ଏସ୍‌ଭିଏମ୍‌ ସ୍ବୟଂଶାସିତ ମହାବିଦ୍ୟାଳୟରେ ଛାତ୍ର ଆନ୍ଦୋଳନ

ଜଗତ୍‌ସିଂହପୁର ଅଫିସ୍‌, ୨୫।୧
ସ୍ବାମୀ ବିବେକାନନ୍ଦ ସ୍ମାରକୀ (ଏସ୍‌ଭିଏମ୍‌) ସ୍ବୟଂଶାସିତ ମହାବିଦ୍ୟାଳୟର ଯୁକ୍ତ ୩ ପ୍ରଥମ ବର୍ଷ ୨ୟ ସେମିଷ୍ଟର ପରୀକ୍ଷା ଆସନ୍ତା ଏପ୍ରିଲରେ ହେବା କାର୍ଯ୍ୟକ୍ରମ ରହିଛି। ଏହା ପୂର୍ବରୁ ଫର୍ମ ପୂରଣ ପାଇଁ ମହାବିଦ୍ୟାଳୟ ପକ୍ଷରୁ ନୋଟିସ୍‌ ଜାରି କରାଯାଇଛି। କିନ୍ତୁ ବିଗତ ବର୍ଷଗୁଡିକ ଫି’ ତୁଳନାରେ ଚଳିତବର୍ଷ ଅହେତୁକ ବୃଦ୍ଧି କରାଯାଇଥିବା ଅଭିଯୋଗ କରି ଛାତ୍ରୀଛାତ୍ରମାନେ ଶୁକ୍ରବାର ମହାବିଦ୍ୟାଳୟରେ ଆନ୍ଦୋଳନ କରିଥିଲେ। ଅଧ୍ୟକ୍ଷା ନୀତାରାଣୀ କର ଛାତ୍ରୀଛାତ୍ରଙ୍କୁ ବୁଝାଶୁଝା କଲାପରେ ସେମାନେ ଆନ୍ଦୋଳନରୁ ହଟିଥିଲେ। ଅଧ୍ୟକ୍ଷା କର କହିଛନ୍ତି, ୨୦୧୯ ସେପ୍ଟେମ୍ବରରେ ରାଜ୍ୟ ସରକାର ଫି’ ବୃଦ୍ଧି ସଂକ୍ରାନ୍ତ ବିଜ୍ଞପ୍ତି ଜାରି କରିଛନ୍ତି। ଏହି ବିଜ୍ଞପ୍ତି ମୁତାବକ ରାଜ୍ୟର ବିଭିନ୍ନ ସ୍ବୟଂଶାସିତ ମହାବିଦ୍ୟାଳୟ ଫର୍ମ ପୂରଣ ଫି’ ବୃଦ୍ଧି କରିଛନ୍ତି। ଏସ୍‌ଭିଏମ୍‌ ସ୍ବୟଂଶାସିତ ମହାବିଦ୍ୟାଳୟ ପକ୍ଷରୁ ୨ୟ ସେମିଷ୍ଟର ଫର୍ମ ପୂରଣ ଫି’ ୧ମ ସେମିଷ୍ଟର ତୁଳନାରେ ବୃଦ୍ଧି ପାଇଛି। ଛାତ୍ରୀଛାତ୍ରମାନେ ଏହା ଜାଣି ନ ଥିବାରୁ ଆନ୍ଦୋଳନକୁ ଓହ୍ଲାଇଥିଲେ ବୋଲି ଅଧ୍ୟକ୍ଷା କହିଛନ୍ତି।
ସୂଚନାଯୋଗ୍ୟ ଯେ, କଲେଜର ୨ୟ ଓ ୩ୟ ବର୍ଷର ଛାତ୍ରୀଛାତ୍ରମାନେ ୧ମ ଓ ୨ୟ ସେମିଷ୍ଟର ଫି’ ବାବଦରେ ୪୫୦ ଟଙ୍କା ଲେଖାଏଁ ଦେଉଥିଲେ। ଚଳିତବର୍ଷ ଏହି ଫି ୮୦୦ ଟଙ୍କାକୁ ବୃଦ୍ଧି କରାଯାଇଛି। ଏହା ସହିତ ମାସିକ ଟ୍ୟୁଶନ୍‌ ଫି’ ମିଶାଯାଇ ଫର୍ମ ପୂରଣ ପୂର୍ବରୁ ନିଆଯାଉଛି। ତେଣୁ ଛାତ୍ରୀଛାତ୍ରଙ୍କ ମଧ୍ୟରେ ଅସନ୍ତୋଷ ସୃଷ୍ଟି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଗୋଡ଼ ବନ୍ଧା ହୋଇ ଘରେ ପଡୁଛି ପୁଅ, ଅର୍ଥ ଅଭାବରୁ ଚିକିିତ୍ସା ପାଇଁ ମା-ବାପା…

କୁଜଙ୍ଗ,୬ା୫(ମନୋଜ ପ୍ରଧାନ): ଏରସମା ବ୍ଲକ ବାମଦେଇପୁର ପଞ୍ଚାୟତ ବାରାକଣା ଗ୍ରାମର ସୁରେଶ ଚନ୍ଦ୍ର ପାଣି (୪୫) ଜଣେ ଦିନମଜୁରିଆ ଭାବେ କାର୍ଯ୍ୟ କରି ପରିବାର ଚଳାଉଥିଲେ। ପରିବାର…

କୁମ୍ଭୀର ନେଇ ଯାଇଥିବା ଗୁଜବ,ସକାଳୁ ଜଣାପଡ଼ିଲା ଅସଲି ସତ…

ପାରାଦୀପ,୨୬।୪(ଶରତ ରାଉତ): ପାରାଦୀପ ଲକଥାନା ଅନ୍ତର୍ଗତ ଚଉମୁହାଣି ନିକଟ ମହାନଦୀରେ ରବିବାର ଭୋରୁ ଜଣେ ମତ୍ସ୍ୟଜୀବୀଙ୍କ ମୃତଦେହକୁ କୁଜଙ୍ଗ ଅଗ୍ନିଶମ ବିଭାଗ ପକ୍ଷରୁ ଉଦ୍ଧାର କରାଯାଇଛି। ମୃତକ…

ନିର୍ବନ୍ଧର ଗୋଟିଏ ଦିନ ପରେ ନିଖୋଜ ହୋଇଯାଇଥିଲେ ସସ୍ମିତା: ପରେ ଘଟିଲା…

ଜଗତ୍‌ସିଂହପୁର, ୨୨ା୪(ପ୍ରମୋଦ କୁମାର ନାୟକ):ଜଗତ୍‌ସିଂହପୁର ଥାନା ଅନ୍ତର୍ଗତ କାଠିଆପଡ଼ା ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଏହି ଗାଁର ପ୍ରମୋଦ ଦାସ ଓ ଲକ୍ଷ୍ମୀପ୍ରିୟା ଦାସଙ୍କ ଝିଅ…

ପାରାଦୀପ, କପିଳଯୋରରେ ମାଛ ମଡକ:  ପଚାମାଛ ଗନ୍ଧରେ ସହର…

ପାରାଦୀପ ୧୨।୪(ଶରତ ରାଉତ): ବନ୍ଦର ସହର ପାରାଦୀପ ମଧ୍ୟସ୍ଥଳରେ ଥିବା କପିଳଯୋରରେ ରବିବାର ମାଛ ମଡକ ହୋଇଛି। ସହରର ବଡପଡିଆ ପରିବା ମାର୍କେଟଠାରୁ ଜଗନ୍ନାଥ ମନ୍ଦିର ପର୍ଯ୍ୟନ୍ତ…

କଲେଜ ଫେୟାରଓ୍ବେଲ୍‌ରେ ଯୋଗଦେଇଥିଲେ ତୃପ୍ତିମୟୀ, ଘରକୁ ଫେରିବା ସମୟରେ ଘଟିଲା…

ଜଗତ୍‌ସିଂହପୁର,୨୬ା୩ (ପ୍ରମୋଦ କୁମାର ନାୟକ): ମଙ୍ଗଳବାର ପରୀକ୍ଷା ସରିଲା। ବୁଧବାର ଥିଲା ବିଦାୟକାଳୀନ ଉତ୍ସବ (ଫେୟାର୍‌ଓ୍ବେଲ)। ତେଣୁ ମନରେ ଥିଲା ଅଫୁରନ୍ତ ଆନନ୍ଦ। ନୂଆ ଶାଢ଼ି ପିନ୍ଧି…

ପାରାଦୀପରେ ଲାଗିଲା ତୈଳ ଜାହାଜ: ମିଳିଲା ବଡ଼ ଆଶ୍ୱସ୍ତି, ହର୍ମୁଜ ଦେଇ…

ପାରାଦୀପ,୧୯।୩(ଶରତ ରାଉତ):ଯୁଦ୍ଧ ପ୍ରଭାବିତ ଦେଶ ଓମାନ୍‌ରୁ ଏକ ଅଶୋଧିତ ତୈଳ ବୋଝେଇ ଜାହାଜ ମେରାଇନ ଟ୍ୟାଙ୍କର(ଏମ୍‌ଟି)ଫ୍ଲୋରା ପାରାଦୀପ ବନ୍ଦର ସିଙ୍ଗଲ ପଏଣ୍ଟ ମୋରିଂସିଷ୍ଟମ(ଏସ୍‌ପିଏମ୍‌) ୩ରେ ବୁଧବାର ଲାଗିଛି।…

୯ ମଣ୍ଡି ନୋଡାଲ ଅଫିସଙ୍କ ମାର୍ଚ୍ଚ ମାସ ଦରମା ବନ୍ଦ

ଜଗତସିଂହପୁର, ୧୧।୩: ୯ ମଣ୍ଡି ନୋଡାଲ ଅଫିସଙ୍କ ମାର୍ଚ୍ଚ ମାସ ଦରମା ବନ୍ଦ। ମାର୍ଚ୍ଚ ମାସରେ ଦରମା ବନ୍ଦ କଲେ ଜଗତସିଂହପୁର ଜିଲାପାଳ। ନୋଡାଲ ଅଫିସର ଧାନ…

ଆଦାନୀ ହାତକୁ ଯିବ ରାଜ୍ୟର ଏକମାତ୍ର ନୌବାଣିଜ୍ୟ ଶିକ୍ଷାନୁଷ୍ଠାନ

ପାରାଦୀପ,୧୧ା୩(ଶରତ ରାଉତ):ରାଜ୍ୟରେ ଓଡ଼ିଆ ଅସ୍ମିତା ପ୍ରସଙ୍ଗରେ ବ୍ୟାପକ ପ୍ରଚାର ପ୍ରସାର ହେଉଛି। କିନ୍ତୁ ଓଡ଼ିଆଙ୍କ ପ୍ରାଚୀନ ସଂସ୍କୃତି ସହ ଜଡ଼ିତ ରାଜ୍ୟର ଏକମାତ୍ର ନୌବାଣିଜ୍ୟ ଶିକ୍ଷାନୁଷ୍ଠାନ ଏବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri