ଏସ୍‌ସିବିରେ ସଫଳ ଅସ୍ତ୍ରୋପଚାର: ମହିଳାଙ୍କ ମଳଦ୍ୱାରରୁ ବାହାରିଲା ବୋତଲ ମୁହଁ

କଟକ ଅଫିସ, ୫।୬:ଚୁଲିରେ ରୋଷେଇ କରୁଥିବା ବେଳେ ଚୁଲି ଭିତରେ ହଠାତ୍‌ ବିସ୍ଫୋରଣ ହୋଇଥିଲା। କୌଣସି ପ୍ରକାରେ ଚୁଲି ଭିତରେ ଏକ କାଚ ବୋତଲ ରହି ଯାଇଥିଲା। ଚୁଲିରେ ଜାଳ ସଂଯୋଗ ପରେ ବୋତଲଟି ଫାଟିଥିଲାା ବୋତଲର ଅଗ୍ରଭାଗ ରୋଷେଇ କରୁଥିବା ମହିଳାଙ୍କ ମଳଦ୍ୱାର ଭିତରେ ପଶି ଯାଇଥିଲା। ମହିଳା ଜଣକ ରକ୍ତାକ୍ତ ହୋଇ ଯନ୍ତ୍ରଣାରେ ଛଟପଟ ହେଉଥିଲେ। ପରିବାର ଲୋକେ ଚିକିତ୍ସା ନିମନ୍ତେ ତାଙ୍କୁ ସ୍ଥାନୀୟ ଡାକ୍ତରଖାନାରେ ଭର୍ତ୍ତି କରିଥିଲେ। ଡାକ୍ତର ବୋତଲ ପଶିଥିବା ଜାଗାକୁ ସିଲେଇ କରିବା ସହିତ ଡ୍ରେସିଂ କରି ଛାଡ଼ି ଦେଇଥିଲେ। ଘା ସୁଖି ଯାଇଥିଲା। ମାତ୍ର କିଛିଦିନ ପରେ ପୁନର୍ବାର ବୋତଲ ମୁହଁ ପଶିଥିବା ଜାଗାଟି ଯନ୍ତ୍ରଣା ଦେବା ସହିତ ସେଠାରୁ ପୁଜରକ୍ତ ବାହାରିଥିଲା। ପରିବାର ଲୋକେ ସମ୍ପୃକ୍ତ ମହିଳାଙ୍କୁ ୩ ଦିନ ତଳେ ଏସ୍‌ସିବି ମେଡିକାଲକୁ ଆଣିଥିଲେ। ମେଡିକାଲର ସର୍ଜରୀ ବିଭାଗରେ ସମ୍ପୃକ୍ତ ମହିଳାଙ୍କୁ ଭର୍ତ୍ତି କରାଯାଇଥିଲା। ବିଭାଗୀୟ ସହଯୋଗୀ ପ୍ରଫେସର ଡାକ୍ତର ଶ୍ରୀକାନ୍ତ ପଣ୍ଡା ବିଭିନ୍ନ ପରୀକ୍ଷା ନିରୀକ୍ଷା କରିବା ପରେ ମହିଳାଙ୍କ ମଳଦ୍ୱାର ଭିତରେ ଏକ କାଚବୋତଲ ମୁହଁ ଥିବା ଜାଣିବାକୁ ପାଇଥିଲେ। ଏହା ପରେ ଅପରେଶନ ପାଇଁ ଡାକ୍ତର ପଣ୍ଡା ପ୍ରସ୍ତୁତି ଆରମ୍ଭ କରିଥିଲେ। ଡାକ୍ତର ପଣ୍ଡାଙ୍କ ସହିତ ଡାକ୍ତର ରାଜେଶ ଦୋରା ଓ ଡାକ୍ତର ଚିତ୍ତ ପାଣିଗ୍ରାହୀଙ୍କୁ ନେଇ ଏକ ୮ ଜଣିଆ ଡାକ୍ତରୀ ଟିମ୍‌ ଗଠିତ ହୋଇଥିଲା। ମଙ୍ଗଳବାର ସମ୍ପୃକ୍ତ ମହିଳାଙ୍କ ଅପରେଶନ କରାଯାଇଥିଲା। ୨ ଘଣ୍ଟାର ଅପରେଶନ ପରେ ମହିଳାଙ୍କ ମଳଦ୍ୱାରରେ ଅଢେଇ ଇଞ୍ଚ ଗୋଲେଇର କାଚବୋତଲ ମୁହଁଟି ବାହାର କରାଯାଇଥିଲା। ମହିଳା ଜଣକ ସମ୍ପୂର୍ଣ୍ଣ ସୁସ୍ଥ ଥିବା ଡାକ୍ତର ପଣ୍ଡା ସୂଚନା ଦେଇଛନ୍ତି। ସମ୍ପୃକ୍ତ ମହିଳାଙ୍କ ଘର ବାଲେଶ୍ୱର ଜିଲା ଔପଦା ଅଞ୍ଚଳରେ। ଗତ ନଭେମ୍ବର ମାସରେ ସେ ରୋଷେଇ କରୁଥିବା ବେଳେ ଏହି ଅଘଟଣଟି ଘଟିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଅବ୍ୟବସ୍ଥା ମଧ୍ୟରେ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ: ମିଳୁନି ପାନୀୟଜଳ, ସଫା ହେଉନି ଶୌଚାଳୟ

ଝାରସୁଗୁଡ଼ା, ୭ା୧୦(ଆଶିଷ ରଞ୍ଜନ ଦାଶ):ଶିକ୍ଷାର ମାନବୃଦ୍ଧି ସହ ଭିତ୍ତିଭୂମି ସୁଦୃଢ ପାଇଁ ସରକାର ବହୁ କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି। ତେବେ ପ୍ରଶାସନିକ ଅବହେଳା ଯୋଗୁ ଝାରସୁଗୁଡ଼ା…

ଆସନ୍ତା ୮ରେ ଓଡ଼ିଶା ବନ୍ଦ ଡାକରା: ଡିଇଏଲ୍‌ଇଡି ପରୀକ୍ଷାକୁ ନେଇ ଆସିଲା ବଡ଼ ଅପ୍‌ଡେଟ୍‌

କଟକ,୭।୧୦(କାର୍ତ୍ତିକ ସାହୁ):ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ଡିପ୍ଲୋମା ଇନ୍‌ ଏଲିମେଣ୍ଟାରି ଏଜୁକେଶନ (ଡିଇଏଲ୍‌ଇଡି) ପରୀକ୍ଷା ଗତ ୩ ତାରିଖରୁ ଆରମ୍ଭ ହୋଇଛି। ଅଦ୍ୟାବଧି ଏହି…

ଝଡବର୍ଷା ସମ୍ଭାବନା: ୯ ଜିଲାକୁ ଆଲର୍ଟ ଜାରି

ଭୁବନେଶ୍ୱର, ୭ା୧୦ (ବନ୍ଦନା ସେଠୀ):ଆଶ୍ବିନରେ ଅନୁଭୂତ ହେଉଛି ବୈଶାଖ ତାତି। ବର୍ଷା ଛାଡ଼ୁ ଛାଡ଼ୁ ତାପମାତ୍ରାରେ ଲଗାତର ବୃଦ୍ଧି ଘଟି ୩୭ ଡିଗ୍ରୀ ପାଖାପାଖି ହୋଇଛି। ଫଳରେ…

୧୩ରେ ରାଜ୍ୟ କ୍ୟାବିନେଟ୍‌: ୯ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଉପରେ ବାଜିପାରେ ମୋହର

ଭୁବନେଶ୍ୱର,୭ା୧୦(ରବିନାରାୟଣ ଜେନା):ରାଜ୍ୟର ବିକାଶକୁ ଦୃଷ୍ଟିରେ ରଖି ସରକାରଙ୍କ ପକ୍ଷରୁ ଚଳିତମାସ ୧୩ରେ ରାଜ୍ୟ କ୍ୟାବିନେଟ୍‌ ବୈଠକ ଅନୁଷ୍ଠିତ ହେବାକୁ ରହିଛି। ଲୋକସେବା ଭବନର ତୃତୀୟ ମହଲାରେ ମୁଖ୍ୟମନ୍ତ୍ରୀ…

ଅଭାବ ଆଗରେ ହାର୍‌ ମାନିଲାନି ସ୍ବପ୍ନ: ଶାଢ଼ି ପିନ୍ଧି ଖାଲିପାଦରେ ୧,୬୦୦ ମିଟର ଦୌଡ଼ିଲେ ମହିଳା

ରାଞ୍ଚି, ୭ା୧୦:ପରିସ୍ଥିତି ଯେତେ ପ୍ରତିକୂଳ ହେଉନା କାହିଁକି ମନରେ ଦୃଢ଼ ଇଚ୍ଛାଶକ୍ତି ଓ ସାହସ ଥିଲେ କୌଣସି ବି ବାଧାବିଘ୍ନ ଆପଣଙ୍କୁ ଲକ୍ଷ୍ୟରେ ପହଞ୍ଚତ୍ବାରୁ ଅଟକାଇ ପାରିବନାହିଁ।…

ଦିଲ୍ଲୀ-ଏନ୍‌ସିଆର୍‌ରେ ଭୂକମ୍ପ ଝଟ୍‌କା: ଭୟରେ ଘରୁ ବାହାରି ଆସିଲେ ଲୋକେ

ନୂଆଦିଲ୍ଲୀ,୬।୧୦: ଦିଲ୍ଲୀ-ଏନ୍‌ସିଆର୍‌ (Delhi-NCR) ସମେତ ଉତ୍ତର ଭାରତର ବିଭିନ୍ନ ଅଞ୍ଛଳରେ ମୃଦୁ ରୁ ମଧ୍ୟମ ଧରଣର ଭୂକମ୍ପ ଝଟ୍‌କା ଅନୁଭୂତ ହୋଇଛି। ରାତି ୧୦ଟା ୨୩ ମିନିଟ୍‌ରେ…

BCCIର ବଡ଼ ଘୋଷଣା; ରିଷଭ ପନ୍ତ ନୁହଁନ୍ତି, ଧ୍ରୁବ ଜୁରେଲଙ୍କୁ କରାଗଲା ଅଧିନାୟକ, ଏହା ହେଉଛି କାରଣ

ନୂଆଦିଲ୍ଲୀ,୬।୧୦: ନ୍ୟୁଜିଲାଣ୍ଡ ‘ଏ’ ବିପକ୍ଷରେ ହେବାକୁ ଥିବା ୩ ଟିକିଆ ଅନଅଫିସିଆଲ୍ ଟେଷ୍ଟ ସିରିଜ୍ ପାଇଁ ଭାରତୀୟ କ୍ରିକେଟ୍ କଣ୍ଟ୍ରୋଲ ବୋର୍ଡ (BCCI) ୧୫ ଜଣିଆ ଇଣ୍ଡିଆ…

ପରକୀୟା ପ୍ରୀତିରୁ ମହାଭାରତ: ୨ ପରିବାର ମଧ୍ୟରେ ଖଣ୍ଡଯୁଦ୍ଧ, ୬ ଆହତ; ୫ ଗିରଫ ହୋଇ ଜେଲ୍‌ରେ

ଦିଗପହଣ୍ଡି/ଚିକିଟି,୬|୧୦(ଅଶେଷ ନାଥ ମିଶ୍ର/ ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟି ବ୍ଲକ ରାମଚନ୍ଦ୍ରପୁର ଗ୍ରାମରେ ପାରିବାରିକ ହିଂସାକୁ ନେଇ ଦୁଇ ପରିବାର ମଧ୍ୟରେ ଘଟିଛି ରକ୍ତାକ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?