବନ ଥାନା ରୋଡଙ୍ଗ ଗ୍ରାମର କୈଳାଶ ମଳିକଙ୍କ ପୁଅ ଚନ୍ଦନ ଭଳି (୧୯)ଙ୍କୁ ଶୁକ୍ରବାର ସନ୍ଧ୍ୟାରେ କେତେଜଣ…

ଜଙ୍ଗଲକୁ କାଠ ସଂଗ୍ରହ ଯାଇଥିବାବେଳେ ଆକ୍ରମଣ କଲା ଦନ୍ତା: ୩ ମୃତ, ୩ ଗୁରୁତର

ଢେଙ୍କାନାଳ,୧୦।୨(ରତନ ନାୟାର): ଢେଙ୍କାନାଳ ସଦର ରେଞ୍ଜ ପାଟପୁରା ଗ୍ରାମ ଜଙ୍ଗଲ ନିକଟରେ ବଡ଼ ଅଘଟଣ ଘଟିଛି । ସଦର ରେଞ୍ଜ ଲୋଚାପଲି ଗ୍ରାମର କିଛି ମହିଳା ଓ…

ଜିଲାସ୍ତରୀୟ ପ୍ରେରଣା ଉତ୍ସବ, ସରାଙ୍ଗ ନବୋଦୟ ବିଦ୍ୟାଳୟ…

ପରଜଙ୍ଗ,୯ା୨(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ ସରାଙ୍ଗ ସ୍ଥିତ ପିଏମଶ୍ରୀ ଜବାହାର ନବୋଦୟ ବିଦ୍ୟାଳୟ ପରିସରରେ ସୋମବାର ଜିଲାସ୍ତରୀୟ ପ୍ରେରଣା ଉତ୍ସବ ପାଳିତ ହୋଇଯାଇଛି ।…

ପୁଅଙ୍କୁ ଛୁରି ଭୁସି ମାରିଦେଲେ ପିଶାଚ ବାପା

କାମାକ୍ଷାନଗର,୮।୨: ଢେଙ୍କାନାଳ ଜିଲା କଙ୍କଡ଼ାହାଡ଼ ଥାନା କମ୍ପୁଲେଇ ପୁରୁଣାସାହି ଗାଁରେ ରବିବାର ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଜଣେ ବାପା ନିଜ ପୁଅଙ୍କୁ ଛୁରି ଭୁସି…

ଶିକ୍ଷକ କର୍ମଶାଳା ପାଲଟିଲା ରଣାଙ୍ଗନ: ପ୍ରଧାନଶିକ୍ଷକଙ୍କ ଉନ୍ମତ୍ତ କାଣ୍ଡ, ଅଶ୍ଳୀଳ ଭାଷା କହି…

ପରଜଙ୍ଗ,୮ା୨(ନିଗମାନନ୍ଦ ଦଳବେହେରା): ବିଦ୍ୟାଳୟରେ ଚାଲିଥିଲା ପାଞ୍ଚଦିନିଆ ଶିକ୍ଷକ କର୍ମଶାଳା। ଭାଗ ନେଇଥିଲେ ୫୦ରୁ ଊର୍ଦ୍ଧ୍ୱ ଶିକ୍ଷକ ଓ ଶିକ୍ଷୟିତ୍ରୀ। କିନ୍ତୁ ହଠାତ୍‌ କର୍ମଶାଳା ପାଲଟିଲା ରଣାଙ୍ଗନ। ନିଶାସକ୍ତ…

ହନୁ ମାଙ୍କଡ଼ ଉପଦ୍ରବରେ ଆତଙ୍କିତ ଅଞ୍ଚଳବାସୀ, କାବୁ କରିବାରେ ବନ କର୍ମଚାରୀ ବିଫଳ

ପରଜଙ୍ଗ,୮।୨(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ ଅନ୍ତର୍ଗତ ପାଟରପଦା ନୂଆସାହି ଏବଂ ଆଖପାଖ ଅଞ୍ଚଳ କଟାବାହାଳ, ମେଣ୍ଢାପଦା, ଖଳିବାହାଳ, ମାଧପୁର ଗ୍ରାମବାସୀ ମାଙ୍କଡ ଆତଙ୍କରେ ଆତଙ୍କିତ…

ଜଙ୍ଗଲ ଜମି ଜବରଦଖଲ ଉଚ୍ଛେଦ: ପ୍ରଭାବଶାଳୀ ଗଳାବାଟ ଖୋଜୁଥିବା ବେଳେ ନିରୀହ ପଡୁଛନ୍ତି ବଳି

ପରଜଙ୍ଗ,୫।୨(ନିଗମାନନ୍ଦ ଦଳବେହେରା):ଢେଙ୍କାନାଳ ଜିଲା ପରଜଙ୍ଗ ତହସିଲ କୁଆଳୋ ରାଜସ୍ବ ନିରୀକ୍ଷକ କାର୍ଯ୍ୟାଳୟ ଅନ୍ତର୍ଗତ କୁଆଳୋ ମୌଜାରେ ଦୁଇ କିସମ ଜଙ୍ଗଲ ଜମି ଜବରଦଖଲ ଉଚ୍ଛେଦ ନେଇ ଜାତୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri