ଏସ୍‌ସିବିରେ ଲିଭର ଟ୍ରାନ୍ସପ୍ଲାଣ୍ଟ୍‌ ୟୁନିଟ୍‌ ସ୍ଥାପନ ପ୍ରସଙ୍ଗ: ଡିସେମ୍ବର ପ୍ରଥମ ସପ୍ତାହ ସୁଦ୍ଧା ପ୍ରସ୍ତୁତି ସାରିବାକୁ ନିର୍ଦ୍ଦେଶ

ଭୁବନେଶ୍ୱର/କଟକ ଅଫିସ, ୨୦ା୭(ବ୍ୟୁରୋ): ଆସନ୍ତା ଡିସେମ୍ବର ପ୍ରଥମ ସପ୍ତାହ ସୁଦ୍ଧା କଟକ ଏସ୍‌ସିବି ମେଡିକାଲ କଲେଜ ଓ ହସ୍ପିଟାଲରେ ଯକୃତ ପ୍ରତିରୋପଣ (ଲିଭର ଟ୍ରାନ୍ସପ୍ଲାଣ୍ଟ୍‌) ୟୁନିଟ୍‌ ସ୍ଥାପନ ପାଇଁ ସମସ୍ତ ପ୍ରସ୍ତୁତି ସାରିବାକୁ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ନବ କିଶୋର ଦାସ ନିର୍ଦ୍ଦେଶ ଦେଇଛନ୍ତି। ଶୁକ୍ରବାର ରାଜ୍ୟ ଔଷଧ ନିଗମ ସମ୍ମିଳନୀ କକ୍ଷରେ ଏ ସଂକ୍ରାନ୍ତରେ ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଥିଲା। ଆସନ୍ତା ଏକମାସ ମଧ୍ୟରେ ଯକୃତ ପ୍ରତିରୋପଣ ନିମନ୍ତେ ଆବଶ୍ୟକ ତାଲିମପ୍ରାପ୍ତ ମାନବସମ୍ବଳ ବ୍ୟବସ୍ଥା ପାଇଁ କୁହାଯାଇଛି। ଏଥିସହିତ ଆବଶ୍ୟକ ପଡୁଥିବା ମଡ୍ୟୁଲାର ଓଟି ଓ ଉପକରଣ ଆଦି ପ୍ରସ୍ତୁତ କରିବା ଲାଗି ଦୁଇମାସ ସମୟ ଦିଆଯାଇଛି। ସମୀକ୍ଷା ଅବସରରେ ମନ୍ତ୍ରୀ କହିଛନ୍ତି ଯେ, ଯକୃତ ପ୍ରତିରୋପଣ ପାଇଁ ଓଡ଼ିଶାର ରୋଗୀମାନେ ରାଜ୍ୟ ବାହାରକୁ ଯାଇ ବହୁ ଖର୍ଚ୍ଚାନ୍ତ ହେଉଛନ୍ତି। ଶୀଘ୍ର ସେମାନଙ୍କୁ ରାଜ୍ୟ ଭିତରେ ଏହି ଚିକିତ୍ସା ସୁବିଧା ଅତି କମ୍‌ ଖର୍ଚ୍ଚରେ ଯୋଗାଇ ଦିଆଯିବ। ସେଥିପାଇଁ ଏସ୍‌ସିବି ମେଡିକାଲରେ ଶୀଘ୍ର ଯକୃତ ପ୍ରତିରୋପଣ ୟୁନିଟ୍‌ କାର୍ଯ୍ୟକାରୀ କରାଯିବ ବୋଲି ସେ କହିଛନ୍ତି।
ସୂଚନାଯୋଗ୍ୟ, ୨୦୧୨ରୁ ଏସ୍‌ସିବିରେ ଯକୃତ ପ୍ରତିରୋପଣ ୟୁନିଟ୍‌ ଖୋଲିବା ପାଇଁ ଉଦ୍ୟମ ଆରମ୍ଭ ହୋଇଥିଲେ ମଧ୍ୟ ଏପର୍ଯ୍ୟନ୍ତ ତାହା ପୂର୍ଣ୍ଣାଙ୍ଗ ହୋଇପାରିନାହିଁ। ସେ ସମ୍ପର୍କରେ ବିଶଦ ଆଲୋଚନା କରାଯାଇ ଦେଖାଦେଇଥିବା ସମସ୍ୟାକୁ ଦୂର କରାଯାଇ ତୁରନ୍ତ ସମସ୍ତ ପ୍ରସ୍ତୁତି କାର୍ଯ୍ୟ ସାରିବା ଉପରେ ମନ୍ତ୍ରୀ ଗୁରୁତ୍ୱ ଦେଇଛନ୍ତି। ସେହିଭଳି ବୈଠକରେ କେନ୍ଦୁଝର, ଝାରସୁଗୁଡ଼ା, ସମ୍ବଲପୁର ଜିଲାରେ ସ୍ବାସ୍ଥ୍ୟ ଭିତ୍ତିଭୂମିର ବିକାଶ କ୍ଷେତ୍ରରେ ଜମି ସମସ୍ୟା ନେଇ ଆଲୋଚନା ହୋଇଥିଲା। ଏହିସବୁ ଜିଲାରେ ସ୍ବାସ୍ଥ୍ୟ ଭିତ୍ତିଭୂମିର ବିକାଶ ବା ସମ୍ପ୍ରସାରଣ ସହିତ ନୂତନ ସ୍ବାସ୍ଥ୍ୟ ଅନୁଷ୍ଠାନ ଖୋଲିବା ପାଇଁ ଜମିର ଯାହା ଆବଶ୍ୟକତା ରହିଛି ଓ ଯେଉଁ ଜମି ମିଳିଛି ତାହାକୁ ତୁରନ୍ତ ଦଖଲକୁ ନେଇ କାର୍ଯ୍ୟ ଆରମ୍ଭ କରିବାକୁ ମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ବିଭାଗୀୟ କମିଶନର ତଥା ଶାସନ ସଚିବ ଡା. ପ୍ରମୋଦ କୁମାର ମେହେର୍ଦ୍ଦା, ନିଗମର ପରିଚାଳନା ନିର୍ଦ୍ଦେଶିକା ୟାମିନୀ ଷଡ଼ଙ୍ଗୀ, ବିଭାଗର ଯୁଗ୍ମ ସଚିବ ଗୁହା ପୁନମ ତାପସ କୁମାର, ସ୍ବତନ୍ତ୍ର ସଚିବ ଶରତ ଚନ୍ଦ୍ର ମିଶ୍ର, ଏସ୍‌ସିବି ଅଧ୍ୟକ୍ଷା ପ୍ରଫେସର ଜୟଶ୍ରୀ ମହାନ୍ତି, ଅଧ୍ୟକ୍ଷ ପ୍ରଫେସର ସି.ବି.କେ. ମହାନ୍ତି, ବିଭାଗୀୟ ମୁଖ୍ୟ ପ୍ରଫେସର ଶରତ ଚନ୍ଦ୍ର ଜୟସିଂହଙ୍କ ସମେତ ସମ୍ପୃକ୍ତ ଜିଲାର ଜିଲାପାଳ ଓ ଅନ୍ୟ ବିଭାଗୀୟ ପଦାଧିକାରୀ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମୋଦିଙ୍କ ଭିଡିଓ ହଟାଇବା ପ୍ରସଙ୍ଗ; ସରକାରଙ୍କ ସହ ୪୫ ମିନିଟ୍ ଧରି ବୈଠକ କଲା ମେଟା, କହିଲା…

ନୂଆଦିଲ୍ଲୀ,୫।୮: ଜନ୍ତର-ମନ୍ତରରେ ହୋଇଥିବା ଆନ୍ଦୋଳନ ସମୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଏକ ଭିଡିଓକୁ ଫେସବୁକରେ ଅସ୍ଥାୟୀ ଭାବେ ରିଷ୍ଟ୍ରିକ୍ଟ କରିଦେଇଥିଲା । ଏହି ଘଟଣାକୁ ନେଇ ଦିନକୁ…

ପଟ୍ଟନାୟକ ବନ୍ଧ ଦୁର୍ନୀତି ଅଭିଯୋଗ: ଦୁଇ ଯନ୍ତ୍ରୀ-ଠିକାଦାରଙ୍କୁ ପଚରାଉଚରା ପାଇଁ ନେଲା ଭିଜିଲାନ୍ସ

ଗଜପତି,୫ା୮(ଗିରିଧାରୀ ପରିଚ୍ଛା): ପାରଳାଖେମୁଣ୍ଡି ସହରର ବହୁଚର୍ଚ୍ଚିତ ପଟ୍ଟନାୟକ ବନ୍ଧର ପୁନରୁଦ୍ଧାର କାର୍ଯ୍ୟରେ ଅନିୟମିତତା ଓ ଦୁର୍ନୀତି ଅଭିଯୋଗକୁ ନେଇ ଭିଜିଲାନ୍ସ ତଦନ୍ତ ଜୋରଦାର ହୋଇଛି। ଏହି କ୍ରମରେ…

ବାଲିଅନ୍ତା ସୌମ୍ୟରଞ୍ଜନ ମର୍ଡର କେସ୍‌: ଚାର୍ଜଶିଟ୍‌ ଦାଖଲ କଲା କ୍ରାଇମ୍‌ବ୍ରାଞ୍ଚ

କଟକ,୫ା୮(ପ୍ରଭୁକଲ୍ୟାଣ ପାଲ୍‌): ବାଲିଅନ୍ତା କନଷ୍ଟେବଳ ସୌମ୍ୟରଞ୍ଜନ ସ୍ବାଇଁ ହତ୍ୟାକାଣ୍ଡ ଘଟଣାରେ କୋର୍ଟରେ ଚାର୍ଜଶିଟ୍‌ ଦାଖଲ କରିଛି କ୍ରାଇମବ୍ରାଞ୍ଚ। ୭୬୭ ପୃଷ୍ଠାର ଚାର୍ଜଶିଟ୍‌ ଦାଖଲ କରିଥିବାବେଳେ ୧୧ ଅଭିଯୁକ୍ତଙ୍କ…

ରାଜ୍ୟ ସରକାରଙ୍କ ଅନୁଦାନପ୍ରାପ୍ତ ଶିକ୍ଷକଙ୍କ ଦାବି ପୂରଣରେ ଟାଳଟୁଳ ନୀତି: ତେଜିଲା ଆନ୍ଦୋଳନ

ଗୁଣପୁର,୫ା୮(ସୁଜାତା ପାଢ଼ୀ): ରାଜ୍ୟ ସରକାର ଅନୁଦାନପ୍ରାପ୍ତ ଶିକ୍ଷକମାନଙ୍କ ମୌଳିକ ଦାବି ଯଥା ଚାକିରି ସର୍ତ୍ତାବଳୀ ଲାଗୁ, ପୁରୁଣା ପେନ୍‌ସନ୍‌ ପ୍ରଦାନ, ଅବସର ସୀମା ୬୨କୁ ବୃଦ୍ଧି, ଅନୁଦାନପ୍ରାପ୍ତ…

ବିଧାନସଭାରେ ଭାବପ୍ରବଣ ହୋଇଗଲେ ବାଚସ୍ପତି: କହିଲେ, ମୁଁ ଏହି ପଦବୀ ପାଇଁ ଯୋଗ୍ୟ କି ନୁହେଁ…

ଲକ୍ଷ୍ନୌ,୫।୮: ଉତ୍ତରପ୍ରଦେଶ ବିଧାନସଭାର ମୌସୁମୀ ଅଧିବେଶନ ସମୟରେ ବାଚସ୍ପତି ସତୀଶ ମହାନା ବିଧାୟକମାନଙ୍କୁ ସମ୍ବୋଧିତ କରିବା ସମୟରେ ଭାବପ୍ରବଣ ହୋଇ ପଡ଼ିଥିଲେ। ଅଧିବେଶନର ଦ୍ୱିତୀୟ ଦିନ ଅଗଷ୍ଟ…

ବିରାଟ କୋହଲି ପ୍ରେମାନନ୍ଦ ମହାରାଜଙ୍କୁ ଭେଟିବା ପରେ ପ୍ରତିକ୍ରିୟା ରଖିଲେ ମହମ୍ମଦ ଶାମି,ଜାଣନ୍ତୁ କ’ଣ କହିଲେ

ନୂଆଦିଲ୍ଲୀ,୫।୮: ସାମ୍ପ୍ରତିକ ବର୍ଷଗୁଡ଼ିକରେ, ବିରାଟ କୋହଲି ଆଧ୍ୟାତ୍ମିକତା ପ୍ରତି ଆଗ୍ରହ ଦେଖାଇଛନ୍ତି। ତାଙ୍କୁ ତାଙ୍କ ଆଙ୍ଗୁଠିରେ ପ୍ରାର୍ଥନା ମାଳି ଏବଂ ଏକ ଟାଲି କାଉଣ୍ଟର ସହିତ ଦେଖାଯାଇଛି,…

ବନ୍ୟାଞ୍ଚଳରେ ଉପମୁଖ୍ୟମନ୍ତ୍ରୀ: କୃଷି ଋଣ ଛାଡ଼ ସହ କ୍ଷତିପୂରଣ ପାଇ ଦାବି କଲେ ବିପନ୍ନ

ତିହିଡି଼, ୫।୮(ସଞ୍ଜିତ ବଳ): ତିହିଡି଼ ବ୍ଲକର ବନ୍ୟାଞ୍ଚଳକୁ ବୁଧବାର ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଗସ୍ତ କରିଛନ୍ତି । ବାରସର ପଞ୍ଚାୟତର ତିଆଡ଼ିସାହି ଓ ଗୋବିନ୍ଦପୁର ପଞ୍ଚାୟତର ତଳହଂସପାଟ…

ରାସ୍ତାକଡ଼ରେ ବିତୁଛି ନୀଳାଚଳଙ୍କ ଜୀବନ, ଘର ଖଣ୍ଡିଏ ପାଇଁ ସରକାରଙ୍କୁ କଲେ ନିବେଦନ

ଗଞ୍ଜାମ,୫।୮ (ବିଦ୍ୟାଧର ସାହୁ ): ଗରିବ ଜନ ସାଧାରଣଙ୍କ ପାଇଁ ସରକାର କେତେ କଣ ଯୋଜନା କରିଛନ୍ତି । କିନ୍ତୁ କିଛି ଯୋଜନା ଲୋକଙ୍କ ପାଖରେ ପହଞ୍ଚି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri