ଏସ୍‌ସିବିରେ ଜଗା-କାଳିଆ

କଟକ ଅଫିସ,୭।୯: ଏସ୍‌ସିବିରେ କନ୍ଧମାଳର ଯୋଡ଼ାମୁଣ୍ଡ ଶିଶୁ ଜଗା-କାଳିଆ। ଶନିବାର ଅପରାହ୍ନରେ ରାଜଧାନୀ ଏକ୍ସପ୍ରେସ୍‌ ଯୋଗେ କଟକ ଷ୍ଟେଶନରେ ପହଞ୍ଚିବା ପରେ ତାଙ୍କୁ ସ୍ବତନ୍ତ୍ର ଆମ୍ବୁଲାନ୍ସ ଯୋଗେ ଏସ୍‌ସିବିକୁ ନିଆଯାଉଛି। ସେଠାରେ ତାଙ୍କର ଆଗାମୀ ଚିକିତ୍ସା ଚାଲିବ।

ସୂଚନାଯୋଗ୍ୟ, କନ୍ଧମାଳର ଯୋଡ଼ାମୁଣ୍ଡ ଶିଶୁ ଜଗା-କାଳିଆଙ୍କ ଦିଲ୍ଲୀ ଏମ୍‌ସରେ ୨୦୧୭ରେ ସଫଳ ଅସ୍ତ୍ରୋପଚାର କରାଯାଇଥିଲା। ସେତେବେଳର ଏମ୍‌ସ ନ୍ୟୁରୋସର୍ଜରୀ ବିଭାଗର ମୁଖ୍ୟ ଡା. ଅଶୋକ ମହାପାତ୍ରଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଉଭୟଙ୍କୁ ସଫଳତାର ସହ ପୃଥକ କରାଯାଇଥିଲା। ତେବେ ଦିଲ୍ଲୀ ଏମ୍ସରୁ ଆସିବା ପରେ ଉଭୟଙ୍କୁ କଟକ ବଡ଼ ମେଡିକାଲକୁ ଅଣାଯିବ ବୋଲି ସ୍ବାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସ ସୂଚନା ଦେବା ପରେ ଏସ୍‌ସିବିରେ ଏକ ଡାକ୍ତରୀ ଟିମ ଗଠନ କରାଯାଇଥିଲା। ଏସସିବିର ଟ୍ରମା ଆଇସିୟୁ ଓ ସର୍ଜରୀ ବିଭାଗର କ୍ୟାବିନ ନମ୍ବର ୨ରେ ସ୍ବତନ୍ତ୍ର ବ୍ୟବସ୍ଥା କରାଯାଇଛି। ସେମାନଙ୍କ ଚିକିତ୍ସା ପାଇଁ ନ୍ୟୁରୋସର୍ଜରୀ ବିଭାଗୀୟ ମୁଖ୍ୟ ପ୍ରଫେସର ଡା. ସୁଧାଂଶୁ ମିଶ୍ରଙ୍କ ଅଧ୍ୟକ୍ଷତାରେ ଏକ ଡାକ୍ତରୀ ଟିମ ଗଠନ କରାଯାଇଛି। ଏହି ଟିମ୍‌ରେ ନ୍ୟୁରୋସର୍ଜରୀ ପ୍ରଫେସର ଡା. ସଞ୍ଜୀବ ମିଶ୍ର, ଜରୁରିକାଳୀନ ଅଧିକାରୀ ଭୁବନାନନ୍ଦ ମହାରଣା, ସର୍ଦ୍ଦାର ବଲ୍ଲଭ ଭାଇ ପଟେଲ ଶିଶୁରୋଗ ଚିକିତ୍ସା ପ୍ରତିଷ୍ଠାନର ପ୍ରଫେସର ଡା, ସରୋଜ କୁମାର ଶତପଥୀ, ଶିଶୁରୋଗ ସର୍ଜରୀ ବିଭାଗୀୟ ମୁଖ୍ୟ, ଏସସିବି ଶିଶୁରୋଗ ବିଭାଗର ବିଭାଗୀୟ ମୁଖ୍ୟ ପ୍ରଫେସର ଜୟନ୍ତ ବେହେରା, ନ୍ୟୁରୋଲୋଜି ବିଭାଗୀୟ ମୁଖ୍ୟ ପ୍ରଫେସର ଅଶୋକ ମଲ୍ଲିକ, ସର୍ଜରୀ ବିଭାଗୀୟ ମୁଖ୍ୟ ପ୍ରଫେସର କୈଳାଶଚନ୍ଦ୍ର ମହାପାତ୍ର, ସର୍ଜରୀ ଜିଏଲ ବିଭାଗୀୟ ମୁଖ୍ୟ ଡା. ଶରତ ଜୟସିଂହ, ନିଶ୍ଚେତକ ବିଭାଗୀୟ ମୁଖ୍ୟ ପ୍ରଫେସର ଦୈତାରି ରାଉତରାୟ, ଏସ୍‌ସିବି ଷ୍ଟୋର ମେଡିକାଲ ଅଫିସର, ହସ୍ପିଟାଲ ମ୍ୟାନେଜର ବିରଞ୍ଚତ୍ ନାରାୟଣ ସାହୁ, ନ୍ୟୁରୋଲୋଜି ଫିଜିଓଥେରାପିଷ୍ଟ ଅମିତ ନନ୍ଦ, ସୂର୍ଯ୍ୟଭାନୁ ମହାରଥୀ ପ୍ରମୁଖ ରହିଛନ୍ତି। ଏହାସହ ଦିଲ୍ଲୀ ଏମ୍ସରେ ଜଗା-କାଳିଆଙ୍କ ଚିକିତ୍ସା କିପରି କରାଯାଇଥିଲା, ସେ ସମ୍ପର୍କରେ ବିସ୍ତୃତ ଡାକ୍ତରୀ ରିପୋର୍ଟ ପ୍ରଦାନ କରିବା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଏମ୍ସ କର୍ତ୍ତୃପକ୍ଷଙ୍କୁ ଚିଠି ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବନ୍ଦ କୋଠରୀରେ କ’ଣ ଘଟିଥିଲା? ଇସ୍ତଫା ଦେବା ପାଇଁ ହରମନପ୍ରୀତଙ୍କ ଉପରେ BCCI ଚାପ ପକାଇଥିଲା କି? ଜାଣନ୍ତୁ ଅଧିନାୟକ ପଦରୁ ଓହରିବାର…

ନୂଆଦିଲ୍ଲୀ,୬।୧୦: ମାତ୍ର ୨୪ ଘଣ୍ଟା ପୂର୍ବ ପର୍ଯ୍ୟନ୍ତ ହରମନପ୍ରୀତ କୌର ଭାରତୀୟ ମହିଳା କ୍ରିକେଟ ଦଳର ଅଧିନାୟିକା ଥିଲେ; ତେବେ ହଠାତ ସେ କାହିଁକି ନିଜ ପଦରୁ…

ପାକିସ୍ତାନୀ ମୁସଲମାନଙ୍କୁ ନେଇ ମିକା ସିଂଙ୍କ ବଡ଼ ବୟାନ, ଖରାପ ନୁହଁନ୍ତି….

ନୂଆଦିଲ୍ଲୀ,୬।୧୦: ବଲିଉଡ୍‌ର ଲୋକପ୍ରିୟ ସିଙ୍ଗର୍ ମିକା ସିଂ ନିଜର ବେବାକ୍ ଅନ୍ଦାଜ ପାଇଁ ବେଶ୍ ପରିଚିତ। ଭାରତ-ପାକିସ୍ତାନ ସମ୍ପର୍କ ଏବଂ ଦୁଇ ଦେଶର କଳାକାରଙ୍କୁ ନେଇ ମଧ୍ୟ…

ପୂର୍ତ୍ତ ବିଭାଗ EE ଅରବିନ୍ଦ ମହାନ୍ତି ଗିରଫ: ୨ଟି କୋଠା, ୨୩ ପ୍ଲଟ୍‌ ଓ ୫ ଏକରର ଫାର୍ମ ହାଉସ୍‌ ଠାବ

ବାରିପଦା/ବେତନଟୀ, ୬।୧୦(ନୀଳାଦ୍ରି ବିହାରୀ ଦଣ୍ଡପାଟ/ଧରଣୀଧର ମହାନ୍ତି ): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ମୟୂରଭଞ୍ଜ ପୂର୍ତ୍ତ ବିଭାଗର ଏକ୍ସିକ୍ୟୁଟିଭ୍‌ ଇଞ୍ଜିନିୟର (EE) ଅରବିନ୍ଦ ମହାନ୍ତିଙ୍କୁ ଭିଜିଲାନ୍ସ…

ଆଜି ଆର୍ଜେଣ୍ଟିନା ପାଇଁ ମେସିଙ୍କ ଶେଷ ମ୍ୟାଚ୍‌

ବୁଏନସ ଆରିଜ,୬ା୧୦: ଫୁଟବଲ ସୁପରଷ୍ଟାର ଲିଓନେଲ ମେସି ମଙ୍ଗଳବାର ଇଷ୍ଟାଡିଓ ମାନୁମେଣ୍ଟାଲଠାରେ ବେନିନ ବିପକ୍ଷରେ ଆର୍ଜେଣ୍ଟିନା ପାଇଁ ତାଙ୍କର ବିଦାୟୀ ମ୍ୟାଚ୍‌ ଖେଳିବେ। ଡିଏଗୋ ମାରାଡୋନାଙ୍କ ପରେ…

ହରମନପ୍ରୀତ କୌରଙ୍କ ପରେ ଭାରତୀୟ ଦଳର ପରବର୍ତ୍ତୀ ଅଧିନାୟିକା କିଏ? ନାମ ଆସିଲା ସାମ୍ନାକୁ

ନୂଆଦିଲ୍ଲୀ,୬।୧୦: ଗୁଆହାଟୀରେ ଅନୁଷ୍ଠିତ BCCI ସମୀକ୍ଷା ବୈଠକର ମାତ୍ର ଗୋଟିଏ ଦିନ ପରେ, ହରମନପ୍ରୀତ କୌର ସମସ୍ତ ଫର୍ମାଟରୁ ଅଧିନାୟକ ପଦ ଛାଡ଼ିବାକୁ ନିଷ୍ପତ୍ତି ନେଇ ସମସ୍ତଙ୍କୁ…

CECଙ୍କ ବିରୋଧରେ ଅଭିଯାନ ଆରମ୍ଭ କରିଛନ୍ତି ବିରୋଧି; ରାହୁଲ-ପ୍ରିୟଙ୍କା ଅଟକ

ନୂଆଦିଲ୍ଲୀ,୬।୧୦: ଭୋଟର ତାଲିକାରେ କଥିତ ଅନିୟମିତତାକୁ ନେଇ ବିରୋଧୀ ଦଳଗୁଡ଼ିକ ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ବିକ୍ଷୋଭ ପ୍ରଦର୍ଶନ ଆରମ୍ଭ କରିଛନ୍ତି। ତାଙ୍କ ଇସ୍ତଫା…

ସର୍ବପିତୃ ଅମାବାସ୍ୟାରେ ଶୁଭ ସଂଯୋଗ: ୩ ରାଶିର ହେବ ଭାଗ୍ୟୋଦୟ, ଚାକିରିରେ ମିଳିବ ଅପୂର୍ବ ସଫଳତା

ଅକ୍ଟୋବର ୧୦ରେ ପାଳନ ହେବ ସର୍ବପିତୃ ଅମାବାସ୍ୟା। ପିତୃପକ୍ଷର ଏହି ଶେଷ ତିଥିକୁ ଧାର୍ମିକ ଦୃଷ୍ଟିରୁ ବେଶ ଗୁରୁତ୍ୱପୂର୍ଣ୍ଣ ମନେ କରାଯାଏ। ଜ୍ୟୋତିଷ ଶାସ୍ତ୍ର ଦୃଷ୍ଟିରୁ ମଧ୍ୟ…

ଅକ୍ଟୋବରରେ କଲବଲ କରୁଛି ତାତି, ୧୩୦ ବର୍ଷ ଇତିହାସରେ ପୁରୀରେ ଦ୍ୱିତୀୟ ସର୍ବୋଚ୍ଚ ତାପମାତ୍ରା

ଭୁବନେଶ୍ବର,୬।୧୦: ପୁରୀ ସହରରେ ଗତ ସୋମବାର ଦିନ ପ୍ରଚଣ୍ଡ ଖରା ସାଙ୍ଗକୁ ଗୁଳୁଗୁଳି ଅନୁଭୂତ ହୋଇଛି । ଅକ୍ଟୋବର ୫ ତାରିଖରେ ପୁରୀ ସହର ତାପମାତ୍ରା ୩୬.୬°C…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?