ଏୟାରଷ୍ଟ୍ରିପ୍‌ ସଂପ୍ରସାରଣ: ଦ୍ୱୀତିୟ ପର୍ଯ୍ୟାୟରେ ୪୨ କୋଟିର ଟେଣ୍ଡର ଆହ୍ବାନ

 

ଜୟପୁର,୧୧ା୧(ଡି.ଏନ୍‌.ଏ.): କେନ୍ଦ୍ର ବେସାମରିକ ବିମାନ ଚଳାଚଳ ବିଭାଗ ପକ୍ଷରୁ ଉଡାନ ଯୋଜନାରେ ଜୟପୁର ଏୟାରଷ୍ଟ୍ରିପ ସଂପ୍ରସାରଣ କାର୍ଯ୍ୟ ଚାଲିଛି। ଦ୍ୱିତୀୟ ପର୍ଯ୍ୟାୟରେ ଏଥିପାଇଁ ୪୨ କୋଟି ଟଙ୍କାର ଟେଣ୍ଡର ଆହ୍ବାନ କରାଯାଇଛି। ଏନେଇ ଠିକାସଂସ୍ଥା ଟେଣ୍ଡର ଦାଖଲ କରିଥିବା ବେଳେ ଉଠାଣ ସରିବା ପରେ ଚୁକ୍ତି କରାଯାଇ ଏକ ବର୍ଷ ମଧ୍ୟରେ ସମସ୍ତ ନିର୍ମାଣ କାମ ସରିବ ବୋଲି ଜୟପୁର ରାସ୍ତା ଓ ଗୃହ ନିର୍ମାଣ ବିଭାଗ କହିଛି।
ଉଲ୍ଳେଖଯୋଗ୍ୟ, ଉଡାନ ଯୋଜନାର ପ୍ରଥମ ପର୍ଯ୍ୟାୟରେ ଜୟପୁର ଏୟାରଷ୍ଟ୍ରିପ୍‌ ପାଇଁ ୧୬ କୋଟି ଟଙ୍କାର ସଂପ୍ରସାରଣ କାର୍ଯ୍ୟ ଶେଷ ହୋଇଛି। ଦ୍ୱିତୀୟ ପର୍ଯ୍ୟାୟରେ ୫୫ କୋଟି ଟଙ୍କା ମଞ୍ଜୁର ହୋଇଥିଲା। କେବଳ ସିଭିଲ ଓ୍ବାର୍କ ପାଇଁ ୪୨ କୋଟି ଟଙ୍କାର ଟେଣ୍ଡର ଆହ୍ବାନ କରାଯାଇଥିଲା। ଏଥିରେ ୯୦୦ ମିଟର ରନୱେକୁ ବଢ଼ାଇ ଅଧିକ ୪୦୦ ମିଟର ନିର୍ମାଣ କରାଯିବ ା ଏୟାରଷ୍ଟ୍ରିପର ଦକ୍ଷିଣ ଦିଗରେ ଥିବା କୋଲାବ ଉପକେନାଲ ଉପରେ ୨୩୦ ମିଟର ଲମ୍ବ ଓ ୨୦ ମିଟର ଓସାରର ବକ୍ସ ପୋଲ, ପାଚେରି, ଦ୍ୱିତୀୟ ଟର୍ମିନାଲ, ସୁରକ୍ଷାବଳଙ୍କ ପାଇଁ ବାରାକ୍‌, ଗାଡ଼ି ଓ ଅନ୍ୟ ସାମଗ୍ରୀ ମରାମତି ପାଇଁ ୱାର୍କଶପ୍‌ କରାଯିବ। ସେହିପରି ଜାତୀୟ ରାଜପଥରୁ ଏୟାରଷ୍ଟ୍ରିପ ସଂଯୋଗ କରୁଥିବା ରାସ୍ତାକୁ ୫ରୁ ୭ମିଟରକୁ ବଢ଼ାଯିବ। ବର୍ତ୍ତମାନ ଏଠାରେ ୨୮ ସିଟ ବିଶିଷ୍ଟ ବିମାନ ଅବତରଣ କରିବାର ବ୍ୟବସ୍ଥା ରହିଛି। ସମ୍ପ୍ରସାରଣ ଶେଷ ହେଲେ ବଡ଼ ବିମାନ ମଧ୍ୟ ଓହ୍ଲାଇପାରିବ। ୨୨ ତାରିଖରେ କେନ୍ଦ୍ର ବେସାମରିକ ବିମାନ ଚଳାଚଳ ଯୁଗ୍ମ ସଚିବ ଉଷା ପାଢ଼ୀ ଏଠାକୁ ଗସ୍ତକରି କାର୍ଯ୍ୟ ସମୀକ୍ଷା କରିବେ ବୋଲି ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

କୋଲାବ ନଦୀରେ ଭାସିଗଲେ ଶିକ୍ଷକ, ମାଛ ଧରୁଥିବା ବେଳେ…

କୋରାପୁଟ, ୨୪ା୯ (ଅମିତାଭ ବେହେରା): କୋଲାବ ନଦୀର ପ୍ରଖର ସ୍ରୋତରେ ଭାସିଯାଇ ଜଣେ ଶିକ୍ଷକ ନିଖୋଜ ହୋଇଛନ୍ତି । ନିଖୋଜ ଶିକ୍ଷକ ହେଲେ ବନ୍ଦଗୁଡ଼ା ଅଞ୍ଚଳର ଭୀମଧର…

ବାତ୍ୟା ଅର୍ଣ୍ଣବ ପ୍ରଭାବ: ପରିସ୍ଥିତିର ସମୀକ୍ଷା କରିବେ ବିଧାୟକ

କୋରାପୁଟ, ୨୪।୯ (ଅମିତାଭ ବେହେରା): ବାତ୍ୟା ଅର୍ଣ୍ଣବ ପ୍ରଭାବରେ କୋରାପୁଟ ଜିଲାରେ ଜାରି ରହିଛି ବର୍ଷା। ବୁଧବାର ସକାଳ ୮ଟାରୁ ଗୁରୁବାର ସକାଳ ୮ଟା ପର୍ଯ୍ୟନ୍ତ ୨୪…

ଘୂର୍ଣ୍ଣିିବାତ୍ୟାକୁ ନେଇ IMDର ବଡ଼ ଆଲର୍ଟ! ଆସନ୍ତା ୧୨ ଘଣ୍ଟା ଯାଏ…

ନୂଆଦିଲ୍ଲୀ,୨୪।୯: ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳ ଉପରେ ଥିବା ଗଭୀର ଅବପାତ (Deep Depression) ଗତ ୬ ଘଣ୍ଟା ମଧ୍ୟରେ ଘଣ୍ଟାପ୍ରତି ୩ କିଲୋମିଟର ବେଗରେ ଧୀରେ ଧୀରେ…

ତାୱାରେ ପିଟି ସ୍ତ୍ରୀଙ୍କୁ ହତ୍ୟା: ଦେଢ଼ବର୍ଷ ତଳେ କରିଥିଲେ ପ୍ରେମ ବିବାହ

ଭୁବନେଶ୍ୱର,୨୪।୯ (ପ୍ରସନଜିତ୍‌ ସାହୁ):ରାଜଧାନୀ ଭୁବନେଶ୍ବରରେ ବୁଧବାର ସାରେ ଏକ ବୀଭତ୍ସ ହତ୍ୟାକାଣ୍ଡ ଘଟିଛି। ନୟାପଲ୍ଲୀ ଗଡ଼ସାହିରେ ତାୱାରେ ପିଟି ଜଣେ ଯୁବକ ସ୍ତ୍ରୀଙ୍କୁ ହତ୍ୟା କରିଛନ୍ତି। ମୃତାଙ୍କ…

ସ୍ଥଳଭାଗ ଅତିକ୍ରମ କଲା ଗଭୀର ଅବପାତ: ତୁହାକୁ ତୁହା ବର୍ଷା, ୪ ଜିଲାରେ ରେଡ ଓ୍ବାର୍ନିଂ ଜାରି

ଭୁବନେଶ୍ୱର,୨୪।୯: ପଶ୍ଚିମ-କେନ୍ଦ୍ରୀୟ ଏବଂ ସଂଲଗ୍ନ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତ କଳିଙ୍ଗପଟ୍ଟନମ ନିକଟରେ ରାତି ପ୍ରାୟ ସାଢ଼େ ୧୧ଟାରେ ସ୍ଥଳଭାଗ ଅତିକ୍ରମ କରିଛି। ଏହି…

ତରକାରୀ ମାଗିବା ବାହାନାରେ ୫ ମାସର ଗର୍ଭବତୀ ଭାଇବୋହୂଙ୍କୁ ବଳାତ୍କାର! ଦେଢ଼ଶୁର ଗିରଫ

ପାଟଣା, ୨୩।୯ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଅଞ୍ଚଳରେ ପବିତ୍ର ପାରିବାରିକ ସମ୍ପର୍କକୁ ନେଇ ଏକ ସଙ୍ଗିନ ଓ କଳଙ୍କିତ ଅଭିଯୋଗ ସାମ୍ନାକୁ…

କିଛି ଘଣ୍ଟାରେ ସ୍ଥଳଭାଗ ଛୁଇଁବ ଗଭୀର ଅବପାତ; ଏହି ସ୍ଥାନରେ ହେବ ଲ୍ୟାଣ୍ଡଫଲ୍! ୫୦ରୁ ୬୦ କିମି ବେଗରେ ବହିବ ପବନ

ଭୁବନେଶ୍ବର,୨୩ା୯: ସ୍ଥଳଭାଗ ଆଡକୁ ମାଡ଼ିଆସୁଛି ଗଭୀର ଅବପାତ । ଗତ ୬ ଘଣ୍ଟା ଧରି ୭କିମି ବେଗରେ ସ୍ଥଳଭାଗ ମୁହାଁ ହେଉଛି । ଏପଟେ ବର୍ଷାର ପରିମାଣ…

ହୃଦୟବିଦାରକ! ଜନ୍ମ ଦେଇ କେନାଲରେ ଫିଙ୍ଗିଦେଲେ, ଧାନ ବିଲରୁ ଶିଶୁ କନ୍ୟାର ମୃତଦେହ ଉଦ୍ଧାର

ଅତାବିରା, ୨୩/୯ (ଯୁଧିଷ୍ଠିର ମହାପାତ୍ର): ପୁଣି ସାମ୍ନାକୁ ଆସିଛି ମାନବିକତାକୁ ଲଜ୍ଜିତ କଲା ଭଳି ଏକ କରୁଣ ଓ ହୃଦୟବିଦାରକ ଚିତ୍ର। ଧାନ ବିଲର ଅଳିଆ ଆବର୍ଜନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?