ଏହି ମନ୍ଦିରକୁ ଏବେ ବି ଆସନ୍ତି ମହାଭାରତର ଯୋଦ୍ଧା…

ମହାଭାରତର ଅଶ୍ୱତ୍‌ଥମା ଏବେ ବି ମା’ଙ୍କ ମନ୍ଦିରରେ ପୂଜା କରନ୍ତି ବୋଲି ସ୍ଥାନୀୟ ଲୋକେ ବିଶ୍ୱାସ କରନ୍ତି। ଦ୍ୱାପର ଯୁଗର କିଛି କଥା ସହିତ ଜଡ଼ିତ ଥିବା ଉତ୍ତର ପ୍ରଦେଶର ଇଟାଓ୍ବା ଜିଲ୍ଲାରେ ଯମୁନା ନଦୀ କୂଳରେ ଅବସ୍ଥିତ ମା’ କାଳୀଙ୍କ ମନ୍ଦିର ବିଷୟରେ ମାନ୍ୟତା ରହିଛି। ମହାଭାରତର ଅଶ୍ୱତ୍‌ଥମା ଏବେ ବି ଭୋର୍‌ରୁ ଆସି ସର୍ବପ୍ରଥମେ ଏଠାରେ ପୂଜାର୍ଚ୍ଚନା କରିଥାନ୍ତି ବୋଲି ସ୍ଥାନୀୟ ଲୋକଙ୍କ ବିଶ୍ୱାସ ରହିଛି। ଇଟାଓ୍ବା ସଦର ମୁଖ୍ୟାଳୟରୁ ମାତ୍ର ୫ କିଲୋମିଟର ଦୂରରେ ଥିବା ଯମୁନା ନଦୀ କୂଳରେ ଅବସ୍ଥିତ ଏହି ମନ୍ଦିରରେ ନବରାତ୍ରି ସମୟରେ ସ୍ବତନ୍ତ୍ର ପୂଜାର୍ଚ୍ଚନା କରାଯାଇଥାଏ। ନିଜ ମାନସିକ ପୂରଣ  ପାଇଁ ଦୂରଦୂରାନ୍ତରରୁ ଭକ୍ତମାନେ ଏଠାକୁ ଆସିଥାନ୍ତି। ମନ୍ଦିର ବନ୍ଦ ହେବା ପୂର୍ବରୁ ମୂର୍ତ୍ତିରୁ ସବୁ ଶୁଖିଯାଇଥିବା ଫୁଲଗୁଡ଼ିକୁ ବାହାର କରିଦିଆଯାଇଥାଏ କିନ୍ତୁ ସକାଳେ ଯେତେବେଳେ ମନ୍ଦିର ଖୋଲାଯାଏ ମନ୍ଦିର ଗର୍ଭଗୃହରେ ଫୁଲ ଗୁଡ଼ିକ ଏକଦମ ସତେଜ ଅବସ୍ଥାରେ ରହିଥାଏ। ଯାହା ପ୍ରମାଣ କରେ ଯେ କେହି ନା କେହି ଆସି ପୂଜା କରିଥାଆନ୍ତି । ଶାସ୍ତ୍ରରେ ଉଲ୍ଲେଖ ଅଛି ଯେ, ମହାଭାରତର ଅଶ୍ୱତ୍‌ଥମା ମା’ଙ୍କ ମନ୍ଦିରରେ ଆସି ରାତିରେ ପୂଜା କରିଥାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘୪୦୦ ପାର୍‌ ସଙ୍କଳ୍ପ ମୁସ୍କିଲ’, ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଲେ ଭାଜପାର ବରିଷ୍ଠ ନେତା

ନୂଆଦିଲ୍ଲୀ,୨୦।୪: ଲୋକ ସଭା ନିର୍ବାଚନର ପ୍ରଥମ ପର୍ଯ୍ୟାୟ ମତଦାନ ଶେଷ ହୋଇଛି। ଚତୁର୍ଥ ପର୍ଯ୍ୟାୟରେ କାନପୁର ଲୋକ ସଭା ଆସନରେ ଭୋଟିଂ ଅନୁଷ୍ଠିତ ହେବ, କିନ୍ତୁ...

ସ୍କୁଲରେ ପ୍ରଧାନ ଶିକ୍ଷୟିତ୍ରୀଙ୍କ ବିୟୁଟି ପାର୍ଲର

ଉନ୍ନାଓ: କୌଣସି ମଧ୍ୟ ବିଦ୍ୟାଳୟରେ ପ୍ରଧାନ ଶିକ୍ଷକ ପଦ ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ହୋଇଥାଏ। ବିଦ୍ୟାଳୟକୁ ଠିକ୍‌ ଭାବେ ଚଳାଇବା ସହ ଅନୁଶାସନ ବଜାୟ ରଖିବାର ସମ୍ପୂର୍ଣ୍ଣ...

ଇନ୍‌ଷ୍ଟାଗ୍ରାମ ରିଲ୍‌ କରିବା କାଳ ହେଲା

ନୂଆଦିଲ୍ଲୀ,୨୦ା୪: ଉତ୍ତରପ୍ରଦେଶର ଏକ ଗ୍ରାମରେ ଜଣେ ୨୧ ବର୍ଷୀୟ ଯୁବକ ଇନ୍‌ଷ୍ଟାଗ୍ରାମ ରିଲ୍‌କୁ ଭାଇରାଲ କରିବାକୁ ଉଦ୍ୟମ କରି ପ୍ରାଣ ହରାଇଛନ୍ତି। ଶିବମ୍‌ କୁମାର ନାମକ...

ହିନ୍ଦୀ ନ କହିବାରୁ କନ୍ନଡ଼ ଅଭିନେତ୍ରୀଙ୍କୁ ଆକ୍ରମଣ

ବେଙ୍ଗାଲୁରୁ, ୨୦।୪: କନ୍ନଡ଼ ଅଭିନେତ୍ରୀ ହର୍ଷିକା ପୁନାଚାଙ୍କୁ ୨ ଦିନ ତଳେ କେତେଜଣ ଦୁର୍ବୃତ୍ତ ଆକ୍ରମଣ କରିଥିବା ଶୁକ୍ରବାର ସେ ନିଜ ଫେସବୁକରେ ପୋଷ୍ଟ କରି...

୧୦୨ ଆସନରେ ୬୦% ମତଦାନ

ନୂଆଦିଲ୍ଲୀ,୨୦ା୪(ପି.ଟି.): ୨୧ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳର ୧୦୨ଟି ଆସନରେ ପ୍ରଥମ ପର୍ଯ୍ୟାୟ ଲୋକ ସଭା ନିର୍ବାଚନ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ଭୋଟିଂ ଶେଷ ସୁଦ୍ଧା...

‘ଦୂରଦର୍ଶନର ଗୈରିକୀକରଣ’

ନୂଆଦିଲ୍ଲୀ,୨୦ା୪: ସରକାରୀ ନ୍ୟୁଜ୍‌ ଚ୍ୟାନେଲ୍‌ ‘ଡିଡି ନ୍ୟୁଜ୍‌’ ଏହାର ନୂଆ ଲୋଗୋ ଉନ୍ମୋଚନ କରିବା ପରେ ଏହାକୁ ନେଇ ସୋସିଆଲ ମିଡିଆରେ ଜୋର୍‌ଦାର ପ୍ରତିକ୍ରିୟା ପ୍ରକାଶ...

ପ୍ରଧାନମନ୍ତ୍ରୀ ମୋଦିଙ୍କ ବିପକ୍ଷରେ ପ୍ରାର୍ଥୀ ବଦଳାଇଲା ବିଏସ୍‌ପି

ଲକ୍ଷ୍ନୌ,୧୯।୪: ଲୋକ ସଭା ନିର୍ବାଚନ ୨୦୨୪ ପାଇଁ ବିଏସ୍‌ପି ଏହାର ପ୍ରାର୍ଥୀଙ୍କ ଆଉ ଏକ ତାଲିକା ପ୍ରକାଶ କରିଛି। ଏହି ତାଲିକାରେ ମୋଟ ୧୧ ଜଣ...

କଂଗ୍ରେସ ପ୍ରାର୍ଥୀ ପାଇଁ ପ୍ରଚାର କଲେ ଶାହାରୁଖ ଖାନ୍‌! ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୧୯।୪: କଂଗ୍ରେସ ପାଇଁ ପ୍ରଚାର କଲେ ବଲିଉଡର କିଙ୍ଗ ଖାନ୍‌ ଶାହରୁଖ ଖାନ୍‌। ଆଗାମୀ ଲୋକ ସଭା ନିର୍ବାଚନ ପାଇଁ କଂଗ୍ରେସ ପ୍ରାର୍ଥୀଙ୍କ ପାଇଁ ଷ୍ଟାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri