‘ଏହା ରାଜନୀତି କରିବା ସମୟ ନୁହେଁ’

ନୂଆଦିଲ୍ଲୀ, ୧୨ା୫: ପଶ୍ଚିମବଙ୍ଗରେ କରୋନା ଭାଇରସ୍‌ ସ୍ଥିତି ଭୟଙ୍କର ହେବାରେ ଲାଗିଛି। ଏକ୍ଷେତ୍ରରେ କେନ୍ଦ୍ର ସରକାର ଆମକୁ ସହଯୋଗ କରୁନାହାନ୍ତି। ରାଜ୍ୟ-ରାଜ୍ୟ ମଧ୍ୟରେ ଭେଦଭାବ କରାଯାଇ ରାଜନୀତି କରାଯାଉଛି। ସଂଘୀୟ ବ୍ୟବସ୍ଥାର ଅବମାନନା କରାଯାଉଛି। ଏଭଳି ସ୍ଥିତିରେ ସହଯୋଗ କରାଯିବା ବଦଳରେ ରାଜନୈତିକ ଆକ୍ରୋଶ ରଖି ଆମକୁ ଅଣଦେଖା କରାଯାଉଛି ବୋଲି ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ତଥା ଟିଏମ୍‌ସି ମୁଖ୍ୟ ମମତା ବାନାର୍ଜୀ ଅଭିଯୋଗ କରିଛନ୍ତି। ସୋମବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପଞ୍ଚମ ଥର ଲାଗି କରୋନା ସ୍ଥିତି ସମୀକ୍ଷା ସହ ରାଜ୍ୟ ମୁଖ୍ୟମନ୍ତ୍ରୀଙ୍କୁ ନେଇ ଭିଡିଓ କନ୍‌ଫରେନ୍ସିଂ କରିଥିବା ବେଳେ ମମତା ଆପତ୍ତି ଉଠାଇଥିଲେ। ଲକ୍‌ଡାଉନ୍‌ କୋହଳ କରିବା, ଦାଦନ ଶ୍ରମିକ ପ୍ରସଙ୍ଗ, ଆର୍ଥତ୍କ ସ୍ଥିତି ସମ୍ପର୍କରେ ଆଲୋଚନା କରିବାକୁ ସେ ଦାବି କରିଥିଲେ। ଗଣମାଧ୍ୟମ ଆଗରେ ସେ କେନ୍ଦ୍ର କୌଣସି ସହାୟତା କରୁ ନ ଥିବା ଅଭିଯୋଗ କରିଛନ୍ତି।
ଏପ୍ରିଲ ୨୦ରେ ଇଣ୍ଟର ମିନିଷ୍ଟରିଆଲ ଟିମ୍‌ ପଶ୍ଚିମବଙ୍ଗ ଗସ୍ତକରି କରୋନା ସ୍ଥିତି ସମୀକ୍ଷା କରିଥିଲେ। ସ୍ବରାଷ୍ଟ୍ରମନ୍ତ୍ରୀ ଫୋନ୍‌କରି ଜଣାଇବାର ୩ ଘଣ୍ଟା ପୂର୍ବରୁ ସେମାନେ ପହଞ୍ଚି ଯାଇଥିଲେ। ଗସ୍ତ ପୂର୍ବରୁ ଅବଗତ କରା ନ ଯିବାକୁ ନେଇ ମଧ୍ୟ ମମତା ବର୍ଷିଛନ୍ତି। ହଠାତ୍‌ କେନ୍ଦ୍ରୀୟ ଟିମ୍‌ ବେଙ୍ଗଲ ଆସିବା ଓ ହଟ୍‌ସ୍ପଟ୍‌ରେ ରାଜ୍ୟର ସହଯୋଗ ନ ପାଇବା କଥା କହିବା ଠିକ୍‌ନୁହେଁ। କେନ୍ଦ୍ର ସବୁ ରାଜ୍ୟକୁ ଠିକ୍‌ ଭାବେ ଏଭଳି ସମୟରେ ଦେଖିବା ଉଚିତ୍‌ ବୋଲି ମମତା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଇରାନକୁ ଟ୍ରମ୍ପଙ୍କ ଚରମ ଚେତାବନୀ: ‘ଶାନ୍ତି ଆଲୋଚନା ବିଫଳ ହେଲେ ଆକ୍ରମଣ ପାଇଁ ଆମେରିକା ପ୍ରସ୍ତୁତ’

ୱାଶିଂଟନ,୧୦।୭: ଇରାନ ଏବଂ ଆମେରିକା ମଧ୍ୟରେ ଶାନ୍ତିବାର୍ତ୍ତା ନେଇ ଆଲୋଚନା ହେବାକୁ ଥିବା ବେଳେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ଧମକ ଦେଇଛନ୍ତି। ଇସଲାମାବାଦରେ…

ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ… 

ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…

ଲୋକକଳା ପାଇଁ ଦିନଟିଏ

ଖଜୁରିପଡ଼ା,୧୦ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପକ୍ଷରୁ ସ୍ଥାନୀୟ ହାଇସ୍କୁଲ ପଡ଼ିଆଠାରେ ଶୁକ୍ରବାର ସାରେ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଶୁଭ…

ହାତୀ ଆକ୍ରମଣରେ ଜଣେ ଗୁରୁତର

ରୁପ୍ରାରୋଡ୍‌,୧୦ା୪(ସଞ୍ଜୀବ ଦାସ): ହାତୀ ଆକ୍ରମଣରେ କଳାହାଣ୍ଡି ଜିଲା ନର୍ଲା ବ୍ଲକ୍‌ର ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ସେ ହେଲେ କୁରମେଲ ପଞ୍ଚାୟତ ବୁଦେଲଗୁମା ଗ୍ରାମର ସୀମାଞ୍ଚଳ ନାଏକ…

ମୁଖ୍ୟମନ୍ତ୍ରୀ ବସ୍‌କୁ ଅଟକାଇ କର୍ମଚାରୀଙ୍କୁ ମାଡ଼ ମାରିଲେ ଯୁବକ,ପରେ…

ଆନନ୍ଦପୁର,୧୦।୪(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଘସିପୁରା ବ୍ଲକ କେଶଦୁରାପାଳଠାରୁ ଘସିପୁରା ଯାଉଥିବା ମୁଖ୍ୟମନ୍ତ୍ରୀ ବସ୍‌କୁ ଦେଓଗାଁ ଚିକିତ୍ସାଳୟ ସମ୍ମୁଖରେ ଜଣେ ଯୁବକ ଶୁକ୍ରବାର ଅଚାନକ…

୪ଟି ଶ୍ରେଣୀଗୃହରେ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା

ଗଞ୍ଜାମ,୧୦ା୪(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ଦାମୋଦରପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପାଠପଢ଼ାରେ ବ୍ୟଘାତ ସୃଷ୍ଟି ହେଉଛି। ୧୯୭୫ ମସିହାରେ ପ୍ରତିଷ୍ଠିତ ଏହି ବିଦ୍ୟାଳୟରେ ଶିଶୁ ବାଟିକା…

ଯମୁନାରେ ବୁଡ଼ିଲା ଡଙ୍ଗା: ୧୦ ଭକ୍ତଙ୍କ ଚାଲିଗଲା ଜୀବନ, ଉଦ୍ଧାର କାର୍ଯ୍ୟ ଜାରି

ଲକ୍ଷ୍ନୌ,୧୦।୪: ମଥୁରା ଜିଲାର ବୃନ୍ଦାବନରେ ଶୁକ୍ରବାର ଏକ ବଡ଼ ଦୁର୍ଘଟଣା ଘଟିଛି। ଶ୍ରୀନଗର ଘାଟ ନିକଟରେ ଏକ ଡଙ୍ଗା ବୁଡ଼ିଯିବା ପରେ ଅନେକ ଭକ୍ତ ନିଖୋଜ ହୋଇଯାଇଛନ୍ତି।…

ଥଲାପତି ବିଜୟଙ୍କୁ ବଡ଼ ଝଟ୍‌କା: ଅନୁରୋଧ କରି କହିଲେ…

ଦକ୍ଷିଣ ଭାରତୀୟ ସୁପରଷ୍ଟାର ଥଲାପତି ବିଜୟଙ୍କ ଫିଲ୍ମ ‘ଜନ ନାୟାଗନ’ ମୁକ୍ତିଲାଭ ଅପେକ୍ଷାରେ ଅଛି। ପ୍ରଥମେ ଜାନୁଆରୀ ୨୦୨୬ରେ ରିଲିଜ ହେବାର ଯୋଜନା ଥିଲା, କିନ୍ତୁ ବିଭିନ୍ନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri