Posted inଖେଳ

ଏହସାନ ମାନି ଆଇସିସି କମିଟି ଅଧ୍ୟକ୍ଷ

କରାଚୀ,୨୪।୭(ପି.ଟି.)- ପାକିସ୍ତାନ କ୍ରିକେଟ ବୋର୍ଡ (ପିସିବି) ଅଧ୍ୟକ୍ଷ ଏହସାନ ମାନିଙ୍କୁ ଆଉ ଏକ ଗୁରୁଦାୟିତ୍ୱ ମିଳିଛି। ସେ ଅନ୍ତର୍ଜାତୀୟ କ୍ରିକେଟ କାଉନସିଲ (ଆଇସିସି)ର ବେଶ୍‌ ଗୁରୁତ୍ୱପୂର୍ଣ୍ଣ ତଥା ପ୍ରଭାବୀ ଫାଇନାନ୍ସ ଓ କମର୍ସିଆଲ ଆଫେୟାର୍ସ (ଏଫ୍‌ ଆଣ୍ଡ ସିଏ) କମିଟି ଅଧ୍ୟକ୍ଷ ଭାବେ ନିଯୁକ୍ତି ପାଇଛନ୍ତି। ଗତ ସପ୍ତାହରେ ଅନୁଷ୍ଠିତ ହୋଇଥିବା ବାର୍ଷିକ ଅଧିବେଷଣ ଅବସରରେ ତାଙ୍କୁ ନିଯୁକ୍ତି ଦିଆଯାଇଛି। ସେହିପରି ପିସିବିର ଆଉ ଜଣେ ବରିଷ୍ଠ ଅଧିକାରୀ ତଥା ସଲମାନ ନାସିରଙ୍କୁ ଆଇସିସି ସେଫ୍‌ଗାର୍ଡିଂ ପ୍ୟାନେଲ୍‌ରେ ସାମିଲ କରାଯାଇଛି। ନାସିର ପିସିବିର ଜେନେରାଲ କନ୍‌ସେଲ ଓ ବାରିଷ୍ଟର ହିସାବରେ କାର୍ଯ୍ୟ କରୁଛନ୍ତି। ଆଇସିସି ଅଧ୍ୟକ୍ଷ ଶଶାଙ୍କ ମନୋହର ଏହି ଦୁଇଜଣଙ୍କୁ ନିଯୁକ୍ତି ଦେଇଛନ୍ତି ବୋଲି ପିସିବି ତରଫରୁ କୁହାଯାଇଛି।
ଏହି କମିଟିରେ ସାମିଲ ହୋଇଥିବା ଅନ୍ୟ ଅଧିକାରୀମାନେ ହେଲେ ଇନ୍ଦ୍ର ନୟି, ବିସିସିଆଇ ଆକ୍ଟିଂ ସେକ୍ରେଟାରୀ ଅମିତାଭ ଚୌଧୁରୀ, କ୍ରିକେଟ ସାଉଥ୍‌ ଆଫ୍ରିକା (ସିଏସ୍‌ଏ) ଅଧ୍ୟକ୍ଷ କ୍ରିସ୍‌ ଖ୍ବାଜା, କ୍ରିକେଟ ଅଷ୍ଟ୍ରେଲିଆ (ସିଏ) ଅଧ୍ୟକ୍ଷ ଏର୍ଲ ଏଡିଙ୍ଗ୍ସ ଓ ଇଂଲଣ୍ଡ କ୍ରିକେଟ ବୋର୍ଡ (ଇସିବି) ଅଧ୍ୟକ୍ଷ କଲିନ ଗ୍ରେଭ୍ସ। ଶଶାଙ୍କ ଓ ଆଇସିସି ମୁଖ୍ୟ କାର୍ଯ୍ୟନିର୍ବାହୀ ମନୁ ସାହନି ଏକ୍ସ- ଅଫିସୋ ସଦସ୍ୟ ଭାବେ ଏଫ୍‌ ଆଣ୍ଡ ସିଏରେ ସକ୍ରିୟ ରହିବେ।
୭୪ ବର୍ଷୀୟ ମାନି ପେସାରେ ଜଣେ ଚାର୍ଟାଡ ଆକାଉଣ୍ଟାଣ୍ଟ। ସେ ପୂର୍ବରୁ ୧୯୯୬ରେ ଆଇସିସିର ପ୍ରଥମ ଏଫ୍‌ ଆଣ୍ଡ ସିଏ ଅଧ୍ୟକ୍ଷ ଭାବେ ନିଯୁକ୍ତି ପାଇଥିଲେ ଓ ୨୦୦୨ ପର୍ଯ୍ୟନ୍ତ ଏହି ପଦରେ ରହି କାର୍ଯ୍ୟ କରିଥିଲେ। ଏହାପରେ ସେ ଆଇସିସିର ଅଧ୍ୟକ୍ଷ ଭାବେ ୨୦୦୬ ପର୍ଯ୍ୟନ୍ତ କାର୍ଯ୍ୟ କରିଥିଲେ। ନୂଆ ଦାୟିତ୍ୱ ଦେଇଥିବାରୁ ମାନି ଶଶାଙ୍କଙ୍କୁ କୃତଜ୍ଞତା ଜଣାଇଛନ୍ତି। ସେ ମଧ୍ୟ ଆଇସିସି ଅଡିଟ କମିଟିରେ ସାମିଲ ହୋଇଛନ୍ତି। ଏହ କିମିଟିର ଅଧ୍ୟକ୍ଷ ରହିଛନ୍ତି ଭାରତର ଯୁବରାଜ ନାରାୟଣ।


Enter your email to get our daily news in your inbox.

All Right Reserved By Dharitri.Com

Posted inHome, ଖେଳ View All

ବାମଣ୍ଡା କପ୍‌ କ୍ରିକେଟ୍‌: ୟୁନିୟନ ସ୍ପୋର୍ଟିଂ ଚାମ୍ପିୟନ

ଦେବଗଡ଼,୨୮ା୧୨(ଶଶାଙ୍କ ଶେଖର ଝାଙ୍କର): ସ୍ଥାନୀୟ ଇନ୍ଦିରା ଗାନ୍ଧୀ ଷ୍ଟାଡିୟମରେ ଚାଲିଥିବା ୩୫ତମ ବାମଣ୍ଡା କପ୍‌ କ୍ରିକେଟ ଟୁର୍ନାମେଣ୍ଟ ରବିବାର ଉଦ୍‌ଯାପିତ ହୋଇଯାଇଛି। ଫାଇନାଲରେ କଟକର ୟୁନିୟନ...

ଇତିହାସ ରଚିଲେ ସ୍ମୃତି ମନ୍ଧାନା: ମିତାଲି ରାଜଙ୍କ ପରେ ଦ୍ୱିତୀୟ ଭାରତୀୟ ଭାବେ କଲେ ବଡ ରେକର୍ଡ

ଥିରୁବନନ୍ତପୁରମ,୨୮ା୧୨: ଭାରତୀୟ ମହିଳା କ୍ରିକେଟ୍‌ର ଉପ-ଅଧିନାୟିକା ସ୍ମୃତି ମନ୍ଧାନା ରବିବାର ଶ୍ରୀଲଙ୍କା ବିପକ୍ଷ ମ୍ୟାଚ୍‌ରେ ଏକ ବଡ଼ କୀର୍ତ୍ତିମାନ ସ୍ଥାପନ କରିଛନ୍ତି। ସେ ଅନ୍ତର୍ଜାତୀୟ କ୍ରିକେଟର...

ଭୁବନେଶ୍ବର ପରେ କଟକରେ ବିଜେଡି ମେଳି, ନାଁ ଧରି ଅସନ୍ତୋଷ ଝାଡ଼ିଲେ ଦେବାଶିଷ ସାମନ୍ତରାୟ

କଟକ,୨୮ା୧୨: ବିଜେଡି ନେତାଙ୍କର ମେଳି ପରେ ମେଳିର ଫଟୋ ସାମ୍ନାକୁ ଆସୁଛି । ବିଜେଡି ନେତାଙ୍କ ଘନ ଘନ ମେଳିକୁ ନେଇ ରାଜନୈତିକ ଚର୍ଚ୍ଚା ବଢ଼ିବାରେ...

ମଇଁଷିର କ୍ଷୀରରେ ତିଆରି ହେଲା ରାଇତା.. ଏବେ ରାବିଜ ଟିକା ପାଇଁ ହସ୍ପିଟାଲରେ ପୁରା ଗ୍ରାମବାସୀ, ଜାଣନ୍ତୁ କାରଣ

ନୂଆଦିଲ୍ଲୀ,୨୮ା୧୨:  ଉତ୍ତର ପ୍ରଦେଶର ବଦାଉନରୁ ଏକ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି। କୁକୁର କାମୁଡ଼ାରେ ମୃତ୍ୟୁବରଣ କରିଥିବା ଏକ ମଇଁଷି ଏବେ ସମଗ୍ର ଗାଁ ପାଇଁ...

ପାଟପୁରରେ କଂଗ୍ରେସର ପ୍ରତିଷ୍ଠା ଦିବସ ପାଳିତ, ସଙ୍ଗଠନ ସୁଦୃଢ ପାଇଁ ଆହ୍ବାନ ଦେଲେ ବିଧାୟକ

ଦିଗପହଣ୍ଡି,୨୮|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ସାରଙ୍ଗ ପଡିଆ ଠାରେ ରବିବାର ଭାରତୀୟ ଜାତୀୟ କଂଗ୍ରେସ ଦଳର ୧୪୦ ତମ ପ୍ରତିଷ୍ଠା...

ଦାରିଙ୍ଗବାଡିର ଗର୍ବ ଓ ଗୌରବ, ଓପିଏସ୍‌ସି ପରୀକ୍ଷାରେ ୧୬ତମ ସ୍ଥାନରେ ମାନସ

ଦାରିଙ୍ଗବାଡି, ୨୮/୧୨ (ଅରୁଣ ସାହୁ): ଓପିଏସସିର ଫଳାଫଳ ବାହାରି ସାରିଥିବା ବେଲେ ଏଥିରେ କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁ ଥାନା ମେରାମାହା ଗ୍ରାମର ମାନସ...

କ୍ରିକେଟ ହଲ୍‌ ଅଫ୍‌ ଫେମ୍‌ରେ ସାମିଲ ହେଲେ ଅଷ୍ଟ୍ରେଲିଆର ଏହି ଖେଳାଳି

ଆଡିଲେଡ୍‌,୨୮ା୧୨: ପୂର୍ୱତନ ଅଷ୍ଟ୍ରେଲିଆନ୍‌ ଫାଷ୍ଟ ବୋଲର ବ୍ରେଟ୍‌ ଲି’ଙ୍କୁ ରବିବାର ଅଷ୍ଟ୍ରେଲିଆନ କ୍ରିକେଟ ହଲ୍‌ ଅଫ୍‌ ଫେମ୍‌ରେ ସାମିଲ କରାଯାଇଛି। ଘାତକ ପେସ୍‌ ସାଙ୍ଗକୁ ଆଦର୍ଶ...

ଗଟାମାହା ଜଙ୍ଗଲରେ ଅତର୍କିତ ଚଢ଼ାଉ, ଗଞ୍ଜେଇ ଗଛ ପୋଡ଼ିଦେଲା ପୋଲିସ

ଜି.ଉଦୟଗିରି,୨୮/୧୨( ଚିନ୍ମୟ କୁମାର ସେଠୀ): କନ୍ଧମାଳ ଜିଲ୍ଲା ଜି.ଉଦୟଗିରି ପୋଲିସ ଥାନା ଅନ୍ତର୍ଗତ ଗଟାମାହା ଗ୍ରାମ ନିକଟସ୍ଥ ଜଙ୍ଗଲରେ ଗଞ୍ଜେଇ ଚାଷ ହେଉଥିବା ଖବର ପାଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri