Posted inଖେଳ

ଏହି ଫଟୋ ପାଇଁ ପୁରସ୍କାର ଜିତିଲେ ସଚିନ ତେନ୍ଦୁଲକର

ବର୍ଲିନ,୧୮।୨: ଲରିୟସ୍‌ ବିଶ୍ୱ ସ୍ପୋର୍ଟସ ପୁରସ୍କାର ଘୋଷଣା କରାଯାଇଛି। ରେସର୍‌ ଲୁଇସ୍‌ ହାମିଲଟନ୍‌ ଏବଂ ଫୁଟବଲର୍‌ ଲିଓନେଲ ମେସି ସଂଯୁକ୍ତ ଭାବେ ବିଶ୍ୱ ସ୍ପୋର୍ଟସ ମ୍ୟାନ୍‌ ଅଫ୍‌ ଦ ଇୟର୍‌ ପୁରସ୍କାର ଜିଣିଛନ୍ତି। ମାଷ୍ଟରବ୍ଲାଷ୍ଟର ସଚିନ ତେନ୍ଦୁଲକରଙ୍କୁ ସ୍ପୋର୍ଟିଙ୍ଗ୍‌ ମୋମେଣ୍ଟସ୍‌ ୨୦୦୦-୨୦୨୦ ପାଇଁ ପୁରସ୍କାର ମିଳିଛି। ୨୦୧୧ ବିଶ୍ୱକପ୍‌ ବିଜୟୀ ହେବା ପରେ ଭାରତୀୟ ଖେଳାଳିମାନେ ସଚିନଙ୍କୁ କାନ୍ଧରେ ବସାଇ ଷ୍ଟାଡିୟମରେ ବୁଲିଥିଲେ। ଏହି ସମୟରେ ସଚିନ ହାତରେ ତ୍ରିରଙ୍ଗା ଧରିଥିଲେ। ବିଶ୍ୱ କ୍ରୀଡା ଜଗତରେ ଏହି ମୂହୁର୍ତ୍ତକୁ ବେଶ୍‌ ପସନ୍ଦ କରାଯାଇଥିଲା। ସ୍ପୋର୍ଟିଙ୍ଗ୍‌ ମୋମେଣ୍ଟସ୍‌ ୨୦୦୦-୨୦୨୦ ପାଇଁ ଏହି ଫଟୋକୁ ଚୟନ ପାଇଁ ସର୍ବାଧିକ ଭୋଟ ମିଳିଥିଲା। ପୁରସ୍କାର ଗ୍ରହଣବେଳେ ସଚିନ କହିଛନ୍ତି, ଏହି ପୁରସ୍କାର ଜିତି ମୁଁ ବହୁତ୍‌ ଖଉସି ଅଛି। ଏଥିରୁ ପ୍ରମାାଣିତ ହେଉଛି ଖେଳ କେତେ ଶକ୍ତିଶାଳୀ ଏବଂ ଲୋକଙ୍କ ଜୀବନରେ ଏହା କେତେ ପ୍ରଭାବ ପକାଏ ବୋଲି ସେ ନିଜ ପ୍ରତିକ୍ରିୟାରେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କେମିତି ରହିବ ମୋଦି-ଟ୍ରମ୍ପଙ୍କ ୨୦୨୬? ଭବିଷ୍ୟବାଣୀରେ ଜଣାପଡିଲା ସତ!

୨୦୨୫ ବର୍ଷ ଶେଷ ହେବାକୁ ଯାଉଛି। ୨୦୨୬ ଏବେ ପାଖେଇ ଆସୁଛି। ୨୦୨୬ ବର୍ଷ ଲୋକଙ୍କ ପାଇଁ କିପରି ହେବ ସେ ବିଷୟରେ ଜ୍ୟୋତିଷମାନେ ଭବିଷ୍ୟବାଣୀ...

ଶକ୍ତିଶାଳୀ ଦିଲ୍ଲୀକୁ ହରାଇଲା ଓଡ଼ିଶା, ବିରାଟ ଅନୁପସ୍ଥିତିରେ ମାଟି କାମୁଡ଼ିଲା ରିଷଭଙ୍କ ଟିମ୍

ବେଙ୍ଗାଲୁରୁ,୩୧ା୧୨: ବିଜୟ ହଜାରେ ଟ୍ରଫିର ଏଲିଟ୍ ଗ୍ରୁପ୍-ଡି ମୁକାବିଲାରେ ଓଡ଼ିଶା କ୍ରିକେଟ୍ ଦଳ ଶକ୍ତିଶାଳୀ ଦିଲ୍ଲୀକୁ ୭୯ ରନ୍‌ରେ ପରାସ୍ତ କରିଛି। ଷ୍ଟାର୍ ବ୍ୟାଟର ବିରାଟ...

ଡେଲିଭରି ଏଜେଣ୍ଟଙ୍କ ପାଇଁ କମ୍ପାନୀ କଲା ବଡ଼ ଘୋଷଣା, ବଢିବ ଇନକମ୍‌

ନୂଆଦିଲ୍ଲୀ,୩୧।୧୨:ଡିସେମ୍ୱର 31 ତାରିଖରେ ଡେଲିଭରି କର୍ମଚାରୀମାନେ ଧର୍ମଘଟ ଘୋଷଣା କରିଛନ୍ତି। ଏହି ସମୟରେ, ଜୋମାଟୋ ଏବଂ ସ୍ୱିଗି ଅଧିକ ଦରମା ଏବଂ ବୀମା ପାଇଁ ପ୍ରତିବାଦ...

ନୂଆବର୍ଷ ଗୋଟିଏ ଦିନ ପୂର୍ୱରୁ ସରକାରୀ କର୍ମଚାରୀଙ୍କୁ ଝଟ୍‌କା! ଏମାନଙ୍କୁ ମିଳିବନି ଗ୍ରାଚ୍ୟୁଇଟି

ନୂଆଦିଲ୍ଲୀ,୩୧।୧୨: କେନ୍ଦ୍ର ସରକାରୀ କର୍ମଚାରୀ ଏବଂ ପେନସନଭୋଗୀଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଖବର ଆସିଛି। ପେନସନ ଏବଂ ପେନସନଭୋଗୀ କଲ୍ୟାଣ ବିଭାଗ (DoPPW) ଗ୍ରାଚ୍ୟୁଇଟି ସମ୍ୱନ୍ଧୀୟ...

ଏମିତି ସ୍ଥାନ, ଯେଉଁଠି ବିବାହ ପରେ କନ୍ୟା ନୁହନ୍ତି, ବର ଯାଆନ୍ତି ଶାଶୁଘର

ଭାରତରେ ଜାତି, ଧର୍ମ, ବର୍ଣ୍ଣ ସମେତ ବିଭିନ୍ନ ସ୍ଥାନରେ ଭିନ୍ନଭିନ୍ନ ପରମ୍ପରା ରହିଛି। ଏହି ଅନନ୍ୟ ପରମ୍ପରା ଭାରତକୁ ଅନ୍ୟ ଦେଶଠାରୁ ସ୍ବତନ୍ତ୍ର କରେ। ଭାରତରେ...

ପ୍ରଥମ ମହିଳା ମୁଖ୍ୟ ଶାସନ ସଚିବ ଭାବେ ଦାୟିତ୍ବ ନେଲେ ଅନୁ ଗର୍ଗ, କହିଲେ ନୂଆ ସରକାରରେ…

ଭୁବନେଶ୍ବର,୩୧ା୧୨: ନୂଆ ମୁଖ୍ୟ ଶାସନ ସଚିବ ଭାବେ ଦାୟିତ୍ବ ନେଲେ ଅନୁ ଗର୍ଗ । ସେ ରାଜ୍ୟର ପ୍ରଥମ ମହିଳା ମୁଖ୍ୟ ଶାସନ ସଚିବ ।...

କୁକୁର ମୁଁହରୁ ହରିଣକୁ ଉଦ୍ଧାରକଲେ ସରପଞ୍ଚ ପ୍ରତିନିଧି, ଚିକିତ୍ସା ପରେ ବନବିଭାଗକୁ କଲେ ହସ୍ତାନ୍ତର

ଗଞ୍ଜାମ,୩୧ା୧୨(ବିଦ୍ୟାଧର ସାହୁ ): କୁକୁର ମୁଁହରୁ ଆହତ ହରିଣକୁ ଉଦ୍ଧାର କଲେ ମଲାଡ଼ ସରପଞ୍ଚ ପ୍ରତିନିଧି ସୁଦାମ ବେହେରା । ମଲାଡ଼ ପଞ୍ଚାୟତ କାର୍ଯ୍ୟାଳୟ ଠାରୁ...

ଭୋଜି ଖାଇ ୧୦୦ରୁ ଊର୍ଦ୍ଧ୍ୱ ଝାଡ଼ାବାନ୍ତିରେ ଆକ୍ରାନ୍ତ, ଡାକ୍ତର କହିଲେ…

କେସିଙ୍ଗା,୩୧ା୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ବେଲଖଣ୍ଡି ଗ୍ରାମର କଲୋନୀରେ ଏକ ଭୋଜି ଭାତ ଖାଇ ଶତାଧିକ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇ କେସିଙ୍ଗା ଗୋଷ୍ଠୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri