ଏସ୍‌ସିବି ମେଡିକାଲ: ଜଗା-କାଳିଆଙ୍କୁ ଭେଟିଲେ ଶିଶୁ ସୁରକ୍ଷା ଆୟୋଗ ଅଧ୍ୟକ୍ଷା

କଟକ ଅଫିସ, ୧୯।୯: କଟକ ଏସ୍‌ସିବି ମେଡିକାଲରେ ଚିକିତ୍ସିତ ହେଉଥିବା ଜଗା- କାଳିଆଙ୍କୁ ବୁଧବାର ଓଡ଼ିଶା ଶିଶୁ ସୁରକ୍ଷା ଆୟୋଗ ଅଧ୍ୟକ୍ଷା ସନ୍ଧ୍ୟାବତୀ ପ୍ରଧାନ ଭେଟିଛନ୍ତି। ଜଗା ସହ କଥା ହୋଇଥିବାବେଳେ ଉଭୟଙ୍କ ସ୍ବାସ୍ଥ୍ୟବସ୍ଥା ସମ୍ପର୍କରେ ଏସ୍‌ସିବି ସୁପରିଣ୍ଟେଣ୍ଡେଣ୍ଟ ଓ ଦାୟିତ୍ୱରେ ଥିବା ଡାକ୍ତରଙ୍କଠାରୁ ପଚାରି ବୁଝିଥିଲେ। ଏ ସମ୍ପର୍କରେ ପ୍ରଧାନ କହିଛନ୍ତି, ଜଗାର ଅବସ୍ଥା ଏବେ ସମ୍ପୂର୍ଣ୍ଣ ଭଲ ଅଛି। ସେ ଯେତେଦିନ ପର୍ଯ୍ୟନ୍ତ ମେଡିକାଲରେ ଅଛି, ତାକୁ ଘରୋଇ ପରିବେଶ ଯୋଗାଇ ଦିଆଯିବା ସହ ମାନସିକ ସ୍ତରରେ କିପରି ବିକାଶ ଘଟିବ ସେ ଦିଗରେ ଧ୍ୟାନ ରଖିବା ଜରୁରୀ। ଏ ଦିଗରେ ଆମ ପକ୍ଷରୁ ସମ୍ପୂର୍ଣ୍ଣ ସହଯୋଗ କରାଯିବ। ଖେଳିବା ନିମନ୍ତେ ଖେଳ ସରଞ୍ଜାମ ଯୋଗାଇ ଦିଆଯିବ ଓ ମେଡିକାଲରେ ରହି ଯେପରି ପଢିପାରିବ ସେ ଦିଗରେ ଧ୍ୟାନ ଦିଆଯିବ। ଯେପରି ଠିକ୍‌ ଚିକିତ୍ସା ଦ୍ୱାରା ଦୁଇ ଜଣଙ୍କ ସ୍ବାସ୍ଥ୍ୟାବସ୍ଥାରେ ଉନ୍ନତି ଘଟିବ ସେ ଦିଗରେ ଚେଷ୍ଟା କରାଯିବ। କାଳିଆର ଅବସ୍ଥା ସ୍ବାଭାବିକ ରହିଛି। ତାକୁ ଚଲାବୁଲା କରିବା ପାଇଁ ଆଉ କିଛିଦିନ ଲାଗିବ। ଦୁଇଜଣଙ୍କ ପାଇଁ ନିୟୋଜିତ ହୋଇଥିବା ୧୪ ଜଣିଆ ଡାକ୍ତର ଟିମ୍‌ ଚିକିତ୍ସା କରୁଛନ୍ତି। ଏଥିରେ ଏମ୍‌ସର ଡାକ୍ତର ମଧ୍ୟ ସହଯୋଗ କରୁଛନ୍ତି। ଖୁବ୍‌ଶୀଘ୍ର କାଳିଆ ସୁସ୍ଥ ହେବ ବୋଲି ଆମେ ଭାବୁଛୁ।


Enter your email to get our daily news in your inbox.

All Right Reserved By Dharitri.Com

ଆହୁରି ଦୁଇ ସପ୍ତାହ ନିସ୍ତାର ନାହିଁ: ୨୮ ତାରିଖ ପାଇଁ ସତର୍କ କଲା ବିଭାଗ

ଭୁବନେଶ୍ୱର,୨୬।୪: ରାଜ୍ୟରେ ଜାରି ରହିଛି ତାତି। ଗରମ ସାଙ୍ଗକୁ ଗୁଳୁଗୁଳିରେ ସନ୍ତୁଳି ହେଉଛନ୍ତି ରାଜ୍ୟବାସୀ। ଏଭଳିସ୍ଥତିରେ ଆହୁରି ଦୁଇ ସପ୍ତାହ ତାତିରୁ ନିସ୍ତାର ମିଳିବ ନାହିଁ...

ଗଞ୍ଜେଇ ଚାଲାଣ କରୁଥିବା ଦୁଇ ମହିଳାଙ୍କୁ ୧୦ ବର୍ଷ ଜେଲ

ବ୍ରହ୍ମପୁର,୨୬।୪(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଅତିରିକ୍ତ ଜିଲା ଦୌରା ଜଜ(ଏଡିଜେ)- ୧ ଡ଼.ଇନ୍ଦୁ ଶର୍ମା ଶୁକ୍ରବାର ଏକ ଗଞ୍ଜେଇ ଚାଲାଣ ମାମଲାର ଚୂଡ଼ାନ୍ତ ରାୟ ପ୍ରକାଶ...

ଧର୍ମେନ୍ଦ୍ରଙ୍କୁ ପାଣ୍ଡିଆନଙ୍କ ଡାଇରେକ୍ଟ ଆଟାକ୍‌, କହିଲେ…

ଭୁବନେଶ୍ୱର,୨୬।୪: ଉମରକୋଟ ଓ ଝରିଗାଁରେ ଜୋରଦାର ପ୍ରଚାର କରିଛନ୍ତି ବିଜୁ ଜନତା ଦଳର ନେତା କାର୍ତ୍ତିକ ପାଣ୍ଡିଆନ । ନବରଙ୍ଗପୁର ଲୋକ ସଭା ନିର୍ବାଚନ ମଣ୍ଡଳୀର...

ଭାଜପାରେ ମିଶିବା ପରେ ଏମିତି କହିଲେ ପର୍ଶୁରାମ ଧଡ଼ା

ଭୁବନେଶ୍ବର, ୨୬।୪: ଭାଜପାରେ ସାମିଲ ହେବା ପରେ ସୋର ବିଧାୟକ ପର୍ଶୁରାମ ଧଡ଼ା ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି, ମୋଦିଙ୍କ ନେତୃତ୍ୱରେ ଭାରତ ବିକଶିତ ରାଷ୍ଟ୍ର...

ଆହୁରି ୫ଦିନ ଅଣାୟତ ହେବ ତାତି, ଘରୁ ବାହାରିଲେ…

ଭୁବନେଶ୍ୱର,୨୬।୪: ସାରା ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ । ପ୍ରବଳ ଗରମ ଓ ଗୁଳୁଗୁଳିରେ ସାରା ରାଜ୍ୟ ସନ୍ତୁଳି ହେଉଥିବା ବେଳେ ଆହୁରି...

VIDEO: ଅଟୋ ଚଳାଇ, ଆଖୁ ପେଡ଼ି ପ୍ରଚାର କଲେ ବିଜେଡି ଏମ୍‌ପି ପ୍ରାର୍ଥୀ ମନ୍ମଥ

ଭୁବନେଶ୍ବର, ୨୬।୪: ବିଜେଡି ଟିକେଟ୍‌ରେ ଭୁବନେଶ୍ବର ଲୋକ ସଭା ଆସନରୁ ପ୍ରାର୍ଥୀ ହୋଇଥିବା ମନ୍ମଥ ରାଉତରାୟ ନିର୍ବାଚନ ପାଇଁ ଜେରଦାର ପ୍ରଚାର କରୁଛନ୍ତି। ଏହି ସମୟରେ...

ଜଙ୍ଗଲରେ ନିଆଁ ଲଗାଇ କରୁଥିଲେ ବନ୍ୟଜନ୍ତୁ ଶିକାର: ମାଡ଼ିବସିଲା ବନ ବିଭାଗ

ଦାରିଙ୍ଗବାଡି,୨୬।୪(ଅରୁଣ ସାହୁ): ଜଙ୍ଗଲରେ ନିଆଁ ଲଗାଇ ଧ୍ବଂସ କରିବା ଏବଂ ଗରମରେ ବନ୍ୟଜନ୍ତୁ ଆଉଟୁପାଉଟୁ ହୋଇ ପାଣି ପିଇବାକୁ ଆସିବା ବେଳେ ଶିକାର କରୁଥିବା ୩ଜଣ...

ସାନଖେମୁଣ୍ଡି ବିଧାନସଭା ପାଇଁ ନାମାଙ୍କନ ପତ୍ର ଦାଖଲ କଲେ ବିଜେଡି ପ୍ରାର୍ଥିନୀ ସୁଶ୍ରୀ

ଛତ୍ରପୁର ୨୬। ୪ (ଦିଲ୍ଲୀପ କୁମାର ସାମଲ) : ଗଞ୍ଜାମ ଜିଲାରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ଲାଗି ଆଜିଠାରୁ ନାମଙ୍କନ ପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri