Posted inଖେଳ

ଏହସାନ ମାନି ଆଇସିସି କମିଟି ଅଧ୍ୟକ୍ଷ

କରାଚୀ,୨୪।୭(ପି.ଟି.)- ପାକିସ୍ତାନ କ୍ରିକେଟ ବୋର୍ଡ (ପିସିବି) ଅଧ୍ୟକ୍ଷ ଏହସାନ ମାନିଙ୍କୁ ଆଉ ଏକ ଗୁରୁଦାୟିତ୍ୱ ମିଳିଛି। ସେ ଅନ୍ତର୍ଜାତୀୟ କ୍ରିକେଟ କାଉନସିଲ (ଆଇସିସି)ର ବେଶ୍‌ ଗୁରୁତ୍ୱପୂର୍ଣ୍ଣ ତଥା ପ୍ରଭାବୀ ଫାଇନାନ୍ସ ଓ କମର୍ସିଆଲ ଆଫେୟାର୍ସ (ଏଫ୍‌ ଆଣ୍ଡ ସିଏ) କମିଟି ଅଧ୍ୟକ୍ଷ ଭାବେ ନିଯୁକ୍ତି ପାଇଛନ୍ତି। ଗତ ସପ୍ତାହରେ ଅନୁଷ୍ଠିତ ହୋଇଥିବା ବାର୍ଷିକ ଅଧିବେଷଣ ଅବସରରେ ତାଙ୍କୁ ନିଯୁକ୍ତି ଦିଆଯାଇଛି। ସେହିପରି ପିସିବିର ଆଉ ଜଣେ ବରିଷ୍ଠ ଅଧିକାରୀ ତଥା ସଲମାନ ନାସିରଙ୍କୁ ଆଇସିସି ସେଫ୍‌ଗାର୍ଡିଂ ପ୍ୟାନେଲ୍‌ରେ ସାମିଲ କରାଯାଇଛି। ନାସିର ପିସିବିର ଜେନେରାଲ କନ୍‌ସେଲ ଓ ବାରିଷ୍ଟର ହିସାବରେ କାର୍ଯ୍ୟ କରୁଛନ୍ତି। ଆଇସିସି ଅଧ୍ୟକ୍ଷ ଶଶାଙ୍କ ମନୋହର ଏହି ଦୁଇଜଣଙ୍କୁ ନିଯୁକ୍ତି ଦେଇଛନ୍ତି ବୋଲି ପିସିବି ତରଫରୁ କୁହାଯାଇଛି।
ଏହି କମିଟିରେ ସାମିଲ ହୋଇଥିବା ଅନ୍ୟ ଅଧିକାରୀମାନେ ହେଲେ ଇନ୍ଦ୍ର ନୟି, ବିସିସିଆଇ ଆକ୍ଟିଂ ସେକ୍ରେଟାରୀ ଅମିତାଭ ଚୌଧୁରୀ, କ୍ରିକେଟ ସାଉଥ୍‌ ଆଫ୍ରିକା (ସିଏସ୍‌ଏ) ଅଧ୍ୟକ୍ଷ କ୍ରିସ୍‌ ଖ୍ବାଜା, କ୍ରିକେଟ ଅଷ୍ଟ୍ରେଲିଆ (ସିଏ) ଅଧ୍ୟକ୍ଷ ଏର୍ଲ ଏଡିଙ୍ଗ୍ସ ଓ ଇଂଲଣ୍ଡ କ୍ରିକେଟ ବୋର୍ଡ (ଇସିବି) ଅଧ୍ୟକ୍ଷ କଲିନ ଗ୍ରେଭ୍ସ। ଶଶାଙ୍କ ଓ ଆଇସିସି ମୁଖ୍ୟ କାର୍ଯ୍ୟନିର୍ବାହୀ ମନୁ ସାହନି ଏକ୍ସ- ଅଫିସୋ ସଦସ୍ୟ ଭାବେ ଏଫ୍‌ ଆଣ୍ଡ ସିଏରେ ସକ୍ରିୟ ରହିବେ।
୭୪ ବର୍ଷୀୟ ମାନି ପେସାରେ ଜଣେ ଚାର୍ଟାଡ ଆକାଉଣ୍ଟାଣ୍ଟ। ସେ ପୂର୍ବରୁ ୧୯୯୬ରେ ଆଇସିସିର ପ୍ରଥମ ଏଫ୍‌ ଆଣ୍ଡ ସିଏ ଅଧ୍ୟକ୍ଷ ଭାବେ ନିଯୁକ୍ତି ପାଇଥିଲେ ଓ ୨୦୦୨ ପର୍ଯ୍ୟନ୍ତ ଏହି ପଦରେ ରହି କାର୍ଯ୍ୟ କରିଥିଲେ। ଏହାପରେ ସେ ଆଇସିସିର ଅଧ୍ୟକ୍ଷ ଭାବେ ୨୦୦୬ ପର୍ଯ୍ୟନ୍ତ କାର୍ଯ୍ୟ କରିଥିଲେ। ନୂଆ ଦାୟିତ୍ୱ ଦେଇଥିବାରୁ ମାନି ଶଶାଙ୍କଙ୍କୁ କୃତଜ୍ଞତା ଜଣାଇଛନ୍ତି। ସେ ମଧ୍ୟ ଆଇସିସି ଅଡିଟ କମିଟିରେ ସାମିଲ ହୋଇଛନ୍ତି। ଏହ କିମିଟିର ଅଧ୍ୟକ୍ଷ ରହିଛନ୍ତି ଭାରତର ଯୁବରାଜ ନାରାୟଣ।


Enter your email to get our daily news in your inbox.

All Right Reserved By Dharitri.Com

Posted inHome, ଖେଳ View All

ଇରାନର ତୈଳ ଜାହାଜ ଉପରେ ଆମେରିକାର ବଡ଼ ଆକ୍ରମଣ

ଓ୍ବାଶିଂଟନ,୫ା୯: ଇରାନର ଇସ୍‌ଲାମିକ ରିଭଲ୍ୟୁଶନାରି ଗାର୍ଡ କର୍‌ (ଆଇଆର୍‌ଜିସି) ଆମେରିକା ନୌସେନାର ୨ ଯୁଦ୍ଧଜାହାଜକୁ ଟାର୍ଗେଟ କରି କ୍ଷେପଣାସ୍ତ୍ର ଛାଡ଼ିବା ପରେ ଆମେରିକା ସେନା ଅଶୋଧିତ ତୈଳ…

ଭୂସ୍ଖଳନ ଘଟି ଚାମେଲିଆ ନଦୀ ଗତିପଥ ଅବରୋଧ, କାଳୀ ନଦୀରେ ବଡ଼ ବନ୍ୟା ଆଶଙ୍କା

ଡେରାଡୁନ୍‌,୫ା୯: ଏକ ବଡ଼ ଧରଣର ଭୂସ୍ଖଳନ ଯୋଗୁ ନେପାଳର ଚାମେଲିଆ ନଦୀ ଆଂଶିକ ଅବରୋଧ ହୋଇ ଏକ କୃତ୍ରିମ ହ୍ରଦ ସୃଷ୍ଟି କରିଛି। ଫଳରେ ଭାରତ ପାର୍ଶ୍ୱରେ…

ଅଧିକ ମାର୍କ ଚାହୁଁଥିଲେ…JNU ପ୍ରଫେସରଙ୍କ ବିରୋଧରେ ଯୌନ ନିର୍ଯାତନା ଅଭିଯୋଗ

ନୂଆଦିଲ୍ଲୀ,୬ା୯: ଦିଲ୍ଲୀର ଜବାହରଲାଲ ନେହେରୁ ୟୁନିଭର୍ସିଟି (JNU)ର ଜଣେ ପ୍ରଫେସରଙ୍କ ବିରୋଧରେ ୧୧ ଜଣ ଛାତ୍ରୀ ଯୌନ ନିର୍ଯାତନା ଅଭିଯୋଗ ଆଣିଛନ୍ତି। ଏହି ଅଭିଯୋଗ ମେ’ ମାସରେ…

ବ୍ଲକ ସଂଯୋଜକ ନିଯୁକ୍ତି ପ୍ରକ୍ରିୟାରେ ଅନିୟମିତତା ଅଭିଯୋଗ, ଆବେଦନକାରୀଙ୍କୁ ମିଳିନି ପରୀକ୍ଷା ସୂଚନା

ବରଗଡ଼/ଅତାବିରା,୬।୯(ପ୍ରେମାନନ୍ଦ ଖମାରୀ/ଯୁଧିଷ୍ଠିର ମହାପାତ୍ର): ରାଜ୍ୟ ସରକାରଙ୍କ ମିଶନ ଶକ୍ତି ବିଭାଗ ଏବଂ ସେଣ୍ଟର ଫର୍‌ ରିସର୍ଚ୍ଚ ଇନ୍‌ ସ୍କିମ୍‌ ଏଣ୍ଡ୍‌ ପଲିସିଜ୍‌(ସିଆରଆଇଏସପି)ର ମିଳିତ ପ୍ରକଳ୍ପ ବ୍ଲେସ୍‌(ବିଲଡ଼ିଂ ଲାଇଭହୁଡସ୍‌…

ପାଟଣା କଲେଜରେ ୬କୋଟିରୁ ଉର୍ଦ୍ଧ୍ବ ଟଙ୍କା ହେରଫେର ଅଭିଯୋଗ, ଭିଜିଲାନ୍ସ ତଦନ୍ତ ଦାବି

ପାଟଣା,୬।୯(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ୍‌ ମୁଖ୍ୟାଳୟସ୍ଥିତ ସର୍ବ ପ୍ରଥମ ୪୪ବର୍ଷ ଆଞ୍ଚଳିକ ମହାବିଦ୍ୟାଳୟ, ସ୍ବାମପାଟଣାରେ ୬ କୋଟି ୬୦ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ହେରଫେର ଅଭିଯୋଗ…

ପୋଲିସକୁ କାହିଁକି ଡାକିଲୁ…. ସ୍ତ୍ରୀଙ୍କୁ ହତ୍ୟା ଉଦ୍ୟମ, ବନ୍ଧାହେଲେ ସ୍ବାମୀ

ଦିଗପହଣ୍ଡି,୬।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଂସାମାରି ଗ୍ରାମ ଢେପ ସାହିର ଟି.ବିଜୟ ଦୋରା ତାଙ୍କ ସ୍ତ୍ରୀ ଟି.ଲିଲି ଦୋରାଙ୍କୁ ମରଣାନ୍ତକ ମାଡ଼ ମାରି…

ଜାମିନରେ ଆସିବା ପରେ କୁଲାଡ଼ ବ୍ୟାଘ୍ରଦେବୀଙ୍କ ଦର୍ଶନ କଲେ ବିକ୍ରମ ପଣ୍ଡା, ଭଞ୍ଜନଗର-ଆସିକାରେ ସ୍ବାଗତ

ଭଞ୍ଜନଗର,୬।୯(ବାବୁଲା ପ୍ରଧାନ): ଆଇନଜୀବୀ ପିତବାସ ପଣ୍ଡା ହତ୍ୟା ମାମଲାରେ ବ୍ରହ୍ମପୁରର ପୂର୍ବତନ ବିଧାୟକ ବିକ୍ରମ ପଣ୍ଡାଙ୍କୁ ଜାମିନ ମିଳିଛି । ଏହାରି ଭିତରେ ସେ ନିଜର ମାନସିକ…

ଭାଇରାଲ୍ ହେଉଛି ଟ୍ରମ୍ପଙ୍କ ହାତର ଫଟୋ; ଗଭୀର ଚିହ୍ନଙ୍କୁ ନେଇ ବଢ଼ିଲା ଚର୍ଚ୍ଚା

ଓ୍ବାଶିଂଟନ,୬।୯: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଡାହାଣ ହାତରେ ଦେଖାଯାଉଥିବା ଚିହ୍ନର ନୂଆ ଫଟୋ ସାମ୍ନାକୁ ଆସିଛି । ଏହାପରେ ତାଙ୍କ ସ୍ୱାସ୍ଥ୍ୟକୁ ନେଇ ପୁଣିଥରେ ଚର୍ଚ୍ଚା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri