ଏସ୍‌ସିବି ମେଡିକାଲରେ ପ୍ରଥମ କରୋନା ସନ୍ଦିଗ୍ଧ

କଟକ ଅଫିସ,୨।୨: ଚାଇନାର ସିଚୁଆନ ସ୍ଥିତ ସାଉଥ ୱେଷ୍ଟ ମେଡିକାଲ ବିଶ୍ୱବିଦ୍ୟାଳୟରେ ଏମ୍‌ବିବିଏସ ପଢୁଥିବା ଫୁଲବାଣୀର ଜଣେ ଡାକ୍ତରୀ ଛାତ୍ର କରୋନା ଭାଇରସ୍‌ରେ ଆକ୍ରାନ୍ତ ହୋଇଥିବା ସନ୍ଦେହ କରାଯାଉଛି। ଚିକିତ୍ସାଲାଗି ତାଙ୍କୁ ଏସ୍‌ସିବି ମେଡିକାଲର ସ୍ବତନ୍ତ୍ର ଆଇସୋଲେଶନ୍‌ ୱାର୍ଡରେ ଭର୍ତ୍ତି କରାଯାଇଛି। ଡାକ୍ତରୀ ଛାତ୍ରଙ୍କ ରକ୍ତ ନମୁନା ସଂଗ୍ରହ କରାଯାଇ ପରୀକ୍ଷା ପାଇଁ ପୁଣେସ୍ଥିତ ନ୍ୟାଶନାଲ ଇନ୍‌ଷ୍ଟିଚ୍ୟୁଟ ଅଫ ଭାଇରୋଲୋଜିକୁ ପଠାଯିବ। ରିପୋର୍ଟ ଆସିବା ପରେ ପରବର୍ତ୍ତୀ ପଦକ୍ଷେପ ନିଆଯିବ ବୋଲି ଏସ୍‌ସିବି ମେଡିକାଲର ଜରୁରିକାଳୀନ ଅଧିକାରୀ ଡା. ଭୁବନାନନ୍ଦ ମହାରଣା କହିଛନ୍ତି। ତେବେ ରିପୋର୍ଟ ଆସିବା ପର୍ଯ୍ୟନ୍ତ ଏହି ଛାତ୍ରଙ୍କୁ ଏକ ସ୍ବତନ୍ତ୍ର ଡାକ୍ତରୀ ଟିମ୍‌ ନଜର ରଖିବ।

ସୂଚନାଯୋଗ୍ୟ, କରୋନା ଭୂତାଣୁ ସଂକ୍ରମଣ ସନ୍ଦେହରେ ସମ୍ପୃକ୍ତ ଛାତ୍ର ଗତ ଶୁକ୍ରବାର କନ୍ଧମାଳ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି ହୋଇଥିଲେ। ସେ ଗତ ଜାନୁୟାରୀ ୧୧ ତାରିଖରେ ଚାଇନାରୁ ଫୁଲବାଣୀ ଫେରିଥିଲେ। ପ୍ରାୟ ଏକ ସପ୍ତାହ ହେଲା ତାଙ୍କୁ କାଶ ଓ ଥଣ୍ଡା ଲାଗି ରହିଥିଲା। ଚାଇନାରୁ ଫେରିଥିବାରୁ ତାଙ୍କୁ କରୋନା ଭାଇରସ ଆକ୍ରାନ୍ତ ହୋଇଥିବା ସନ୍ଦେହ ହୋଇଥିଲା। ଏ ନେଇ ସେ କନ୍ଧମାଳ ସିଡିଏମ୍‌ଓଙ୍କୁ ଚିଠି ଲେଖି ତାଙ୍କର ସ୍ବାସ୍ଥ୍ୟ ପରୀକ୍ଷା ସ୍ବତନ୍ତ୍ର ଭାବେ କରାଯିବାକୁ ନିବେଦନ କରିଥିଲେ। ତେବେ ସେଠାରେ କୌଣସି ସ୍ବତନ୍ତ୍ର ସୁବିଧା ନ ଥିବାରୁ ତାଙ୍କୁ ଶୁକ୍ରବାର ବିଳମ୍ବିତ ରାତିରେ ଏସ୍‌ସିବି ମେଡିକାଲକୁ ସ୍ଥାନାନ୍ତର କରାଯାଇଥିଲା। ଅନ୍ୟପକ୍ଷରେ ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ନିର୍ଦ୍ଦେଶକ୍ରମେ ଏସ୍‌ସିବି ମେଡିକାଲର ଅତିରିକ୍ତ ଅଧୀକ୍ଷକ ଡା. ଶ୍ରୀକାନ୍ତ ପଣ୍ଡାଙ୍କ ନେତୃତ୍ୱରେ ଏକ ଟିମ୍‌ ଗଠନ କରାଯାଇଛି। ଏହି ଟିମ୍‌ରେ ନୋଡାଲ ଅଫିସର ଭାବେ ପଲ୍ୟୁମନାରି ବିଭାଗର ମୁଖ୍ୟ ପ୍ରଫେସର ମନୋରଞ୍ଜନ ପଟ୍ଟନାୟକ ଦାୟିତ୍ୱରେ ରହିବେ। ଟିମ୍‌ରେ ସଦସ୍ୟ ଭାବେ ଭେଷଜ ବିଭାଗ, ନିଶ୍ଚେତକ ବିଭାଗ, କମ୍ୟୁନିଟି ଭେଷଜ ବିଭାଗ, ମାଇକ୍ରୋବାୟୋଲୋଜି ବିଭାଗ, ଇଏନ୍‌ଟି ବିଭାଗର ମୁଖ୍ୟଙ୍କ ସହ ମେଡିକାଲର ଜରୁରିକାଳୀନ ଅଧିକାରୀ ଏବଂ ଷ୍ଟୋର ଅଫିସର ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଖେମୁଣ୍ଡି ଲୋକ ମହୋତ୍ସବ ଉଦ୍‌ଘାଟନ କଲେ ସଂସ୍କୃତି ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ, ବିଧାୟକ ସିଦ୍ଧାନ୍ତ ମହାପାତ୍ର କହିଲେ…

ଦିଗପହଣ୍ଡି, ୨୦।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବଜାର ଗାନ୍ଧୀ ଛକ ଠାରେ ସୋମବାର ସନ୍ଧ୍ୟା ପ୍ରାୟ ସାଢେ ୭ଟାରେ ଦୁଇ ଦିନ ବ୍ୟାପି ଅନୁଷ୍ଠିତ…

‘ମାମ୍‌ ଆପଣଙ୍କର ପିଲା ହୋଇଥିଲେ କ’ଣ…’, ପୋଲିସର ଲାଠିଚାର୍ଜରେ ଭୋ ଭୋ ହୋଇ କାନ୍ଦିଲେ ଯୁବତୀ, ଦେଖନ୍ତୁ Video

ନୂଆଦିଲ୍ଲୀ,୨୦।୭: ଦିଲ୍ଲୀର ଜନ୍ତର ମନ୍ତରଠାରେ ଆଜି ଏକ ବଡ଼ ଧରଣର ବିକ୍ଷୋଭ ପ୍ରଦର୍ଶନ ଦେଖିବାକୁ ମିଳିଛି। ‘କକରୋଚ ଜନତା ପାର୍ଟି’ (CJP) ର କର୍ମକର୍ତ୍ତା ଏବଂ ସମର୍ଥକମାନେ…

ତେରେସିଂହା ଗୋଦାବରୀଶ ଆଦର୍ଶ ବିଦ୍ୟାଳୟ ସ୍ଥାପନ ପାଇଁ ଭିତ୍ତିଭୂମି ପରଖିଲେ ଜିଲାପାଳ

କର୍ଲାମୁଣ୍ଡା,୨୦।୭(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ତେରେସିଙ୍ଗା ସରକାରୀ ଉଚ୍ଚ ବିଦ୍ୟାଳୟଠାରେ ହେବାକୁ ଥିବା ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ସ୍ଥାପନ ପାଇଁ…

ଘର ପିଣ୍ଡାରେ ଛିଡା ହୋଇଥିଲେ ରବିନ୍ଦ୍ର, ମାରିଲା ଘଡ଼ଘଡ଼ି; ଆଉ ତା’ପରେ…

ମୋରଡା,୨୦।୭(ସ୍ମାରକ ମାଜୀ): ବଜ୍ରପାତ ମାରିବାରୁ ମୟୂରଭଞ୍ଜ ଜିଲା ମୋରଡା ବ୍ଲକ ଅଞ୍ଚଳର ଜଣେ ଯୁବକ ଓ଼ ଜଣେ ବୃଦ୍ଧାଙ୍କ ମୃତ୍ୟୁ ଘଟିଛି। ମୃତ ଯୁବକ ଜଣକ ହେଉଛନ୍ତି…

ଧର୍ମେନ୍ଦ୍ର ପ୍ରଧାନଙ୍କୁ କାହିଁକି ବଞ୍ଚାଉଛନ୍ତି ସରକାର? ବଡ଼ ଖୁଲାସା କଲେ ପ୍ରିୟଙ୍କା ଚତୁର୍ବେଦୀ, ମୋଦିଙ୍କ ‘ଖାସ୍‌ ରତ୍ନ’ କହି…

ନୂଆଦିଲ୍ଲୀ,୨୦।୭: ସଂସଦର ମୌସୁମୀ ଅଧିବେଶନର ପ୍ରଥମ ଦିନରୁ ହିଁ ଶିକ୍ଷା ବ୍ୟବସ୍ଥା ଏବଂ NEET-UG ପେପର ଲିକ୍‌ ମାମଲାକୁ ନେଇ କେନ୍ଦ୍ର ସରକାରଙ୍କ ବିରୋଧରେ ଆକ୍ରମଣାତ୍ମକ ମନୋଭାବ…

ଛାତ୍ରୀଛାତ୍ରଙ୍କୁ ସଫଳତାର ମନ୍ତ୍ର ଦେଲେ ଜିଲାପାଳ

ତୁମୁଡିବନ୍ଧ,୨୦ା୭(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ନେତାଜୀ ସୁବାଷ ବୋଷ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଟିପ୍ସ ଫର୍ମ ଆଇଏଏସ୍‌ କାର୍ଯ୍ୟକ୍ରମ ସୋମବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟ…

ସାପ କାମୁଡ଼ାରେ ଶାଶୁ ମୃତ, ବୋହୂ ଗୁରୁତର 

ନନ୍ଦାହାଣ୍ଡି, ୨୦।୭ (ପ୍ରତୀପ କୁମାର ଦାଶ): ଗୋଟିଏ ପରିବାରର ୨ ଜଣଙ୍କୁ ଏକ ସାପ କାମୁଡ଼ି ଦେଇଛି। ଏଥିରେ ଶାଶୁଙ୍କ ମୃତ୍ୟୁ ହୋଇଥିବା ବେଳେ ବୋହୂ ଗୁରୁତର…

ସ୍ବର ଉଠାଉଥିବା ପିଲାଙ୍କ ଉପରେ କରାଯାଉଛି ଲାଠିଚାର୍ଜ: ଯୁବ-ବିରୋଧୀ ପ୍ରଧାନମନ୍ତ୍ରୀ କହି ବର୍ଷିିଲେ ରାହୁଲ

ନୂଆଦିଲ୍ଲୀ, ୨୦।୭: ଦିଲ୍ଲୀରେ ‘କକରୋଚ ଜନତା ପାର୍ଟି’ (CJP) ପକ୍ଷରୁ ଚାଲିଥିବା ବିରୋଧ ପ୍ରଦର୍ଶନ ମଧ୍ୟରେ ଲୋକ ସଭାରେ ବିରୋଧୀ ଦଳର ନେତା ରାହୁଲ ଗାନ୍ଧୀ କେନ୍ଦ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri