ଏସ୍‌ସିବିରେ ୫୮ ଡେଙ୍ଗୁ ରୋଗୀ

କଟକ ଅଫିସ,୩୦ା୧୦: ଏସ୍‌ସିବି ମେଡିକାଲରେ ମଙ୍ଗଳବାର ସନ୍ଧ୍ୟା ସୁଦ୍ଧା ୫୮ଜଣ ଡେଙ୍ଗୁ ରୋଗୀ ଚିକିତ୍ସିତ ହେଉଥିବା ସୂଚନା ମିଳିଛି। ସେମାନଙ୍କ ମଧ୍ୟରୁ ୫୨ଜଣ ୱାର୍ଡରେ ଓ ୬ଜଣ ଆଇସିୟୁରେ ଭର୍ତ୍ତି ହୋଇଛନ୍ତି। ଅଦ୍ୟାବଧି ଏସ୍‌ସିବିରେ ମୋଟ ୧୨୭୧ ଜଣ ଡେଙ୍ଗୁ ଆକ୍ରାନ୍ତ ଚିକିତ୍ସା ନିମନ୍ତେ ଭର୍ତ୍ତି ହୋଇଥିବା ଜଣାପଡ଼ିଛି। ସେମାନଙ୍କ ମଧ୍ୟରୁ ୯୯୯ ପୁରୁଷ ଓ ୨୭୨ ଜଣ ମହିଳା। ବାଲେଶ୍ୱରକୁ ଚଳିତବର୍ଷ ସର୍ବାଧିକ ଡେଙ୍ଗୁ ପ୍ରବଣ ଜିଲା ଭାବେ ଚିହ୍ନଟ କରାଯାଇଛି। ଏହି ଜିଲାରୁ ବର୍ତ୍ତମାନ ସୁଦ୍ଧା ୩୧୯ ରୋଗୀ ଚିକିତ୍ସା ଲାଗି ଭର୍ତ୍ତି ହୋଇଥିବା ବେଳେ ଦ୍ୱିତୀୟ ସର୍ବାଧିକ କେନ୍ଦ୍ରାପଡ଼ା ଜିଲାରୁ ୧୭୯ ଜଣ ରୋଗୀ ରହିଛନ୍ତି। କଟକରୁ ୧୫୪ ଓ ଯାଜପୁରରୁ ୧୮୨ ରୋଗୀ ଭର୍ତ୍ତି ହୋଇଥିବା ଏସ୍‌ସିବି ପକ୍ଷରୁ କୁହାଯାଇଛି। ଅଗଷ୍ଟ ୧୩ରେ ଡେଙ୍ଗୁରେ କେନ୍ଦ୍ରାପଡ଼ାର ଦେବକୀ ବେହେରା ଏବଂ ଅକ୍ଟୋବର ୧୫ରେ ପୁରୀ ସାକ୍ଷୀଗୋପାଳର ରାମ ବାରିକଙ୍କ ମୃତ୍ୟୁ ଘଟିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଲୋକକଳା ପାଇଁ ଦିନଟିଏ

ଖଜୁରିପଡ଼ା,୧୦ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପକ୍ଷରୁ ସ୍ଥାନୀୟ ହାଇସ୍କୁଲ ପଡ଼ିଆଠାରେ ଶୁକ୍ରବାର ସାରେ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଶୁଭ…

ହାତୀ ଆକ୍ରମଣରେ ଜଣେ ଗୁରୁତର

ରୁପ୍ରାରୋଡ୍‌,୧୦ା୪(ସଞ୍ଜୀବ ଦାସ): ହାତୀ ଆକ୍ରମଣରେ କଳାହାଣ୍ଡି ଜିଲା ନର୍ଲା ବ୍ଲକ୍‌ର ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ସେ ହେଲେ କୁରମେଲ ପଞ୍ଚାୟତ ବୁଦେଲଗୁମା ଗ୍ରାମର ସୀମାଞ୍ଚଳ ନାଏକ…

ମୁଖ୍ୟମନ୍ତ୍ରୀ ବସ୍‌କୁ ଅଟକାଇ କର୍ମଚାରୀଙ୍କୁ ମାଡ଼ ମାରିଲେ ଯୁବକ,ପରେ…

ଆନନ୍ଦପୁର,୧୦।୪(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଘସିପୁରା ବ୍ଲକ କେଶଦୁରାପାଳଠାରୁ ଘସିପୁରା ଯାଉଥିବା ମୁଖ୍ୟମନ୍ତ୍ରୀ ବସ୍‌କୁ ଦେଓଗାଁ ଚିକିତ୍ସାଳୟ ସମ୍ମୁଖରେ ଜଣେ ଯୁବକ ଶୁକ୍ରବାର ଅଚାନକ…

୪ଟି ଶ୍ରେଣୀଗୃହରେ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା

ଗଞ୍ଜାମ,୧୦ା୪(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ଦାମୋଦରପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପାଠପଢ଼ାରେ ବ୍ୟଘାତ ସୃଷ୍ଟି ହେଉଛି। ୧୯୭୫ ମସିହାରେ ପ୍ରତିଷ୍ଠିତ ଏହି ବିଦ୍ୟାଳୟରେ ଶିଶୁ ବାଟିକା…

ଯମୁନାରେ ବୁଡ଼ିଲା ଡଙ୍ଗା: ୧୦ ଭକ୍ତଙ୍କ ଚାଲିଗଲା ଜୀବନ, ଉଦ୍ଧାର କାର୍ଯ୍ୟ ଜାରି

ଲକ୍ଷ୍ନୌ,୧୦।୪: ମଥୁରା ଜିଲାର ବୃନ୍ଦାବନରେ ଶୁକ୍ରବାର ଏକ ବଡ଼ ଦୁର୍ଘଟଣା ଘଟିଛି। ଶ୍ରୀନଗର ଘାଟ ନିକଟରେ ଏକ ଡଙ୍ଗା ବୁଡ଼ିଯିବା ପରେ ଅନେକ ଭକ୍ତ ନିଖୋଜ ହୋଇଯାଇଛନ୍ତି।…

ଥଲାପତି ବିଜୟଙ୍କୁ ବଡ଼ ଝଟ୍‌କା: ଅନୁରୋଧ କରି କହିଲେ…

ଦକ୍ଷିଣ ଭାରତୀୟ ସୁପରଷ୍ଟାର ଥଲାପତି ବିଜୟଙ୍କ ଫିଲ୍ମ ‘ଜନ ନାୟାଗନ’ ମୁକ୍ତିଲାଭ ଅପେକ୍ଷାରେ ଅଛି। ପ୍ରଥମେ ଜାନୁଆରୀ ୨୦୨୬ରେ ରିଲିଜ ହେବାର ଯୋଜନା ଥିଲା, କିନ୍ତୁ ବିଭିନ୍ନ…

ସ୍କୁଲରେ ଆଡମିଶନ ପାଇଁ ରାତି ଅନିଦ୍ରା

ଖଇରା,୧୦।୪(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ବ୍ଲକ ଅଡା ହାଇସ୍କୁଲରେ ନବମ ଶ୍ରେଣୀରେ ଆଡମିଶନ ପାଇଁ ଅଭିଭାବକ ଓ ଛାତ୍ରୀଛାତ୍ରମାନଙ୍କୁ ରାତି ଅନିଦ୍ରା ହୋଇ ଅପେକ୍ଷା କରୁଥିବା…

ସରକାରୀ ନିୟମକୁ ଫୁ’: କେବୁଲ ବିଛାପାଇଁ ଚାଲିଛି ରାସ୍ତାଖୋଳା, ଯାତାୟାତରେ ବାଧା

ତୁମୁଡିବନ୍ଧ,୧୦।୪(ଦୀପକ କୁମାର ପରାସେଠ): ବିଏସଏନଏଲ କେବୁଲ ବିଛା ପାଇଁ ରାସ୍ତା ଖୋଳାଯିବା ଫଳରେ ଯାତାୟାତରେ ବାଧା। ଜାଣିନାହାନ୍ତି ବିଭାଗୀୟ ଅଧିକାରୀ। ଗ୍ରାମବାସୀଙ୍କ ବିରୋଧ। ଧମକ ଦେଉଛି ଠିକାଦାର।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri