Posted inଖେଳ

ଏହି ଯୁବ କ୍ରିକେଟର୍‌ଙ୍କୁ ବ୍ୟାଟ୍‌ ଗିଫ୍ଟ କରିଥିଲେ ସଚିନ

ମୁମ୍ବାଇ, ୨୦।୬- ଭାରତୀୟ କ୍ରିକେଟ୍‌ ଦଳର ଯୁବ ଓପନିଂ ବ୍ୟାଟ୍ସମ୍ୟାନ ପୃଥ୍ବୀ ଶ ୨୦୧୮ରେ ଜାତୀୟ ଦଳରେ ପଦାର୍ପଣ କରିବା ପୂର୍ବରୁ ଖବରର ଶିରୋନାମାରେ ରହିଥିଲେ। ୨୦୧୪ରେ ତାଙ୍କୁ ଯେତେବେଳେ ମାତ୍ର ୧୪ ବର୍ଷ ହୋଇଥିବା ସ୍କୁଲସ୍ତରୀୟ ଏକ କ୍ରିକେଟ୍‌ ପ୍ରତିଯୋଗିତାରେ ପୃଥ୍ବୀ ୫୪୬ ରନର ମାରାଥନ ଇନିଂସ ଖେଳି ଚର୍ଚ୍ଚାକୁ ଆସିଥିଲେ। ଏହି ବିଶାଳ ଇନିଂସ ମଧ୍ୟରେ ସେ ୮୫ ଚୌକା ଓ ୫ଟି ଛକା ମାରିଥିଲେ। ତେବେ ନିକଟରେ ଏକ ସାକ୍ଷାତ୍‌କାର ଅବସରେ ୨୦ ବର୍ଷୀୟ ପୃଥ୍ବୀ ଏକ ରୋଚକ ଘଟଣା ସାମ୍ନାକୁ ଆଣିଛନ୍ତି। ପୃଥ୍ବୀ କହିଛନ୍ତି, ତାଙ୍କୁ ଯେତେବେଳେ ମାତ୍ର ୮ ବର୍ଷ ହୋଇଥିଲା ସେତେବେଳେ କିମ୍ବଦନ୍ତୀ ଭାରତୀୟ ବ୍ୟାଟ୍ସମ୍ୟାନ ସଚିନ ତେନ୍ଦୁଲକର ଏକ ବ୍ୟାଟ୍‌ ଗିଫ୍ଟ କରିଥିଲେ। ଏଥିସହ ମୋର ଭବିଷ୍ୟତ ପାଇଁ ଶୁଭକାମନା କରିଥିଲେ। ୨୦୦୮ ମସିହାର ଏହି ଘଟଣାକୁ ମନେ ପକାଇ ପୃଥ୍ବୀ କହିଛନ୍ତି ‘ମୁମ୍ବାଇର ଏମ୍‌ଆଇଜି କ୍ରିକେଟ୍‌ ଏକାଡେମୀରେ ଅଭ୍ୟାସ କରୁଥିବାବେଳେ ସଚିନ ଥରେ ସେଠାକୁ ବୁଲିବାକୁ ଆସିଥିଲେ। ସେତେବେଳେ ମୋତେ ୮ ବର୍ଷ ହୋଇଥିଲା। ଦୂରରୁ ଥାଇ ସେ ମୋ ଖେଳକୁ ଦେଖୁଥିଲେ। କିନ୍ତୁ ସେତେବେଳେ ପର୍ଯ୍ୟନ୍ତ ମୁଁ ଏକଥା ଜାଣି ନ ଥାଏ। ମୋ ଖେଳରେ ସଚିନ ଏତେମାତ୍ରାରେ ପ୍ରଭାବିତ ହୋଇଯାଇଥିଲେ ଯେ ଗିଫ୍ଟ ଆକାରରେ ଏକ ବ୍ୟାଟ୍‌ ପ୍ରଦାନ କରିଥିଲେ। ଏହାସହ ମୋତେ କହିଥିଲେ ତୁମେ ଏହି ବ୍ୟାଟରେ ଅନେକ ରନ୍‌ ସଂଗ୍ରହ କରିବ। ଏହି ଘଟଣାରେ ମୁଁ ଭାବବିହ୍ବଳ ହୋଇଯାଇଥିଲି’ ବୋଲି ପୃଥ୍ବୀ ସାକ୍ଷାତ୍‌କାରରେ ପ୍ରକାଶ କରିଛନ୍ତି। ୨୦୧୮ରେ ଓ୍ବେଷ୍ଟଇଣ୍ଡିଜ ବିପକ୍ଷ ଟେଷ୍ଟ ମ୍ୟାଚ୍‌ ଖେଳି ପୃଥ୍ବୀ ତାଙ୍କ ଅନ୍ତର୍ଜାତୀୟ କ୍ୟାରିୟର ଆରମ୍ଭ କରିଥିଲେ। ବର୍ତ୍ତମାନ ସୁଦ୍ଧା ସେ ଜାତୀୟ ଦଳ ପକ୍ଷରୁ ୪ ଟେଷ୍ଟ ଓ ୩ ଦିନିକିଆ ମ୍ୟାଚ୍‌ ଖେଳିସାରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

Men’s Hockey World Cup: ବିଜୟରୁ ଭାରତର ଅଭିଯାନ ଆରମ୍ଭ

ଆମଷ୍ଟେଲଭିନ, ୧୫।୮: ଆରମ୍ଭ ହୋଇଯାଇଛି ପୁରୁଷ ହକି ବିଶ୍ୱକପ। ଶନିବାର ଅନୁଷ୍ଠିତ ପୁଲ ଡି’ର ଉଦ୍‌ଘାଟନୀ ମ୍ୟାଚ୍‌ରେ ଭାରତ ୱେଲ୍ସକୁ ୩-୧ ଗୋଲ୍‌ରେ ପରାସ୍ତ କରି ବିଜୟରୁ…

ଏମିତି ସର୍ଟ ମାରିଲେ ରାହୁଲ, ଶ୍ରୀଲଙ୍କା ଖେଳାଳିଙ୍କ ମୁଣ୍ଡରେ ବାଜିଲା: ଆଉ ତା’ପରେ ଘଟିଲା…

ଗାଲେ,୧୫।୮: ଭାରତ ଏବଂ ଶ୍ରୀଲଙ୍କା ମଧ୍ୟରେ ଟେଷ୍ଟ ସିରିଜର ପ୍ରଥମ ମ୍ୟାଚ ଗାଲେରେ ଚାଲିଛି। ଟିମ ଇଣ୍ଡିଆ ଏହି ମ୍ୟାଚରେ ପ୍ରଥମେ ବ୍ୟାଟିଂ କରୁଛି। ଅଧିନାୟକ ଶୁବମନ…

ଲାଇଭ୍‌ ମ୍ୟାଚ୍‌ରେ ଗର୍ଲଫ୍ରେଣ୍ଡଙ୍କ ସହ ଚାଟିଂ କରୁଥିଲେ କ୍ରିକେଟର୍‌: BCCI ନେଲା ବଡ଼ ଆକ୍ସନ

ଚେନ୍ନାଇ,୧୫।୮: ୨୦୨୬ ତାମିଲନାଡୁ ପ୍ରିମିୟର ଲିଗ (TNPL) ସମୟରେ ଜଣେ କ୍ରିକେଟର ଏକ ବଡ଼ ଭୁଲ କରିଥିଲେ। ପୂର୍ବରୁ ରଣଜୀ ଟ୍ରଫିରେ ତାମିଲନାଡୁର ପ୍ରତିନିଧିତ୍ୱ କରିଥିବା ଖେଳାଳି…

ଆଜିଠାରୁ ଭାରତ-ଶ୍ରୀଲଙ୍କା ଟେଷ୍ଟ ସିରିଜ: ଜାଣନ୍ତୁ କେତେବେଳେ କେଉଁଠି ଦେଖିପାରିରେ ମ୍ୟାଚ୍‌

ଗାଲେ, ୧୫ା୮:ଭାରତ ଓ ଘରୋଇ ଶ୍ରୀଲଙ୍କା ମଧ୍ୟରେ ଦୁଇ ମ୍ୟାଚ୍‌ ବିଶିଷ୍ଟ କ୍ରିକେଟ ଟେଷ୍ଟ ସିରିଜ ଶନିବାରଠାରୁ ଆରମ୍ଭ ହେବ। ଗାଲେ ପ୍ରଥମ ମ୍ୟାଚ ଖେଳାଯିବ। ଉଭୟ…

ଗମ୍ଭୀର-ଅଗରକରଙ୍କ BOSS ହେବେ VVS ଲକ୍ଷ୍ମଣ! ପ୍ରଥମ ଥର ଭାରତୀୟ କ୍ରିକେଟରେ ବଡ଼ ପରିବର୍ତ୍ତନ…

ନୂଆଦିଲ୍ଲୀ,୧୪।୮ : ଆଗାମୀ ଦିନରେ ଭାରତୀୟ କ୍ରିକେଟ୍‌ରେ ଏକ ବଡ଼ଧରଣର ପରିବର୍ତ୍ତନ ଦେଖିବାକୁ ମିଳିବ। ଏଯାବତ୍‌ ବୋର୍ଡର କ୍ରିକେଟ୍‌ ସମ୍ବନ୍ଧୀୟ ସମସ୍ତ ବଡ଼ ନିଷ୍ପତ୍ତି ସଭାପତି ଏବଂ…

ଭିଭିଏସ ଲକ୍ଷ୍ମଣଙ୍କୁ ଗୌତମ ଗମ୍ଭୀରଙ୍କ ଠାରୁ ମଧ୍ୟ ଉଚ୍ଚ ପଦବୀ ପ୍ରଦାନ କରିବ ବିସିସିଆଇ, ଜାଣନ୍ତୁ କ’ଣ ଏହି…

ନୂଆଦିଲ୍ଲୀ,୧୪।୮: ବିସିସିଆଇ ପୂର୍ବତନ ଷ୍ଟାଇଲିସ ଭାରତୀୟ ବ୍ୟାଟ୍ସମ୍ୟାନ ଏବଂ ସେଣ୍ଟର ଅଫ ଏକ୍ସିଲେନ୍ସ (COE)ର ବର୍ତ୍ତମାନର ମୁଖ୍ୟ – ଭିଭିଏସ ଲକ୍ଷ୍ମଣଙ୍କୁ କ୍ରିକେଟ ନିର୍ଦ୍ଦେଶକ ଭାବରେ ନିଯୁକ୍ତ…

MIର ହେଡ କୋଚ ହେବେ ରୋହିତ ଶର୍ମା! ଆଉ ବିରାଟ…ହଇଚଇ ସୃଷ୍ଟି କଲା ଅଶ୍ୱିନଙ୍କ ଭବିଷ୍ୟବାଣୀ

ନୂଆଦିଲ୍ଲୀ, ୧୪।୮: ରୋହିତ ଶର୍ମା ଏବଂ ବିରାଟ କୋହଲି ନିଜ ଦିନିକିଆ କ୍ରିକେଟ କ୍ୟାରିୟରର ଶେଷ ପର୍ଯ୍ୟାୟରେ ପହଞ୍ଚିଛନ୍ତି। ୨୦୨୭ ବିଶ୍ୱକପ ଖେଳିବା ପରେ ଉଭୟ ଅବସର…

ଭାରତୀୟ ଖେଲାଳିଙ୍କୁ ଅଲ୍ଟିମେଟମ ଦେଲେ ଗମ୍ଭୀର: ଶେଷ ସୁଯୋଗ…

ଗାଲେ,୧୪।୮:୧୫ ଅଗଷ୍ଟରୁ ଆରମ୍ଭ ହେଉଥିବା ଶ୍ରୀଲଙ୍କା ବିପକ୍ଷ ଟେଷ୍ଟ ସିରିଜ ପାଇଁ ପ୍ଲେଇଂ ଇଲେଭେନ ସମ୍ପର୍କରେ ଭାରତୀୟ ଦଳ ମଧ୍ୟରେ ବିଚାର ବିମର୍ଶ ଚାଲିଛି। ଅଧିନାୟକ ଶୁବମନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri