Posted inଖେଳ

ଏହି ଯୁବତୀଙ୍କ ପ୍ରେମରେ ପଡିଛନ୍ତି କ୍ରିକେଟର୍‌ ନବଦୀପ ସଇନି

ଭାରତ ପାଇଁ ବେଶ ଚମତ୍କାର ପ୍ରଦର୍ଶନ କରିଥିବା ଯୁବ ଦ୍ରୁତ ବୋଲର ନବଦୀପ ସଇନି ଏବେ ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଛନ୍ତି। ନ୍ୟୁଜିଲାଣ୍ଡରେ ଭଲ ପ୍ରଦର୍ଶନ କରିଥିବା ସଇନିଙ୍କ ଭବିଷ୍ୟତ ଉଜ୍ଜ୍ୱଳ ବୋଲି କ୍ରିକେଟ ପଣ୍ଡିତମାନେ ମତ ଦେଇଛନ୍ତି। ନିକଟରେ ପ୍ରେମ ଦିବସ ଅବସରରେ ନିଜ ଗର୍ଲଫ୍ରେଣ୍ଡଙ୍କ ସହ ଏକ ଫଟୋ ଶେୟାର କରିଥିଲେ ସଇନି। ତେଣୁ ପ୍ରଶଂସକଙ୍କ ମଧ୍ୟରେ ତାଙ୍କ ପ୍ରେମିକାଙ୍କ ବିଷୟରେ ଜାଣିବାକୁ ଉତ୍ସୁକତା ପ୍ରକାଶ ପାଇଛି। ତେବେ ସଇନି ଯାହାଙ୍କ ପ୍ରେମରେ ପାଗଳ ସେ ହେଉଛନ୍ତି ପୂଜା ବିଜାର୍ନିଆ। ପିତାଙ୍କ ଜୀବନ ବଞ୍ଚାଇବା ପାଇଁ ନିଜ ଲିଭର କିଛି ଅଂଶ ଦାନ କରିଥିଲେ ପୂଜା। ୨୦୧୭ରେ ଡାକ୍ତର ଭୂଷଣ ଶ୍ରୀବାସ୍ତବ ପୂଜାଙ୍କ ଲିଭର ତାଙ୍କ ପିତାଙ୍କଠାରେ ସଫଳ ପ୍ରତିରୋପଣ କରିଥିଲେ। ପିତାଙ୍କ ଚିକିତ୍ସା ପାଇଁ ପୂଜାଙ୍କ ପରିବାର ସମ୍ପତ୍ତି ବିକି ଦେଇଥିଲେ। ଏନେଇ ସୋସିଆଲ ମିଡିଆରେ ଏକ ପୋଷ୍ଟ ଶେୟାର କରିଥିଲେ ଡାକ୍ତ ଭୂଷଣ ଶ୍ରୀବାସ୍ତବ। ଯାହା ସେ ସମୟରେ ଭାଇରାଲ ହୋଇଥିଲା। ପୂଜା ସ୍ପୋଟର୍‌ସ ମ୍ୟାନେଜମେଣ୍ଟ କୋର୍ସ ମଧ୍ୟ କରିଛନ୍ତି। ନବଦୀପଙ୍କୁ ସେ ଗତ ୨-୩ବର୍ଷ ହେବ ଡେଟିଂ କରୁଛନ୍ତି।
ନବଦୀପ ଅନ୍ତର୍ଜାତୀୟ ମ୍ୟାଚ୍‌ ଖେଳିବା ପୂର୍ବରୁ ଇଣ୍ଡିଆନ ପ୍ରିମିୟର ଲିଗ (ଆଇପିଏଲ)ରେ ସେ ଉଚ୍ଚକୋଟୀର ପ୍ରଦର୍ଶନ କରିଥିଲେ। ତାଙ୍କ ପାଖରେ ପ୍ରତିଭା ରହିଛି। ସେ ଘଣ୍ଟାପ୍ରତି ୧୫୦ କି.ମି.ରେ ବୋଲିଂ କରୁଛନ୍ତି। ସେ ମଧ୍ୟ ଫିଟ ଅଛନ୍ତି। ଖୁବ କମ ବୋଲର ଅଛନ୍ତି ଯେଉଁମାନେ ୧୫୦ କିମ୍ବା ଊର୍ଦ୍ଧ୍ୱ ବେଗରେ ବୋଲିଂ କରୁଛନ୍ତି। ତେଣୁ ତାଙ୍କ ସମ୍ମୁଖରେ ଉଜ୍ଜ୍ୱଳ ଭବିଷ୍ୟତ ରହିଛି। ପୂର୍ବତନ ଓପନର ଗୌତମ ଗମ୍ଭୀର ମଧ୍ୟ ସଇନିଙ୍କ ପ୍ରଦର୍ଶନକୁ ପ୍ରଶଂସା କରିଛନ୍ତି। ୬ ବର୍ଷ ତଳେ ଗମ୍ଭୀର ସଇନିଙ୍କ ପ୍ରତିଭାକୁ ଚିହ୍ନଟ କରିଥିଲେ ଓ ତାଙ୍କୁ ସାହଯ୍ୟ କରିଥିଲେ। ଦୁଇବର୍ଷ ତଳେ ପିଟିଆଇକୁ ଦେଇଥିବା ଏକ ସାକ୍ଷାତକାରରେ ଗମ୍ଭୀରଙ୍କୁ ପ୍ରଶଂସା କରିଥିଲେ। ନିଜ ସଫଳତାର ଶ୍ରେୟ ସେ ଗମ୍ଭୀରଙ୍କୁ ଦେଇଥିଲେ। ମୁଁ କିଛି ନ ଥିଲି, ଗମ୍ଭୀର ଭାଇ ମୋ ପାଇଁ ସବୁକିଛି କରିଛନ୍ତି ବୋଲି ସଇନି କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶା ସରକାରଙ୍କ ବଡ଼ ଘୋଷଣା, ଆଉ ଖୋଲାରେ ମିଳିବନି ଗ୍ୟାସ୍‌! ଖାତା ନ ଥିଲେ…

ଭୁବନେଶ୍ୱର,୫ା୪: ଏଣିକି ଆଉ ଖୋଲାରେ ଗ୍ୟାସ ମିଳିବନି । ବାଟରେ, ବଜାରରେ ଖୋଲାରେ ମିଳିବନି ଗ୍ୟାସ । ଏହାକୁ ସମ୍ପୂର୍ଣ୍ଣ ବନ୍ଦ କରାଯାଇଛି । ରାଜ୍ୟର କୌଣସି…

ପାକିସ୍ତାନ ଉପରେ ସର୍ଜିକାଲ ଷ୍ଟ୍ରାଇକ୍‌ କରିବ ଭାରତ? ରାଜନାଥଙ୍କ ଚେତାବନୀ ପରେ ସେନାରେ ହଲଚଲ!

ନୂଆଦିଲ୍ଲୀ,୫।୪: ଭାରତ ଏବଂ ପାକିସ୍ତାନ ମଧ୍ୟରେ ବାକ୍‌ ଯୁଦ୍ଧ ପୁଣି ଥରେ ତୀବ୍ର ହୋଇଛି। ପାକିସ୍ତାନୀ ପ୍ରତିରକ୍ଷା ମନ୍ତ୍ରୀ ଖୱାଜା ଆସିଫଙ୍କ ସାମ୍ପ୍ରତିକ ବୟାନ ସ୍ପଷ୍ଟ ଭାବରେ…

ଯୁଦ୍ଧ ଭିତରେ ଭାରତ ଠାରୁ ମିସାଇଲ କିଣିଲା ଆମେରିକା, ବିଶ୍ୱରେ ଚହଳ…

ନୂଆଦିଲ୍ଲୀ,୫।୪: ୨୦୨୫-୨୬ ଆର୍ଥିକ ବର୍ଷରେ ଭାରତର ପ୍ରତିରକ୍ଷା ରପ୍ତାନି ସର୍ୱକାଳୀନ ସର୍ୱାଧିକ ସ୍ତରରେ ପହଞ୍ଚିଛି। ଏହା ବିଶ୍ୱ ଅସ୍ତ୍ରଶସ୍ତ୍ର ବଜାରରେ ଭାରତର ବର୍ଦ୍ଧିତ ଉପସ୍ଥିତିକୁ ସ୍ପଷ୍ଟ କରେ।…

ବଜ୍ରାଘାତ ନେଲା ମହିଳାଙ୍କ ଜୀବନ, ଚାଷ ଜମିରୁ କାମ କରି ଫେରିବା ବେଳେ ୩…

ଭବାନୀପାଟଣା,୫।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ବଳଦିଆମାଲ ଗ୍ରାମରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି । ରବିବାର ମଧ୍ୟାହ୍ନରେ ଚାଷ ଜମିରୁ…

ଏଠାରେ ପେଟ୍ରୋଲ ଦର ବିଶ୍ୱରେ ସବୁଠାରୁ ଅଧିକ; ଇରାନ ଯୁଦ୍ଧ ଯୋଗୁ ପରିସ୍ଥିତି ଆହୁରି ଖରାପ, ଜାଣନ୍ତୁ କାରଣ

ହଂକଂ,୫।୪: ମଧ୍ୟପ୍ରାଚ୍ୟରେ ବୃଦ୍ଧି ପାଉଥିବା ଉତ୍ତେଜନା ଏବଂ ହର୍ମୁଜ ପ୍ରଣାଳୀରେ ପରିବହନରେ ବାଧା ଯୋଗୁ ବିଶ୍ୱ ଶକ୍ତି ବଜାର ସମ୍ପୂର୍ଣ୍ଣ ଅସ୍ଥିର ହୋଇପଡ଼ିଛି। ଅଶୋଧିତ ତୈଳ ମୂଲ୍ୟ…

ଯୁଦ୍ଧ ଭିତରେ ବଡ଼ ଖବର, ହସ୍ପିଟାଲରେ ଭର୍ତ୍ତି ହେଲେ ଟ୍ରମ୍ପ? ସାରା ବିଶ୍ୱରେ ଚହଳ, ହ୍ବାଇଟ୍‌ ହାଉସ୍‌…

ୱାଶିଂଟନ,୫।୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସ୍ବାସ୍ଥ୍ୟାବସ୍ଥାକୁ ନେଇ ଗତ କିଛି ଦିନ ହେବ ସୋସିଆଲ ମିଡିଆରେ ଜୋରଦାର ଚର୍ଚ୍ଚା ଚାଲିଛି। ସେ ଗୁରୁତର ଅସୁସ୍ଥ ହୋଇ…

ଆଉ ଏକ ଆମେରିକୀୟ ବିମାନକୁ ଖସାଇଲା ଇରାନ, ଦାବି କରି କହିଲା….

ତେହେରାନ,୫।୪: ଇରାନ ସହିତ ଚାଲିଥିବା ସଂଘର୍ଷରେ ଆମେରିକୀୟ ସେନା ପ୍ରବଳ କ୍ଷତି ସହୁଛି । ରବିବାର ଦିନ, ଇରାନର ଇସଲାମିକ୍ ରିଭୋଲ୍ୟୁସନାରୀ ଗାର୍ଡ କର୍ପସ (IRGC) ଇସଫାହାନ…

ଭାଜପା ସରକାରଙ୍କୁ ଅରୁଣଙ୍କ କଡ଼ା ଟାର୍ଗେଟ୍‌, କହିଲେ କାମ କରୁନି ଡବଲ ଇଞ୍ଜିନ, ପୂର୍ବରୁ…

ବଲାଙ୍ଗୀର,୫ା୪(ସୁନିଲ କୁମାର ମହାନ୍ତି): ନୟାଗଡ଼ ବିଧାୟକ ଅରୁଣ ସାହୁ ରବିବାର ବଲାଙ୍ଗୀର ଗସ୍ତରେ ଆସିଥିବା ବେଳେ ଏକ ଖବରଦାତା ସମ୍ମିଳନୀ କରିଛନ୍ତି। ଉଚ୍ଚଶିକ୍ଷା ବିଭାଗରେ କୋଟା ବୃଦ୍ଧିକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri