Posted inଫୁରସତ

ଏୟାରପୋର୍ଟରେ ଖାଦ୍ୟ ଯୋଗାଉଛି ରୋବୋ

ହାଇଦ୍ରାବାଦ: ହାଇଦ୍ରାବାଦସ୍ଥିତ ରାଜୀବ ଗାନ୍ଧୀ ଇଣ୍ଟରନ୍ୟାଶନାଲ ଏୟାରପୋର୍ଟରେ ଭାରତର ପ୍ରଥମ ଖାଦ୍ୟ ବିତରଣକାରୀ ରୋବୋକୁ ଅବସ୍ଥାପିତ କରାଯାଇଛି। ଏଆଇ ଚାଳିତ ଏହି ରୋବୋ ଏୟାରପୋର୍ଟର ଅନ୍ତର୍ଜାତୀୟ ଟର୍ମିନାଲ ଗେଟ୍‌ ନମ୍ବର ୩୩, ୩୪, ୩୫ ସହ ଘରୋଇ ଟର୍ମିନାଲ ଗେଟ୍‌ ନମ୍ବର ୧୧୦ ଏବଂ ୧୧୧ରେ ଥିବା ଯାତ୍ରୀମାନଙ୍କୁ ଭୋଜନ ଓ ପେୟ ସାମଗ୍ରୀ ପହଞ୍ଚାଉଛି। ବିମାନବନ୍ଦରରେ ଚେକ୍‌-ଇନ୍‌ ସରିବା ପରେ ଯାତ୍ରୀମାନେ ଏୟାରପୋର୍ଟର କିଓସ୍କକୁ ଯାଇ ଖାଇବା ମେନ୍ୟୁକୁ ସିଲେକ୍ଟ କରିବା ସହ କ୍ୟୁଆର୍‌ କୋଡ୍‌ ସ୍କାନିଂ କରି ଦେୟ ପୈଠ କରିବେ। ଏହାପରେ ଯାତ୍ରୀଙ୍କ ଫୋନ୍‌କୁ ଏକ ଓ୍ବାନ୍‌ ଟାଇମ୍‌ ପାସ୍‌ଓ୍ବାର୍ଡ (ଓଟିପି) ଆସିବ। କିଛି ସମୟ ମଧ୍ୟରେ ଅର୍ଡର ହୋଇଥିବା ଖାଦ୍ୟ ପ୍ରସ୍ତୁତ ହେବା ପରେ ଉକ୍ତ ଫୁଡ୍‌ ଡେଲିଭରି ରୋବୋ ଏହି ଖାଦ୍ୟକୁ ଉଠାଇ ସୁରକ୍ଷିତ ଭାବେ ନିଜ କମ୍ପାର୍ଟମେଣ୍ଟରେ ରଖିଥାଏ। ପରେ ରୋବୋ ଯାତ୍ରୀଙ୍କ ଗେଟ୍‌ ନିକଟକୁ ଯାଇଥାଏ। ଯାତ୍ରୀମାନେ ରୋବୋରେ ସଂଲଗ୍ନ ସ୍କ୍ରିନ୍‌ରେ ଓଟିପି ଦେଇ ନିଜ ଖାଦ୍ୟକୁ ଅନ୍‌ଲକ୍‌ କରିଥାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବ୍ରାଉନସୁଗାର ଜବତ ଘଟଣା: ୪ ଜଣଙ୍କ ମଧ୍ୟରୁ ଜେଲ ହାଜତକୁ ଗଲେ ୩, ଜଣେ ଖଲାସ

ହାଟଡିହୀ,୨୮।୬(ଶୁଭକାନ୍ତ ନାୟକ): ବ୍ରାଉନସୁଗାର ଜବତ ଘଟଣାରେ ଗିରଫ ହୋଇ କୋର୍ଟ ଚାଲାଣ ହୋଇଥିବା ୪ ଜଣ ଅଭିଯୁକ୍ତଙ୍କ ମଧ୍ୟରୁ ୩ ଜଣ ଜେଲ ହାଜତକୁ ଯାଇଛନ୍ତି ।…

ଚେନ୍ନାଇରୁ ଘରକୁ ଫେରିବା ବାଟରେ ଶ୍ରମିକ ନିଖୋଜ, ଖୋଜିବା ପାଇଁ ସ୍ତ୍ରୀଙ୍କ ନିବେଦନ

ଦେବଗଡ,୨୮ା୬(ଶଶାଙ୍କ ଶେଖର ଝାଙ୍କର): ଚେନ୍ନାଇରୁ ଘରକୁ ଫେରୁଥିବା ସମୟରେ ଦେବଗଡ ଜିଲା ରିଆମାଳ ଥାନା ଅଞ୍ଚଳର ପୁରମୁଣ୍ଡା ଗ୍ରାମର ଜଣେ ଶ୍ରମିକ ନିଖୋଜ ହୋଇଯାଇଥିବା ଜଣାପଡିଛି ।…

ମହାନଦୀରେ ବୁଡ଼ିଗଲେ ୩ କଲେଜ ଛାତ୍ର

କଟକ,୨୮।୬(ପ୍ରଭୁକଲ୍ୟାଣ ପାଲ୍‌): ଜଗତପୁର ଖଇରା ବ୍ରିଜ ସାତବାଟିଆ ନିକଟ ମହାନଦୀରେ ଏକ ଅଘଟଣ ଘଟିଛି। ମହାନଦୀର ବୁଡ଼ି ୩ଜଣ କଲେଜ ଛାତ୍ର ନିଖୋଜ ହୋଇଯାଇଛନ୍ତି। ସେମାନଙ୍କ ମଧ୍ୟରୁ…

ଧରିତ୍ରୀର ମହାପ୍ରଭାବ: ତୁମୋନିଖୋଲ ଗ୍ରାମରେ ପହଞ୍ଚିଲା ବ୍ଲକ ପ୍ରଶାସନ, ସମସ୍ୟାର ସମାଧାନ ପାଇଁ ବିଡିଓଙ୍କ ତ୍ବରିତ ପଦକ୍ଷେପ

ଥୁଆମୂଳ ରାମପୁର,୨୮।୬(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅଧୀନ ବିରିକୋଟ ଗ୍ରାମପଞ୍ଚାୟତର ଉପାନ୍ତ ତୁମୋନିଖୋଲ ଗ୍ରାମର ବିଭିନ୍ନ ମୌଳିକ ସମସ୍ୟାକୁ ନେଇ ‘ଧରିତ୍ରୀ’ ଖବରକାଗଜରେ…

ପାଣି ନିଷ୍କାସନକୁ ନେଇ ପଡ଼ୋଶୀଙ୍କୁ ମରଣାନ୍ତକ ଆକ୍ରମଣ ଘଟଣା, ୧୫ ମାସ ପରେ ଅଭିଯୁକ୍ତ ୨ଭାଇଙ୍କୁ କୋର୍ଟ ଚାଲାଣ

ଦିଗପହଣ୍ଡି,୨୮।୬(ଅଶେଷ ନାଥ ମିଶ୍ର): ପଡ଼ୋଶୀଙ୍କୁ ମରଣାନ୍ତକ ଆକ୍ରମଣ ଘଟଣାରେ ପୋଲିସ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି । ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡ଼ି ଗ୍ରାମର ଅଶୋକ…

ଭଲିରେ ଭାରତକୁ ମିଳିଲା ବ୍ରୋଞ୍ଜ ପଦକ

ଅହମ୍ମଦାବାଦରେ,୨୮।୬: AVC କପ୍‌ ପୁରୁଷ ଭଲିବଲରେ ଭାରତକୁ ବ୍ରୋଞ୍ଜ ପଦକ ମିଳିଛି। ଡିଫେଣ୍ଡିଂ ଚାମ୍ପିୟନ ବାହାରିନକୁ ୪ ସେଟ୍‌ ମୁକାବିଲାରେ ଭାରତ ହରାଇ ଏହି ପଦକ ହସଲ…

ଚାଷଜମିକୁ ଯାଉଥିବା ବେଳେ ନାଳ ନିକଟରେ ଟଳିପଡ଼ିଲେ ଚାଷୀ, ତାପରେ…

ଦିଗପହଣ୍ଡି,୨୮।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ନିମଖଣ୍ଡିପେଣ୍ଠ ପଞ୍ଚାୟତ ପନାଡ଼ ଗ୍ରାମରେ ଅଭାବନୀୟ ଘଟଣା ଘଟିଛି । ଚାଷଜମିକୁ ଯାଉଥିବା ବେଳେ ଟଳି ପଡିଲେ…

ବରଗଡ଼ର ଐତିହ୍ୟ ସନ୍ଧାନ, ସଂରକ୍ଷଣ ପାଇଁ ନିଆରା ଉଦ୍ୟମ, ଇତିହାସ ଗବେଷଣାକୁ ନୂଆ ଦିଗ ଦେବ ଐତିହ୍ୟ ପଦଯାତ୍ରା

ବରଗଡ଼,୨୮।୬(ପ୍ରେମାନନ୍ଦ ଖମାରୀ): ବରଗଡ଼ର ପ୍ରାଚୀନ ଐତିହ୍ୟର ଚିହ୍ନଟ, ସଂରକ୍ଷଣ ଏବଂ ଏହାର ଆଧାରରେ ନୂତନ ଇତିହାସ ରଚନାର ଲକ୍ଷ୍ୟ ନେଇ ବରଗଡ଼ର ବୁଦ୍ଧିଜୀବୀମାନଙ୍କ ମିଳିତ ପ୍ରୟାସରେ ଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri