ଏସ୍‌ସିବିରେ ଲିଭର ଟ୍ରାନ୍ସପ୍ଲାଣ୍ଟ୍‌ ୟୁନିଟ୍‌ ସ୍ଥାପନ ପ୍ରସଙ୍ଗ: ଡିସେମ୍ବର ପ୍ରଥମ ସପ୍ତାହ ସୁଦ୍ଧା ପ୍ରସ୍ତୁତି ସାରିବାକୁ ନିର୍ଦ୍ଦେଶ

ଭୁବନେଶ୍ୱର/କଟକ ଅଫିସ, ୨୦ା୭(ବ୍ୟୁରୋ): ଆସନ୍ତା ଡିସେମ୍ବର ପ୍ରଥମ ସପ୍ତାହ ସୁଦ୍ଧା କଟକ ଏସ୍‌ସିବି ମେଡିକାଲ କଲେଜ ଓ ହସ୍ପିଟାଲରେ ଯକୃତ ପ୍ରତିରୋପଣ (ଲିଭର ଟ୍ରାନ୍ସପ୍ଲାଣ୍ଟ୍‌) ୟୁନିଟ୍‌ ସ୍ଥାପନ ପାଇଁ ସମସ୍ତ ପ୍ରସ୍ତୁତି ସାରିବାକୁ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ନବ କିଶୋର ଦାସ ନିର୍ଦ୍ଦେଶ ଦେଇଛନ୍ତି। ଶୁକ୍ରବାର ରାଜ୍ୟ ଔଷଧ ନିଗମ ସମ୍ମିଳନୀ କକ୍ଷରେ ଏ ସଂକ୍ରାନ୍ତରେ ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଥିଲା। ଆସନ୍ତା ଏକମାସ ମଧ୍ୟରେ ଯକୃତ ପ୍ରତିରୋପଣ ନିମନ୍ତେ ଆବଶ୍ୟକ ତାଲିମପ୍ରାପ୍ତ ମାନବସମ୍ବଳ ବ୍ୟବସ୍ଥା ପାଇଁ କୁହାଯାଇଛି। ଏଥିସହିତ ଆବଶ୍ୟକ ପଡୁଥିବା ମଡ୍ୟୁଲାର ଓଟି ଓ ଉପକରଣ ଆଦି ପ୍ରସ୍ତୁତ କରିବା ଲାଗି ଦୁଇମାସ ସମୟ ଦିଆଯାଇଛି। ସମୀକ୍ଷା ଅବସରରେ ମନ୍ତ୍ରୀ କହିଛନ୍ତି ଯେ, ଯକୃତ ପ୍ରତିରୋପଣ ପାଇଁ ଓଡ଼ିଶାର ରୋଗୀମାନେ ରାଜ୍ୟ ବାହାରକୁ ଯାଇ ବହୁ ଖର୍ଚ୍ଚାନ୍ତ ହେଉଛନ୍ତି। ଶୀଘ୍ର ସେମାନଙ୍କୁ ରାଜ୍ୟ ଭିତରେ ଏହି ଚିକିତ୍ସା ସୁବିଧା ଅତି କମ୍‌ ଖର୍ଚ୍ଚରେ ଯୋଗାଇ ଦିଆଯିବ। ସେଥିପାଇଁ ଏସ୍‌ସିବି ମେଡିକାଲରେ ଶୀଘ୍ର ଯକୃତ ପ୍ରତିରୋପଣ ୟୁନିଟ୍‌ କାର୍ଯ୍ୟକାରୀ କରାଯିବ ବୋଲି ସେ କହିଛନ୍ତି।
ସୂଚନାଯୋଗ୍ୟ, ୨୦୧୨ରୁ ଏସ୍‌ସିବିରେ ଯକୃତ ପ୍ରତିରୋପଣ ୟୁନିଟ୍‌ ଖୋଲିବା ପାଇଁ ଉଦ୍ୟମ ଆରମ୍ଭ ହୋଇଥିଲେ ମଧ୍ୟ ଏପର୍ଯ୍ୟନ୍ତ ତାହା ପୂର୍ଣ୍ଣାଙ୍ଗ ହୋଇପାରିନାହିଁ। ସେ ସମ୍ପର୍କରେ ବିଶଦ ଆଲୋଚନା କରାଯାଇ ଦେଖାଦେଇଥିବା ସମସ୍ୟାକୁ ଦୂର କରାଯାଇ ତୁରନ୍ତ ସମସ୍ତ ପ୍ରସ୍ତୁତି କାର୍ଯ୍ୟ ସାରିବା ଉପରେ ମନ୍ତ୍ରୀ ଗୁରୁତ୍ୱ ଦେଇଛନ୍ତି। ସେହିଭଳି ବୈଠକରେ କେନ୍ଦୁଝର, ଝାରସୁଗୁଡ଼ା, ସମ୍ବଲପୁର ଜିଲାରେ ସ୍ବାସ୍ଥ୍ୟ ଭିତ୍ତିଭୂମିର ବିକାଶ କ୍ଷେତ୍ରରେ ଜମି ସମସ୍ୟା ନେଇ ଆଲୋଚନା ହୋଇଥିଲା। ଏହିସବୁ ଜିଲାରେ ସ୍ବାସ୍ଥ୍ୟ ଭିତ୍ତିଭୂମିର ବିକାଶ ବା ସମ୍ପ୍ରସାରଣ ସହିତ ନୂତନ ସ୍ବାସ୍ଥ୍ୟ ଅନୁଷ୍ଠାନ ଖୋଲିବା ପାଇଁ ଜମିର ଯାହା ଆବଶ୍ୟକତା ରହିଛି ଓ ଯେଉଁ ଜମି ମିଳିଛି ତାହାକୁ ତୁରନ୍ତ ଦଖଲକୁ ନେଇ କାର୍ଯ୍ୟ ଆରମ୍ଭ କରିବାକୁ ମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ବିଭାଗୀୟ କମିଶନର ତଥା ଶାସନ ସଚିବ ଡା. ପ୍ରମୋଦ କୁମାର ମେହେର୍ଦ୍ଦା, ନିଗମର ପରିଚାଳନା ନିର୍ଦ୍ଦେଶିକା ୟାମିନୀ ଷଡ଼ଙ୍ଗୀ, ବିଭାଗର ଯୁଗ୍ମ ସଚିବ ଗୁହା ପୁନମ ତାପସ କୁମାର, ସ୍ବତନ୍ତ୍ର ସଚିବ ଶରତ ଚନ୍ଦ୍ର ମିଶ୍ର, ଏସ୍‌ସିବି ଅଧ୍ୟକ୍ଷା ପ୍ରଫେସର ଜୟଶ୍ରୀ ମହାନ୍ତି, ଅଧ୍ୟକ୍ଷ ପ୍ରଫେସର ସି.ବି.କେ. ମହାନ୍ତି, ବିଭାଗୀୟ ମୁଖ୍ୟ ପ୍ରଫେସର ଶରତ ଚନ୍ଦ୍ର ଜୟସିଂହଙ୍କ ସମେତ ସମ୍ପୃକ୍ତ ଜିଲାର ଜିଲାପାଳ ଓ ଅନ୍ୟ ବିଭାଗୀୟ ପଦାଧିକାରୀ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନୂଆବର୍ଷରେ ସ୍ତ୍ରୀଙ୍କୁ ହତ୍ୟା କଲା ସ୍ୱାମୀ

ସୁନ୍ଦରଗଡ଼,୧।୧(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ହେମଗିର ଥାନା ଅଧୀନ ଖୁଟିପାନି ଗ୍ରାମରେ ଗୁରୁବାର ନୁଆବର୍ଷ ଅବସରରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସ୍ୱାମୀଙ୍କ...

ହୋଇପାରେ ସାମୀଙ୍କ ପ୍ରତ୍ୟାବର୍ତ୍ତନ, ସଙ୍କଟରେ ଏହି ଖେଳାଳିଙ୍କ ସ୍ଥାନ

ନୂଆଦିଲ୍ଲୀ,୧।୧: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଆସନ୍ତା ଜାନୁଆରୀ ୧୧ ତାରିଖରୁ ଆରମ୍ଭ ହେବ। ଏହି ତିନି ମ୍ୟାଚ୍‌ ବିଶିଷ୍ଟ ଦିନିକିଆ ସିରିଜ୍ ପାଇଁ ଭାରତୀୟ...

ଜାନୁଆରୀ ୨୦୨୬ରେ କ’ଣ କରିବେ ଏବଂ କ’ଣ ନ କରିବେ; ରାଶି ଅନୁସାରେ ଜାଣନ୍ତୁ…

ନୂଆବର୍ଷ ୨୦୨୬ ଆରମ୍ଭ ହୋଇସାରିଛି ଏବଂ ଜାନୁଆରି ମାସ ସବୁ ରାଶି ପାଇଁ ଗୁରୁତ୍ୱପୂର୍ଣ୍ଣ ସନ୍ଦେଶ ଆଣିଛି। ଜ୍ୟୋତିଷ ଶାସ୍ତ୍ର ଅନୁଯାୟୀ, ଏହି ମାସରେ ଗ୍ରହମାନଙ୍କ...

ନାତୁଣୀଙ୍କୁ ଦୁର୍ବ୍ୟବହାର, ପ୍ରତିବାଦ କରିବାରୁ ଗାଁ ଦାଣ୍ଡରେ ବୃଦ୍ଧଙ୍କୁ ପିଟି ପିଟି ହତ୍ୟା; ମୃତଦେହ…

ଦିଗପହଣ୍ଡି,୧।୧(ଅଶେଷ ନାଥ ମିଶ୍ର): ନୂଆବର୍ଷରେ ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷା ନିମଖଣ୍ଡି ପଞ୍ଚାୟତ ସିନ୍ଧବା ଗ୍ରାମରେ ଜଣେ ବୃଦ୍ଧ ସନିଆ ଗୌଡ଼(୮୫)ଙ୍କୁ ଗୁରୁବାର ସକାଳ...

ଫେବୃଆରୀ ୧ରୁ FASTag ନିୟମରେ ହେବ ବଡ଼ ପରିବର୍ତ୍ତନ

ନୂଆଦିଲ୍ଲୀ,୧।୧: କେନ୍ଦ୍ର ସରକାର FASTag ନିୟମରେ ବଡ଼ ପରିବର୍ତ୍ତନ କରିବାକୁ ଯାଉଛନ୍ତି। ଏହା ଅଧୀନରେ, ଗାଡ଼ି ମାଲିକଙ୍କୁ FASTag ପାଇବା ପାଇଁ ଆଉ KYC ପୂରଣ...

ସାବରିମାଲା ଦୁର୍ନୀତିର ବଡ଼ ପର୍ଦ୍ଦାଫାଶ

କୋଚି,୧ା୧: କେରଳ ହାଇକୋର୍ଟଙ୍କ ତରଫରୁ ସାବରିମାଲା ମନ୍ଦିରର ସୁନା ଚୋରି ଘଟଣାର ତଦନ୍ତ ଆରମ୍ଭ କରିଥିବା ସ୍ୱତନ୍ତ୍ର ତଦନ୍ତକାରୀ ଟିମ୍‌ (ଏସ୍‌ଆଇଟି) ମନ୍ଦିର ଗର୍ଭଗୃହର ଦ୍ୱରାପାଳକ...

ଟି୨୦ ବିଶ୍ୱକପ୍‌: ଅଷ୍ଟ୍ରେଲିଆ ଦଳରେ ସ୍ପିନରଙ୍କୁ ପ୍ରାଧାନ୍ୟ

ମେଲବୋର୍ନ,୧ା୧: ଶ୍ରୀଲଙ୍କା ଏବଂ ଭାରତରେ ହେବାକୁଥିବା ଟି୨୦ କ୍ରିକେଟ ବିଶ୍ୱକପ୍‌ ପାଇଁ ଅଷ୍ଟ୍ରେଲିଆ ଚୟନକର୍ତ୍ତା ଏକ ୧୫ଜଣିଆ ଦଳ ଘୋଷଣା କରିଛନ୍ତି। ଦଳରେ ସ୍ପିନରଙ୍କୁ ପ୍ରାଧାନ୍ୟ...

ନୂଆବର୍ଷରେ କର୍ମୀଙ୍କ ବ୍ୟାନର ଓ୍ବାର, ନୂଆନୂଆ ଚେହେରା ଦେଖି…

ଧର୍ମଶାଳା,୧ା୧(ଶିବପ୍ରସାଦ ମହାନ୍ତି): ବିଦାୟ ନେଇଛି ବର୍ଷ ୨୦୨୫, ଆରମ୍ଭ ହୋଇଛି ନବବର୍ଷ ୨୦୨୬। ଏଥିପାଇଁ ଅନେକ ପ୍ରସ୍ତୁତି ମଧ୍ୟ ହୋଇଛି। ସବୁଠି ରଙ୍ଗାରଙ୍ଗ କାର୍ଯ୍ୟକ୍ରମ ସହ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri